ତହସିଲ ଅଫିସରେ ଯୁବକଙ୍କ ଆତ୍ମାହୁତି ଉଦ୍ୟମ

ନୂଆପଡ଼ା ଅଫିସ,୧୭ା୩:ଜମି ବିକ୍ରି କରିବା ପାଇଁ ସହଯୋଗ କଲେନି ଅଧିକାରୀ। ବାରମ୍ବାର ତହସିଲ କାର୍ଯ୍ୟାଳୟକୁ ଦୌଡ଼ି ନିରାଶ ହେବା ପରେ ମାନସିକ ଭାରସାମ୍ୟ ହରାଇ ଜଣେ ଯୁବକ ଶେଷରେ ପେଟ୍ରୋଲ ଢାଳିହୋଇ ନିଜ ଶରୀରରେ ନିଅଁା ଲଗାଇ ଆତ୍ମାହୁତି ଉଦ୍ୟମ କରିଛନ୍ତି। ନୂଆପଡ଼ା ସଦର ତହସିଲ କାର୍ଯ୍ୟାଳୟରେ ଗୁରୁବାର ଘଟିଥିବା ଏଭଳି ଏକ ଅଭାବନୀୟ ଘଟଣା ଆଲୋଡ଼ନ ସୃଷ୍ଟି କରିଛି। ଗୁରୁତର ଅବସ୍ଥାରେ ନୂଆପଡ଼ା ସଦର ବ୍ଲକ ଜୋଙ୍କ ଥାନା ଆମସେନା ପଞ୍ଚାୟତ କଲ୍ୟାଣପୁର ଗ୍ରାମର ଜଗଦୀଶ ଚୌହାନ (୩୬)ଙ୍କୁ ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା। ଅବସ୍ଥା ଉଦ୍‌ବେଗଜନକ ହେବାରୁ ତାଙ୍କୁ ବୁର୍ଲା ବଡ଼ମେଡିକାଲକୁ ସ୍ଥାନାନ୍ତର କରାଯାଇଛି। ଏ ନେଇ ପୀଡ଼ିତଙ୍କ ମା’ ନୂଆପଡ଼ା ଥାନାରେ ଅଭିଯୋଗ କରିଛନ୍ତି।
ଅଭିଯୋଗରୁ ଜଣାପଡ଼ିଛି, କଲ୍ୟାଣପୁର ଗ୍ରାମର ଜଗଦୀଶଙ୍କ ବାପା ଆତ୍ମାରାମ ଜମିବିକ୍ରି ପାଇଁ ୨୦୨୨ ଜାନୁୟାରୀ ୧୫ରେ ଉପଜିଲାପାଳଙ୍କ କାର୍ଯ୍ୟାଳୟରେ ଆବେଦନ କରିଥିଲେ। ଦୀର୍ଘଦିନ ଧରି ଆବେଦନ ଫର୍ମ ପଡ଼ିରହିବା ପରେ ୨୦୨୨ ମାର୍ଚ୍ଚ ୨୯ରେ ପଞ୍ଜୀକୃତ ହୋଇଥିଲା। ଏହାର ଭେରିଫିକେଶନ ପାଇଁ ଚିଠି ନଂ. ୭୯୭/୨୦୨୨ ଅନୁଯାୟୀ ମେ’ ୯ରେ ସଦର ତହସିଲ କାର୍ଯ୍ୟାଳୟକୁ ପଠାଯାଇଥିଲା। ଇତିମଧ୍ୟରେ ବର୍ଷେ ବିତିଯାଇଥିଲେ ମଧ୍ୟ ଭେରିଫିକେଶନ ହୋଇପାରି ନ ଥିଲା। ଜଗଦୀଶ ଓ ତାଙ୍କ ମା’ ବାରମ୍ବାର ଅଫିସ୍‌କୁ ଦୌଡ଼ି ଦୌଡ଼ି ନୟାନ୍ତ ହୋଇପଡ଼ିଥିଲେ ମଧ୍ୟ କେହି ସହଯୋଗ କରି ନ ଥିଲେ। ଗୁରୁବାର ଜଗଦୀଶ ଏକାକୀ ତହସିଲ କାର୍ଯ୍ୟାଳୟରେ ପହଞ୍ଚତ୍ ଅତିରିକ୍ତ ତହସିଲଦାର ଆଶେସା ବାଗଙ୍କ ଦ୍ୱାରସ୍ଥ ହୋଇ ଏ ସମ୍ପର୍କରେ ଜାଣିବାକୁ ଚାହିଁଥିଲେ। ହେଲେ ଅତିରିକ୍ତ ତହସିଲଦାର ତାଙ୍କୁ ବାରମ୍ବାର କାହିଁକି ଆସୁଛ କହି ଧମକଚମକ ହେଇଥିଲେ। ଏଥିରେ ଜଗଦୀଶ ଭାରସାମ୍ୟ ହରାଇ କାର୍ଯ୍ୟାଳୟରୁ ବାହାରି ଆସି ଦେହରେ ପେଟ୍ରୋଲ ଢାଳିହୋଇ ନିଅଁା ଲଗାଇ ଦେଇଥିଲେ। ଜଳୁଥିବା ଅବସ୍ଥାରେ ଅତିରିକ୍ତ ତହସିଲଦାର ଚ୍ୟାମ୍ବରକୁ ଦୌଡି ଯାଇଥିଲେ। ଜଗଦୀଶଙ୍କ ଶରୀରରେ ଲାଗିଥିବା ନିଅଁା ବ୍ୟାପୀ ଅଫିସ୍‌ର କେତେକ କାଗଜପତ୍ର ପୋଡ଼ିଯାଇଛି। ତେବେ ସେଠାରେ ଉପସ୍ଥିତ କର୍ମଚାରୀ ଏବଂ ଜନସାଧାରଣ ନିଅଁାକୁ ଆୟତ୍ତ କରିବାରୁ ବଡ଼ ଧରଣର ବିପତ୍ତି ଟଳିଯାଇଛି। ଜଗଦୀଶଙ୍କୁ ଉଦ୍ଧାର କରି ତହସିଲଦାରଙ୍କ ଗାଡ଼ିରେ ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା। ସେଠାରେ ପ୍ରାଥମିକ ଚିକିତ୍ସା ପରେ ଅବସ୍ଥା ବିଗିଡ଼ିବାରୁ ତାଙ୍କୁ ବୁର୍ଲା ସ୍ଥାନାନ୍ତର କରାଯାଇଛି।
ଏ ସମ୍ପର୍କରେ ଅତିରିକ୍ତ ଆରକ୍ଷୀ ଅଧୀକ୍ଷକ ଇନ୍ଦ୍ରମଣି ବେହେରାଙ୍କୁ ପଚାରିବାରୁ ଆମ ପାଖରେ ଓକିଲ ସଂଘ ଓ ଜଗଦୀଶଙ୍କ ମା’ ଲିଖିତ ଅଭିଯୋଗ କରିଛନ୍ତି। କେସ ରୁଜୁ ହୋଇନାହିଁ। ମାମଲା ରୁଜୁ କରାଯିବା ପରେ ତଦନ୍ତ କରି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି କହିଥିଲେ। ଉପଜିଲାପାଳ ସୁବାସ ଚନ୍ଦ୍ର ରଇତାଙ୍କୁ ପଚାରିବାରୁ ଆମେ ତଦନ୍ତ କରୁଛୁ, ଏଥିରେ ଯାହାର ଭୁଲ୍‌ ବାହାରିବ, ତାଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି କହିଛନ୍ତି। ଅନ୍ୟପଟେ ଘଟଣା ପରଠାରୁ ତହସିଲଦାର ଦେବେନ୍ଦ୍ର ରାଉତ ଓ ଅତିରିକ୍ତ ତହସିଲଦାର ଆଶେସା ବାଗଙ୍କ ମୋବାଇଲ୍‌ ସୁଇଚ୍‌ ଅଫ୍‌ ଥିବାରୁ ଯୋଗାଯୋଗ ସମ୍ଭବ ହୋଇପାରିନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

୫କେଜି LPG ସିଲିଣ୍ଡରକୁ ନେଇ ସରକାରଙ୍କ ବଡ଼ ଘୋଷଣା, ଲକ୍ଷ ଲକ୍ଷ ଲୋକଙ୍କୁ…

ନୂଆଦିଲ୍ଲୀ,୭।୪: ଇରାନରେ ଜାରି ରହିଥିବା ଯୁଦ୍ଧ କାରଣରୁ ସାରା ବିଶ୍ୱରେ LPG ଯୋଗାଣ ପ୍ରଭାବିତ ହୋଇଛି। ଏହାର ପ୍ରଭାବ ଭାରତର ପ୍ରବାସୀ ଶ୍ରମିକ ଓ ଦୁର୍ବଳ ଶ୍ରେଣୀର…

ଯେଉଁଠି ଅଛନ୍ତି ସେଇଠି ଥାନ୍ତୁ, ୪୮ ଘଣ୍ଟା ଯାଏ ଘରୁ ବାହାରନ୍ତୁ ନାହିଁ; ଭାରତୀୟଙ୍କ ପାଇଁ Advisory ଜାରି କଲା…

ତେହେରାନ,୭।୪: ପଶ୍ଚିମ ଏସିଆରେ ଯୁଦ୍ଧ ପରିସ୍ଥିତି ଭୟଙ୍କର ରୂପ ନେବାରେ ଲାଗିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ବିନାଶକାରୀ ଧମକ ଏବଂ ଇସ୍ରାଏଲର ଆକ୍ରମଣ ମଧ୍ୟରେ ଇରାନରେ…

ଭଡ଼ାଘରେ ଚଲାଇଥିଲେ ଦେହ ବ୍ୟବସାୟ, ଦମ୍ପତିଙ୍କୁ ବାନ୍ଧିଲା ଟାଉନ ଥାନା ପୋଲିସ, ମିଳିଲା ଆପତ୍ତିଜନକ…

ବରଗଡ଼,୭।୪(ପ୍ରେମାନନ୍ଦ ଖମାରୀ)-ବରଗଡ଼ ସହର ଉପକଣ୍ଠ ଶ୍ରୀଧାମ ସୋସାଇଟି ନିକଟ ଏକ ଭଡ଼ାଘରେ ଦେହ ବ୍ୟବସାୟ ଚଲାଉଥିବା ଅଭିଯୋଗରେ ସ୍ଥାନୀୟ ଟାଉନ ଥାନା ପୋଲିସ ଜଣେ ଦମ୍ପତିଙ୍କୁ ଗିରଫ…

ଫସିଗଲେ ଡେଭିଡ୍‌ ଓ୍ବାର୍ନର, ମଦ ପିଇ ଗାଡ଼ି ଚଳାଇବା ଅଭିଯୋଗରେ ସିଡନୀରେ ଗିରଫ

ସିଡନୀ,୭।୪: ଅଷ୍ଟ୍ରେଲିଆର ବିସ୍ଫୋରକ ବ୍ୟାଟ୍ସମ୍ୟାନ ଡେଭିଡ ୱାର୍ନରଙ୍କ ପାଇଁ ଅଡୁଆ ବଢ଼ିଛି। ମଦ୍ୟପାନ କରି ଗାଡ଼ି ଚଲାଉଥିବା ବେଳେ (Drink-driving) ସିଡନୀ ପୋଲିସ ତାଙ୍କୁ ଗିରଫ କରିଛି।…

ସାମିଆପଲ୍ଲୀରୁ ବିପୁଳ ପରିମାଣରେ ଶାଗୁଆନ କାଠ ଜବତ

ଛତ୍ରପୁର,୭।୪ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ନିକଟ ସାମିଆପଲ୍ଲୀ ଗ୍ରାମ ନିକଟରୁ ଭିଜିଲାନ୍ସ, ବନବିଭାଗ ମୋବାଇଲ ଟିମ, ଛତ୍ରପୁର ବନ ବିଭାଗ ବିପୁଳ ପରିମାଣର ଶାଗୁଆନ…

ରାଜ୍ୟସଭା କ୍ରସ୍‌ ଭୋଟିଂ ପରେ ପ୍ରଥମ ଥର ମୋହନା ଆସିଲେ ବିଧାୟକ

ମୋହନା, ୭ା୪(ମନ୍ମଥ ମିଶ୍ର): ରାଜ୍ୟସଭା ନିର୍ବାଚନ ପରେ ଗଜପତି ଜିଲା କଂଗ୍ରେସରେ ହଟଚମଟ ଦେଖିବାକୁ ମିଳିଥିଲା। ମୋହନା ବିଧାୟକ ଦାଶରଥି ଗମାଙ୍ଗ ନିଜ ଦଳର କଥା ଅବମାନନା…

ଆମେରିକା ରେଡ୍‌ ଲାଇନ୍‌ ପାର କଲେ, ଆମର କ୍ଷେପଣାସ୍ତ୍ର ଟ୍ରମ୍ପଙ୍କୁ ଭୟଙ୍କର ଜବାବ ଦେବ; ଇରାନ ଦେଲା ପାଲଟା ଚେତାବନୀ

ତେହେରାନ,୭।୪: ମଧ୍ୟପ୍ରାଚ୍ୟରେ ଉତ୍ତେଜନା ଚରମ ସୀମାରେ ପହଞ୍ଚିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଦ୍ୱାରା ଦିଆଯାଇଥିବା ଡେଡ୍‌ଲାଇନ୍‌ ଶେଷ ହେବା ପୂର୍ବରୁ ଇରାନର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ‘ଖାର୍ଗ…

ଏକା ବେଳେ ଜଳିଲା ଗୋଟିଏ ପରିବାରର ୪ ଜୁଇ: କାନ୍ଦ ବୋବାଳିରେ ଫାଟି ପଡ଼ୁଛି ଗାଁ  

କୋରାପୁଟ,୭।୪(ଅମିତାଭ ବେହେରା):ଏକା ବେଳକେ ଜଳିଲା ଗୋଟିଏ ପରିବାରର ୪ ଜୁଇ। ଦୁର୍ଘଟଣାରେ ଗୋଟିଏ ପରିବାରର ୪ ଜଣଙ୍କ  ଘଟିଲା ମୃତ୍ୟୁ। କୋରପୁଟ ଶ୍ମଶାନରେ ଜଳିଲା ଜୁଇ। ନବରଙ୍ଗପୁର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri