ପରଲୋକରେ ଅଭିନେତା ଡାନିଏଲ ବାଲାଜୀ

ଚେନ୍ନାଇ, ୩୧।୩: ଦକ୍ଷିଣ ଭାରତୀୟ ଅଭିନେତା ଡାନିଏଲ ବାଲାଜୀ(୪୮)ଙ୍କ ହୃଦ୍‌ଘାତରେ ଶନିବାର ପରଲୋକ ହୋଇଯାଇଛି। ଛାତିରେ ଯନ୍ତ୍ରଣା କାରଣରୁ ତାଙ୍କୁ ଶୁକ୍ରବାର ଚେନ୍ନାଇର ଏକ ମେଡିକାଲରେ ଭର୍ତ୍ତି କରାଯାଇଥିଲା। ଡାନିଏଲଙ୍କ ମୃତ୍ୟୁର ଖବର ଜଣାପଡ଼ିବା ପରେ ତାମିଲ୍‌ ଫିଲ୍ମ ଇଣ୍ଡଷ୍ଟ୍ରି ସହ ତାଙ୍କର ପ୍ରଶଂସକମାନେ ସାମାଜିକ ଗଣମାଧ୍ୟମରେ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଛନ୍ତି। କମଲ ହାସନ୍‌ଙ୍କ ଫିଲ୍ମ ‘ମରୁଧୁନାୟଗମ’ରୁ ଜଣେ ୟୁନିଟ୍‌ ପ୍ରଡକ୍ସନ ମ୍ୟାନେଜର ଭାବେ ଡାନିଏଲ ତାଙ୍କ କ୍ୟାରିୟର ଆରମ୍ଭ କରିଥିଲେ। ଏହା ପରେ ସେ ଟେଲିଭିଜନ୍‌ ଜଗତକୁ ଯାଇ ତାମିଲ ଧାରାବାହିକ ‘ଚିତ୍ତି’ରେ ଡାନିଏଲ ଚରିତ୍ରରେ ଅଭିନୟ କରି ବହୁ ପ୍ରଶଂସା ସାଉଁଟିଥିଲେ। ଏହାପରଠାରୁ ସେ ଡାନିଏଲ ବାଲାଜୀ ନାମରେ ପରିଚିତ ହୋଇଥିଲେ। ଡାନିଏଲ ତାମିଲ ଫିଲ୍ମ ସହ କେତେକ ମାଲୟାଲମ, ତେଲୁଗୁ ଓ କନ୍ନଡ଼ ଚଳଚ୍ଚିତ୍ରରେ ମଧ୍ୟ ଅଭିନୟ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦେଶରେ ୫ଟଙ୍କା ଶସ୍ତା ହେଲା ପେଟ୍ରୋଲ, ଜାଣନ୍ତୁ କେଉଁ କମ୍ପାନୀ କଲା ଘୋଷଣା

ନୂଆଦିଲ୍ଲୀ,୧।୭: ଦେଶର କୋଟି କୋଟି ଜନତାଙ୍କ ପାଇଁ ଏକ ବଡ଼ ଖୁସି ଖବର। ଦୀର୍ଘ ଦୁଇ ବର୍ଷ ପରେ ପ୍ରଥମ ଥର ପାଇଁ ଦେଶରେ ଇନ୍ଧନ ମୂଲ୍ୟରେ…

ଛାତ୍ରୀଛାତ୍ରଙ୍କ ପାଇଁ ଖୁସି ଖବର: ୬ରୁ ୧୯ ଜୁଲାଇ ପର୍ଯ୍ୟନ୍ତ ସବୁ ସ୍କୁଲ ବନ୍ଦ, ଜାଣନ୍ତୁ କେବେ ଖୋଲିବ…

ନୂଆଦିଲ୍ଲୀ,୧।୭: କଶ୍ମୀର ଉପତ୍ୟକାରେ ବଢୁଥିବା ଗରମ ଓ ଗୁଳୁଗୁଳି ମଧ୍ୟରେ ସ୍କୁଲ ପିଲାମାନଙ୍କ ପାଇଁ ଏକ ବଡ଼ ଏବଂ ଆଶ୍ୱସ୍ତିକର ଖବର ଆସିଛି। ଜମ୍ମୁ-କଶ୍ମୀର ସରକାର କଶ୍ମୀର…

ବଢ଼ୁଛି ସହରୀକରଣ: ୨୧୦୦ ସୁଦ୍ଧା ୩୮% ଲୋକ ବଡ଼ ସହରରେ କରିବେ ବାସ

ନୂଆଦିଲ୍ଲୀ,୧।୭ (ପିଟି):ସମୟର ତାଳେ ତାଳେ ସାରା ବିଶ୍ୱରେ ସହରୀକରଣ ବୃଦ୍ଧି ପାଇବାରେ ଲାଗିଛି। ଆଉ ଏହି ଧାରା ଜାରି ରହିଲେ ୨୧୦୦ ମସିହା ସୁଦ୍ଧା ୩୮% ଲୋକ…

ସାଧାରଣ ଜନତାଙ୍କୁ ବଡ଼ ଆଶ୍ୱସ୍ତି: କମିଲା ଗ୍ୟାସ୍‌ ଦର

ନୂଆଦିଲ୍ଲୀ,୧।୭: ଜୁଲାଇ ମାସ ଆରମ୍ଭରୁ ଗ୍ରାହକଙ୍କୁ ବଡ଼ ଆଶ୍ୱସ୍ତି। ମାର୍କେଟିଂ କମ୍ପାନୀଗୁଡ଼ିକ ୧୯ କିଲୋଗ୍ରାମ ବାଣିଜି୍ୟକ ଏଲପିଜି ସିଲିଣ୍ଡରର ମୂଲ୍ୟ ୧୮୩.୫୦ ହ୍ରାସ କରିଛନ୍ତି। ଏହି ନିଷ୍ପତ୍ତି…

ହ୍ୱାଟ୍ସଆପ୍‌ ବ୍ୟବହାରକାରୀଙ୍କ ପାଇଁ ବଡ଼ ଖବର! ଏଣିକି ଚାଟ୍‌ ପାଇଁ ଦେବାକୁ ପଡ଼ିବନି ମୋବାଇଲ୍ ନମ୍ବର

ନୂଆଦିଲ୍ଲୀ,୩୦।୬: ହ୍ୱାଟ୍ସଆପ୍‌ ବ୍ୟବହାରକାରୀଙ୍କ ପାଇଁ ଏକ ବହୁତ ବଡ଼ ଖବର ସାମ୍ନାକୁ ଆସିଛି! ଏଣିକି କାହା ସହିତ ଚାଟ୍‌ କରିବା ପାଇଁ ଆପଣଙ୍କୁ ନିଜର ବ୍ୟକ୍ତିଗତ ମୋବାଇଲ୍…

ବଡ଼ ଅଘଟଣ:  ସ୍କୁଲ ବସ୍‌ ଉପରେ ଭାଙ୍ଗି ପଡ଼ିଲା ବିଶାଳ ଗଛ, ଜଣେ ଛାତ୍ର ମୃତ, ୪ ଗୁରୁତର…

ମୁମ୍ବାଇ,୩୦।୬: ମୁମ୍ବାଇରେ କ୍ରମାଗତ ଭାବେ ହେଉଥିବା ପ୍ରବଳ ବର୍ଷା ମଧ୍ୟରେ ମଙ୍ଗଳବାର ମଧ୍ୟାହ୍ନରେ ଚେମ୍ବୁର ଅଞ୍ଚଳରୁ ଏକ ଦୁଃଖଦ ଖବର ସାମ୍ନାକୁ ଆସିଛି। ଚେମ୍ବୁରର ରୋଡ ନମ୍ବର…

ସଂସଦର ସବୁଠାରୁ ଧନୀ ଏମ୍ପି କିଏ? ଜାଣନ୍ତୁ କେଉଁ ଦଳ ସବୁଠାରୁ ଅଧିକ ମାଲାମାଲ୍!

ନୂଆଦିଲ୍ଲୀ,୩୦।୬: ଦେଶର ସଂସଦରେ ରାଜନୀତି ସହିତ ସମ୍ପତ୍ତିର ପରିମାଣ ମଧ୍ୟ ନୂଆ ରେକର୍ଡ ସୃଷ୍ଟି କରୁଛି। ଗୋଟିଏ ପଟେ ଲୋକ ସଭାରେ କୋଟିପତି ଏମ୍ପିଙ୍କ ସଂଖ୍ୟା କ୍ରମାଗତ…

କୋଟି କୋଟି ଗ୍ରାହକଙ୍କୁ ବଡ଼ ଉପହାର! ଜୁଲାଇ ମାସରୁ କମିବ ବିଜୁଳି ଦର

ନୂଆଦିଲ୍ଲୀ,୩୦।୬: ଉତ୍ତର ପ୍ରଦେଶର କୋଟି କୋଟି ବିଦ୍ୟୁତ ଗ୍ରାହକଙ୍କ ପାଇଁ ଜୁଲାଇ ମାସ ବଡ଼ ଆଶ୍ୱସ୍ତି ନେଇ ଆସୁଛି। ଯଦି ଆପଣ ମଧ୍ୟ ପ୍ରତିମାସରେ ମହଙ୍ଗା ବିଜୁଳି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri