‘ହିନ୍ଦୁଙ୍କ ସୁରକ୍ଷା ସୁନିଶ୍ଚିତ କର’, ବାଂଲାଦେଶକୁ ଭାରତ ସରକାରଙ୍କ ଦାବି

ନୂଆଦିଲ୍ଲୀ, ୨୬।୧୧: ବାଂଲାଦେଶରେ ହିନ୍ଦୁ ସନ୍ଥ ଚିନ୍ମୟ କୃଷ୍ଣ ଦାସଙ୍କ ଗିରଫଦାରିକୁ ନେଇ ବହିର୍ବ୍ୟାପାର ମନ୍ତ୍ରଣାଳୟ ପକ୍ଷରୁ ମଙ୍ଗଳବାର ଏକ ବୟାନ ଜାରି କରାଯାଇଛି। ଚିନ୍ମୟ ଦାସଙ୍କୁ ଜାମିନ ନ ମିଳିବାକୁ ନେଇ ବହିର୍ବ୍ୟାପାର ମନ୍ତ୍ରଣାଳୟ ପକ୍ଷରୁ ଗଭୀର ଚିନ୍ତା ପ୍ରକଟ କରାଯାଇଛି।

ହିନ୍ଦୁ ସମେତ ସମସ୍ତ ସଂଖ୍ୟାଲଘୁ ସମୁଦାୟର ଲୋକଙ୍କ ସୁରକ୍ଷାକୁ ସୁନିଶ୍ଚିତ କରିବାକୁ ବାଂଲାଦେଶର ଅନ୍ତରୀଣ ସରକାରଙ୍କୁ ଭାରତ ଆଗ୍ରହ କରିଛି। ଏହି ବୟାନରେ କୁହାଯାଇଛି, ହିନ୍ଦୁ ସନ୍ଥ ଚିନ୍ମୟ କୃଷ୍ଣ ଦାସ୍‌ଙ୍କୁ ଗିରଫ କରାଯିବା ଓ ତାଙ୍କୁ ଜାମିନ ନ ମିଳିବା ନିଶ୍ଚିତ ଭାବେ ଦୁର୍ଭାଗ୍ୟଜନକ। ଦେଶର ଚରମପନ୍ଥୀଙ୍କ ଦ୍ୱାରା ହିନ୍ଦୁ ଏବଂ ବିଭିନ୍ନ ସଂଖ୍ୟାଲଘୁ ସମୁଦାୟକୁ କରାଯାଇଥିବା ବିଭିନ୍ନ ଆକ୍ରମଣ ପରେ ଏହି ଘଟଣା ସାମ୍‌ନାକୁ ଆସିଛି।

ସେହିପରି ବାଂଲାଦେଶରେ ସଂଖ୍ୟାଲଘୁ ସମୁଦାୟର ଲୋକଙ୍କ ଘର, ବ୍ୟବସାୟିକ ପ୍ରତିଷ୍ଠାନକୁ ଟାର୍ଗେଟ କରି ସେଗୁଡ଼ିକୁ ଲୁଟ୍‌ ଏବଂ ଭଙ୍ଗାରୁଜା ମଧ୍ୟ କରାଯାଉଛି। ଏ ସମସ୍ତ ଘଟଣା ଦୁର୍ଭାଗ୍ୟଜନକ। ଅପରାଧୀମାନଙ୍କ ବିରୋଧରେ ଏପର୍ଯ୍ୟନ୍ତ କାର୍ଯ୍ୟାନୁଷ୍ଠାନ ନିଆଯାଇ ନାହିଁ। ତେଣୁ ଏଥିପ୍ରତି ଦୃଷ୍ଟି ଦେବାକୁ ବାଂଲାଦେଶ ସରକାରଙ୍କୁ ଭାରତ ସଚେତନ କରିଛି।



Enter your email to get our daily news in your inbox.

All Right Reserved By Dharitri.Com

ସୁଦାନ ହସ୍ପିଟାଲ ଉପରେ ବଡ଼ଧରଣର ଆକ୍ରମଣ: ଡବ୍ଲ୍ୟୁଏଚ୍‌ଓ ମୁଖ୍ୟ ନିନ୍ଦା କରି କହିଲେ…

କାଇରୋ,୨୨ା୩: ସୁଦାନର ଡାର୍‌ପୁର ଅଞ୍ଚଳରେ ଥିବା ଏକ ହସ୍ପିଟାଲ ଉପରେ ଆକ୍ରମଣ ଯୋଗୁ ୧୩ ଜଣ ପିଲାଙ୍କ ସମେତ ଅନୂ୍ୟନ ୬୪ ଜଣଙ୍କ ମୃତ୍ୟୁ ଘଟିଥିବା ବିଶ୍ୱ…

ମଧ୍ୟପ୍ରାଚ୍ୟ ଯୁଦ୍ଧ: ମୋଦିଙ୍କ ଅଧ୍ୟକ୍ଷତାରେ ୩ଘଣ୍ଟା ଧରି ବସିଲା ଉଚ୍ଚସ୍ତରୀୟ ବୈଠକ, ତେଲ-ଗ୍ୟାସ ନେଇ ଦେଲେ ବଡ଼ ନିର୍ଦ୍ଦେଶ

ନୂଆଦିଲ୍ଲୀ,୨୨।୩: ମଧ୍ୟପ୍ରାଚ୍ୟରେ ବଢ଼ୁଥିବା ଉତ୍ତେଜନା ମଧ୍ୟରେ ରବିବାର ସନ୍ଧ୍ୟାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚସ୍ତରୀୟ ବୈଠକ ବସିଥିଲା । ପ୍ରଧାନମନ୍ତ୍ରୀଙ୍କ ବାସଭବନରେ ଅନୁଷ୍ଠିତ ଏହି ଉଚ୍ଚସ୍ତରୀୟ…

ଯୁଦ୍ଧ ଆରମ୍ଭ! ୪୮ ଘଣ୍ଟା ମଧ୍ୟରେ ୪ଟି ବଡ଼ ଆକ୍ରମଣ, ନେତାନ୍ୟାହୁ କହିଲେ ଇରାନ ବିରୋଧରେ ବିଶ୍ୱ…

ନୂଆଦିଲ୍ଲୀ,୨୨।୩: ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ୍ ନେତାନ୍ୟାହୁ ରବିବାର ଦିନ ଡିମୋନା ଏବଂ ଆରାଦ ସହରରେ ମିଶାଇଲ୍ ଆଟାକ୍ ହୋଇଥିବା ସ୍ଥାନ ପରିଦର୍ଶନ କରିଥିଲେ। ସେ କହିଥିଲେ ଯେ…

ପାକିସ୍ତାନ ପରେ ଏହି ଦେଶରେ ତେଲ ସଙ୍କଟ, ପେଟ୍ରୋଲ-ଡିଜେଲ ମୂଲ୍ୟ ୨୫% ବଢ଼ାଇଲେ ସରକାର

ନୂଆଦିଲ୍ଲୀ,୨୨।୩: ଆମେରିକା, ଇସ୍ରାଏଲ ଏବଂ ଇରାନ ମଧ୍ୟରେ ଯୁଦ୍ଧ ଯୋଗୁଁ ବିଶ୍ୱବ୍ୟାପୀ ଶକ୍ତି ଯୋଗାଣ ବିପର୍ଯ୍ୟସ୍ତ ହୋଇପଡ଼ିଛି । ଅଶୋଧିତ ତୈଳ ମୂଲ୍ୟ ବୃଦ୍ଧି ପାଉଥିବାବେଳେ, ଗ୍ୟାସ୍…

ଟ୍ରମ୍ପଙ୍କ ଧମକ ପରେ ଇରାନର ବଡ଼ ଘୋଷଣା, ଶତ୍ରୁ ରାଷ୍ଟ୍ରର ଜାହାଜ ବ୍ୟତୀତ ସମସ୍ତ ଜାହାଜକୁ…

ନୂଆଦିଲ୍ଲୀ,୨୨।୩: ଟ୍ରମ୍ପଙ୍କ ଧମକ ପରେ ଇରାନ ପାଲଟା ଜବାବ ଦେଇଛି । ଇରାନ ହର୍ମୁଜ୍ ଷ୍ଟ୍ରେଟ ସମ୍ପର୍କରେ ନିଜର ମତରେ ସାମାନ୍ୟ ନରମତା ଦେଖାଇଛି । ଏହା…

ହର୍ମୁଜ ଷ୍ଟ୍ରେଟରେ ପହଞ୍ଚିଲା ବ୍ରିଟିଶ ବୁଡ଼ାଜାହାଜ, ଟ୍ରମ୍ପଙ୍କ ଧମକ ମଧ୍ୟରେ କୀର ଷ୍ଟାରମରଙ୍କ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି

ଓ୍ବାଶିଂଟନ,୨୨।୩: ମଧ୍ୟପ୍ରାଚ୍ୟରେ ବର୍ତ୍ତମାନ ଚାଲିଥିବା ସଂଘର୍ଷ ଆରମ୍ଭ ହେବାର ତିନି ସପ୍ତାହରୁ ଅଧିକ ସମୟ ବିତିଗଲାଣି; ତଥାପି, ଯୁଦ୍ଧ ଶେଷ ହେବାର କୌଣସି ସୂଚନା ନାହିଁ –…

VIDEO:ଷ୍ଟ୍ରେଟ ଅଫ୍ ହର୍ମୁଜରେ ଇରାନର ବଡ଼ ଆକ୍ରମଣ, F-୧୫ ଫାଇଟର ଜେଟକୁ ଖସାଇ ଦେଇଥିବା ଦାବି

ନୂଆଦିଲ୍ଲୀ,୨୨।୩: ଇରାନ ପୁଣିଥରେ ଇସ୍ରାଏଲ ଏବଂ ଆମେରିକାକୁ ଏକ ବଡ଼ ଝଟକା ଦେଇଛି । ଏକ ଇରାନୀ କ୍ଷେପଣାସ୍ତ୍ର ହର୍ମୁଜ୍ ଷ୍ଟ୍ରେଟରେ ଶତ୍ରୁପକ୍ଷର ଏକ F-୧୫ ଲଢ଼ୁଆ…

ଇରାନ ସହ ଯୁଦ୍ଧ ମଧ୍ୟରେ ବଡ଼ ବୟାନ ଦେଲେ ଟ୍ରମ୍ପ! ଜାଣନ୍ତୁ ତେହରାନକୁ ନେଇ କ’ଣ କହିଲେ

ଓ୍ବାଶିଂଟନ,୨୨।୩: ଇରାନ ସହିତ ଚାଲିଥିବା ବିବାଦ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ସୋସିଆଲ ମିଡିଆ ପ୍ଲାଟଫର୍ମ ଟ୍ରୁଥ ସୋସିଆଲରେ ଏକ ପୋଷ୍ଟରେ ଦେଶ ସମ୍ପର୍କରେ ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri