ଜୀବନ ହାନି ନ ହେବା ସୁନିଶ୍ଚିତ କର

ଭୁବନେଶ୍ୱର,୧୭ା୮(ବ୍ୟୁରୋ): କୌଣସି ଗୋଟିଏ ଜୀବନ ଯେପରି ହାନି ନ ହୁଏ ତାହା ସୁନିଶ୍ଚିତ କରିବାକୁ ବିଭାଗୀୟ ଅଧିକାରୀମାନଙ୍କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟର ବନ୍ୟା ପରିସ୍ଥିତି ସମୀକ୍ଷା କରି ନିର୍ଦ୍ଦେଶ ଦେଇଛନ୍ତି। ସାଧାରଣ ଜୀବନ ଯାତ୍ରାରେ ଯେପରି ବ୍ୟାପକ ଅସୁବିଧା ନ ହୁଏ ସେଥିପ୍ରତି ଯତ୍ନବାନ ହେବାକୁ ସେ ପରାମର୍ଶ ଦେଇଛନ୍ତି। ନିୟମିତ ସମୀକ୍ଷା କରିବାକୁ ମୁଖ୍ୟ ଶାସନ ସଚିବ ଓ ଏସ୍‌ଆରସିଙ୍କୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି।
ମହାନଦୀରେ ଜଳ ପତନ ବୃଦ୍ଧି ପାଉଥିବାରୁ ୧୦ ଜିଲା ପାଇଁ ବନ୍ୟା ବିପଦ ବଢ଼ିବାରେ ଲାଗିଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଙ୍ଗଳବାର ମୁଖ୍ୟ ଶାସନ ସଚିବ, ଉନ୍ନୟନ କମିଶନର ତଥା ସ୍ବତନ୍ତ୍ର ରିଲିଫ୍‌ କମିଶନର ଏବଂ ବିଭିନ୍ନ ବିଭାଗର ବରିଷ୍ଠ ଅଧିକାରୀଙ୍କ ସହ ଭିଡିଓ କନ୍‌ଫରେନ୍ସ ଜରିଆରେ ବନ୍ୟା ପରିସ୍ଥିତିର ସମୀକ୍ଷା କରିଛନ୍ତି। ବିପଦସଙ୍କୁଳ ଅବସ୍ଥାରେ ଥିବା ଲୋକମାନଙ୍କୁ ପ୍ରାଥମିକତା ଭିତ୍ତିରେ ସ୍ଥାନାନ୍ତର କରିବା ସହ ଆବଶ୍ୟକ ରିଲିଫ୍‌ ଓ ମୌଳିକ ସୁବିଧା ଯୋଗାଇ ଦେବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି।
କ୍ରମାଗତ ବର୍ଷା ଲାଗି ରହିଥିବାରୁ ମହାନଦୀ ଅବବାହିକା ଅଞ୍ଚଳର ୧୦ ଜିଲାରେ ବନ୍ୟା ହେବା ସମ୍ଭାବନା ଦେଖାଦେଇଛି। ଏହି ଜିଲାର ଜିଲାପାଳମାନେ ସତର୍କ ରହିବା ସହ ବନ୍ୟା ପରିସ୍ଥିତି ରୋକିବା ପାଇଁ ସମସ୍ତ ପ୍ରକାର ପଦକ୍ଷେପ ନେବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି। ଏନ୍‌ଡିଆରଏଫ୍‌, ଓଡ୍ରାଫ୍‌ ଓ ଅଗ୍ନିଶମ ୟୁନିଟ୍‌ଗୁଡ଼ିକୁ ବିପଦସଙ୍କୁୁଳ ସ୍ଥାନଗୁଡ଼ିିକରେ ସଜାଗ ରଖି ଆବଶ୍ୟକ ସ୍ଥଳେ ଲୋକଙ୍କ ଉଦ୍ଧାର କାର୍ଯ୍ୟରେ ନିୟୋଜିତ କରାଯିବା ଉପରେ ସେ ଗୁରୁତ୍ୱ ଦେଇଛନ୍ତି। ଡାକ୍ତରଖାନା, ଜଳ ଯୋଗାଣ ଓ ବିଦ୍ୟୁତ୍‌ ଯୋଗାଣ ବ୍ୟବସ୍ଥା ପରି ଜୀବନ ରକ୍ଷାକାରୀ ସଂସ୍ଥାଗୁଡ଼ିକୁ ନିରବଚ୍ଛିନ୍ନ ଭାବେ ସେବା ଯୋଗାଇ ଦେବା, ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗ ଗ୍ରାମାଞ୍ଚଳରେ ସ୍ବଚ୍ଛ ପାନୀୟ ଜଳର ବ୍ୟବସ୍ଥା କରିବା, ସ୍ବାସ୍ଥ୍ୟ ବିଭାଗ ପ୍ରଭାବିତ ଅଞ୍ଚଳରେ ଲୋକଙ୍କୁ ସ୍ବାସ୍ଥ୍ୟସେବା ଯୋଗାଇ ଦେବା ପାଇଁ ସ୍ବତନ୍ତ୍ର ବ୍ୟବସ୍ଥା କରିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି। ରାସ୍ତାଘାଟର କ୍ଷତି ହୋଇ ଯଦି ଯୋଗାଯୋଗ ବ୍ୟବସ୍ଥା ବ୍ୟାହତ ହୁଏ ତେବେ ସେଗୁଡ଼ିକର ଯୁଦ୍ଧକାଳୀନଭିତ୍ତିରେ ମରାମତି ପାଇଁ ବ୍ୟବସ୍ଥା କରିବା ଆବଶ୍ୟକ। ସେହିପରି ଶକ୍ତି ବିଭାଗ ମଧ୍ୟ ବିଦ୍ୟୁତ୍‌ ଯୋଗାଯୋଗ ବ୍ୟାହତ କ୍ଷେତ୍ରରେ ତୁରନ୍ତ ପୁନଃ ସଂଯୋଗ ପାଇଁ ବ୍ୟବସ୍ଥା କରିବାକୁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି।
ବୈଠକରେ ସ୍ବତନ୍ତ୍ର ରିଲିଫ୍‌ କମିଶନର (ଏସ୍‌ଆରସି) ପି. କେ. ଜେନା ବନ୍ୟା ପ୍ରସ୍ତୁତି ଓ ପଦକ୍ଷେପ ସମ୍ପର୍କରେ ସୂଚନା ଦେଇ କହିଛନ୍ତି ଯେ ମହାନଦୀ ଉପର ଓ ତଳମୁଣ୍ଡରେ ବର୍ଷା ହୋଇ ୧୦ ଜିଲାରେ ବନ୍ୟା ପରିସ୍ଥିତି ଦେଖାଦେଇଛି। ୭ ଜିଲାରେ ୯ଟି ଓଡ୍ରାଫ୍‌, ୬ ଜିଲାରେ ୯ଟି ଏନ୍‌ଡିଆରଏଫ୍‌ ଟିମ୍‌, ୪୪ ଅଗ୍ନିଶମ ସେବା ୟୁନିଟ୍‌କୁ ସଜାଗ ରଖାଯାଇଛି। ସମସ୍ତ ଜିଲା ପ୍ରଶାସନକୁ ହାଇ ଆର୍ଲଟରେ ରଖାଯାଇଛି। ଆବଶ୍ୟକ ହେଲେ ଲୋକମାନଙ୍କୁ ସ୍ଥାନାନ୍ତର କରିବାକୁ ୧୦ ଜିଲାର ଜିଲାପାଳଙ୍କୁ ନିର୍ଦ୍ଦେଶ ଦିଆଯାଇଛି। ଏଥିସହିତ ପଞ୍ଚାୟତ ଅନୁଷ୍ଠାନଗୁଡ଼ିକର ସହାୟତା ନେବା ପାଇଁ ମଧ୍ୟ ପରାମର୍ଶ ଦିଆଯାଇଛି।
ମୁଖ୍ୟମନ୍ତ୍ରୀଙ୍କ ସଚିବ(୫-ଟି) ଭି.କେ. ପାଣ୍ଡିଆନ ସମ୍ବଲପୁର, କଟକ, ଜଗତ୍‌ସିଂହପୁର, କେନ୍ଦ୍ରାପଡ଼ା ଜିଲାପାଳ ଓ କଟକ ମହାନଗର ନିଗମ କମିଶନରଙ୍କ ସହିତ ବନ୍ୟା ସ୍ଥିତି ସମ୍ପର୍କରେ ଆଲୋଚନା କରିଛନ୍ତି। ଜିଲା ପ୍ରଶାସନ ସମ୍ପୂର୍ଣ୍ଣ ଭାବରେ ସଜାଗ ରହି ପରିସ୍ଥିତି ଉପରେ ନଜର ରଖିଛି। କେତେକ ସ୍ଥାନରେ ଲୋକଙ୍କୁ ସ୍ଥାନାନ୍ତର ମଧ୍ୟ କରାଯାଉଛି ବୋଲି ଜିଲାପାଳମାନେ ସୂଚନା ଦେଇଛନ୍ତି। ବୈଠକରେ ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର, ବିଭିନ୍ନ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ, ପ୍ରମୁଖ ସଚିବ, ସଚିବ ଓ ଜିଲାପାଳମାନେ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଆଜି ପରି କାଲି ବି ଜାଳିବ, ରେଡ ଓ୍ବାର୍ଣ୍ଣିଂ ଦେଲା ପାଣିପାଗ ବିଭାଗ

ଭୁବନେଶ୍ୱର,୩୦।୪: ଆକାଶରୁ ନିଆଁ ବର୍ଷୁଛି। ଏମିତି ଲାଗୁଛି ଯେମିତି ବାହାରକୁ ବାହାରିଲେ ମୁହଁପୋଡି ହୋଇଯିବ। ତେବେ ପ୍ରଥମ ଥର ରାଜ୍ୟ ତାପମାତ୍ରା ୪୬ ଡିଗ୍ରୀ ଛୁଇଁଥିବାବେଳେ...

ବାଲେଶ୍ୱରରେ ଅଗ୍ନିବର୍ଷା, ୪୬ ଛୁଇଁଲା ପାରଦ

ଭୁବନେଶ୍ୱର,୩୦।୪: ବାଲେଶ୍ୱରରେ ଅଗ୍ନିବର୍ଷା। ୪୬ ଡିଗ୍ରୀ ଛୁଇଁଲା ତାତି। ଆଜି ଦିନ ୨.୩୦ ସୁଦ୍ଧା ବାଲେଶ୍ୱର ତାପମାତ୍ରା ୪୬ ଡିଗ୍ରୀ, ଭୁବନେଶ୍ୱରରେ ୪୫.୪ ଡିଗ୍ରୀ ଦିନ...

ଅପରାଜିତାଙ୍କୁ ବିହାର ପଠାଇଦେବି: ଭାଜପା ଛାଡିବା ପରେ ବର୍ଷିଲେ କାଳୁ

ଖୋର୍ଦ୍ଧା,୩୦।୪ (ପ୍ରଭାତ ପାଣିଗ୍ରାହୀ): ଖୋର୍ଦ୍ଧା ବିଧାନସଭା ଭାଜପା ଆଶାୟୀ ପ୍ରାର୍ଥୀ କାଳୁଚରଣ ଖଣ୍ଡାୟତରାୟଙ୍କ ଟିକେଟ କଟିବା ପରେ ସେ ତୀବ୍ର ଅସନ୍ତୋଷ ପ୍ରକାଶ କରିଛନ୍ତି। କାଳୁଙ୍କ...

ପ୍ରାର୍ଥିପତ୍ର ଦାଖଲ ପୂର୍ବରୁ ମା’ ତାରାତାରିଣୀଙ୍କ ଆଶୀର୍ବାଦ ଲୋଡ଼ିଲେ ମୁଖ୍ୟମନ୍ତ୍ରୀ

ପୁରୁଷୋତ୍ତମପୁର,୩୦।୪(ସୀମାଞ୍ଚଳ ମିଶ୍ର ): ପ୍ରାର୍ଥିପତ୍ର ଦାଖଲ ପୂର୍ବରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଇଷ୍ଟଦେବୀ ମା’ ତାରାତାରିଣୀଙ୍କ ପୀଠରେ ପହଞ୍ଚି ପୂଜାର୍ଚ୍ଚନା କରିଛନ୍ତି। ଏପରିକି ମା’ଙ୍କ ନିକଟରେ...

ହିଞ୍ଜିଳି ବିଧାନସଭା ଆସନ ପାଇଁ ନାମାଙ୍କନ ଭରିଲେ ନବୀନ

ଭୁବନେଶ୍ୱର,୩୦।୪: ଗଞ୍ଜାମ ଜିଲା ହିଞ୍ଜିଳି ବିଧାନସଭା ଆସନ ପାଇଁ ନାମାଙ୍କନ ଭରିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ମଙ୍ଗଳବାର ଦଳୀୟ କର୍ମୀ ଓ ହଜାର ହଜାର...

ନାମାଙ୍କନପତ୍ର ଦାଖଲ କଲେ ପ୍ରଣବ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ, କହିଲେ ମୁଁ ନିଶ୍ଚିତ ଯେ…

ଭୁବନେଶ୍ୱର,୩୦।୪: ସମ୍ବଲପୁର ଲୋକ ସଭା ଆସନ ପାଇଁ ନାମାଙ୍କନପତ୍ର ଦାଖଲ କରିଛନ୍ତି ବିଜେଡି ପ୍ରାର୍ଥୀ ପ୍ରଣବ ପ୍ରକାଶ ଦାସ । ଦଳୀୟ କର୍ମୀ ଓ ହଜାର...

ପଦ୍ମଶ୍ରୀ ମାଗୁଣି କୁଅଁର ଗୁରୁତର: ହସ୍ପିଟାଲରେ ଭର୍ତ୍ତି

କେନ୍ଦୁଝର,୩୦।୪ (ନରେଶ ଚନ୍ଦ୍ର ପଟ୍ଟନାୟକ): ବିଶିଷ୍ଠ କାଠି କଣ୍ଢେଇ ନୃତ୍ୟ ଗୁରୁ ତଥା ପଦ୍ମଶ୍ରୀ ମାଗୁଣି ଚରଣ କୁଅଁର ମଙ୍ଗଳବାର ଅସୁସ୍ଥ ହୋଇ କେନ୍ଦୁଝର ଜିଲା...

ଟ୍ବିନ୍‌ ସିଟିକୁ ରେର୍ଡ ଆର୍ଲଟ୍‌ ଜାରି

ଭୁବନେଶ୍ୱର,୩୦।୪: ରାଜ୍ୟରେ ପ୍ରବଳ ଖରାତାତି ସହ ଗୁଳୁଗୁଳି ଜାରି ରହିଛି। ଏବେ ଆହୁରି ୪ଦିନ ଏପରିସ୍ଥିତି ଲାଗି ରହିବା ସମ୍ଭାବନା ଥିବାବେଳେ ଆସନ୍ତା ଦୁଇଦିନ ଭୀଷଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri