Posted inଜାତୀୟ

ଆସନ୍ତା ୧୦ବର୍ଷରେ ନାମଲେଖା ୨ଗୁଣ ହେବ

ନୂଆଦିଲ୍ଲୀ,୬।୯(ପି.ଟି.): ୨୦୨୦ ଜାତୀୟ ଶିକ୍ଷା ନୀତି ଏକବିଂଶ ଶତାବ୍ଦୀରେ ଏକ ବୈପ୍ଳବିକ ସଂସ୍କାର ଆଣିପାରିଛି। ଏହି ଶିକ୍ଷା ନୀତି ଦ୍ୱାରା ଆସନ୍ତା ୧୦ବର୍ଷ ମଧ୍ୟରେ ନାମଲେଖା ଅନୁପାତ ୨ଗୁଣ ହେବାର ଆଶା କରାଯାଉଛି ବୋଲି ଶନିବାର କେନ୍ଦ୍ର ସୂଚନା ଓ ପ୍ରସାରଣ ମନ୍ତ୍ରୀ ପ୍ରକାଶ ଡାଭଡେକର କହିଛନ୍ତି। ନୂତନ ଶିକ୍ଷା ନୀତିରେ ଉଚ୍ଚ ଶିକ୍ଷା ଅନୁଷ୍ଠାନର ବିସ୍ତାର ଭାବେ ସମ୍ପ୍ରସାରଣ ବିଶେଷକରି ଗ୍ରାମାଞ୍ଚଳରେ ଉଚ୍ଚ ଶିକ୍ଷାର ପ୍ରସାର ଏବଂ ଚାହିଦା ବୃଦ୍ଧି ଆଗାମୀ ଦିନରେ ଦେଶରେ ନାମଲେଖା ଅନୁପାତକୁ ବୃଦ୍ଧି କରିବାରେ ବେଶ୍‌ ସହାୟକ ହେବ ବୋଲି ବମ୍ବେର ପାର୍ଲେ ତିଲକ ବିଦ୍ୟାଳୟର ଶତବାର୍ଷିକୀ ଗୁରୁ ଦିବସ ପାଳନ ଅବସରରେ ଭିଡିଓ କନ୍‌ଫରେନ୍ସରେ ଯୋଗଦେଇ ଜାଭଡେକର କହିଛନ୍ତି। ଦେଶରେ ବର୍ତ୍ତମାନ ପିଲାମାନେ ଅଧିକରୁ ଅଧିକ ଶିକ୍ଷା ପ୍ରତି ମନୋନିବେଶ କଲେଣି। ଜାତୀୟ ଶିକ୍ଷା ନୀତି ୨୦୨୦ ଉଭୟ ଶିକ୍ଷା ଏବଂ ଶିକ୍ଷଣ ପଦ୍ଧତି ଏକ ପ୍ରକାର ନୂତନ ଅନୁଭୂତି ଆଣିବ। ଏହା ଯୁବଗୋଷ୍ଠୀକୁ ବେଶ୍‌ ସଶକ୍ତ କରିପାରିବ। ନୂଆ ଶିକ୍ଷା ନୀତି ମୌଳିକ ଏବଂ ଗାଣିତିକ ସାକ୍ଷରତା ଉପରେ ଗୁରୁତ୍ୱ ଦେଇଛି। ଏଥିସହିତ ନ୍ୟାଶନାଲ ଇନ୍‌ଷ୍ଟିଚ୍ୟୁଟ୍‌ ଅଫ୍‌ ଓପନ୍‌ ସ୍କୁଲିଂ ବ୍ୟବସ୍ଥା ସମସ୍ତଙ୍କ ନିକଟରେ ଶିକ୍ଷା ପହଞ୍ଚାଇବାରେ ସହାୟକ ହେବ ବୋଲି ଜାଭଡେକର କହିଛନ୍ତି। ଜାତୀୟ ଶିକ୍ଷା ନୀତିରେ ପ୍ରାକ୍‌ ଶିକ୍ଷା ବ୍ୟବସ୍ଥାକୁ ଅଧିକ ଗୁରୁତ୍ୱ ଦିଆଯାଇଛି। ୩ରୁ ୮ବର୍ଷର ପିଲାମାନଙ୍କ ମଧ୍ୟରେ ବୌଦ୍ଧିକ ଜ୍ଞାନ ଶକ୍ତି, ପାଠପଢ଼ା ପ୍ରତି ଆଗ୍ରହ ବୃଦ୍ଧି ଏବଂ ମାନସିକସ୍ଥିତି କିପରି ଠିକ୍‌ଭାବେ ବଢ଼ିପାରିବ ତାହା ଉପରେ ବିଶେଷ ଧ୍ୟାନ ଦିଆଯାଇଛି ବୋଲି ଜାଭଡେକର କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଟିକେଟ ବିକୁଛନ୍ତି ତେଜସ୍ବୀ ଯାଦବ: କଂଗ୍ରେସ ନେତା

ବାଲ୍ମିକିନଗର,୨୩।୪: ବିହାରର ବାଲ୍ମିକିନଗରରେ ଥିବା ଗ୍ରାଣ୍ଡ ଆଲାଇନ୍ସରେ ବିଦ୍ରୋହର ସ୍ବର ବୃଦ୍ଧି ପାଇବାରେ ଲାଗିଛି। ତେଜସ୍ବୀ ଯାଦବଙ୍କୁ ପୁଞ୍ଜିପତିମାନଙ୍କୁ ଟିକେଟ ବିକ୍ରି କରୁଥିବା ଅଭିଯୋଗ କରି...

ସବୁଠାରୁ ଧନୀ ପ୍ରାର୍ଥୀ

ନୂଆଦିଲ୍ଲୀ,୨୩।୪: ତେଲୁଗୁ ଦେଶମ ପାର୍ଟିର ଡାକ୍ତର ଚନ୍ଦ୍ର ଶେଖର ପେମାସାନୀ ଗୁଣ୍ଟୁର ଲୋକ ସଭା ଆସନରୁ ଆଜି ପର୍ଯ୍ୟନ୍ତ ଦାଖଲ କରାଯାଇଥିବା ପ୍ରାର୍ଥୀଙ୍କ ମଧ୍ୟରେ ସବୁଠାରୁ...

ଅଡୁଆରେ ପୁରୀ ଏମପି ପିନାକୀ ମିଶ୍ର, ପହଞ୍ଚିଲେ ହାଇକୋର୍ଟ

ପୁରୀ/ନୂଆଦିଲ୍ଲୀ,୨୩।୪: ଅଡୁଆରେ ପୁରୀ ଏମପି ପିନାକୀ ମିଶ୍ର । ପିନାକୀଙ୍କ ପିଛା ଛାଡୁନି ମହୁଆ ମୋଇତ୍ରା ବିବାଦ । ଦିଲ୍ଲୀ ହାଇକୋର୍ଟ ଦ୍ୱାରସ୍ଥ ହୋଇଛନ୍ତି ବିଜେଡି...

ପରିବାରକୁ ଶେଷ କରିବାକୁ ସୁପାରି ଦେଇଥିଲେ ପୁଅ, ହେଲେ ଭୁଲରେ ଅତିଥିଙ୍କୁ ମାରିଲେ କିଲର, ଜାଣନ୍ତୁ ମର୍ଡର ମିଷ୍ଟ୍ରି

ବେଙ୍ଗାଲୁରୁ,୨୩।୪: କର୍ନାଟକର ଜଣେ କାଳିଯୁଗ ପୁଅର ହୃଦୟ ବିଦାରକ କାର୍ଯ୍ୟ ସାମ୍ନାକୁ ଆସିଛି। ତାଙ୍କ ମାତାପିତା ଏବଂ ସାବତ ଭାଇଙ୍କ ହତ୍ୟା ପାଇଁ ସେ ୬୫...

ମୁର୍ଖ ନ ଥିଲେ ନେହେରୁ-ଇନ୍ଦିରା, କାହିଁକି ଏମିତି କହିଲେ ଶାନ୍ତିଶ୍ରୀ ପଣ୍ଡିତ

ନୂଆଦିଲ୍ଲୀ,୨୩।୪: ଜବାହରଲାଲ ନେହେରୁ ବିଶ୍ୱବିଦ୍ୟାଳୟ (ଜେଏନୟୁ) କୁଳପତି ପ୍ରଫେସର ଶାନ୍ତିଶ୍ରୀ ପଣ୍ଡିତ କହିଛନ୍ତି ଯେ ଧର୍ମ, ଭାଷା ଏବଂ ‘ଡ୍ରେସ କୋଡ’ରେ ସମାନତା ଦେଶରେ କାମ...

୯୦ ସେକେଣ୍ଡର ଭାଷଣ କଂଗ୍ରେସ ଦଳ ଏବଂ ଇଣ୍ଡିଆ ମେଣ୍ଟରେ ଆତଙ୍କ ସୃଷ୍ଟି କରିଛ: ମୋଦି

ଜୟପୁର,୨୩।୪: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର ରାଜସ୍ଥାନର ଟୋଙ୍କାରେ ଏକ ସାଧାରଣ ସଭାରେ ଉଦବୋଧନ ଦେଇ କହିଛନ୍ତି ଯେ ମୋର ୯୦ ସେକେଣ୍ଡର ଭାଷଣ କଂଗ୍ରେସ...

ଚିରାଗ ପାସଓ୍ବାନଙ୍କୁ ନିର୍ବାଚନ ପୂର୍ବରୁ ଝଟ୍‌କା! ବିଏସପିରେ ସାମିଲ ହେଲେ ପୂର୍ବତନ ଏମପି

ପାଟନା,୨୩।୪: ଲୋକ ସଭା ନିର୍ବାଚନରେ ଟିକେଟ ଦାବିରେ ଚିରାଗ ପାସୱାନଙ୍କଠାରୁ ଅଲଗା ହୋଇଥିବା ପୂର୍ବତନ ଏମପି ଅରୁଣ କୁମାର ବହୁଜନ ସମାଜ ପାର୍ଟିରେ ଯୋଗ ଦେଇଛନ୍ତି।...

ହାଇକୋର୍ଟର ମୁଖ୍ୟ ବିଚାରପତି କାହିଁକି କହିଲେ ଘୁଞ୍ଚାଇ ଦିଆଯାଉ ନିର୍ବାଚନ ତାରିଖ

କୋଲକାତା,୨୩।୪: ମଙ୍ଗଳବାର କୋଲାକାତା ହାଇକୋର୍ଟ ଚେତାବନୀ ଦେଇଛନ୍ତି ଯେ ପଶ୍ଚିମବଙ୍ଗର ସେହି ଲୋକ ସଭା ନିର୍ବାଚନମଣ୍ଡଳୀରେ ମତଦାନ ଅନୁମତି ଦିଆ ନ ଯାଉ ଯେଉଁଠାରେ ରାମ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri