ଉତ୍ସାହ ଭରିଲା ଶ୍ରେଣୀଗୃହ ପାଠପଢ଼ା

କଟକ ଅଫିସ,୮ା୨: ତୃତୀୟ ପର୍ଯ୍ୟାୟ କୋଭିଡ୍‌ ସଂକ୍ରମଣ ହ୍ରାସ ପରେ ରାଜ୍ୟ ସରକାରଙ୍କ ପକ୍ଷରୁ ପୁଣି ସ୍କୁଲ କଲେଜ ଖୋଲାଯାଇଛି। ଏହି ଅବସରରେ ସୋମବାର ପ୍ରଥମ ପର୍ଯ୍ୟାୟରେ ଅଷ୍ଟମ ଶ୍ରେଣୀରୁ ଦ୍ୱାଦଶ ଶ୍ରେଣୀ ଏବଂ ମହାବିଦ୍ୟାଳୟ, ବିଶ୍ୱବିଦ୍ୟାଳୟରେ ଅନଲାଇନ ସହ ଅଫ୍‌ଲାଇନ ପାଠପଢ଼ା ଆରମ୍ଭ କରାଯାଇଛି। ପିଲା ବହି ବସ୍ତାନି ଧରି ସ୍କୁଲ ଆସିଛନ୍ତି। କୋଭିଡ୍‌ କଟକଣା ମଧ୍ୟରେ ଖୋଲିଥିବାରୁ ସ୍କୁଲ କଲେଜ ପରିସରକୁ ସଫା କରାଯିବା ସହ ସାନିଟାଇଜ କରାଯାଇଛି। ଆସବାବପତ୍ର ସଜଡ଼ାଯିବା ସହ ସାମାଜିକ ଦୂରତା ରଖି ବସିବା ପାଇଁ ଛାତ୍ରୀଛାତ୍ରଙ୍କ ଡେସ୍କକୁ ସୁବ୍ୟବସ୍ଥିତ କରାଯାଇଛି। କୋଭିଡ୍‌ର ତୃତୀୟ ଲହରକୁ ଦେଖି ଜାନୁୟାରୀ ୧୦ରୁ ସ୍କୁଲ ଓ ଉଚ୍ଚ ଶିକ୍ଷାନୁଷ୍ଠାନ ବନ୍ଦ ଥିଲା। ଏବେ ପ୍ରାୟ ଏକ ମାସ ବ୍ୟବଧାନରେ ସ୍କୁଲ, କଲେଜ ଖୋଲିବାରୁ ଛାତ୍ରୀଛାତ୍ର ଓ ଅଭିଭାବକଙ୍କ ମନରେ ଉତ୍କଣ୍ଠା ପ୍ରକାଶ ପାଇଛି। ଏଥିସହ ଶ୍ରେଣୀଗୃହରେ ପାଠ ପଢ଼ିବାକୁ ନେଇ ଛାତ୍ରୀଛାତ୍ରଙ୍କ ମଧ୍ୟରେ ଉତ୍ସାହ ଥିବା ଦେଖାଦେଇଛି। ତେବେ ପ୍ରଥମ ଦିନରେ ରେଭେନ୍‌ଶା ବିଶ୍ୱବିଦ୍ୟାଳୟ ପରିସର ଫାଙ୍କା ଫାଙ୍କା ଦେଖିବାକୁ ମିଳିଥିଲା। ସେହିପରି ଜିଲାରେ ସ୍କୁଲଗୁଡିକରେ ଅଧିକ ଛାତ୍ରୀଛାତ୍ରଙ୍କ ଉପସ୍ଥିତି ନ ଥିଲା। ହେଲେ ସ୍କୁଲ ଖୋଲୁଥିଲେ ମଧ୍ୟ ଛାତ୍ରୀଛାତ୍ର ଚାହିଁଲେ ଅନ୍‌ଲାଇନରେ କ୍ଲାସ କରିପାରିବେ।


Enter your email to get our daily news in your inbox.

All Right Reserved By Dharitri.Com

ଉଜ୍‌ବେକିସ୍ତାନରେ ପ୍ରଧାନମନ୍ତ୍ରୀ ମୋଦି

ତାଶକେଣ୍ଟ,୨୯ା୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଉଜ୍‌ବେକିସ୍ତାନ ଏବଂ କିର୍‌ଗିଜସ୍ତାନକୁ ୪ ଦିନିଆ ଗସ୍ତରେ ଯାଇ ଶନିବାର ଉଜ୍‌ବେକିସ୍ତାନରେ ପହଞ୍ଚିଛନ୍ତି। ୨ ଦେଶ ମଧ୍ୟରେ ରଣନୈତିକ ସହଭାଗିତାକୁ ଆହୁରି…

ସୃଷ୍ଟି ହେଲା ଲଘୁଚାପ, ୫ଦିନ ପ୍ରବଳରୁ ଅତି ପ୍ରବଳ ବର୍ଷା, ୩ ଜିଲାକୁ ରେଡ୍‌ ଓ୍ବାର୍ନିଂ

ଭୁବନେଶ୍ୱର, ୨୯ା୮ (ବନ୍ଦନା ସେଠୀ) – ଉତ୍ତରପଶ୍ଚିମ ବଙ୍ଗୋପସାଗର ପାର୍ଶ୍ୱବର୍ତ୍ତୀ ପଶ୍ଚିମବଙ୍ଗ-ଉତ୍ତରଓଡ଼ିଶା ଉପକୂଳରେ ଶନିବାର ସକାଳ ୫ଟା ୩୦ରେ ଆଉଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହା…

ଖଡ଼ିଆଳରେ ନୂଆଖାଇ ପାଇଁ ଲଗ୍ନ ଧାର୍ଯ୍ୟ

ଖଡ଼ିଆଳ,୨୯ା୮(ସୁଜିତ କୁମାର ପ୍ରଧାନ): ଖଡ଼ିଆଳ ରାଜଦରବାର ହଲଠାରେ ପଣ୍ଡିତ ମଣ୍ଡଳୀ ନବାନ୍ନ ଲଗ୍ନ ଧାର୍ଯ୍ୟ କରିଛନ୍ତି। ପରମ୍ପରାନୁସାରେ ଆସନ୍ତା ୧୫ ତାରିଖ ମଙ୍ଗଳବାର ଘ.୯.୦୫ମି.ରୁ ଘ.୧୦. ୦୦…

ଖଟ ତଳକୁ ଓହ୍ଲାଇବା ବେଳେ ଚୋଟ ମାରିଲା ସାପ, ରାତିସାରା ଗୁଣିଆ ଡାକି ଝଡ଼ାଫୁଙ୍କା କଲେ, ମେଡିକାଲ ନେବାରେ ବିଳମ୍ବ ଯୋଗୁ…

ଡୁଙ୍ଗୁରିପାଲି,୨୯।୮(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ବ୍ଲକ ରାମପୁର ଥାନା ଅନ୍ତର୍ଗତ ବଡ଼ଭାଲୁପାଲି ଗ୍ରାମରେ ଅନ୍ଧବିଶ୍ୱାସ ଯୋଗୁ ଜଣେ ବୃଦ୍ଧଙ୍କର ଅକାଳ ମୃତ୍ୟୁ ଘଟିଛି। ବିଷାକ୍ତ ସାପ…

ଘରେ ଏକାକୀ ଥିବାବେଳେ ମୂକ ଯୁବତୀଙ୍କୁ ବଳାତ୍କାର ଉଦ୍ୟମ! ଗୋଡ଼ାଇ ଗୋଡ଼ାଇ ନିର୍ଦ୍ଧୁମ ଛେଚିଲେ ଗ୍ରାମବାସୀ, ପୋଲିସକୁ…

ଦିଗପହଣ୍ଡି,୨୯।୮ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଅଧୀନ ଏକ ଗାଁରେ ଜଣେ ମାନସିକ ଅନଗ୍ରସର ଓ ମୂକ ଯୁବତୀଙ୍କୁ ଘରେ ପଶି ବଳାତ୍କାର…

ଦେଓମାଳି ପର୍ଯ୍ୟଟନ ସ୍ଥଳୀରେ ପର୍ଯ୍ୟଟକ ଅସୁରକ୍ଷିତ: ମୁଖାପିନ୍ଧା ଯୁବକଙ୍କ ଅତର୍କିତ ଆକ୍ରମଣକୁ ନେଇ କୋଟିଆ ଥାନାରେ ମାମଲା ରୁଜୁ

ପଟ୍ଟାଙ୍ଗି,୨୯।୮(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍‌ ଅଧୀନ ପ୍ରସିଦ୍ଧ ଦେଓମାଳି ପର୍ଯ୍ୟଟନ ସ୍ଥଳୀରେ ପର୍ଯ୍ୟଟକଙ୍କ ସୁରକ୍ଷା ନେଇ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ଶୁକ୍ରବାର ସନ୍ଧ୍ୟାରେ…

 ଚାଷୀ ପଞ୍ଜୀକରଣକୁ ଆଉ ମାତ୍ର ୨ ଦିନ ବାକି, ସର୍ଭର ଡାଉନ୍‌ ବଢ଼ାଉଛି ଚିନ୍ତା

ନବରଙ୍ଗପୁର, ୨୯।୮(ସଦାଶିବ ପ୍ରହରାଜ): ନବରଙ୍ଗପୁର ଜିଲାରେ ୨୦୨୬-୨୭ ଖରିଫ ଧାନମଣ୍ଡି ନିମନ୍ତେ ଚାଷୀ ପଞ୍ଜୀକରଣ ପ୍ରକ୍ରିୟା ଜାରି ରହିଛି। ପଞ୍ଜୀକରଣର ଶେଷ ତାରିଖ ଅଗଷ୍ଟ ୩୧ ଥିବାବେଳେ…

ତାରାତାରିଣୀ ଛକରେ ସାଙ୍ଘାତିକ କାର୍ ଦୁର୍ଘଟଣା: ତହସିଲଦାରଙ୍କ କଲ୍‌କୁ ବି ଖାତିର କଲାନି ଆମ୍ବୁଲାନ୍ସ କଲ୍ ସେଣ୍ଟର; ଛଟପଟ ହେଲେ…

ପୁରୁଷୋତ୍ତମପୁର,୨୯।୮(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ବ୍ରହ୍ମପୁର-ପୁରୁଷୋତ୍ତମପୁର ମୁଖ୍ୟ ରାସ୍ତାର ତାରାତାରିଣୀ ଛକ ନିକଟରେ ଶନିବାର ସନ୍ଧ୍ୟାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri