‘ଲୋକସେବା ଅଧିକାର ଅଧିନିୟମରେ ଅନ୍ତର୍ଭୁକ୍ତ ସେବାକୁ ସୁନିଶ୍ଚିତ କର’

ଭୁବନେଶ୍ୱର, ୧୬ା୧(ସୁନିତ୍‌ ମିଶ୍ର): ରାଜ୍ୟରେ ବିଭିନ୍ନ ବିଭାଗ ଦ୍ୱାରା ଓଡ଼ିଶା ଲୋକସେବା ଅଧିକାର ଅଧିନିୟମରେ ଅନ୍ତର୍ଭୁକ୍ତ ଗୁରୁତ୍ୱପୂର୍ଣ୍ଣ ସେବା ପ୍ରଦାନର କାର୍ଯ୍ୟକାରିତା ସୁନିଶ୍ଟିତ କରିବାକୁ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା ନିର୍ଦ୍ଦେଶ ଦେଇଛନ୍ତି। ଏହି ମର୍ମରେ ମୁଖ୍ୟ ଶାସନ ସଚିବ ସମସ୍ତ ବିଭାଗୀୟ ସଚିବ, ସମସ୍ତ ରାଜସ୍ବ ଆୟୁକ୍ତ ଓ ଜିଲାପାଳମାନଙ୍କୁ ଏକ ନିର୍ଦ୍ଦେଶନାମାରେ ସବିସ୍ତୃତ ନିର୍ଦ୍ଦେଶ ଦେଇଛନ୍ତି।
ଓଡ଼ିଶା ଲୋକସେବା ଅଧିକାର ଆଇନରେ ଅନ୍ତର୍ଭୁକ୍ତ ଅତ୍ୟାବଶ୍ୟକ ସେବାଗୁଡ଼ିକ କିପରି ଉଦ୍ଦିଷ୍ଟ ହିତାଧିକାରୀଙ୍କ ନିକଟରେ ଠିକ୍‌ ଭାବେ ନିର୍ଦ୍ଧାରିତ ସମୟ ମଧ୍ୟରେ ଉପଲବ୍ଧ ହେବ, ସେଥିପାଇଁ ପତ୍ରରେ ପରାମର୍ଶ ଦିଆଯାଇଛି। ଓଡ଼ିଶା ସରକାର ଜନସାଧାରଣଙ୍କ ନିକଟରେ ସାର୍ବଜନୀନ ସେବାଗୁଡ଼ିକୁ ସହଜରେ ଉପଲବ୍ଧ କରାଇବା ପାଇଁ ଉତ୍ସର୍ଗୀକୃତ ଭାବେ କାର୍ଯ୍ୟ କରୁଛନ୍ତି। ଏହି ଆଇନ ଅନୁଯାୟୀ ଏ ପର୍ଯ୍ୟନ୍ତ ୩୨ଟି ବିଭାଗର ୪୨୮ଟି ସାଧାରଣ ସେବାକୁ ସୂଚିତ କରାଯାଇଛି। ଏହି ଆଇନର କାର୍ଯ୍ୟାନ୍ବୟନ ପାଇଁ ପ୍ରତି ବିଭାଗର ଜଣେ ବରିଷ୍ଠ ଅଧିକାରୀଙ୍କୁ ନୋଡାଲ ଅଧିକାରୀ ଭାବେ ନିୟୋଜିତ କରାଯାଇଛି। ସଚିବମାନେ ନିଜ ବିଭାଗରେ ଏହି ଆଇନ ଅଧୀନରେ ପ୍ରଦାନ କରାଯାଉଥିବା ସେବାଗୁଡ଼ିକ ସୁନିଶ୍ଚିତ କରିବେ। ଏହାସହ କ୍ଷେତ୍ର ପରିଦର୍ଶନ ସମୟରେ ବିଭିନ୍ନ ଜିଲା ଗସ୍ତବେଳେ ଏହି ଆଇନ ଅଧୀନ ସେବାଗୁଡ଼ିକ ବିଜ୍ଞପ୍ତି ଅନୁଯାୟୀ ସମୟସୀମା ଭିତରେ ନାଗରିକଙ୍କୁ ପ୍ରଦାନ କରାଯାଇଛି କି ନାହିଁ ତାହା ଯାଞ୍ଚ କରିବେ। ଏହାର ସଫଳତାର ପ୍ରତିଶତ ଯାଞ୍ଚ କରିବାକୁ ମୁଖ୍ୟ ଶାସନ ସଚିବ ତାଙ୍କ ପତ୍ରରେ ଉଲ୍ଲେଖ କରିଛନ୍ତି। ସେହିପରି ଜିଲାପାଳମାନେ ମଧ୍ୟ ନିଜ ଜିଲାରେ ପ୍ରତି ମାସରେ ସାର୍ବଜନୀନ ସେବା ପ୍ରଦାନରେ ଜିଲାର ସଫଳତା ସମୀକ୍ଷା କରିବାକୁ ନିର୍ଦ୍ଦେଶ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବୃଦ୍ଧାଙ୍କ ଶରୀରକୁ ଖଣ୍ଡ ବିଖଣ୍ଡିତ କରି ମାରିଲା ରକ୍ତମୁଖା ଦନ୍ତା, ପୁଅ-ବୋହୂଙ୍କ ସହ…

ଲାଞ୍ଜିଗଡ଼,୧ା୮(ରମେଶ ଚନ୍ଦ୍ର ନାୟକ): ଏକ ରକ୍ତମୁଖା ଦନ୍ତା ଜଣେ ବୃଦ୍ଧାଙ୍କୁ କଲବଲ କରି ମାରିଛି। ତାଙ୍କ ଶରୀର ଖଣ୍ଡ ବିଖଣ୍ଡିତ ହୋଇ ଏତେତେଣେ ପଡ଼ିଛି। ଏପରି ହୃଦୟ…

ତପ୍ତପାଣି ଆସିବେ ରାଷ୍ଟ୍ରପତି: ପୋଲିସ ପ୍ରଶାସନର ଜୋରଦାର ପ୍ରସ୍ତୁତି, ସ୍ଥିତି ଅନୁଧ୍ୟାନ କଲେ ଜିଲାପାଳ-ଏସ୍‌ପି

ଦିଗପହଣ୍ଡି,୧ା୮(ଅଶେଷ ନାଥ ମିଶ୍ର): ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆସନ୍ତା ୪ ତାରିଖ ଗଞ୍ଜାମ-ଗଜପତି ସୀମାନ୍ତ ପର୍ଯ୍ୟଟନ କ୍ଷେତ୍ର ଉଷ୍ଣ ପ୍ରସବଣ ତପ୍ତପାଣି ପରିଦର୍ଶନ କରିବା ସହ ସେଠାରେ…

ଶ୍ରୀଲଙ୍କା ସିରିଜ ପୂର୍ବରୁ ଏମଏସ ଧୋନିଙ୍କୁ ଭେଟିଲେ ଋଷଭ ପନ୍ତ

ନୂଆଦିଲ୍ଲୀ,୧।୮: ଭାରତୀୟ କ୍ରିକେଟ ଦଳ ଖୁବଶୀଘ୍ର ଶ୍ରୀଲଙ୍କା ଗସ୍ତ କରିବାକୁ ଯାଉଛି, ଅଗଷ୍ଟ ୧୫ରୁ ଦୁଇ ମ୍ୟାଚ ବିଶିଷ୍ଟ ଟେଷ୍ଟ ସିରିଜ ଆରମ୍ଭ ହେବ। ୱିକେଟ କିପର-ବ୍ୟାଟ୍ସମ୍ୟାନ…

ପୁଣି ଥରିଲା ଜାପାନ, ରିକ୍ଟର ସ୍କେଲରେ ତୀବ୍ରତା ୫.୮

ଟୋକିଓ,୧।୮: ଜାପାନରେ ପ୍ରକୃତିର ପ୍ରକୋପ ନିରନ୍ତର ଜାରି ରହିଛି। ଶନିବାର, ଉତ୍ତର ଜାପାନର ଆଓମୋରି ପ୍ରିଫେକ୍ଚର ନିକଟରେ 5.8 ତୀବ୍ରତାର ଭୂମିକମ୍ପ ଅନୁଭୂତ ହୋଇଥିଲା। ଜାପାନ ପାଣିପାଗ…

କେସିଙ୍ଗା ମହାବିଦ୍ୟାଳୟରେ ଯୋଗଦେଲେ ନୂଆ ପ୍ରିନ୍ସିପାଲ, କହିଲେ ଛାତ୍ରୀଛାତ୍ରଙ୍କୁ ଠିକ୍‌ ଭାବେ…

କେସିଙ୍ଗା,୧ା୮(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ସହରସ୍ଥିତ କେସିଙ୍ଗା ମହାବିଦ୍ୟାଳୟରେ ନୂତନ ଭାବେ ପ୍ରିନ୍ସିପାଲ ଅଶ୍ୱିନୀ ପଟ୍ଟନାୟକ ଶନିବାର ଯୋଗଦାନ କରିଛନ୍ତି। ସେ ଏହି ମହାବିଦ୍ୟାଳୟ ଗତ…

ଏଟିଏମ ଭଙ୍ଗା ଘଟଣା: ଅଭିଯୁକ୍ତଙ୍କୁ ବାନ୍ଧିଲା ପୋଲିସ

ରାଉରକେଲା,୧।୮(ସଙ୍ଗୀତା ଜେନା): ଜରେଇକେଲାରେ ଥିବା ଏକ ବ୍ୟାଙ୍କ ଅଫ ଇଣ୍ଡିଆ ଏଟିଏମ ଭଙ୍ଗା ଘଟଣାରେ ବିସ୍ରା ପୋଲିସ ଜଣେ ଅଭିଯୁକ୍ତଙ୍କୁ ଗିରଫ କରିଛି। ଅଭିଯୁକ୍ତଙ୍କଠାରୁ ପୋଲିସ ୮,୩୦୦…

ସାଧୁ ବେଶରେ ଅଭିନୟ ପଡ଼ିଲା ମହଙ୍ଗା, ପପୁ ଯାଦବଙ୍କ ବିରୋଧରେ ଏତଲା

ନୂଆଦିଲ୍ଲୀ,୧।୮: ମୌସୁମୀ ଅଧିବେଶନ ୨୦୨୬ ସମୟରେ ସଂସଦରେ ରାମ ମନ୍ଦିର ଦାନ ଚୋରିକୁ ନେଇ ନାଟକ କରି ସାଂସଦ ପପୁ ଯାଦବ ଆଇନଗତ ଜାଲରେ ଫସିଯାଇଛନ୍ତି। କାରଣ…

‘ମୁଁ ଲଜ୍ଜିତ, ନିଜ ମୁହଁକୁ ଆଇନାରେ ଦେଖିପାରୁନି’ ପିଏମ ମୋଦିଙ୍କୁ ଅପଶବ୍ଦ କହିଥିବା ଯୁବତୀ ମାଗିଲେ କ୍ଷମା

ନୂଆଦିଲ୍ଲୀ,୧।୮: ଦିଲ୍ଲୀର ଜନ୍ତର-ମନ୍ତରରେ CJP ପ୍ରଦର୍ଶନ ସମୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବିରୋଧରେ ଆପତ୍ତିଜନକ ଭାଷା ପ୍ରୟୋଗ କରିଥିବା ଯୁବତୀଜଣକ ସୋସିଆଲ ମିଡିଆରେ ଭିଡିଓ ଜାରି କରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri