ଅଭିନେତ୍ରୀ ତମନ୍ନା ଭାଟିଆଙ୍କୁ ସମନ

ବମ୍ବେ,୨୫।୪: ଅଡ଼ୁଆରେ ଫସିଛନ୍ତି ବଲିଉଡ ଅଭିନେତ୍ରୀ ତମନ୍ନା ଭାଟିଆ। ଅଭିନେତା ସଞ୍ଜୟ ଦତ୍ତଙ୍କ ପରେ ବର୍ତ୍ତମାନ ତମନ୍ନା ଭାଟିଆଙ୍କ ନାମ ମଧ୍ୟ ବେଆଇନ ଆଇପିଏଲ୍‌ ମ୍ୟାଚ୍‌ ଷ୍ଟ୍ରିମିଂ ମାମଲାରେ ସାମିଲ ହୋଇଛି। ମହାରାଷ୍ଟ୍ର ସାଇବର ସେଲ ତମନ୍ନାକୁ ସମନ ପଠାଇଛି। ଅଭିନେତ୍ରୀଙ୍କୁ ଏପ୍ରିଲ ୨୯ ରେ ମହାରାଷ୍ଟ୍ର ସାଇବର ସେଲ୍‌ ପଚରାଉଚରା କରିବ, ଯେଉଁଠାରେ ତାଙ୍କୁ ମାମଲା ସହ ଜଡ଼ିତ ପ୍ରଶ୍ନ ପଚରାଯିବ।

ପ୍ରାପ୍ତ ସୂଚନା ଅନୁଯାୟୀ, ଫେୟାର୍‌ ପ୍ଲେ ଆପରେ ଆଇପିଏଲ୍‌ ୨୦୨୩ର ବେଆଇନ ଷ୍ଟ୍ରିମିଂ ସମ୍ପର୍କିତ ମାମଲାରେ ତମନ୍ନାଙ୍କୁ ପଚରାଉଚରା କରାଯିବ। ଏହି କାରଣରୁ ଭାୟାକମ୍‌ଙ୍କୁ କୋଟି କୋଟି ଟଙ୍କା କ୍ଷତି ସହିବାକୁ ପଡିଥିଲା। ତେବେ ଅଭିନେତ୍ରୀଙ୍କୁ ସାକ୍ଷୀ ଭାବରେ ଡକାଯାଉଥିବା କୁହାଯାଉଛି। ଫେୟାର୍‌ ପ୍ଲେ ପାଇଁ ସେ ପ୍ରମୋଶନ କରିଥିବାରୁ କିଏ ତାଙ୍କ ସହ ଯୋଗାଯୋଗ କରିଥିଲେ ଏବଂ ଏଥିପାଇଁ ତାଙ୍କୁ କେତେ ଟଙ୍କା ଦିଆଯାଇଥିଲା ବୋଲି ପଚରାଯିବ।

ତେବେ ଏହି ମାମଲାରେ କେବଳ ତମନ୍ନାଙ୍କ ନାମ ଜଡିତ ନୁହେଁ, ତାଙ୍କ ପୂର୍ବରୁ ସଞ୍ଜୟ ଦତ୍ତଙ୍କୁ ମଧ୍ୟ ସମନ କରାଯାଇଥିଲା। ଯାହାର ଜବାବ ଦେଇ ସଞ୍ଜୟ କହିଥିଲେ ଯେ, ସେ ବର୍ତ୍ତମାନ ମୁମ୍ବାଇରେ ନାହାନ୍ତି,ଏଣୁ ସେ ନିର୍ଦ୍ଧାରିତ ତାରିଖରେ ହାଜର ହୋଇପାରିବେ ନାହିଁ। ଏଣୁ ସେ ତାଙ୍କ ବୟାନ ରେକର୍ଡ କରିବାକୁ ଆଉ ଏକ ତାରିଖ ସହ ସମୟ ଦିଆଯାଉ ବୋଲି ଦାବି କରିଛନ୍ତି।

ଏକ ରିପୋର୍ଟ ଅନୁଯାୟୀ, ମହାରାଷ୍ଟ୍ର ସାଇବର ସେଲରେ ଅଭିନେତ୍ରୀଙ୍କ ବିରୋଧରେ ଭାୟାକମ୍‌ ଏହି ଅଭିଯୋଗ ଆଣିଛି। କେବଳ ଏତିକି ନୁହେଁ, ତମନ୍ନା ଏବଂ ସଞ୍ଜୟଙ୍କ ପୂର୍ବରୁ ରାପର ବାଦଶାହାଙ୍କ ବୟାନ ମଧ୍ୟ ଏହି ମାମଲାରେ ରେକର୍ଡ ହୋଇଛି। ଫେୟାର ପ୍ଲେ ଯୋଗୁ ଭାୟାକମ ୧୦୦ କୋଟି ଟଙ୍କା କ୍ଷତି ସହିଥିବା କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ମହିଳା ଟି୨୦ ବିଶ୍ୱକପ୍‌: ଅଷ୍ଟ୍ରେଲିଆ ଚାମ୍ପିୟନ

ଲଣ୍ଡନ,୫ା୭: ମହିଳା ଟି୨୦ ବିଶ୍ୱକପ୍‌ରେ ପୁଣି ଥରେ ଚାମ୍ପିୟନ ହୋଇଛି ଅଷ୍ଟ୍ରେଲିଆ। ଟୁର୍ନାମେଣ୍ଟରେ ଅପରାଜେୟ ରହିଥିବା ଅଷ୍ଟ୍ରେଲିଆ ଐତିହାସିକ ଲଡର୍‌ସ ଗ୍ରାଉଣ୍ଡରେ ରବିବାର ଖେଳାଯାଇଥିବା ଫାଇନାଲରେ ୭…

ଜିଲାପାଳଙ୍କ ବଡ଼ ଘୋଷଣା: କଟକରେ ସ୍କୁଲ ଛୁଟି

କଟକ,୫।୭: ସୋମବାର କଟକ ଜିଲାର ସମସ୍ତ ସରକାରୀ ଏବଂ ବେସରକାରୀ ଶିକ୍ଷାନୁଷ୍ଠାନ ଛୁଟି ରହିବ। ଲଘୁଚାପ ଜନିତ ପ୍ରବଳ ବର୍ଷାକୁ ଦୃଷ୍ଟିରେ ରଖି କଟକ ଜିଲାପାଳ ଛୁଟି…

ଗୁରଗାଁଓରେ ଚାଞ୍ଚଲ୍ୟ: ପ୍ରେମିକ ସହ ମିଶି ସ୍ବାମୀଙ୍କୁ ହତ୍ୟାକଲେ ନବବିବାହିତା ମହିଳା

ଗୁରଗାଁଓ,୫ା୭: ନିଖୋଜ ହେବାର ୨ ଦିନ ପରେ ଜଣେ ୨୧ ବର୍ଷୀୟ ଯୁବକଙ୍କ ମୃତଦେହ ରଓ୍ବୋରୀସ୍ଥିତ କେନାଲରୁ ମିଳିବା ପରେ ତାଙ୍କୁ ନବବିବାହିତା ସ୍ତ୍ରୀ ଓ ତାଙ୍କ…

ସମୁଦ୍ରରେ ଫସିଥିବା ମତ୍ସ୍ୟଜୀବୀ ଉଦ୍ଧାର

ପୁରୀ,୫ା୭(ଅଜିତ୍‌ କୁମାର ମହାନ୍ତି): ପୁରୀ ପୋଲିସର ତତ୍ପରତାରେ ସମୁଦ୍ରରେ ଫସିଥିବା ଆନ୍ଧ୍ରପ୍ରଦେଶର ୧୦ ମତ୍ସ୍ୟଜୀବୀଙ୍କ ସୁରକ୍ଷିତ ଉଦ୍ଧାର କରାଯାଇଥିବା ନେଇ ପୋଲିସ ପକ୍ଷରୁ ସୂଚନା ଦିଆଯାଇଛି। ସୂଚନା…

ଲଗାଣ ବର୍ଷାରେ ବେହାଲ ବଲାଙ୍ଗୀର, ବିଭିନ୍ନ ପଡ଼ାରେ ରହୁଥିବା ଲୋକଙ୍କ ଘରେ ପଶିଲା ପାଣି

ବଲାଙ୍ଗୀର,୫ା୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରରେ ଲଗାଣ ବର୍ଷା ଜାରି ରହିଛି। ଫଳରେ ସହରର ବିଭିନ୍ନ ପଡ଼ାରେ ରହୁଥ‌ିବା ଲୋକଙ୍କ ଘର ଭିତରକୁ ବର୍ଷା ଓ ଡ୍ରେନ୍…

କାଳ ବୈଶାଖୀରେ ଉଡ଼ିଯାଇଥିଲା ଟିଣ, ଛପର, ହେଉନି ମରାମତି

ମୋହନା,୫।୭(ମନ୍ମଥ ମିଶ୍ର): କାଳବୈଶାଖୀରେ ଉଡ଼ିଯାଇଥିଲା ବିଦ୍ୟାଳୟର ଟିଣ ଛପର। ହେଲେ ବର୍ତ୍ତମାନ ସୁଦ୍ଧା ଏହା ମରାମତି ହୋଇନାହିଁ। ଫଳରେ ବାଧ୍ୟହୋଇ ଦୁଇଟି ଶ୍ରେଣୀ ଗୃହରେ ପ୍ରଥମରୁ ଅଷ୍ଟମ…

କଳାହାଣ୍ଡି ପୋଲିସକୁ ବଡ଼ ସଫଳତା; ଚୋର ଗ୍ୟାଙ୍ଗର ପର୍ଦ୍ଦାଫାସ, ୪ ଗିରଫ

ଭବାନୀପାଟଣା,୫।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ପୋଲିସକୁ ମିଳିଛି ଏକ ବଡ଼ ସଫଳତା। ଦୀର୍ଘ ଦିନ ଧରି ଜିଲାର ଗୋଲାମୁଣ୍ଡା, କୋକସରା ଏବଂ କେଗାଁ ଥାନା ଅଞ୍ଚଳରେ ଚୋରି…

୩ ଶହରୁ ଅଧିକ ଚାଷୀଙ୍କୁ ଠକି ଲୁଟିଥିଲେ ଟଙ୍କା, ବାନ୍ଧିଲା ଉଦୟଗିରି ପୋଲିସ

ମୋହନା,୫ା୭ (ମନ୍ମଥ ମିଶ୍ର ): ଚାଷୀଙ୍କ ଠାରୁ ଲକ୍ଷାଧିକ ଟଙ୍କା ଲୁଟି ନେଇ ଶେଷରେ ବନ୍ଧା ହେଲା ଠକ ଅଭିଯୁକ୍ତ । ଏଭଳି ଘଟଣା ଦେଖିବାକୁ ମିଳିଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri