ବ୍ୟବସ୍ଥିତ ଏସ୍‌.ଆଇ.ଆର୍ ପ୍ରକ୍ରିୟାରେ ଯୋଗ୍ୟ ଭୋଟରଙ୍କ ଅନ୍ତର୍ଭୁକ୍ତି ସୁନିଶ୍ଚିତ

ଛତ୍ରପୁର, ୩୦୬ (ଦିଲ୍ଲୀପ ସାମଲ): ନିର୍ବାଚନ ପ୍ରକ୍ରିୟାର ସ୍ୱଚ୍ଛତା, ନିର୍ଭୁଲତା ଓ ବିଶ୍ୱସନୀୟତା ବଜାୟ ରଖିବା ଉଦ୍ଦେଶ୍ୟରେ ଭୋଟର ତାଲିକାର ସ୍ୱତନ୍ତ୍ର ସଘନ ସଂଶୋଧନ (ଏସ୍‌.ଆଇ.ଆର୍) କାର୍ଯ୍ୟକ୍ରମକୁ ଅଧିକ ସୁଦୃଢ଼ ଓ ସ୍ୱଚ୍ଛ କରିବା ପାଇଁ ସୋମବାର ଛତ୍ରପୁର ଜିଲାପାଳଙ୍କ ସମ୍ମିଳନୀ କକ୍ଷରେ ବିଭିନ୍ନ ରାଜନୈତିକ ଦଳର ପ୍ରତିନିଧିମାନଙ୍କ ସହ ଏକ ସମନ୍ୱୟ ବୈଠକ ଅନୁଷ୍ଠିତ ହୋଇଥିଲା।

ବୈଠକରେ ଭୋଟ ଦେବାକୁ ଯୋଗ୍ୟ ହୋଇ ମଧ୍ୟ ଭୋଟର ତାଲିକାରେ ସାମିଲ ହୋଇପାରି ନ ଥିବା ନାଗରିକଙ୍କୁ ଅନ୍ତର୍ଭୁକ୍ତ କରିବା, ନୂତନ ମତଦାତାଙ୍କ ପଞ୍ଜୀକରଣ, ମୃତ, ଅଯୋଗ୍ୟ ଏବଂ ସ୍ଥାୟୀ ଭାବେ ସ୍ଥାନାନ୍ତରିତ ଭୋଟରଙ୍କ ନାମ ବିଲୋପ କରିବା ସହ ଭୋଟର ତାଲିକାକୁ ସମ୍ପୂର୍ଣ୍ଣ ତ୍ରୁଟିମୁକ୍ତ କରିବା ପାଇଁ ଉପଲବ୍ଧ ସୁବିଧା ଓ ପ୍ରକ୍ରିୟା ସମ୍ପର୍କରେ ବିସ୍ତୃତ ଆଲୋଚନା କରାଯାଇଥିଲା।

ଏହି ଅବସରରେ ପଦାଧିକାରୀମାନେ କହିଥିଲେ ଯେ, ଏକ ସଠିକ୍ ଓ ନିର୍ଭୁଲ ଭୋଟର ତାଲିକା ପ୍ରସ୍ତୁତିରେ ରାଜନୈତିକ ଦଳ ଏବଂ ସେମାନଙ୍କ ଅଧିକୃତ ପ୍ରତିନିଧିଙ୍କ ସକ୍ରିୟ ସହଯୋଗ ଅତ୍ୟନ୍ତ ଜରୁରୀ। ଯୋଗ୍ୟ ମତଦାତାଙ୍କୁ ଭୋଟର ତାଲିକାରେ ସାମିଲ କରିବା ସହ ଅଯୋଗ୍ୟ ନାମଗୁଡ଼ିକୁ ବିଲୋପ କରିବାରେ ସମସ୍ତଙ୍କ ସହଯୋଗ ଗଣତାନ୍ତ୍ରିକ ବ୍ୟବସ୍ଥାକୁ ଆହୁରି ସୁଦୃଢ଼ କରିବ ବୋଲି ସେମାନେ ମତ ପ୍ରକାଶ କରିଥିଲେ। ବୈଠକରେ ଉପସ୍ଥିତ ପ୍ରତିନିଧିମାନଙ୍କ ବିଭିନ୍ନ ପ୍ରଶ୍ନର ସବିଶେଷ ଉତ୍ତର ମଧ୍ୟ ପଦାଧିକାରୀମାନେ ପ୍ରଦାନ କରିଥିଲେ।

ସୂଚନା ଦିଆଯାଇଥିଲା ଯେ, ଗତ ମେ’ ୩୦ ତାରିଖରୁ ଆରମ୍ଭ ହୋଇଥିବା ପରିଗଣନା ଫର୍ମ ପୂରଣ କାର୍ଯ୍ୟ ଜୁନ୍ ୨୮ ତାରିଖରେ ସଫଳତାର ସହ ସମାପ୍ତ ହୋଇଛି। ଆସନ୍ତା ଜୁଲାଇ ୫ ତାରିଖରେ ଚିଠା ଭୋଟର ତାଲିକା ପ୍ରକାଶ ପାଇବ। ଏହାପରେ ଜୁଲାଇ ୫ରୁ ଅଗଷ୍ଟ ୪ ପର୍ଯ୍ୟନ୍ତ ଭୋଟର ତାଲିକା ସମ୍ବନ୍ଧୀୟ ଦାବି ଓ ଆପତ୍ତି ଦାଖଲ କରାଯାଇପାରିବ। ଦାଖଲ ହୋଇଥିବା ସମସ୍ତ ଦାବି ଓ ଆପତ୍ତିର ଶୁଣାଣି ଓ ବିଚାର ସେପ୍ଟେମ୍ବର ୨ ତାରିଖ ପର୍ଯ୍ୟନ୍ତ କରାଯିବ। ତେଣୁ ଏହି ସମ୍ପୂର୍ଣ୍ଣ ପ୍ରକ୍ରିୟାରେ କୌଣସି ଯୋଗ୍ୟ ମତଦାତା ବାଦ ପଡ଼ିବାର ସମ୍ଭାବନା ନଥିବା ବୋଲି ବୈଠକରେ ମତ ପ୍ରକାଶ ପାଇଥିଲା।

ବୈଠକରେ ଅତିରିକ୍ତ ଜିଲାପାଳ (ରାଜସ୍ୱ) ଦେବଦତ୍ତ ପଣ୍ଡା ଏସ୍‌.ଆଇ.ଆର୍ ପ୍ରକ୍ରିୟାର ବିଭିନ୍ନ ଦିଗ ଉପରେ ବିସ୍ତୃତ ଆଲୋକପାତ କରିଥିଲେ। ତାଙ୍କର ବିଷୟଭିତ୍ତିକ ଉପସ୍ଥାପନା ବୈଠକକୁ ଅଧିକ ଫଳପ୍ରଦ କରିଥିଲା।ଶେଷରେ ଡେପୁଟି କଲେକ୍ଟର ଅରୁଣ କୁମାର ଖଣ୍ଡା ସମସ୍ତ ଉପସ୍ଥିତ ପ୍ରତିନିଧି ଓ ପଦାଧିକାରୀଙ୍କୁ ଧନ୍ୟବାଦ ଜଣାଇଥିଲେ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଜ୍ଞାନେଶ କୁମାରଙ୍କ ଇସ୍ତଫା ଦାବିରେ ଅଟଳ CJP, ଆସାମରୁ ଏଭଳି ଚେତାବନୀ ଦେଲେ ଆଶୁତୋଷ ରାଙ୍କା

ଗୁଆହାଟୀ,୨୯।୯: ସ୍ବତନ୍ତ୍ର ସଘନ ସଂଶୋଧନ (ଏସ୍‌ଆଇଆର୍‌) ନାମରେ ଭୋଟର ତାଲିକାରୁ ୧୩ କୋଟି ଲୋକଙ୍କ ନାମକୁ ବାଦ୍‌ ଦିଆଯାଇଥିବା ଅଭିଯୋଗକୁ ନେଇ ସିଇସି ଜ୍ଞାନେଶ କୁମାରଙ୍କ ଇସ୍ତଫା…

କେବେ ଆରମ୍ଭ ହେବ ୨୦୨୭ ବିଶ୍ୱକପ୍‌? ସାମ୍ନାକୁ ଆସିଲା ବଡ଼ ଅପଡେଟ୍‌,

ନୂଆଦିଲ୍ଲୀ,୨୯।୯: ୨୦୨୭ରେ ଖେଳାଯିବାକୁ ଥିବା ODI ବିଶ୍ୱକପ୍‌କୁ ନେଇ ବଡ଼ ଅପଡେଟ୍‌ ସାମ୍ନାକୁ ଆସିଛି । ଆନ୍ତର୍ଜାତୀୟ କ୍ରିକେଟ୍‌ ପରିଷଦ (ICC) ଆସନ୍ତା ଅକ୍ଟୋବର ୧ ତାରିଖରେ…

ଶୁଣିଲାନି ପ୍ରଶାସନ: ସରକାରୀ ବସକୁ ଅଟକ ରଖିଲେ ଶତାଧିକ ମହିଳା

ଦାରିଙ୍ଗବାଡି,୨୯।୯(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ସିଆଙ୍ଗବାଲିଠାରେ ମଙ୍ଗଳବାର ସକାଳ ୬ଟାରେ ସରକାରୀ ବସକୁ ଗ୍ରାମବାସୀ ଅଟକାଇ ରଖିଛନ୍ତି। ବ୍ଲକ ହେଡ଼ କ୍ୱାର୍ଟରଠାରୁ ପଞ୍ଚାୟତ ହେଡକ୍ୱାର୍ଟର…

ହୋମଷ୍ଟେ ଆବେଦନକାରୀଙ୍କୁ ଭୁବନେଶ୍ୱର ଡାକରା: ମିଳିଲା ଅସ୍ଥାୟୀ ପଞ୍ଜୀକରଣ ପ୍ରମାଣପତ୍ର

ଦାରିଙ୍ଗବାଡ଼ି, ୨୯।୯(ଅରୁଣ ସାହୁ): କନ୍ଧମାଳ ଜିଲାର ଦାରିଙ୍ଗବାଡ଼ିକୁ ବିଶ୍ୱସ୍ତରୀୟ ପର୍ଯ୍ୟଟନକ୍ଷେତ୍ର ଭାବେ ବିକଶିତ କରିବାକୁ ରାଜ୍ୟ ସରକାର ପଦକ୍ଷେପ ନେଇଛନ୍ତି। ଏହା ଦ୍ୱାରା ଦେଶ ଓ ବିଦେଶରୁ…

ଦେବଗଡ଼ରେ ଭୂମିକମ୍ପ: ଥରିଲା ସହର, ଘରୁ ବାହାରି ଆସିଲେ ଲୋକେ

ଦେବଗଡ଼,୨୯ା୯(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲାରେ ଭୂମିକମ୍ପ । ରିଆମାଳ ବ୍ଳକ ଚଡେଇମରା ଅଞ୍ଚଳରେ ଭୂକମ୍ପ ଝଟକା ଅନୁଭୂତ ହୋଇଛି । ସୋମବାର ରାତି ପ୍ରାୟ ୧୦ଟା…

ଏଣିକି ବିନା ପ୍ରେସକ୍ରିପ୍ସନରେ ମିଳିବନି ଏସିଡିଟି ଔଷଧ, CDSCO ଜାରି କଲା ନୂଆ ସର୍ତ୍ତ

ନୂଆଦିଲ୍ଲୀ,୨୯।୯: ଏସିଡିଟି ହେଲେ ଏଣିକି ମେଡିକାଲ ଷ୍ଟୋରରୁ ନିଜ ଇଚ୍ଛାରେ ଔଷଧ କିଣିବା ସହଜ ହେବ ନାହିଁ। ନୂଆ ନିୟମ ଅନୁସାରେ, ଡାକ୍ତରଙ୍କ ପରାମର୍ଶ କିମ୍ବା ପ୍ରେସକ୍ରିପ୍ସନ…

ନାଥଙ୍କ ଆଫିଡାଭିଟ ଆଣିଲା ନୂଆମୋଡ଼: ଡିଜିପି ଚୟନ ପ୍ରସଙ୍ଗକୁ ନେଇ…

ଭୁବନେଶ୍ୱର,୨୯ା୯(ସୁନିତ୍‌ ମିଶ୍ର):ଓଡ଼ିଶାର ନୂଆ ଡିଜିପି ଚୟନ ପ୍ରସଙ୍ଗକୁ ନେଇ ନୂଆ ନୂଆ ତଥ୍ୟ ସାମ୍ନାକୁ ଆସିବାରେ ଲାଗିଛି। ଏହି ବିଷୟକୁ ନେଇ ସୁପ୍ରିମକୋର୍ଟରେ ଶୁଣାଣି ଜାରି ରହିଛି।…

କେନ୍ଦ୍ର-ସିବିଏସ୍‌ଇକୁ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ, ୬ଷ୍ଠ ଶ୍ରେଣୀ ପିଲାଙ୍କୁ ୩ ଭାଷା ନୀତିରୁ…

ନୂଆଦିଲ୍ଲୀ,୨୯।୯(ପି.ଟି.): କେନ୍ଦ୍ର ସରକାରଙ୍କ ୩ ଭାଷା ନୀତିରୁ ୭ମ ଶ୍ରେଣୀ ଛାତ୍ରୀଛାତ୍ରଙ୍କୁ ବାଦ୍‌ ଦିଆଯାଇଥିବାବେଳେ ବର୍ତ୍ତମାନର ୬ଷ୍ଠ ଶ୍ରେଣୀ ପିଲାଙ୍କୁ ମଧ୍ୟ ଉକ୍ତ ନୀତିରୁ ବାଦ୍‌ ଦେବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?