ଛାତିରେ ପ୍ରବଳ ଯନ୍ତ୍ରଣା ପରେ AR Rahman ହସ୍ପିଟାଲରେ ଭର୍ତ୍ତି

ଚେନ୍ନାଇ,୧୬।୩: ଛାତିରେ ଯନ୍ତ୍ରଣା ଅନୁଭବ କରିବା ପରେ ଖ୍ୟାତନାମା ସଂଗୀତକାର ଏ.ଆର୍‌. ରେହମାନଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଏବେ ତାଙ୍କର ଆଞ୍ଜିଓପ୍ଲାଷ୍ଟି କରାଯାଉଛି। ରବିବାର ସକାଳେ ରେହମାନଙ୍କର ଛାତିରେ ପ୍ରବଳ ଯନ୍ତ୍ରଣା ହୋଇଥିଲା । ତାଙ୍କୁ ତୁରନ୍ତ ଚେନ୍ନାଇର ଗ୍ରୀମ୍ସ ରୋଡରେ ଥିବା ଏକ ଘରୋଇ ହସ୍ପିଟାଲକୁ ନିଆଯାଇଥିଲା। ସେଠାରେ ଡାକ୍ତରମାନେ ତାଙ୍କ ଉପରେ ଇସିଜି ଏବଂ ଇକୋକାର୍ଡିଓଗ୍ରାମ ସମେତ ଅନେକ ପରୀକ୍ଷା କରିଥିଲେ।

ରିପୋର୍ଟ ଅନୁଯାୟୀ, ରେହମାନଙ୍କ ଉପରେ ଏକ ସ୍ବତନ୍ତ୍ର ଡାକ୍ତରୀ ଦଳ କଡ଼ା ନଜର ରଖିଛି। ତେବେ ତାଙ୍କ ସ୍ବାସ୍ଥ୍ୟାବସ୍ଥା ନେଇ ଅଧିକ ଅପ୍‌ଡେଟ୍‌ ଅପେକ୍ଷା କରାଯାଇଛି। ତେବେ ସେ ନିକଟରେ ବିଦେଶରୁ ଫେରୁଥିବା ସମୟରେ ବେକରେ ଯନ୍ତ୍ରଣା ଅନୁଭବ କରୁଥିଲେ। ଏହାପରେ ତାଙ୍କର ଛାତିରେ ଯନ୍ତ୍ରଣା ହୋଇଥିଲା।

 

View this post on Instagram

 

A post shared by ARR (@arrahman)

ତେବେ ଭାରତୀୟ ତଥା ବିଶ୍ୱ ସଂଗୀତଜଗତରେ ନିଜର ସ୍ବତନ୍ତ୍ର ଅବଦାନ ପାଇଁ ଜଣାଶୁଣା ରେହମାନଙ୍କ ପ୍ରଶଂସକ ସାରା ବିଶ୍ୱରେ ଅଛନ୍ତି। ଏବେ ତାଙ୍କର ଅପ୍ରତ୍ୟାଶିତ ହସ୍ପିଟାଲରେ ଭର୍ତ୍ତି ହେବା ଖବର ପ୍ରଶଂସକଙ୍କୁ ଗଭୀର ଭାବେ ମର୍ମାହତ କରିଛି। ତାଙ୍କର ଶୀଘ୍ର ଆରୋଗ୍ୟ କାମନା କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଚପଲ ପିନ୍ଧି ମହାପ୍ରସାଦ ବାଣ୍ଟିଲେ, ଠିଆହୋଇ ଖାଇଲେ

ପୁରୀ,୩୧ା୧୨(ଅଜିତ୍‌ କୁମାର ମହାନ୍ତି): ମହାପ୍ରସାଦ ଓ ମହାପ୍ରଭୁଙ୍କୁ ଅପମାନ କଲାଭଳି ଦୃଶ୍ୟ ପୁଣି ଦେଖିବାକୁ ମିଳିଛି। ଏନେଇ ବିଭିନ୍ନ ମହଲରେ ଅସନ୍ତୋଷ ପ୍ରକାଶ ପାଇଛି। କେତେଜଣ...

ପୁଟିନଙ୍କ ଘର ଉପରେ ଏମିତି ‘ଡ୍ରୋନ୍ ଆକ୍ରମଣ’ର କରିଥିଲା ୟୁକ୍ରେନ, ଭୟଙ୍କର ଭିଡିଓ ଜାରି କଲା ରୁଷ

ନୂଆଦିଲ୍ଲୀ,୩୧।୧୨: ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ବାସଭବନକୁ ଲକ୍ଷ୍ୟ କରି ଡ୍ରୋନ୍ ମାଡ଼ କରିଛି ୟୁକ୍ରେନ। ଏହି ଖବର ପରେ ଦୁଇ ଦେଶ ମଧ୍ୟରେ ଯୁଦ୍ଧ...

ନୂଆବର୍ଷ ପୂର୍ବରୁ ବଡ଼ ଧରଣର ଭୂକମ୍ପ ଝଟକା, ଭୟରେ…

ନୂଆଦିଲ୍ଲୀ,୩୧।୧୨: ନୂତନ ବର୍ଷ ପୂର୍ବ ସନ୍ଧ୍ୟାରେ ଜାପାନରେ ବଡ଼ ଧରଣର ଭୂକମ୍ପ ଅନୁଭୂତ ହୋଇଛି । ରିକ୍ଟର ସ୍କେଲରେ ତୀବ୍ରତା ୬ ରେକର୍ଡ କରାଯାଇଛି ।...

ଘରକୁ ଫେରିବା ବାଟରେ ଭୟଙ୍କର ଦୁର୍ଘଟଣା: ବାଇକ୍‌କୁ ଧକ୍କା ଦେଇ ଟ୍ରକ୍‌କୁ ପିଟିଲା ବୋଲେରୋ; ଯୁବକ ଗୁରୁତର; ଡ୍ରାଇଭର…

କେସିଙ୍ଗା,୩୧।୧୨( ତୁମେଶ୍ୱର ସାହୁ): ରାତି ପାହିଲେ ନୂଆବର୍ଷ। ଗାଁଠୁ ନେଇ ସହର ଯାଏ ନୂଆବର୍ଷ ପାଳନ ପାଇଁ ଚାଲିଛି ସଜ ବାଜ। ଏଭଳି ସମୟରେ କେସିଙ୍ଗା...

ବିଗିଡିଲା ଭୁବନେଶ୍ୱର ବାୟୁ ଗୁଣବତ୍ତା, ଓଡ଼ିଶାର ୪ ସହରର ସ୍ଥିତି ସଙ୍ଗିନ

ଭୁବନେଶ୍ବର,୩୧ା୧୨: ଓଡ଼ିଶାର ବାୟୁ ପ୍ରଦୂଷଣ ସ୍ତର ଏବେ ଚିନ୍ତାଜନକ ସ୍ଥିତିରେ ପହଞ୍ଚିଛି। କେନ୍ଦ୍ରୀୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ (CPCB) ପକ୍ଷରୁ ଜାରି ସଦ୍ୟତମ ତଥ୍ୟ ଅନୁଯାୟୀ,...

ରୁଷକୁ ବିଶ୍ବାସ ଯେ… ୨୦୨୫ ବର୍ଷର ଶେଷ ଭାଷଣରେ ଜେଲେନ୍ସକିଙ୍କ ବିଷୟରେ କଣ କହିଲେ ପୁଟିନ୍

ନୂଆଦିଲ୍ଲୀ,୩୧।୧୨: ରୁଷ ରାଷ୍ଟ୍ରପତି ପୁଟିନ ନୂତନ ବର୍ଷ ପୂର୍ବ ସନ୍ଧ୍ୟାରେ ଦେଶକୁ ସମ୍ବୋଧିତ କରିଛନ୍ତି । ୟୁକ୍ରେନରେ ଚାଲିଥିବା ଯୁଦ୍ଧ ସମ୍ପର୍କରେ ସେ କହିଥିଲେ ଯେ...

ଭୂତକୋଠା ପାଲଟିଛି ଶିକ୍ଷକ ଭବନ, ରାତି-ଦିନରେ ଜମୁଛି ମଦର ଆସର

ମୋହନା,୩୧/୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକ ଏକ ଆଦିବାସୀ ଅଧ୍ୟୁଷିତ ଅଞ୍ଚଳ । ଏହା ୩୯ଟି ପଞ୍ଚାୟତକୁ ନେଇ ଗଠିତ । ଏହି ବ୍ଲକର...

ପ୍ରଭାକର ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟ, ଡେଙ୍ଗାପଦର ଭଲିବଲ ଟିମ୍ ବିଜୟୀ

ଦିଗପହଣ୍ଡି, ୩୧|୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟର ୪ର୍ଥ ଦିବସ ଆଜି ଆୟୋଜିତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri