ରାଗିଗଲେ ଅନୁଷ୍କା: ଗାଭାସ୍କରଙ୍କୁ ଦେଲେ ଏମିତି ଜବାବ

ୟୁଏଇରେ ଇଣ୍ଡିଆନ୍‌ ପ୍ରିମିୟର ଲିଗ୍‌ ୧୩ତମ ସଂସ୍କରଣ ଖେଳ ଚାଲୁରହିଛି। ଗତ ଗୁରୁବାର ଏହି ଟୁର୍ନାମେଣ୍ଟର ଷଷ୍ଠ ମ୍ୟାଚ୍‌ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର ଏବଂ କିଙ୍ଗସ୍‌ ଏକାଦଶ ପଞ୍ଜାମ ମଧ୍ୟରେ ଖେଳାଯାଇଥିଲା ଏହି ମ୍ୟାଚ୍‌ରେ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋରର ଅଧିନାୟକ ବିରାଟ କୋହଲି ଭଲ ପ୍ରଦର୍ଶନ କରିପାରି ନ ଥିଲେ। ମାତ୍ର ଏକ ରନ୍‌କରି ସେ ଆଉଟ୍‌ ହୋଇଯାଇଥିଲେ। ଏହି ସମୟରେ କମେଣ୍ଟ୍ରି ପ୍ୟାନେଲ ସଦସ୍ୟ ସୁନୀଲ ଗାଭାସ୍କର ବିରାଟଙ୍କ ସ୍ତ୍ରୀ ତଥା ଅଭିନେତ୍ରୀ ଅନୁଷ୍କା ଶର୍ମାଙ୍କ ବିଷୟରେ କିଛି ମନ୍ତବ୍ୟ ଦେଇଥିଲେ। ଏଥିପାଇଁ କୋହଲି ଏବଂ ଅନୁଷ୍କାଙ୍କ ପ୍ରଶଂସକଙ୍କମାନେ ଗାଭାସ୍କରଙ୍କୁ କମେଣ୍ଟ୍ରି ପ୍ୟାନେଲରୁ ହଟାଇବାକ ଦାବି କରୁଛନ୍ତି। ଗାଭାସ୍କରଙ୍କ ମନ୍ତବ୍ୟ ଉପରେ ଏବେ ଅନୁଷ୍କା ମଧ୍ୟ ମୁହଁ ଖୋଲିଛନ୍ତି। ସେ ନିଜର ଇନ୍‌ଷ୍ଟାଗ୍ରାମ୍‌ରେ ଏକ ପୋଷ୍ଟ ଶେୟାର କରି ଗାଭାସ୍କରଙ୍କୁ ଟାର୍ଗେଟ କରିଛନ୍ତି। ତାଙ୍କ ଉପରେ ଦିଆଯାଇଥିବା ମନ୍ତବ୍ୟ ନେଇ ଅନୁଷ୍କା ଅସନ୍ତୋଷ ବ୍ୟକ୍ତ କରିବା ସହ ଲେଖିଛନ୍ତି, ମିଷ୍ଟର ଗାଭାସ୍କର, ଆପଣଙ୍କ ବାର୍ତ୍ତା ବିଚଳିତ କରିବା ପରି। ମୁଁ ଆପଣଙ୍କୁ ଏହା କହିବାକୁ ଚାହୁଁଛି ଯେ, ସ୍ବାମୀଙ୍କ ଖରାପ ପ୍ରଦର୍ଶନ ଉପରେ ତାଙ୍କ ସ୍ତ୍ରୀଙ୍କୁ ଦେଷ ଦେବାକୁ କାହିଁକି ଭାବିଲେ। ଗତ କିଛି ବର୍ଷ ମଧ୍ୟରେ ଆପଣ ପ୍ରତ୍ୟେକ କ୍ରିକେଟରଙ୍କ ବ୍ୟକ୍ତିଗତ ଜୀବନକୁ ସମ୍ମାନ ଦେଇଆସୁଛନ୍ତି। ଆମ ପାଇଁ ମଧ୍ୟ ସମାନ ସମ୍ମାନ ହେବା ଉଚିତ୍‌ ବୋଲି ଅନୁଷ୍କା ଲେଖିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିନା ବିଦ୍ୟୁତ୍‌ରେ ଚାଲିଛି ଆୟୁଷ୍ମାନ ଆରୋଗ୍ୟ ମନ୍ଦିର, ଅସହ୍ୟ ଗରମରେ ରୋଗୀ ହନ୍ତସନ୍ତ

ଅମରପାଲି,୧୧ା୬(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ କେନଝିରିଆପାଲି ଗ୍ରାମରେ ଥିବା ଆୟୁଷ୍ମାନ ଆରୋଗ୍ୟ ମନ୍ଦିର ଦୀର୍ଘଦିନ ଧରି କାର୍ଯ୍ୟକ୍ଷମ ଥିଲେ ମଧ୍ୟ ଏପର୍ଯ୍ୟନ୍ତ ବିଦ୍ୟୁତ୍‌…

ଖୁସିରେ ଗଦଗଦ ହୋଇ ମୋଦିଙ୍କୁ ଏମିତି ମେସେଜ୍‌ କରିଦେଲେ ଟ୍ରମ୍ପ: ଚାହିଁ ରହିଗଲା ସାରା ବିଶ୍ୱ

ନୂଆଦିଲ୍ଲୀ,୧୧।୬:ଲଗାତର ଅଧିକ ଦିନ ନିର୍ବାଚିତ ପ୍ରଧାନମନ୍ତ୍ରୀ ଭାବେ ଜବାହରଲାଲ ନେହେରୁଙ୍କ କାର୍ଯ୍ୟକାଳ ରେକର୍ଡକୁ ବୁଧବାର ଜୁନ୍‌ ୧୦ରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଅତିକ୍ରମ କରିଛନ୍ତି। ୨୦୧୪ ମେ’…

ନିୟମଗିରିକୁ ପୁଣି ଫେରିଲେ ହାତୀପଲ, କଦଳୀ ବଗିଚା ନଷ୍ଟ କରିବା ସହ…

କଲ୍ୟାଣସିଂହପୁର,୧୧ା୬(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା ନିୟମଗିରି ଅଞ୍ଚଳକୁ ପୁଣି ଫେରିଛନ୍ତି ହାତୀପଲ। କଲ୍ୟାଣସିଂହପୁର ବ୍ଲକ ପାର୍ସଲି ପଞ୍ଚାୟତର ଲମ୍ବା ନ୍‌ଗାଁରେ ହାତୀ ଆତଙ୍କ ଦେଖାଦେଇଛି। ବୁଧବାର…

ସମସ୍ୟା ଘେରରେ କେସିଙ୍ଗା ରେଳ ଷ୍ଟେଶନ: ସମାଧାନ ଦାବି କଲା ଜିଲା ରେଳଯାତ୍ରୀ ସଂଘ

କେସିଙ୍ଗା,୧୧।୬(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗାସ୍ଥିତ ରେଳ ଷ୍ଟେଶନର ବିଭିନ୍ନ ସମସ୍ୟାକୁ ନେଇ କଳାହାଣ୍ଡି ଜିଲା ରେଳ ଯାତ୍ରୀ ସଂଘ ପକ୍ଷରୁ ସମ୍ବଲପୁର ଡିଭିଜନର ଡିଆରଏମ ସୁବାସ…

ଦୁର୍ଦ୍ଦାନ୍ତ ଅପରାଧୀ ପପୁଙ୍କୁ ପୋଲିସର ଏନ୍‌କାଉଣ୍ଟର, ଜଙ୍ଗଲରେ ଆପରାଧିକ କାଣ୍ଡ ଘଟାଇବାକୁ ଯୋଜନାବେଳେ…

ଭଦ୍ରକ,୧୧ା୬(ସନାତନ ରାଉତ): ଭଦ୍ରକ ଗ୍ରାମାଞ୍ଚଳ ପୋଲିସ ଦୁର୍ଦ୍ଦାନ୍ତ ଅପରାଧୀ ପ୍ରଫୁଲ୍ଲ ମଲ୍ଲିକ ଓରଫ ପପଙ୍କୁ ଏନ୍‌କାଉଣ୍ଟର କରିଛି। ପପୁଙ୍କ ଡାହାଣ ଗୋଡ଼ରେ ଗୁଳି ବାଜିଥିବାରୁ ତାଙ୍କୁ କଟକ…

ଆଜିଠୁ ସିଜେପିର ଦେଶବ୍ୟାପୀ ବିକ୍ଷୋଭ: ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା…

ନୂଆଦିଲ୍ଲୀ,୧୦ା୬(ପି.ଟି.):ଏନ୍‌ଇଇଟି-ୟୁଜି ପରୀକ୍ଷା ପ୍ରଶ୍ନପତ୍ର ଲିକ୍‌ ଏବଂ ସିବିଏସ୍‌ଇ ପରୀକ୍ଷା ଅନିୟମିତତାକୁ ନେଇ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବିରେ କକ୍‌ରୋଚ ଜନତା ପାର୍ଟି (ସିଜେପି) ଗୁରୁବାରଠାରୁ…

ପୁଣି ହର୍ମୁଜ ବନ୍ଦ: ଇରାନ ଉପରେ ବଡ଼ ଆକ୍ରମଣ କଲା ଆମେରିକା

ଓ୍ବାଶିଂଟନ୍‌/ତେହରାନ,୧୧।୬: ଏକ ଆପାଚେ ହେଲିକପ୍ଟର ଖସାଇ ଦିଆଯିବା ପରେ ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧ ପୁଣି ତୀବ୍ର ହୋଇଛି। ଲଗାତାର ଦ୍ୱିତୀୟ ଦିନ ପାଇଁ ଆମେରିକା…

ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ବିଧାୟକ, ତୁରନ୍ତ କାର୍ଯ୍ୟ ସାରିବାକୁ ଅଧିକାରୀଙ୍କୁ ନିର୍ଦ୍ଦେଶ

ମହାକାଳପଡ଼ା,୧୧ା୬(ପ୍ରତାପ ଚନ୍ଦ୍ର ସ୍ବାଇଁ): ମହାକାଳପଡା ବିଧାନସଭା ନିର୍ବାଚନ ମଣ୍ଡଳୀସ୍ତରୀୟ ଉନ୍ନୟନମୂଳକ ପ୍ରକଳ୍ପର ଅଗ୍ରଗତି ସମ୍ପର୍କରେ ସମୀକ୍ଷା ବୈଠକ ବ୍ଲକ ସଭା ଗୃହରେ ବୁଧବାର ଅନୁଷ୍ଠିତ ହୋଇଯାଇଛି। ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri