Posted inଖେଳ

୧୧ରୁ ଇଂଲଣ୍ଡରେ ମନୋରଞ୍ଜନଧର୍ମୀ କ୍ରିକେଟ ଫେରିବ

ଲଣ୍ଡନ,୪।୭(ପି.ଟି.): ଆସନ୍ତା ୧୧ ତାରିଖରୁ ଇଂଲଣ୍ଡରେ ମନୋରଞ୍ଜନଧର୍ମୀ କ୍ରିକେଟ ଫେରିବ ବୋଲି ଇଂଲଣ୍ଡ ଓ ଓ୍ବେଲ୍ସ କ୍ରିକେଟ ବୋର୍ଡ (ଇସିବି) ତରଫରୁ କୁହାଯାଇଛି। ପ୍ରଧନମନ୍ତ୍ରୀ ବୋରିସ ଜନସନ ଏନେଇ ସବୁଜ ସଙ୍କେତ ଦେବା ପରେ ଇସିବି ଏ ସଂକ୍ରାନ୍ତରେ ଘୋଷଣା କରିଛି। କେବଳ ଇଂଲଣ୍ଡରେ ଏଭଳି କ୍ରିକେଟ ଆରମ୍ଭ କରାଯିବ ବୋଲି ସ୍ପଷ୍ଟ କରାଯାଇଛି। ୟୁନାଟେଡ କିଙ୍ଗ୍‌ଡମ୍‌ (ୟୁକେ) ଏ ନେଇ ଅନୁମତି ଦେଇଥିାରୁ ଇସିବି ଖୁସି ଜାହିର କରିଛି। ସ୍ବାସ୍ଥ୍ୟ ଓ ନିରାପତ୍ତା ତଥା ସାମାଜିକ ଦୂରତ୍ୱକୁ ପ୍ରଧାନ୍ୟ ଦେଇ କ୍ରିକେଟ ଆୟୋଜନ ଉପରେ ଗୁରୁତ୍ୱ ଦିଆଯାଇଛି।
କ୍ରିକେଟର ଶୀଘ୍ର ପ୍ରତାବର୍ତ୍ତନ ନେଇ ଆମେ କାର୍ଯ୍ୟକରିବାକୁ ଚାହୁଁଛୁ ବୋଲି ଜନ୍‌ସନ୍‌ କହିଛନ୍ତି। ଆଗାମୀ କିଛି ଦିନ ମଧ୍ୟରେ ଏ ନେଇ ଆମେ ଗାଇଡ୍‌ ଲାଇନ୍‌ ଜାରି କରିବୁ। ଯାହାଫଳରେ ଆସନ୍ତା ସପ୍ତାହ ଶେଷ ବେଳକୁ କ୍ରିକେଟ ପୁଣିଥରେ ଆରମ୍ଭ ହୋଇପାରିବ ବୋଲି ସେ କହିଛନ୍ତି। ଇସିବି ମଧ୍ୟ ଏ ନେଇ ବିଭିନ୍ନ ବିଭାଗ ସହ ଆଲୋଚନା ଜାରି ରଖିଛି। ଖୁବ୍‌ଶୀଘ୍ର ଇଂଲଣ୍ଡରେ ପେସାଦାର କ୍ରିକେଟ ଆରମ୍ଭ ହେବା ପାଇଁ ପଥ ପରିସ୍କାର ହୋଇଛି। ଇଂଲଣ୍ଡ ଓ ଭ୍ରମଣକାରୀ ଓ୍ବେଷ୍ଟଇଣ୍ଡିଜ୍‌ ମଧ୍ୟରେ ୩ ମ୍ୟାଚ୍‌ ବିଶିଷ୍ଟ ଟେଷ୍ଟ ସିରିଜ ଖେଳାଯିବ। ଜୁଲାଇ ୮ ତାରିଖରୁ ସାଉଥାମ୍ପଟନ୍‌ରେ ପ୍ରଥମ ଟେଷ୍ଟ ଆରମ୍ଭ ହେବ। କୋଭିଡ୍‌-୧୯ ମହାମାରୀ କାରଣରୁ ପାଖାପାଖି ୪ ମାସ ହେବ କ୍ରିକେଟ ସାରା ବିଶ୍ୱରେ ବନ୍ଦ ରହିଥିଲା। ଏହି ସିରିଜ୍‌ ମାଧ୍ୟମରେ ଅନ୍ତର୍ଜାତୀୟ କ୍ରିକେଟର ପ୍ରତ୍ୟାବର୍ତ୍ତନ ହେବ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ସଞ୍ଜୁ ସାମସନଙ୍କୁ ଭୁରି ଭୁରି ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ମୋଦି, ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ,୩।୪: ଟିମ ଇଣ୍ଡିଆ ନିକଟରେ ICC ଟି୨୦ ବିଶ୍ୱକପ ୨୦୨୬ ଜିତି ଇତିହାସ ରଚିଛି। ଷ୍ଟାର ଭାରତୀୟ ଉଇକେଟ୍‌କିପର-ବ୍ୟାଟ୍ସମ୍ୟାନ ସଞ୍ଜୁ ସାମସନ ଏହି ଟାଇଟଲ ବିଜୟର ହିରୋ…

IPL ନିଲାମରେ ମୁହଁମୋଡ଼ି ଦେଇଥିଲେ ସବୁ ଦଳ: ବଦଳ ଭାବେ ଆସି ଚମତ୍କାର କଲେ ଏହି କ୍ରିକେଟର୍‌

କୋଲକାତା,୩।୪: IPL 2026ର ଷଷ୍ଠ ମ୍ୟାଚରେ ସନରାଇଜର୍ସ ହାଇଦ୍ରାବାଦ ଇଡେନ ଗାର୍ଡେନରେ ଏକ ଧମାକାଦାର ବ୍ୟାଟିଂ ପ୍ରଦର୍ଶନ କରି ୨୦ ଓଭରରେ ୨୨୬ ରନର ବିଶାଳ ସ୍କୋର…

ଅଭିଷେକ ଶର୍ମାଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନେଲା ବିସିସିଆଇ, ଜାଣନ୍ତୁ କାହିଁକି ମିଳିଲା ଦଣ୍ଡ

ନୂଆଦିଲ୍ଲୀ,୩।୪: କୋଲକାତା ନାଇଟ ରାଇଡର୍ସ ବିପକ୍ଷରେ ଅଭିଷେକ ଶର୍ମା ଗୁରୁବାର ୪୮ ରନର ଏକ ବିସ୍ଫୋରକ ଇନିଂସ ଖେଳିଥିଲେ। ଏହି ଇନିଂସରେ ସେ ମାତ୍ର ୨୧ ବଲ…

LSG ମାଲିକ ସଞ୍ଜିବ ଗୋଏଙ୍କାଙ୍କ ଉପରେ ରାଗିଲେ ଲଳିତ ମୋଦି; ପନ୍ତଙ୍କୁ କଲେ ସମର୍ଥନ

ନୂଆଦିଲ୍ଲୀ,୩।୪: ଦିଲ୍ଲୀ କ୍ୟାପିଟାଲ୍ସ ବିପକ୍ଷରେ ପରାଜୟ ପରେ, ଲକ୍ଷ୍ନୌ ସୁପର ଜାଏଣ୍ଟସ ମାଲିକ ସଞ୍ଜିବ ଗୋଏଙ୍କା, ଅଧିନାୟକ ରିଷଭ ପନ୍ତ ଏବଂ ମୁଖ୍ୟ ପ୍ରଶିକ୍ଷକ ଜଷ୍ଟିନ ଲାଙ୍ଗରଙ୍କ…

୨୦୨୭ ରୁ ଆଇପିଏଲ ମ୍ୟାଚ ସଂଖ୍ୟା ବୃଦ୍ଧି ପାଇବ? ଅଧ୍ୟକ୍ଷଙ୍କ ଗୁରୁତ୍ୱପୂର୍ଣ୍ଣ ବୟାନ

ନୂଆଦିଲ୍ଲୀ,୩।୪: ଇଣ୍ଡିଆନ ପ୍ରିମିୟର ଲିଗର ୧୯ତମ ସଂସ୍କରଣ ବର୍ତ୍ତମାନ ଚାଲିଛି; ଛଅଟି ମ୍ୟାଚ ଖେଳାଯାଇସାରିଛି, ଏବଂ ଶୁକ୍ରବାର ଚେନ୍ନାଇ ସୁପର କିଙ୍ଗସ ଏବଂ ପଞ୍ଜାବ କିଙ୍ଗସ ମଧ୍ୟରେ…

IPLରେ ଅଭିଷେକଙ୍କ ବଡ଼ କାରନାମା: ୪ ଛକା ମାରି କଲେ ଅନନ୍ୟ ରେକର୍ଡ

କୋଲକାତା,୩।୪: ଇଡେନ ଗାର୍ଡେନ୍ସରେ କୋଲକାତା ନାଇଟ ରାଇଡର୍ସ ବିପକ୍ଷରେ ଅଭିଷେକ ଶର୍ମା ୪୮ ରନର ଏକ ବିସ୍ଫୋରକ ଇନିଂସ ଖେଳିଥିଲେ। ୨୨୮.୫୭ ଷ୍ଟ୍ରାଇକ ରେଟରେ ଖେଳି ଅଭିଷେକ…

କ୍ଲାସେନଙ୍କ ବିସ୍ଫୋରକ ବ୍ୟାଟିଂ: ହାଇଦ୍ରାବାଦ୍‌ର ପ୍ରଥମ ବିଜୟ

କୋଲକାତା,୨ା୪: ହେନରିଚ୍‌ କ୍ଲାସେନଙ୍କ ଅର୍ଦ୍ଧଶତକ ଓ ନୀତୀଶ କୁମାର ରେଡ୍ଡୀଙ୍କ ଅଲରାଉଣ୍ଡ ପ୍ରଦର୍ଶନ ବଳରେ ସନରାଇଜର୍ସ ହାଇଦ୍ରାବାଦ୍‌(ଏସ୍‌ଆର୍‌ଏଚ୍‌) ୬୫ ରନରେ କୋଲକାତା ନାଇଟ୍‌ ରାଇଡର୍ସ (କେକେଆର)କୁ ପରାସ୍ତ…

୨୦୨୬ ଆଇପିଏଲରେ ଖେଳିବା ପାଇଁ କୋର୍ଟଙ୍କ ଦ୍ୱାରସ୍ଥ ହେଲେ RCB ବୋଲର, ପୂରା ଘଟଣା ଜାଣିଲେ…

ନୂଆଦିଲ୍ଲୀ,୨।୪: IPL ୨୦୨୬ ମଧ୍ୟରେ ଏକ ଗୁରୁତ୍ୱପୂର୍ଣ୍ଣ ଖବର ସାମ୍ନାକୁ ଆସିଛି। ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (RCB)ର ଶ୍ରୀଲଙ୍କାର ଦ୍ରୁତ ବୋଲର ନୁୱାନ ତୁଷାରା IPL ୨୦୨୬…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri