Posted inଜାତୀୟ

ଆସନ୍ତା ୧୦ବର୍ଷରେ ନାମଲେଖା ୨ଗୁଣ ହେବ

ନୂଆଦିଲ୍ଲୀ,୬।୯(ପି.ଟି.): ୨୦୨୦ ଜାତୀୟ ଶିକ୍ଷା ନୀତି ଏକବିଂଶ ଶତାବ୍ଦୀରେ ଏକ ବୈପ୍ଳବିକ ସଂସ୍କାର ଆଣିପାରିଛି। ଏହି ଶିକ୍ଷା ନୀତି ଦ୍ୱାରା ଆସନ୍ତା ୧୦ବର୍ଷ ମଧ୍ୟରେ ନାମଲେଖା ଅନୁପାତ ୨ଗୁଣ ହେବାର ଆଶା କରାଯାଉଛି ବୋଲି ଶନିବାର କେନ୍ଦ୍ର ସୂଚନା ଓ ପ୍ରସାରଣ ମନ୍ତ୍ରୀ ପ୍ରକାଶ ଡାଭଡେକର କହିଛନ୍ତି। ନୂତନ ଶିକ୍ଷା ନୀତିରେ ଉଚ୍ଚ ଶିକ୍ଷା ଅନୁଷ୍ଠାନର ବିସ୍ତାର ଭାବେ ସମ୍ପ୍ରସାରଣ ବିଶେଷକରି ଗ୍ରାମାଞ୍ଚଳରେ ଉଚ୍ଚ ଶିକ୍ଷାର ପ୍ରସାର ଏବଂ ଚାହିଦା ବୃଦ୍ଧି ଆଗାମୀ ଦିନରେ ଦେଶରେ ନାମଲେଖା ଅନୁପାତକୁ ବୃଦ୍ଧି କରିବାରେ ବେଶ୍‌ ସହାୟକ ହେବ ବୋଲି ବମ୍ବେର ପାର୍ଲେ ତିଲକ ବିଦ୍ୟାଳୟର ଶତବାର୍ଷିକୀ ଗୁରୁ ଦିବସ ପାଳନ ଅବସରରେ ଭିଡିଓ କନ୍‌ଫରେନ୍ସରେ ଯୋଗଦେଇ ଜାଭଡେକର କହିଛନ୍ତି। ଦେଶରେ ବର୍ତ୍ତମାନ ପିଲାମାନେ ଅଧିକରୁ ଅଧିକ ଶିକ୍ଷା ପ୍ରତି ମନୋନିବେଶ କଲେଣି। ଜାତୀୟ ଶିକ୍ଷା ନୀତି ୨୦୨୦ ଉଭୟ ଶିକ୍ଷା ଏବଂ ଶିକ୍ଷଣ ପଦ୍ଧତି ଏକ ପ୍ରକାର ନୂତନ ଅନୁଭୂତି ଆଣିବ। ଏହା ଯୁବଗୋଷ୍ଠୀକୁ ବେଶ୍‌ ସଶକ୍ତ କରିପାରିବ। ନୂଆ ଶିକ୍ଷା ନୀତି ମୌଳିକ ଏବଂ ଗାଣିତିକ ସାକ୍ଷରତା ଉପରେ ଗୁରୁତ୍ୱ ଦେଇଛି। ଏଥିସହିତ ନ୍ୟାଶନାଲ ଇନ୍‌ଷ୍ଟିଚ୍ୟୁଟ୍‌ ଅଫ୍‌ ଓପନ୍‌ ସ୍କୁଲିଂ ବ୍ୟବସ୍ଥା ସମସ୍ତଙ୍କ ନିକଟରେ ଶିକ୍ଷା ପହଞ୍ଚାଇବାରେ ସହାୟକ ହେବ ବୋଲି ଜାଭଡେକର କହିଛନ୍ତି। ଜାତୀୟ ଶିକ୍ଷା ନୀତିରେ ପ୍ରାକ୍‌ ଶିକ୍ଷା ବ୍ୟବସ୍ଥାକୁ ଅଧିକ ଗୁରୁତ୍ୱ ଦିଆଯାଇଛି। ୩ରୁ ୮ବର୍ଷର ପିଲାମାନଙ୍କ ମଧ୍ୟରେ ବୌଦ୍ଧିକ ଜ୍ଞାନ ଶକ୍ତି, ପାଠପଢ଼ା ପ୍ରତି ଆଗ୍ରହ ବୃଦ୍ଧି ଏବଂ ମାନସିକସ୍ଥିତି କିପରି ଠିକ୍‌ଭାବେ ବଢ଼ିପାରିବ ତାହା ଉପରେ ବିଶେଷ ଧ୍ୟାନ ଦିଆଯାଇଛି ବୋଲି ଜାଭଡେକର କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୨୦ଟଙ୍କା ଲାଞ୍ଚ ପାଇଁ ୩୦ ବର୍ଷର ଆଇନଗତ ଲଢ଼େଇ

ନୂଆଦିଲ୍ଲୀ, ୨୦।୮: ମାତ୍ର ୨୦ଟଙ୍କା ଲାଞ୍ଚ ମାମଲାରେ ୩ ଦଶନ୍ଧି ଧରି ଚାଳିଥିବା ଆଇନଗତ ଲଢ଼େଇର ଅନ୍ତ ଘଟିଛି। ସୁପ୍ରିମକୋର୍ଟ ବିଚାରପତି ଜଷ୍ଟିସ ଉଜ୍ଜଳ ଭୂୟାଁ ଏବଂ…

୨୮ରେ ରାଜ୍ୟ କ୍ୟାବିନେଟ୍‌: ୭ ପ୍ରସ୍ତାବକୁ ମିଳିପାରେ ଅନୁମୋଦନ

ଭୁବନେଶ୍ୱର,୨୦।୮(ରବିନାରାୟଣ ଜେନା):ରାଜ୍ୟ ସରକାରଙ୍କ ପକ୍ଷରୁ ଅଗଷ୍ଟ ୨୮ତାରିଖରେ ରାଜ୍ୟ କ୍ୟାବିନେଟ୍‌ ବୈଠକ ଅନୁଷ୍ଠିତ ହେବାକୁ ରହିଛି। ଏ ସଂକ୍ରାନ୍ତରେ ସଂସଦୀୟ ବ୍ୟାପାର ବିଭାଗ ପକ୍ଷରୁ ମନ୍ତ୍ରିମଣ୍ଡଳର ସଦସ୍ୟମାନଙ୍କୁ…

ଆଉ ଏକ ଲଘୁଚାପ: ୨୨ରୁ ପୁଣି ବର୍ଷା, ୧୫ ଜିଲାକୁ ୟେଲୋ ୱାର୍ନିଂ

ଭୁବନେଶ୍ୱର,୧୯ା୮(ସୌମ୍ୟରଞ୍ଜନ ରାଉତ) – ପଛକୁ ପଛ ଲଘୁଚାପ ଯୋଗୁ ପ୍ରବଳ ବର୍ଷା ହେବାରୁ ରାଜ୍ୟରେ ବନ୍ୟା ଦୁର୍ଦ୍ଦଶା ବଢ଼ି ଚାଲିଛି। ଏପରି ସ୍ଥିତିରେ ଆସୁଛି ଆଉ ଏକ…

ଜାତୀୟ ରାଜପଥରେ ପିକ୍‌ଅପ୍‌ ଭ୍ୟାନ୍‌ ଅଟକାଇ ଲୁଟ୍‌ ଘଟଣାର ପର୍ଦ୍ଦାଫାଶ: ଜେଲ ଗଲେ ୩ ଅଭିଯୁକ୍ତ,୪ ନାବାଳକ…

ଦିଗପହଣ୍ଡି,୧୯।୮(ଅଶେଷ ନାଥ ମିଶ୍ର): ପାଟପୁର ପୋଲିସ ଏକ ବଡ଼ଧରଣର ଡକାୟତି ଘଟଣାର ପର୍ଦ୍ଦାଫାସ କରିଛି। ବ୍ରହ୍ମପୁର-ରାୟଗଡ଼ା ୩୨୬ ନଂ ଜାତୀୟ ରାଜପଥର ମାର୍ଥାପୁର ନିକଟରେ ପିକ୍‌ଅପ୍‌ ଭ୍ୟାନ୍‌…

ରାଜ୍ୟର ଅଧିକାର ଛଡ଼ାଇ ନେବ ଏମ୍‌ଏମ୍‌ଡିଆର୍‌ ବିଲ୍‌: ଚେତାଇଲେ ନବୀନ, BJPକୁ ଟାର୍ଗେଟ୍ କରି…

ଭୁବନେଶ୍ୱର,୧୯।୮(ସୁନିତ୍‌ ମିଶ୍ର): ୨୦୦୦ ମସିହାରେ ଯେତେବେଳେ ବିଜେଡି ଶାସନ କ୍ଷମତାକୁ ଆସିଲା, ସେତେବେଳକୁ ଓଡ଼ିଶାର ଅର୍ଥନୀତି ବହୁ ଖରାପ ଅବସ୍ଥାରେ ଥିଲା। ସରକାର ଓଭରଡ୍ରାଫ୍ଟ ଉପରେ ନିର୍ଭର…

Facebookରେ ଲାଇଭ୍‌ ଆସିଲେ,ବେକରେ ରଶି ଲଗାଇ ଝୁଲି ପଡ଼ିଲେ…ସ୍ତ୍ରୀଙ୍କ ସହ ବିବାଦ ପରେ…

ବରେଲୀ,୧୯।୮: ଉତ୍ତରପ୍ରଦେଶର ବରେଲୀ ଜିଲାରୁ ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି, ଯେଉଁଠାରେ ପାରିବାରିକ ବିବାଦକୁ କେନ୍ଦ୍ର କରି ଜଣେ ଯୁବକ ଫେସବୁକ୍‌ରେ ଲାଇଭ୍ ଆସି ଆତ୍ମହତ୍ୟା…

କେବେ ବାନ୍ଧିବେ ରାକ୍ଷୀ? ୨୭ ନା ୨୮, ଜାଣନ୍ତୁ ତାରିଖ

ରାକ୍ଷୀ ପୂର୍ଣ୍ଣିମା ଏକ ଲୋକପ୍ରିୟ ପାରମ୍ପରିକ ହିନ୍ଦୁ ପର୍ବ । ଏହି ପର୍ବ ଭାଇ ଓ ଭଉଣୀଙ୍କ ମଧ୍ୟରେ ବନ୍ଧୁତ୍ୱକୁ ଦୃଢ଼ କରିଥାଏ । ଏହି ଦିନ…

ଦୁଇ ଭାରତୀୟ ଡାକ୍ତରଙ୍କୁ ସମ୍ମାନିତ କରିବ ପାକିସ୍ତାନ, କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ଇସଲାମାବାଦ,୧୯।୮: ପାକିସ୍ତାନ ସରକାର ମହମ୍ମଦ ଅଲୀ ଜିନ୍ନାଙ୍କ ଗୁରୁତର ଅସୁସ୍ଥତାକୁ ଗୋପନ ରଖିବା ଏବଂ ତାଙ୍କର ଚିକିତ୍ସା କରିଥିବା ଦୁଇ ଭାରତୀୟ ଡାକ୍ତରଙ୍କୁ ସମ୍ମାନ ଦେବାକୁ ଘୋଷଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri