ଜୀବନ ହାନି ନ ହେବା ସୁନିଶ୍ଚିତ କର

ଭୁବନେଶ୍ୱର,୧୭ା୮(ବ୍ୟୁରୋ): କୌଣସି ଗୋଟିଏ ଜୀବନ ଯେପରି ହାନି ନ ହୁଏ ତାହା ସୁନିଶ୍ଚିତ କରିବାକୁ ବିଭାଗୀୟ ଅଧିକାରୀମାନଙ୍କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟର ବନ୍ୟା ପରିସ୍ଥିତି ସମୀକ୍ଷା କରି ନିର୍ଦ୍ଦେଶ ଦେଇଛନ୍ତି। ସାଧାରଣ ଜୀବନ ଯାତ୍ରାରେ ଯେପରି ବ୍ୟାପକ ଅସୁବିଧା ନ ହୁଏ ସେଥିପ୍ରତି ଯତ୍ନବାନ ହେବାକୁ ସେ ପରାମର୍ଶ ଦେଇଛନ୍ତି। ନିୟମିତ ସମୀକ୍ଷା କରିବାକୁ ମୁଖ୍ୟ ଶାସନ ସଚିବ ଓ ଏସ୍‌ଆରସିଙ୍କୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି।
ମହାନଦୀରେ ଜଳ ପତନ ବୃଦ୍ଧି ପାଉଥିବାରୁ ୧୦ ଜିଲା ପାଇଁ ବନ୍ୟା ବିପଦ ବଢ଼ିବାରେ ଲାଗିଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଙ୍ଗଳବାର ମୁଖ୍ୟ ଶାସନ ସଚିବ, ଉନ୍ନୟନ କମିଶନର ତଥା ସ୍ବତନ୍ତ୍ର ରିଲିଫ୍‌ କମିଶନର ଏବଂ ବିଭିନ୍ନ ବିଭାଗର ବରିଷ୍ଠ ଅଧିକାରୀଙ୍କ ସହ ଭିଡିଓ କନ୍‌ଫରେନ୍ସ ଜରିଆରେ ବନ୍ୟା ପରିସ୍ଥିତିର ସମୀକ୍ଷା କରିଛନ୍ତି। ବିପଦସଙ୍କୁଳ ଅବସ୍ଥାରେ ଥିବା ଲୋକମାନଙ୍କୁ ପ୍ରାଥମିକତା ଭିତ୍ତିରେ ସ୍ଥାନାନ୍ତର କରିବା ସହ ଆବଶ୍ୟକ ରିଲିଫ୍‌ ଓ ମୌଳିକ ସୁବିଧା ଯୋଗାଇ ଦେବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି।
କ୍ରମାଗତ ବର୍ଷା ଲାଗି ରହିଥିବାରୁ ମହାନଦୀ ଅବବାହିକା ଅଞ୍ଚଳର ୧୦ ଜିଲାରେ ବନ୍ୟା ହେବା ସମ୍ଭାବନା ଦେଖାଦେଇଛି। ଏହି ଜିଲାର ଜିଲାପାଳମାନେ ସତର୍କ ରହିବା ସହ ବନ୍ୟା ପରିସ୍ଥିତି ରୋକିବା ପାଇଁ ସମସ୍ତ ପ୍ରକାର ପଦକ୍ଷେପ ନେବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି। ଏନ୍‌ଡିଆରଏଫ୍‌, ଓଡ୍ରାଫ୍‌ ଓ ଅଗ୍ନିଶମ ୟୁନିଟ୍‌ଗୁଡ଼ିକୁ ବିପଦସଙ୍କୁୁଳ ସ୍ଥାନଗୁଡ଼ିିକରେ ସଜାଗ ରଖି ଆବଶ୍ୟକ ସ୍ଥଳେ ଲୋକଙ୍କ ଉଦ୍ଧାର କାର୍ଯ୍ୟରେ ନିୟୋଜିତ କରାଯିବା ଉପରେ ସେ ଗୁରୁତ୍ୱ ଦେଇଛନ୍ତି। ଡାକ୍ତରଖାନା, ଜଳ ଯୋଗାଣ ଓ ବିଦ୍ୟୁତ୍‌ ଯୋଗାଣ ବ୍ୟବସ୍ଥା ପରି ଜୀବନ ରକ୍ଷାକାରୀ ସଂସ୍ଥାଗୁଡ଼ିକୁ ନିରବଚ୍ଛିନ୍ନ ଭାବେ ସେବା ଯୋଗାଇ ଦେବା, ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗ ଗ୍ରାମାଞ୍ଚଳରେ ସ୍ବଚ୍ଛ ପାନୀୟ ଜଳର ବ୍ୟବସ୍ଥା କରିବା, ସ୍ବାସ୍ଥ୍ୟ ବିଭାଗ ପ୍ରଭାବିତ ଅଞ୍ଚଳରେ ଲୋକଙ୍କୁ ସ୍ବାସ୍ଥ୍ୟସେବା ଯୋଗାଇ ଦେବା ପାଇଁ ସ୍ବତନ୍ତ୍ର ବ୍ୟବସ୍ଥା କରିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି। ରାସ୍ତାଘାଟର କ୍ଷତି ହୋଇ ଯଦି ଯୋଗାଯୋଗ ବ୍ୟବସ୍ଥା ବ୍ୟାହତ ହୁଏ ତେବେ ସେଗୁଡ଼ିକର ଯୁଦ୍ଧକାଳୀନଭିତ୍ତିରେ ମରାମତି ପାଇଁ ବ୍ୟବସ୍ଥା କରିବା ଆବଶ୍ୟକ। ସେହିପରି ଶକ୍ତି ବିଭାଗ ମଧ୍ୟ ବିଦ୍ୟୁତ୍‌ ଯୋଗାଯୋଗ ବ୍ୟାହତ କ୍ଷେତ୍ରରେ ତୁରନ୍ତ ପୁନଃ ସଂଯୋଗ ପାଇଁ ବ୍ୟବସ୍ଥା କରିବାକୁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି।
ବୈଠକରେ ସ୍ବତନ୍ତ୍ର ରିଲିଫ୍‌ କମିଶନର (ଏସ୍‌ଆରସି) ପି. କେ. ଜେନା ବନ୍ୟା ପ୍ରସ୍ତୁତି ଓ ପଦକ୍ଷେପ ସମ୍ପର୍କରେ ସୂଚନା ଦେଇ କହିଛନ୍ତି ଯେ ମହାନଦୀ ଉପର ଓ ତଳମୁଣ୍ଡରେ ବର୍ଷା ହୋଇ ୧୦ ଜିଲାରେ ବନ୍ୟା ପରିସ୍ଥିତି ଦେଖାଦେଇଛି। ୭ ଜିଲାରେ ୯ଟି ଓଡ୍ରାଫ୍‌, ୬ ଜିଲାରେ ୯ଟି ଏନ୍‌ଡିଆରଏଫ୍‌ ଟିମ୍‌, ୪୪ ଅଗ୍ନିଶମ ସେବା ୟୁନିଟ୍‌କୁ ସଜାଗ ରଖାଯାଇଛି। ସମସ୍ତ ଜିଲା ପ୍ରଶାସନକୁ ହାଇ ଆର୍ଲଟରେ ରଖାଯାଇଛି। ଆବଶ୍ୟକ ହେଲେ ଲୋକମାନଙ୍କୁ ସ୍ଥାନାନ୍ତର କରିବାକୁ ୧୦ ଜିଲାର ଜିଲାପାଳଙ୍କୁ ନିର୍ଦ୍ଦେଶ ଦିଆଯାଇଛି। ଏଥିସହିତ ପଞ୍ଚାୟତ ଅନୁଷ୍ଠାନଗୁଡ଼ିକର ସହାୟତା ନେବା ପାଇଁ ମଧ୍ୟ ପରାମର୍ଶ ଦିଆଯାଇଛି।
ମୁଖ୍ୟମନ୍ତ୍ରୀଙ୍କ ସଚିବ(୫-ଟି) ଭି.କେ. ପାଣ୍ଡିଆନ ସମ୍ବଲପୁର, କଟକ, ଜଗତ୍‌ସିଂହପୁର, କେନ୍ଦ୍ରାପଡ଼ା ଜିଲାପାଳ ଓ କଟକ ମହାନଗର ନିଗମ କମିଶନରଙ୍କ ସହିତ ବନ୍ୟା ସ୍ଥିତି ସମ୍ପର୍କରେ ଆଲୋଚନା କରିଛନ୍ତି। ଜିଲା ପ୍ରଶାସନ ସମ୍ପୂର୍ଣ୍ଣ ଭାବରେ ସଜାଗ ରହି ପରିସ୍ଥିତି ଉପରେ ନଜର ରଖିଛି। କେତେକ ସ୍ଥାନରେ ଲୋକଙ୍କୁ ସ୍ଥାନାନ୍ତର ମଧ୍ୟ କରାଯାଉଛି ବୋଲି ଜିଲାପାଳମାନେ ସୂଚନା ଦେଇଛନ୍ତି। ବୈଠକରେ ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର, ବିଭିନ୍ନ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ, ପ୍ରମୁଖ ସଚିବ, ସଚିବ ଓ ଜିଲାପାଳମାନେ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବିନା କାଗଜପତ୍ରରେ ଖୁଲମଖୁଲା ଚାଲାଣ ହେଉଥିଲା ବାଲି-ପଥର, ୧୧ ହାଇୱା ଜବତ ପରେ…

ମହାକାଳପଡ଼ା,୩ା୪ (ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳର ସାମୁଦ୍ରିକ ଝଡ଼, ସୁନାମି, ଭୂକମ୍ପ ପ୍ରବଣରୁ ସୁରକ୍ଷା ପାଇଁ ଜନବସତି ପାର୍ଶ୍ୱରେ ସୁଉଚ୍ଚ…

ଦସ୍ତଖତ କରିଥିଲେ ୯, ଗଲେ ୮: କଂଗ୍ରେସରେ ତେଜୁଛି ଗୋଷ୍ଠୀକନ୍ଦଳ

ଭୁବନେଶ୍ୱର, ୩।୪(ସୁନିତ୍‌ ମିଶ୍ର):୨୦୨୪ ସାଧାରଣ ନିର୍ବାଚନରେ ଓଡ଼ିଶାରେ କଂଗ୍ରେସର ମୋଟ୍‌ ୧୪ ଜଣ ବିଧାୟକ ବିଜୟୀ ହୋଇଥିଲେ। ସେଥିରୁ ଗତ ମାର୍ଚ୍ଚ ୧୬ ତାରିଖରେ ଅନୁଷ୍ଠିତ ରାଜ୍ୟ…

କ୍ଲାସେନଙ୍କ ବିସ୍ଫୋରକ ବ୍ୟାଟିଂ: ହାଇଦ୍ରାବାଦ୍‌ର ପ୍ରଥମ ବିଜୟ

କୋଲକାତା,୨ା୪: ହେନରିଚ୍‌ କ୍ଲାସେନଙ୍କ ଅର୍ଦ୍ଧଶତକ ଓ ନୀତୀଶ କୁମାର ରେଡ୍ଡୀଙ୍କ ଅଲରାଉଣ୍ଡ ପ୍ରଦର୍ଶନ ବଳରେ ସନରାଇଜର୍ସ ହାଇଦ୍ରାବାଦ୍‌(ଏସ୍‌ଆର୍‌ଏଚ୍‌) ୬୫ ରନରେ କୋଲକାତା ନାଇଟ୍‌ ରାଇଡର୍ସ (କେକେଆର)କୁ ପରାସ୍ତ…

ନା ହର୍ମୁଜ ଖୋଲୁଛି ନା ଇରାନ ନଇଁବାକୁ ରାଜି….ଦିନକୁ ଦିନ ଭାଙ୍ଗୁଛି ଟ୍ରମ୍ପଙ୍କ ସୁପରପାଓ୍ବାର ଦମ୍ଭ?

ୱାଶିଂଟନ୍/ତେହେରାନ୍,୨।୪: ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଜଳପଥ ‘ହର୍ମୁଜ ପ୍ରଣାଳୀ’କୁ ନେଇ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବେ ଅତି ଭୟଙ୍କର ରୂପ ଧାରଣ କରିଛି। ଗୋଟିଏ ପଟେ…

ଆସାମ ବିଧାନସଭା ନିର୍ବାଚନ: କଂଗ୍ରେସ ଇସ୍ତାହାରରେ ୧୧ ସଂକଳ୍ପ

ବୋକାଜାନ୍‌,୨ା୪: ଆସାମ ବିଧାନସଭା ନିର୍ବାଚନ ପାଇଁ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଗୁରୁବାର ଦଳର ଇସ୍ତାହାର ଜାରି କରିଛନ୍ତି। ସେଥିରେ ୧୧ଟି ସଂକଳ୍ପନାମା ରହିଛି। ଶାସନ, ପରିଚୟ,…

ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’

ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…

ବରଗଡ଼ରୁ ମଧ୍ୟପ୍ରଦେଶ ହେଉଥିଲା ଗଞ୍ଜେଇ ଚାଲାଣ: ଧରାପଡ଼ିଲେ ୨ ଅଭିଯୁକ୍ତ

ଅତାବିରା,୨ା୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ତଥା ଗୋଡ଼ଭଗା ଫାଣ୍ଡି ଅଧୀନ ସତୀଯୋର ପାଖରୁ ବୁଧବାର ପୋଲିସ ଗଞ୍ଜେଇ ଜବତ କରି ୨ ଜଣଙ୍କୁ ଅଟକ…

ରାଜ୍ୟରେ ସକାଳୁଆ ହେଲା ସ୍କୁଲ, ଗଣଶିକ୍ଷା ବିଭାଗର ନିର୍ଦ୍ଦେଶ ଅନୁଯାୟୀ ଏଣିକି…

ଭୁବନେଶ୍ୱର,୨।୪: ରାଜ୍ୟରେ  ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଏଣିକି ରାଜ୍ୟର ସମସ୍ତ ସ୍କୁଲରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri