ଛାତ୍ର ନିର୍ବାଚନରେ ବଢୁଛି ଉତ୍ସାହ: ଅତାବିରା କଲେଜରେ ୨୪ଜଣଙ୍କ ନାମାଙ୍କନ ଦାଖଲ

ଅତାବିରା,୯।୧୦(ଯୁଧିଷ୍ଠିର ମହାପାତ୍ର): ଦୀର୍ଘ ୮ ବର୍ଷର ବ୍ୟବଧାନ ପରେ ରାଜ୍ୟରେ ଛାତ୍ର ସଂସଦ ନିର୍ବାଚନ ହେଉଥିବା ବେଳେ ଅତାବିରା କଲେଜରେ ନିର୍ବାଚନୀ ଉତ୍ସାହ ଦେଖିବାକୁ ମିଳିଛି। କଲେଜର ବିଭିନ୍ନ ପଦପଦବୀ ପାଇଁ ଛାତ୍ରଛାତ୍ରୀମାନେ ନିଜ ନିଜର ନାମାଙ୍କନ ପତ୍ର ଦାଖଲ କରିଛନ୍ତି।

ପ୍ରାପ୍ତ ତଥ୍ୟ ଅନୁଯାୟୀ, ସଭାପତି ପଦ ପାଇଁ ୫ଜଣ, ଉପସଭାପତି ପଦ ପାଇଁ ୩ଜଣ, ସାଧାରଣ ସମ୍ପାଦକ ପଦ ପାଇଁ ୪ଜଣ ଏବଂ ଯୁଗ୍ମ ସମ୍ପାଦକ ପଦ ପାଇଁ ୩ଜଣ ନାମାଙ୍କନ ଦାଖଲ କରିଛନ୍ତି।

ସେହିପରି ଆଥଲେଟିକ୍ସ ସମ୍ପାଦକ ପଦ ପାଇଁ ୩ଜଣ, ଯୁଗ୍ମ ଆଥଲେଟିକ୍ସ ସମ୍ପାଦକ ପଦ ପାଇଁ ୩ଜଣ, ଡ୍ରାମାଟିକ୍ସ ସମ୍ପାଦକ ପଦ ପାଇଁ ୨ଜଣ ଏବଂ ଯୁଗ୍ମ ଡ୍ରାମାଟିକ୍ସ ସମ୍ପାଦକ ପଦ ପାଇଁ ଜଣେ ପ୍ରାର୍ଥୀ ନାମାଙ୍କନ ଦାଖଲ କରିଛନ୍ତି।

ଏହିପରି ଉପରୋକ୍ତ ପଦବୀଗୁଡ଼ିକ ପାଇଁ ମୋଟ ୨୪ଟି ନାମାଙ୍କନ ଦାଖଲ ହୋଇଥିବା ତଥ୍ୟରୁ ଜଣାପଡ଼ିଛି। ଦୀର୍ଘ ବର୍ଷ ପରେ ଛାତ୍ର ସଂସଦ ର୍ନିବାଚନ ହେଉଥିବାରୁ ପ୍ରାର୍ଥୀ ଓ ସେମାନଙ୍କ ସମର୍ଥକଙ୍କ ମଧ୍ୟରେ ଉତ୍ସାହ ଦେଖାଦେଇଛି। ଏବେ ସମସ୍ତଙ୍କ ନଜର ନିର୍ବାଚନ ଉପରେ। କେଉଁ ପ୍ରାର୍ଥୀ କେଉଁ ପଦବୀରେ ବିଜୟୀ ହେବେ, ତାହା ନିର୍ବାଚନ ଫଳାଫଳ ପରେ ସ୍ପଷ୍ଟ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ନବରାତ୍ରୀର ପ୍ରଥମ ଦିନରେ ସୂର୍ଯ୍ୟଙ୍କ ଗୋଚର, ୫ ରାଶିଙ୍କର ହୁ ହୁ ହୋଇ ବଢିବ ଟଙ୍କା!

ସୂର୍ଯ୍ୟ ଗ୍ରହ ୧୧ ଅକ୍ଟୋବର ୨୦୨୬ ରବିବାର ରାତି ୨ଟା ୨୫ ମିନିଟରେ ହସ୍ତା ନକ୍ଷତ୍ରରୁ ଚିତ୍ରା ନକ୍ଷତ୍ରରେ ପ୍ରବେଶ କରିବେ। ସୂର୍ଯ୍ୟ ଗ୍ରହ ମଙ୍ଗଳଙ୍କ ନକ୍ଷତ୍ରରେ…

ଚଳଚଞ୍ଚଳ କ୍ୟାମ୍ପସ  ସରିଲା ନାମାଙ୍କନ, ବୈଧ ପ୍ରାର୍ଥୀ ତାଲିକାକୁ ଅପେକ୍ଷା

ଖୋର୍ଦ୍ଧା,୯।୧୦(ପ୍ରଭାତ ପାଣିଗ୍ରାହୀ): ଛାତ୍ର ସଂସଦ ନିର୍ବାଚନକୁ ନେଇ କଲେଜ କ୍ୟାମ୍ପସ ଚଳଚଞ୍ଚଳ ହୋଇଉଠିଛି। ଦୀର୍ଘ ୮ ବର୍ଷ ପରେ କ୍ୟାମ୍ପସ୍‌ରେ ଛାତ୍ର ସଂସଦନିବାଚନ ହେଉଥିବାରୁ ଛାତ୍ରଛାତ୍ରୀଙ୍କ ମଧ୍ୟରେ…

ସୁନା ଜିତିବା ପରେ ଟଙ୍କା ବର୍ଷା: ଏହି ଖେଳାଳିଙ୍କୁ ମିଳିବ କୋଟି କୋଟି ଟଙ୍କା

ନୂଆଦିଲ୍ଲୀ,୯।୧୦: ଏସିଆନ ଗେମ୍ସରେ ସ୍ବର୍ଣ୍ଣ ପଦକ ଜିତିବା ପ୍ରତ୍ୟେକ ଖେଳାଳିଙ୍କ ପାଇଁ ଏକ ବଡ଼ ଉପଲବ୍ଧି। ଏହି ସଫଳତା ସହ ଯଦି ଲକ୍ଷ ଲକ୍ଷ ଟଙ୍କାର ନଗଦ…

ମା’ ମାଣିକେଶ୍ୱରୀ ବିଶ୍ୱବିଦ୍ୟାଳୟରେ ନାମାଙ୍କନପତ୍ର ଦାଖଲ: ଶକ୍ତି ପ୍ରଦର୍ଶନ କରି ଛାତ୍ରୀଛାତ୍ର…

ଭବାନୀପାଟଣା,୯ା୧୦(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣାସ୍ଥିତ ମା’ ମାଣିକେଶ୍ୱରୀ ବିଶ୍ୱବିଦ୍ୟାଳୟରେ ଛାତ୍ର ସଂସଦ ନିର୍ବାଚନ ନାମାଙ୍କନରେ ଦେଖିବାକୁ ମିଳିଛି ଶକ୍ତି ପ୍ରଦର୍ଶନ। ବିଶାଳ ପଟୁଆରରେ ବିଶ୍ୱବିଦ୍ୟାଳୟକୁ…

ହଠାତ୍‌ ଅନ୍ତର୍ଜାତୀୟ କ୍ରିକେଟ୍‌କୁ ବାଏ ବାଏ କରି ସମସ୍ତଙ୍କୁ ଚମକାଇଦେଲେ ଏହି କ୍ରିକେଟର୍‌

ନୂଆଦିଲ୍ଲୀ,୯।୧୦:ଭାରତରେ ଜନ୍ମିତ ନ୍ୟୁଜିଲାଣ୍ଡ କ୍ରିକେଟର୍‌ ଜିତ ରାଭାଲ ପେସାଦାର କ୍ରିକେଟ୍‌ରୁ ଅବସର ଘୋଷଣା କରିଛନ୍ତି। ୩୮ ବର୍ଷୀୟ ଏହି ଓପନିଂ ବ୍ୟାଟର୍‌ ନିଜ କ୍ୟାରିୟର ଓ ଉପଲବ୍ଧିକୁ…

୮ ବର୍ଷ ପରେ ବାୟାବାବା କଲେଜରେ ନିର୍ବାଚନ ଉଷ୍ଣତା: ବିଜେଡି-ଏବିଭିପି ଜୋର୍‌ଦାର ଲଢ଼େଇ

ମହାକାଳପଡ଼ା,୯ା୧୦(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜଲା ମହାକାଳପଡ଼ା ସଦରମହକୁମାଠାରେ ଶ୍ରୀ ଶ୍ରୀ ବାୟାବାବା କଲେଜରେ ୮ ବର୍ଷ ପରେ ରାଜ୍ୟ ସରକାର ଛାତ୍ର ସଂସଦ ନିର୍ବାଚନ ଘୋଷଣା…

ନାନା ପାଟେକରଙ୍କ ମୃତ୍ୟୁ ପରେ ବି ତାଙ୍କୁ ଛାଡ଼ିଲେନି ତନୁଶ୍ରୀ: କହିଦେଲେ ଏମିତି କଥା, ତାତିଲେ ପ୍ରଶଂସକ

ବଲିଉଡ ଅଭିନେତା ନାନା ପାଟେକରଙ୍କ ପରଲୋକ ପରେ ଅଭିନେତ୍ରୀ ତନୁଶ୍ରୀ ଦତ୍ତାଙ୍କ ସୋସିଆଲ ମିଡିଆ ପୋଷ୍ଟକୁ ନେଇ ବିବାଦ ସୃଷ୍ଟି ହୋଇଛି। ନାଁ ନ ନେଇ ଇନ୍‌ଷ୍ଟାଗ୍ରାମ…

ବିଶ୍ବରେ ହଲଚଲ! H-1B ଭିସାଧାରୀଙ୍କୁ ଏଭଳି କହିଦେଲା ଆମେରିକା; କଡ଼ା ଜବାବ ଦେଲା ଭାରତ

ନୂଆଦିଲ୍ଲୀ,୯ା୧୦: H-1B ଭିସାଧାରୀଙ୍କୁ ଆମେରିକାର ଉପରାଷ୍ଟ୍ରପତି ଜେଡି ଭାନ୍ସ ‘ଇଣ୍ଡେଞ୍ଚର୍ଡ ଲେବର’ ଅର୍ଥାତ୍‌ ‘ଚୁକ୍ତିବଦ୍ଧ ଶ୍ରମିକ’ ବୋଲି କହିବାକୁ ନେଇ ଭାରତ କଡ଼ା ଆପତ୍ତି ପ୍ରକାଶ କରିଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?