ପାନୀୟ ଜଳ ଯୋଗାଣ ବ୍ୟବସ୍ଥା ସୁନିଶ୍ଚିତ କର:ଜିଲା ବିକାଶ ସମନ୍ବୟ-ତଦାରଖ କମିଟି ବୈଠକରେ ନିର୍ଦ୍ଦେଶ

ବରଗଡ,୨୩।୪(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ପରିଷଦ ସମ୍ମିଳନୀ କକ୍ଷରେ ଶନିବାର ଜିଲା ବିକାଶ ସମନ୍ବୟ ଏବଂ ମନିଟରିଂ କମିଟି ଦିଶାର ଦ୍ୱିତୀୟ ବୈଠକ ଅନୁଷ୍ଠିତ ହୋଇଛି। ଏଥିରେ ବରଗଡ଼ ଲୋକସଭା ଏମପି ପ୍ରଦୀପ ପୁରୋହିତ ଅଧ୍ୟକ୍ଷତା କରିଥିଲେ।
ବୈଠକରେ ପ୍ରଥମ ସମ୍ପାନରେ ଏମ୍‌ପି ପୁରୋହିତ ପ୍ରଥମ ବୈଠକରେ ଆଲୋଚ୍ୟ ବିଷୟ ଅନୁଯାୟୀ ବିଭିନ୍ନ ବିଭାଗୀୟ ଅଧିକାରୀଙ୍କ କାର୍ଯ୍ୟ ସମୀକ୍ଷା କରି ଅସମ୍ପୂର୍ଣ୍ଣ କାର୍ଯ୍ୟ ଗୁଡ଼ିକୁ ଶୀଘ୍ର ସମାପ୍ତ କରିବା ପାଇଁ ନିର୍ଦ୍ଦେଶ ଦେଇଥିଲେ। ଏହାପରେ ସୋହେଲାଠାରୁ ସୋନପୁର ପର୍ଯ୍ୟନ୍ତ ଜାତୀୟ ରାଜପଥ ନିର୍ମାଣ ପାଇଁ ଦୁଇ ହଜାର କୋଟି ଟଙ୍କାର ଅନୁଦାନ ଦେଇଥିବରୁ ଦିଶା କମିଟିର ସମସ୍ତ ସଦସ୍ୟ ତଥା ଜିଲାବାସୀଙ୍କ ତରଫରୁ ଉଭୟ କେନ୍ଦ୍ର ଓ ରାଜ୍ୟ ସରକାର ତଥା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, କେନ୍ଦ୍ରୀୟ ସଡ଼କ ପରିବହନ ମନ୍ତ୍ରୀ ନୀତିନ ଗଡ଼କରି ଏବଂ ରାଜ୍ୟ ପରିବହନ ମନ୍ତ୍ରୀ ବିଭୂତି ଭୂଷଣ ଜେନାଙ୍କୁ ସେ ଧନ୍ୟବାଦ ଅର୍ପଣ କରିଥିଲେ। ବୈଠକର ଦ୍ୱିତୀୟ ସମ୍ପାନରେ ପୁରୋହିତ ବର୍ତ୍ତମାନ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ଜିଲାରେ ପାନୀୟଜଳ ଯୋଗାଣ ବ୍ୟବସ୍ଥା ବିଷୟରେ ପଚାରି ବୁଝି ରାଜ୍ୟ ସରକାରଙ୍କୁ ଅତିରିକ୍ତ ୨୦୦୦ ନଳକୂପ ଖନନ ପାଇଁ ପ୍ରସ୍ତାବ ଦେବା ସହିତ ଜିଲାର ସମସ୍ତ ଗ୍ରାମରେ ପାନୀୟଜଳ ଯୋଗାଣକୁ ତ୍ୱରାନ୍ବିତ କରିବା ପାଇଁ ବିଭାଗୀୟ ଅଧିକାରୀଙ୍କୁ ପୁରୋହିତ ନିର୍ଦ୍ଦେଶ ଦେଇଥିଲେ। ରାଶନ କାର୍ଡ ବଣ୍ଟନ ନିମନ୍ତେ ପଞ୍ଜୀକରଣ ବ୍ୟବସ୍ଥା ଓ ଉଜ୍ଜଳା ଗ୍ୟାସ ବିତରଣର ସ୍ଥିତି ସମୀକ୍ଷା କରି କୃଷି ଏବଂ କୃଷକ ସଶକ୍ତିକରଣ ନିମିତ୍ତ ଉପଲବ୍ଧ ବିଭିନ୍ନ ଯୋଜନା ତଥା ପ୍ରଧାନମନ୍ତ୍ରୀ ଉଜ୍ବଳା ଯୋଜନା, ପ୍ରଧାନମନ୍ତ୍ରୀ କୃଷି ସିଚାୟୀ ଯୋଜନା, ରାଷ୍ଟ୍ରୀୟ କୃଷି ବିକାଶ ଯୋଜନା, ପରମ୍ପରାଗତ କୃଷି ବିକାଶ ଯୋଜନା, ମୃତ୍ତିକା ସ୍ବାସ୍ଥ୍ୟ କାର୍ଡ ବିତରଣ, ଉଦ୍ୟାନ, କୃଷି ଏଂ ମତ୍ସ୍ୟ ବିଭାଗର ସମସ୍ତ ଯୋଜନାର ପ୍ରଗତି, ଜଳସେଚନ ବ୍ୟବସ୍ଥାର ସୁଦୃଢ଼ିକରଣ, ଜାତୀୟ ସ୍ବାସ୍ଥ୍ୟ ମିଶନ, ମହିଳା ଓ ଶିଶୁ ବିକାଶ ବିଭାଗର ବେଟି ବଚାଓ ବେଟି ପଢାଓ, ସମନ୍ବିତ ଶିଶୁ ବିକାଶ ଯୋଜନା, ମଧ୍ୟାହ୍ନ ଭୋଜନ ବ୍ୟବସ୍ଥା, ଶ୍ରମ ନିଯୁକ୍ତି ନିମିତ୍ତ ଦିନ ଦୟାଲ ଉପାଧ୍ୟାୟ ଗ୍ରାମୀଣ କୌଶଳ ଯୋଜନା, ଦିନ ଦୟାଲ ଅନ୍ତୋଦୟ ଯୋଜନା, ସହ ମହାତ୍ମା ଗାନ୍ଧୀ ଜାତୀୟ ନିଶ୍ଚିତ କର୍ମନିଯୁକ୍ତି ଯୋଜନା, ପ୍ରଧାନମନ୍ତ୍ରୀ ଆବାସ ଯୋଜନା, ସ୍ବଚ୍ଛ ଭାରତ ମିଶନ ଏଂ ସାମାଜିକ କଲ୍ୟାଣ ଓ ଭିତ୍ତିଭୂମିର ଉନ୍ନତି ନିମନ୍ତେ ଥିବା ଭିଭିନ୍ନ ଫ୍ଲାଗ୍‌ସିପ ପ୍ରୋଗ୍ରାମ, ଶକ୍ତି ଓ ପ୍ରଯୁକ୍ତିବିଦ୍ୟାର ଉନ୍ନତି ନିମନ୍ତେ କେନ୍ଦ୍ର ସରକାରଙ୍କ ବିଭିନ୍ନ ଯୋଜନାର ବର୍ତ୍ତମାନର ସ୍ଥିତି ଏବଂ ପ୍ରଗତି ବିଷୟରେ ଆଲୋଚନା କରି ସ୍ବାସ୍ଥ୍ୟ, ଶିକ୍ଷା, କୃଷି, ଜଙ୍ଗଲ, ଉଦ୍ୟାନ, ପୁର୍ତ୍ତ, ରାଜସ୍ବ, ପାନୀୟ ଜଳ ଯୋଗାଣ, ଏବଂ ଜଳ ସେଚନ ଭଳି ସମସ୍ତ ବିଭାଗର ଅଟକି ରହିଥିବା ଉନ୍ନୟନମୂଳକ କାର୍ଯ୍ୟ ଗୁଡିକୁ ଶୀଘ୍ର ସମାପ୍ତ କରିବାକୁ ନିର୍ଦ୍ଦେଶ ଦେଇ ଜିଲାର ସର୍ବାଙ୍ଗୀନ ଉନ୍ନତି ପାଇଁ ସମସ୍ତ ବିଭାଗ ତଥା ବିଭାଗୀୟ ଅଧିକାରୀ ସମନ୍ବୟ ରକ୍ଷା କରି କାର୍ଯ୍ୟ କରିବାକୁ ସେ ପରାମର୍ଶ ଦେଇଥିଲେ। ବୈଠକରେ ଜିଲାର ସମସ୍ତ ବ୍ଲକ ଚେୟାରମେନ ଏବଂ ପୌରାଧ୍ୟକ୍ଷା, ପୌରାଧ୍ୟକ୍ଷଙ୍କ ସମେତ ବରଗଡ଼ ବିଧାୟକ ଅଶ୍ୱିନୀ କୁମାର ଷଡ଼ଙ୍ଗୀ, ଅତାବିରା ନିହାର ରଞ୍ଜନ ମହାନନ୍ଦ, ଭଟଲି ବିଧାୟକ ଇରାଶିଷ ଆଚାର୍ଯ୍ୟ, ପଦ୍ମପୁର ବିଧାୟିକା ବର୍ଷା ସିଂ ବରିହା ଏବଂ ବିଜେପୁର ବିଧାୟକଙ୍କ ପ୍ରତିନିଧି ସୁରେଶ୍ୱର ଶତପଥିଙ୍କ ସମେତ ଜିଲାପାଳ ଆଦିତ୍ୟ ଗୋୟଲ ଏବଂ ଜିଲା ପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ଲଲାଟ କୁମାର ଲୁହା ଉପସ୍ଥିତ ରହି ସମସ୍ତ ବିଭାଗୀୟ ଅଧିକାରୀଙ୍କ କାର୍ଯ୍ୟ ସମୀକ୍ଷା କରିବା ସହିତ ଦୃଢ ପରିଶ୍ରମ କରି ଲୋକଙ୍କୁ ଉଭୟ କେନ୍ଦ୍ର ଏବଂ ରାଜ୍ୟ ସରକାରଙ୍କ ବିଭିନ୍ନ ଯୋଜନା ପହଞ୍ଚାଇବାକୁ ନିର୍ଦ୍ଦେଶ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବିନା ଦର୍ଶକରେ ଖେଳାଯିବ PSL ମ୍ୟାଚ୍, ଏହି କାରଣରୁ ନିଆଗଲା ବଡ଼ ନିଷ୍ପତ୍ତି

ନୂଆଦିଲ୍ଲୀ,୨୨।୩: ପାକିସ୍ତାନ ସୁପର ଲିଗ୍ (PSL)ର ନୂତନ ସିଜିନ୍ ମାର୍ଚ୍ଚ ୨୬ ରେ ଆରମ୍ଭ ହେବାକୁ ଯାଉଛି । ସିଜିନ୍ ଆରମ୍ଭ ହେବା ପୂର୍ବରୁ, PCB ଟୁର୍ଣ୍ଣାମେଣ୍ଟ…

ସରକାରୀ ଜମି ଜବରଦଖଲ, ଚୌରଗଡ଼ିଆ ଗ୍ରାମରେ ତୀବ୍ର ଜନଅସନ୍ତୋଷ

ବଞ୍ଚୋ,୨୨।୩(ପ୍ରଦୋଷ କୁମାର ବିଶ୍ୱାଳ ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ଚୋରଗାଡ଼ିଆ ଗ୍ରାମରେ ସରକାରୀ ଜମି ଜବରଦଖଲକୁ ନେଇ ଜନଅସନ୍ତୋଷ ଦେଖାଦେଇଛି । ଗ୍ରାମବାସୀଙ୍କ ଅଭିଯୋଗ ଅନୁସାରେ,…

ବାଇକ୍‌ ଦୁର୍ଘଟଣାରେ ଚାଲିଗଲା ଯୁବତୀ, ଯୁବକଙ୍କ ଜୀବନ

ମୁନିଗୁଡ଼ା,୨୨।୩: ରାୟଗଡ଼ା ଜିଲା ବିଷମକଟକ ଥାନା ଚାଟିକଣାଠାରେ ରବିବାର ଏକ ଦୁର୍ଘଟଣା ଘଟିଛି। ଦୁର୍ଘଟଣାରେ ଜଣେ ଯୁବତୀ ଏବଂ ଯୁବକଙ୍କ ମୃତ୍ୟୁ ଘଟିଛି। ହେଲେ ସେମାନଙ୍କ ପରିଚୟ…

VIDEO:ଷ୍ଟେଟ ଅଫ୍ ହର୍ମୁଜରେ ଇରାନର ବଡ଼ ଆକ୍ରମଣ, F-୧୫ ଫାଇଟର ଜେଟକୁ ଖସାଇ ଦେଇଥିବା ଦାବି

ନୂଆଦିଲ୍ଲୀ,୨୨।୩: ଇରାନ ପୁଣିଥରେ ଇସ୍ରାଏଲ ଏବଂ ଆମେରିକାକୁ ଏକ ବଡ଼ ଝଟକା ଦେଇଛି । ଏକ ଇରାନୀ କ୍ଷେପଣାସ୍ତ୍ର ହର୍ମୁଜ୍ ଷ୍ଟ୍ରେଟରେ ଶତ୍ରୁପକ୍ଷର ଏକ F-୧୫ ଲଢ଼ୁଆ…

ଇରାନ ସହ ଯୁଦ୍ଧ ମଧ୍ୟରେ ବଡ଼ ବୟାନ ଦେଲେ ଟ୍ରମ୍ପ! ଜାଣନ୍ତୁ ତେହରାନକୁ ନେଇ କ’ଣ କହିଲେ

ଓ୍ବାଶିଂଟନ,୨୨।୩: ଇରାନ ସହିତ ଚାଲିଥିବା ବିବାଦ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ସୋସିଆଲ ମିଡିଆ ପ୍ଲାଟଫର୍ମ ଟ୍ରୁଥ ସୋସିଆଲରେ ଏକ ପୋଷ୍ଟରେ ଦେଶ ସମ୍ପର୍କରେ ଏକ…

ବିଶ୍ୱ ଜଳ ଦିବସ ସମାରୋହ ୨୦୨୬ ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ, ବଡ଼ ଘୋଷଣା କରି…..

ଭୁବନେଶ୍ବର,୨୨।୩: ରାଜ୍ୟ ସ୍ତରୀୟ ବିଶ୍ୱ ଜଳ ଦିବସ ସମାରୋହ ୨୦୨୬ ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଲୋକସେବା ଭବନ କନଭେନଶନ ସେଣ୍ଟର ଠାରେ…

ମନ୍ଦିରରୁ ରୂପା ଅଳଙ୍କାର ନେଇଗଲେ ଦୁର୍ବୃତ୍ତ, ପୋଲିସ….

ଛତ୍ରପୁର,୨୨।୩(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଚମଖଣ୍ଡି ଥାନା ଅଧୀନ ମାଣ୍ଡିଆପଲ୍ଲୀରେ ଥିବା ସିରିଡ଼ି ସାଇ ବାବା ମନ୍ଦିରରୁ ଚୋରି । କେହି ଦୁର୍ବୃତ୍ତ ମନ୍ଦିରରୁ ରୂପା ଚୋରି…

ଛାତିଥରା କାହାଣୀ, ପ୍ରେମିକ ସହ ମିଶି ଶାଶୁଙ୍କୁ ହତ୍ୟା କଲେ ୪୪ ବର୍ଷୀୟ ବୋହୂ

ଲକ୍ଷ୍ନୌ,୨୨।୩: ଉତ୍ତର ପ୍ରଦେଶର ରାଜଧାନୀ ଲକ୍ଷ୍ନୌରେ, ଜଣେ ୬୫ବର୍ଷୀୟା ମହିଳାଙ୍କୁ ତାଙ୍କ ନିଜ ଘର ଭିତରେ ଗଳାକାଟି ହତ୍ୟା କରାଯାଇଥିବା ନେଇ ଅଭିଯୋଗ ହୋଇଛି । ଲକ୍ଷ୍ନୌ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri