ଏହି ଘଟଣା ପରେ ରେଖା-ଅମିତାଭଙ୍କ ମଧ୍ୟରେ ସମ୍ପର୍କ ହୋଇଥିଲା ନିବିଡ

ବଲିଉଡ୍‌ର ଏଭରଗ୍ରୀନ୍‌ ଅଭିନେତ୍ରୀ ହେଉଛନ୍ତି ରେଖା। ନିଜର ସୌନ୍ଦର୍ଯ୍ୟ ଏବଂ ଅଭିନୟ ଦ୍ୱାରା ସେ ପ୍ରଶଂସକଙ୍କ ହୃଦୟ ଜିତିପାରିଛନ୍ତି । ତାଙ୍କର ସୌନ୍ଦର୍ଯ୍ୟ ଆଗରେ ଆଜିବି ସବୁ ଅଭିନେତ୍ରୀ ପଛରେ ପଡ଼ିଯିବେ। ଆଜି ହେଉଛି ରେଖାଙ୍କର ୬୬ତମ ଜନ୍ମଦିନ।
ରେଖାଙ୍କ ଫିଲ୍ମ ଲାଇଫ୍‌ ଠାରୁ ବ୍ୟକ୍ତିଗତ ଜୀବନ ସବୁବେଳେ ଚର୍ଚ୍ଚାରେ ରହିଆସିଛି। ବଲିଉଡ୍‌ର ପ୍ରେମ କାହାଣୀ କଥା ଉଠିବା ମାତ୍ରେ ସର୍ବପ୍ରଥମେ ରେଖାଙ୍କ ନାମ ଅମିତାଭ ବଚ୍ଚନଙ୍କ ସହ ଯୋଡାଯାଇଥାଏ।
ରେଖାଙ୍କ ଫିଲ୍ମ କ୍ୟାରିୟର ବହୁତ ସଫଳ ଥିବା ବେଳେ ବ୍ୟକ୍ତିଗତ ଜୀବନ କିନ୍ତୁ ବିଫଳ ରହିଛି। ରେଖାଙ୍କ ନାମକୁ ଅମିତାଭଙ୍କ ସହ ଯୋଡା ଯାଇଥିଲେ ମଧ୍ୟ ଉଭୟ କେବେହେଲେ ନିଜ ସମ୍ପର୍କ ବିଷୟରେ ମୁହଁ ଖୋଲି ନାହାନ୍ତି।
୧୯୭୭ ମସିହାରେ ରେଖା ଏବଂ ଅମିତାଭ ଫିଲ୍ମ ‘ଗଙ୍ଗା କି ସୌଗନ୍ଧ’ରେ ଏକତ୍ର କାମ କରୁଥିଲେ। ଏହି ଫିଲ୍ମର ଶୁଟିଂ ସମୟରେ ଜଣେ ବ୍ୟକ୍ତି ରେଖାଙ୍କ ଉପରେ ଅଶ୍ଳୀର ମନ୍ତବ୍ୟ ଦେଇଥିଲେ। ଏହା ପରେ ଅମିତାଭ ରାଗିଯାଇ ଉକ୍ତ ବ୍ୟକ୍ତିଙ୍କୁ ସର୍ବସାଧାରଣରେ ମାଡ଼ ମାରିଥିଲେ। ଏହି ଘଟଣା ପରେ ରେଖା ଏବଂ ଅମିତାଙ୍କ ମଧ୍ୟରେ େପ୍ରେମ ସମ୍ପର୍କ ଆହୁରି ନିବିଡ ହୋଇଥିବା ଚର୍ଚ୍ଚା ହୋଇଥିଲା। ରେଖାଙ୍କ ବାୟୋପିକ୍‌‘ଦି ଅନଟୋଲ୍ଡ ଷ୍ଟୋରି’ ରେ ଏହି କଥା ଉଲ୍ଲେଖ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

T20 ବିଶ୍ୱକପ୍‌ରୁ ବାଦ୍ ପଡ଼ିବ କି ଅଷ୍ଟ୍ରେଲିଆ? ଦମଦାର ବିଜୟ ସହ ସୁପର-୮ରେ ଶ୍ରୀଲଙ୍କା

ନୂଆଦିଲ୍ଲୀ,୧୬।୨: ଚଳିତ T20 ବିଶ୍ୱକପ୍ ୨୦୨୬ରେ ଦେଖିବାକୁ ମିଳିଛି ଏକ ବଡ଼ ବିପର୍ଯ୍ୟୟ। ଓପନର ପଥୁମ ନିସାଙ୍କାଙ୍କ ବିଧ୍ୱଂସକାରୀ ଶତକ ବଳରେ ଶ୍ରୀଲଙ୍କା ୮ ୱିକେଟ୍‌ରେ ଅଷ୍ଟ୍ରେଲିଆକୁ…

ପୂର୍ବତନ ବିଧାୟିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କ ପରଲୋକ; ମୁଖ୍ୟମନ୍ତ୍ରୀଙ୍କ ଶୋକ

ଭୁବନେଶ୍ୱର,୧୬।୨: ସମ୍ବଲପୁରର ପୂର୍ବତନ ବିଧାୟିକା ତଥା ବିଶିଷ୍ଟ ଚିକିତ୍ସିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କର ଦେହାନ୍ତ ହୋଇଯାଇଛି। ମୃତ୍ୟୁ ବେଳକୁ ତାଙ୍କୁ ୭୯ ବର୍ଷ ବୟସ ହୋଇଥିଲା। ସମ୍ବଲପୁର…

ନକଲି ମାଓବାଦୀ ଆତ୍ମସମର୍ପଣ ଯୋଜନା ପଣ୍ଡ: ଖବରଦାତାଙ୍କ ସହ ୪ ଗିରଫ

ରାୟଗଡ଼ା,୧୬।୨(ଆଶିଷ ରଞ୍ଜନ ପଣ୍ଡା) ମାଓବାଦୀଙ୍କ ନାଁରେ ପୋଷ୍ଟର ମାରିବା ଏବଂ ନକଲି ମାଓବାଦୀଙ୍କୁ ଆତ୍ମସମର୍ପଣ କରାଇ ସରକାରୀ ଅର୍ଥ ଲୁଟ ପାଇଁ ଉଦ୍ୟମ କରିବା ଘଟଣାରେ ରାୟଗଡ଼ା…

ବଟେଶ୍ୱର ଜାଗର ମହୋତ୍ସବ: ମୋହିଲା ଛାତ୍ରୀଛାତ୍ରଙ୍କ ନୃତ୍ୟ

ଗଞ୍ଜାମ,୧୬ା୨(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ପ୍ରସିଦ୍ଧ ବଟେଶ୍ୱର ମନ୍ଦିର ବାଲିଯାତ୍ରା ପଡିଆରେ ମହାଶିବରାତ୍ରି ଉପଲକ୍ଷେ ପ୍ରଥମଥର ପାଇଁ ଜାଗର ମହୋତ୍ସବ ଅନୁଷ୍ଠିତ ହୋଇଯାଇଛି।…

ପୂର୍ବତନ ବିଧାୟିକା ରାସେଶ୍ୱରୀ ପାଣିଗ୍ରାହୀଙ୍କ ପରଲୋକ

ସମ୍ୱଲପୁର,୧୬।୨: ସମ୍ୱଲପୁର ପୂର୍ବତନ ବିଧାୟିକା ଡା. ରାସେଶ୍ୱରୀ ପାଣିଗ୍ରାହୀଙ୍କ ସୋମବାର ରାତିରେ ପରଲୋକ ହୋଇଯାଇଛି। ତାଙ୍କୁ ମୃତ୍ୟୁ ବେଳକୁ ୭୯ ବର୍ଷ ବୟସ ହୋଇଥିଲା। ରାତି ପ୍ରାୟ…

ଏହି ଷ୍ଟେସନର ବଦଳିବ କାୟାକଳ୍ପ: ଏତିକି କୋଟି ମଞ୍ଜୁର କଲେ କେନ୍ଦ୍ର ସରକାର

ଭୁବନେଶ୍ୱର,୧୬।୨: ଓଡ଼ିଶାର ରେଳ ଭିତ୍ତିଭୂମି ପାଇଁ ୯୩.୧୯ କୋଟି ଟଙ୍କା ଅନୁମୋଦନ କରିଛନ୍ତି କେନ୍ଦ୍ର ସରକାର। ଏହି ଟଙ୍କାରେ ବ୍ରହ୍ମପୁର ରେଳ ଷ୍ଟେସନର ପୁନଃ ବିକାଶ କରାଯିବ।…

ମହିଳାଙ୍କୁ ଗୋଡାଇ କାମୁଡ଼ିଲା ବିଲୁଆ

ଦିଗପହଣ୍ଡି,୧୬।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ୫ ନଂ ୱାର୍ଡ ପଠାଣ ଗଳି ବାସିନ୍ଦା କେ.ପାର୍ୱତୀ ଦୋରା(୪୦) ବିଲୁଆ କାମଡ଼ାରେ ଗୁରୁତର ଆହତ ହୋଇଛନ୍ତି।…

ତୃତୀୟ ଥର ବିବାହ ବନ୍ଧନରେ ବାନ୍ଧିହେଲେ IAS ଅଫିସର, ତିନି ସ୍ତ୍ରୀ IAS

ଭୋପାଳ,୧୬।୨: ଜଣେ IAS ଅଫିସର ଏବେ ନିଜର ବ୍ୟକ୍ତିଗତ ଜୀବନକୁ ନେଇ ଏବେ ଚର୍ଚ୍ଚାର ଶିଖରରେ ଅଛନ୍ତି। ସେ ନିକଟରେ ତୃତୀୟ ଥର ପାଇଁ ବିବାହ କରିଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri