ପରଲୋକରେ ଓଲିଉଡ୍‌ର ଭେଟେରାନ ଅଭିନେତା ଚକ୍ରଧର ଜେନା

ଭୁବନେଶ୍ୱର,୧୩।୨: ଓଲିଉଡର ଭେଟେରାନ ଅଭିନେତା ଚକ୍ରଧର ଜେନା ଆଉ ନାହାନ୍ତି। ଭୁବନେଶ୍ୱର ଏମ୍ସରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ପରଲୋକ ଘଟିଛି। ମୃତ୍ୟୁ ବେଳକୁ ତାଙ୍କୁ ୬୯ ବର୍ଷ ବୟସ ହୋଇଥିଲା। ଏନେଇ ଖବର ପ୍ରସାରିତ ହେବା ପରେ ସିନେମାଜଗତ ସହ ପ୍ରଶଂସକ ମହଲରେ ଶୋକର ଛାୟା ଖେଳିଯାଇଛି। ଫୁସଫୁସ ଜନିତ ସଂକ୍ରମଣରେ ପୀଡ଼ିତ ଥିଲେ ଚକ୍ରଧର। ଦୀର୍ଘ ୨୩ ଦିନ ହେବ ଏମ୍ସ ଆଇସିୟୁରେ ରଖାଯାଇ ଚିକିତ୍ସା କରାଯାଉଥିଲେ ହେଁ ସୋମବାର ରାତିରେ ହୃଦଘାତ ହେବା ଯୋଗୁ ତାଙ୍କର ମୃତ୍ୟୁ ଘଟିଛି।

୧୯୫୪ରେ ବାଲେଶ୍ୱର ଜିଲା ଭିଲ୍ଲା ଗାଁରେ ଚକ୍ରଧରଙ୍କ ଜନ୍ମ। ସେ ୧୯୮୩ ରେ ନ୍ୟାଶନାଲ ସ୍କୁଲ ଅଫ ଡ୍ରାମାରୁ ଡିଗ୍ରୀ ହାସଲ କରିଥିଲେ। ଏହାପରଠାରୁ ସେ ଦୀର୍ଘ ବର୍ଷ ଧରି ସିନେମା ଜଗତ ସହ ଯୋଡ଼ି ହୋଇ ରହିଥିଲେ। ଖଳନାୟକଠାରୁ ଆରମ୍ଭ କରି କମେଡି ଓ ଚରିତ୍ର ଅଭିନେତା ଭାବେ ସେ ନିଜର ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିପାରିଥିଲେ। ନିଜ ଅଭିନୟଯାତ୍ରାରେ ସେ ୧୦୦ରୁ ଅଧିକ ଫିଲ୍ମରେ ଅଭିନୟ କରିଥିଲେ। ୧୯୯୩ରେ ରିଲିଜ ହୋଇଥିବା ସୁପର ହିଟ ସିନେମା ‘ପଥର ଖସୁଛି ବ ଦେଉଳ’ରୁ ତାଙ୍କର ଅଭିନୟ ଯାତ୍ରା ଆରମ୍ଭ ହୋଇଥିଲା। ଏହାପରେ ରଣଭୂମୀ, ଅର୍ଜୁନ, ମାୟା, ରଙ୍ଗିଲା ବାବା, ଓମ ନମଃ ଶିବାୟ, କଥାନ୍ତର, ତୁ ମୋ ଆଖିର ତାରା, ପ୍ରେମ୍‌ ୱେଡସ ପ୍ରିୟା, ମୋ ମନ ଖାଲି ତୋରି ପାଇଁ, ତୋ ବିନା ମୋ କାହାଣୀ ଅଧା, ତୋ ପାଇଁ ନେବି ମୁଁ ଶହେ ଜନମ ଓ ସଞ୍ଜୁ ଆଉ ସଞ୍ଜନା ଭଳି ଅନେକ ହିଟ୍‌ ଫିଲ୍ମରେ ସେ ଅଭିନୟ କରିଥିଲେ।

ତେବେ ଚକ୍ରଧରଙ୍କ ଅଭିନୟର ଯାଦୁଗରୀ କେବଳ ଆଞ୍ଚଳିକ ସ୍ତରରେ ସୀମିତ ନ ଥିଲା। ସେ ହଲିଉଡ ସିନେମାରେ ମଧ୍ୟ କାମ କରିଛନ୍ତି। ସିଟି ଅଫ୍‌ ଜୟ ଓ ଇଲେକ୍ଟ୍ରିକ୍‌ ମୁନ୍‌ରେ ସେ ନଜର ଆସିଥିଲେ। ‘ସିଟି ଅଫ ଜୟ’ ସିନେମାରେ ସେ ବରିଷ୍ଠ ଅଭିନେତା ଓମ୍‌ ପୁରୀ ଓ ଶବାନା ଆଜ୍‌ମିଙ୍କ ସହ ସ୍କ୍ରିନ ଶେୟାର କରିଥିଲେ। ଏହାଛଡ଼ା ପ୍ରଶାନ୍ତ ନନ୍ଦଙ୍କ ନିର୍ଦ୍ଦେଶନାରେ ପ୍ରସ୍ତୁତ ହୋଇଥିବା ହିନ୍ଦୀ ସିରିଏଲ ‘ଅନ୍ତରଦାହ’ରେ ମଧ୍ୟ ସେ ଅଭିନୟ କରିିଥିଲେ। ୧୯୯୩ର ହିନ୍ଦୀ ଫିଲ୍ମ ‘ସର୍ଦ୍ଦାର’ରେ ମଧ୍ୟ ସେ ଅଭିନୟ କରିଥିଲେ। ଏହି ସିନେମାଟି ଲୌହମାନବ ବଲ୍ଲଭଭାଇ ପଟେଲଙ୍କ ଉପରେ ପ୍ରସ୍ତୁତ ହୋଇଥିଲା। ନିଜର ଅଭିନୟକୁ ନେଇ ସେ ରାଜ୍ୟ, ଦେଶ ସହ ବିଦେଶରେ ମଧ୍ୟ ନାଁ କମାଇଥିଲେ। ପ୍ରଥମ କଳାକାର ଭାବେ ସେ ଇଟାଲୀର ସରକାରଙ୍କଠାରୁ କଳା ରତ୍ନ ପୁରସ୍କାର ପାଇଥିଲେ। ଏହାବ୍ୟତିତ ତାଙ୍କୁ ଅନେକ ସମ୍ମାନରେ ପୁରସ୍କୃତ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ବରିଷ୍ଠ କିରାଣି ଜୟନ୍ତ ପ୍ରଧାନଙ୍କୁ ନିଲମ୍ବନ କଲେ କେନ୍ଦ୍ରାପଡ଼ା DEO

ଡେରାବିଶ, ୨୦।୯(ବେବର୍ତା ଅଜୟ ଦାସ): ଡେରାବିଶ ବ୍ଲକ ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟରେ କାର୍ଯ୍ୟରତ ଥିବା ବରିଷ୍ଠ କିରାଣୀ ଜୟନ୍ତ କୁମାର ପ୍ରଧାନଙ୍କୁ ନିଲମ୍ବିତ କରାଯାଇଛି । ନିଜ କାର୍ଯ୍ୟରେ…

ମଦ ଦୋକାନରେ ଗଣ୍ଡଗୋଳ, ଯୁବକଙ୍କ ତଣ୍ଟି କାଟି ହତ୍ୟା ଉଦ୍ୟମ; ଅଭିଯୁକ୍ତ ଗିରଫ

ଦିଗପହଣ୍ଡି,୨୦।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ପଦ୍ମନାଭପୁର ଗ୍ରାମର ଯୁବକ ଏସ. ରାଜୀବ ରେଡ୍ଡୀ ଚୈତନ୍ୟପୁର ଗ୍ରାମର ଦେବ ରେଡ୍ଡୀଙ୍କୁ ମରଣାନ୍ତକ ଆକ୍ରମଣ କରି…

ଏନ୍‌ଏସି ନିର୍ବାଚନ ପାଇଁ କଂଗ୍ରେସର ବଡ଼ ପ୍ରସ୍ତୁତି

ଦିଗପହଣ୍ଡି,୨୦।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ନଗର କଂଗ୍ରେସ କମିଟି ପକ୍ଷରୁ ସାଙ୍ଗଠନିକ ସଭା ଏବଂ ବନ୍ଧୁମିଳନ କାର୍ଯ୍ୟକ୍ରମ ରବିବାର ଅନୁଷ୍ଠିତ ହୋଇଯାଇଛି। ସ୍ଥାନୀୟ କଲ୍ୟାଣ…

ବଲାଙ୍ଗୀରରୁ ଫରେଷ୍ଟରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, ଅଫିସ ଷ୍ଟାଫ୍ କ୍ବାର୍ଟରରେ…

ବଲାଙ୍ଗୀର,୨୦।୯( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଫରେଷ୍ଟ ରେଞ୍ଜ ଅଫିସ ପଛପଟେ ଥିବା ଷ୍ଟାଫ କ୍ବାଟରୁ ଫରେଷ୍ଟରଙ୍କ ମୃତଦେହ ଉଦ୍ଧାର ହୋଇଛି । ଝୁଲନ୍ତା ଅବସ୍ଥାରେ ତାଙ୍କ…

SIR ନୋଟିସ୍‌: ଜୟଶଙ୍କରଙ୍କଠାରୁ ଆଡଭାନିଙ୍କ ପର୍ଯ୍ୟନ୍ତ, ତାଲିକାରେ ଅନେକ VVIP ଭୋଟର

ନୂଆଦିଲ୍ଲୀ,୨୦।୯: ଦିଲ୍ଲୀରେ ଚାଲିଥିବା ଭୋଟର ତାଲିକା ସ୍ବତନ୍ତ୍ର ସଘନ ସଂଶୋଧନ (SIR) ପ୍ରକ୍ରିୟାକୁ ନେଇ ଅନେକ ହାଇପ୍ରୋଫାଇଲ୍‌ ଭୋଟରଙ୍କୁ ନିର୍ବାଚନ କମିଶନଙ୍କ ପକ୍ଷରୁ ନୋଟିସ୍‌ ଜାରି କରାଯାଇଛି…

ଭାଜପା ମୁହାଁ ନେତା କର୍ମୀ

ହାଟଡିହୀ,୨୦।୯(ଶୁଭକାନ୍ତ ନାୟକ): ଆଗକୁ ପଞ୍ଚାୟତ ନିର୍ବାଚନ। କେନ୍ଦୁଝର ଜିଲା ଆନନ୍ଦପୁର ବିଧାନସଭା କ୍ଷେତ୍ରରେ ରାଜନୈତିକ ପାଣିପାଗ ବଦଳିବାରେ ଲାଗିଛି। ବିଭିନ୍ନ ରାଜନୈତିକ ଦଳ ପକ୍ଷରୁ ସାଙ୍ଗଠନିକ ବୈଠକ,…

ଚମକାଇଦେଲା BCCIର ନିଷ୍ପତ୍ତି! ଟିମ୍ ଇଣ୍ଡିଆର ନୂଆ ହେଡ୍ କୋଚ୍ ହେଲେ…

ନୂଆଦିଲ୍ଲୀ,୨୦ା୯: ଭାରତୀୟ କ୍ରିକେଟ୍‌ ଟିମ୍‌ର ପୂର୍ବତନ ଦ୍ରୁତ ବୋଲର ଲକ୍ଷ୍ମୀପତି ବାଲାଜୀଙ୍କୁ ଭାରତ-ଏ ଦଳର ହେଡ୍‌ କୋଚ୍‌ ଭାବେ ନିଯୁକ୍ତ କରାଯାଇଛି । ଅଷ୍ଟ୍ରେଲିଆ-ଏ ବିପକ୍ଷ ମଲ୍ଟି-ଫର୍ମାଟ୍‌…

ବିହାରୀ କଏଦୀ ଫେରାର ଘଟଣା: ଚୌଦ୍ୱାର ଜେଲ ଅଧୀକ୍ଷକ ଗିରଫ

କଟକ,୨୦।୯(ପ୍ରଭୁ କଲ୍ୟାଣ ପାଲ ): ବିହାରୀ କଏଦୀ ଫେରାର ଘଟଣାରେ ଗିରଫ ହେଲେ ଚୌଦ୍ୱାର ଜେଲ ଅଧୀକ୍ଷକ ସୁଜିତ ରାଉଳ। ଜେଲ ମିନିଟି ବୁକ୍‌ରେ ଜାଲିଆତି ନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?