Odisha Elections 2024

ତହସିଲ ଅଫିସରେ ଯୁବକଙ୍କ ଆତ୍ମାହୁତି ଉଦ୍ୟମ

ନୂଆପଡ଼ା ଅଫିସ,୧୭ା୩:ଜମି ବିକ୍ରି କରିବା ପାଇଁ ସହଯୋଗ କଲେନି ଅଧିକାରୀ। ବାରମ୍ବାର ତହସିଲ କାର୍ଯ୍ୟାଳୟକୁ ଦୌଡ଼ି ନିରାଶ ହେବା ପରେ ମାନସିକ ଭାରସାମ୍ୟ ହରାଇ ଜଣେ ଯୁବକ ଶେଷରେ ପେଟ୍ରୋଲ ଢାଳିହୋଇ ନିଜ ଶରୀରରେ ନିଅଁା ଲଗାଇ ଆତ୍ମାହୁତି ଉଦ୍ୟମ କରିଛନ୍ତି। ନୂଆପଡ଼ା ସଦର ତହସିଲ କାର୍ଯ୍ୟାଳୟରେ ଗୁରୁବାର ଘଟିଥିବା ଏଭଳି ଏକ ଅଭାବନୀୟ ଘଟଣା ଆଲୋଡ଼ନ ସୃଷ୍ଟି କରିଛି। ଗୁରୁତର ଅବସ୍ଥାରେ ନୂଆପଡ଼ା ସଦର ବ୍ଲକ ଜୋଙ୍କ ଥାନା ଆମସେନା ପଞ୍ଚାୟତ କଲ୍ୟାଣପୁର ଗ୍ରାମର ଜଗଦୀଶ ଚୌହାନ (୩୬)ଙ୍କୁ ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା। ଅବସ୍ଥା ଉଦ୍‌ବେଗଜନକ ହେବାରୁ ତାଙ୍କୁ ବୁର୍ଲା ବଡ଼ମେଡିକାଲକୁ ସ୍ଥାନାନ୍ତର କରାଯାଇଛି। ଏ ନେଇ ପୀଡ଼ିତଙ୍କ ମା’ ନୂଆପଡ଼ା ଥାନାରେ ଅଭିଯୋଗ କରିଛନ୍ତି।
ଅଭିଯୋଗରୁ ଜଣାପଡ଼ିଛି, କଲ୍ୟାଣପୁର ଗ୍ରାମର ଜଗଦୀଶଙ୍କ ବାପା ଆତ୍ମାରାମ ଜମିବିକ୍ରି ପାଇଁ ୨୦୨୨ ଜାନୁୟାରୀ ୧୫ରେ ଉପଜିଲାପାଳଙ୍କ କାର୍ଯ୍ୟାଳୟରେ ଆବେଦନ କରିଥିଲେ। ଦୀର୍ଘଦିନ ଧରି ଆବେଦନ ଫର୍ମ ପଡ଼ିରହିବା ପରେ ୨୦୨୨ ମାର୍ଚ୍ଚ ୨୯ରେ ପଞ୍ଜୀକୃତ ହୋଇଥିଲା। ଏହାର ଭେରିଫିକେଶନ ପାଇଁ ଚିଠି ନଂ. ୭୯୭/୨୦୨୨ ଅନୁଯାୟୀ ମେ’ ୯ରେ ସଦର ତହସିଲ କାର୍ଯ୍ୟାଳୟକୁ ପଠାଯାଇଥିଲା। ଇତିମଧ୍ୟରେ ବର୍ଷେ ବିତିଯାଇଥିଲେ ମଧ୍ୟ ଭେରିଫିକେଶନ ହୋଇପାରି ନ ଥିଲା। ଜଗଦୀଶ ଓ ତାଙ୍କ ମା’ ବାରମ୍ବାର ଅଫିସ୍‌କୁ ଦୌଡ଼ି ଦୌଡ଼ି ନୟାନ୍ତ ହୋଇପଡ଼ିଥିଲେ ମଧ୍ୟ କେହି ସହଯୋଗ କରି ନ ଥିଲେ। ଗୁରୁବାର ଜଗଦୀଶ ଏକାକୀ ତହସିଲ କାର୍ଯ୍ୟାଳୟରେ ପହଞ୍ଚତ୍ ଅତିରିକ୍ତ ତହସିଲଦାର ଆଶେସା ବାଗଙ୍କ ଦ୍ୱାରସ୍ଥ ହୋଇ ଏ ସମ୍ପର୍କରେ ଜାଣିବାକୁ ଚାହିଁଥିଲେ। ହେଲେ ଅତିରିକ୍ତ ତହସିଲଦାର ତାଙ୍କୁ ବାରମ୍ବାର କାହିଁକି ଆସୁଛ କହି ଧମକଚମକ ହେଇଥିଲେ। ଏଥିରେ ଜଗଦୀଶ ଭାରସାମ୍ୟ ହରାଇ କାର୍ଯ୍ୟାଳୟରୁ ବାହାରି ଆସି ଦେହରେ ପେଟ୍ରୋଲ ଢାଳିହୋଇ ନିଅଁା ଲଗାଇ ଦେଇଥିଲେ। ଜଳୁଥିବା ଅବସ୍ଥାରେ ଅତିରିକ୍ତ ତହସିଲଦାର ଚ୍ୟାମ୍ବରକୁ ଦୌଡି ଯାଇଥିଲେ। ଜଗଦୀଶଙ୍କ ଶରୀରରେ ଲାଗିଥିବା ନିଅଁା ବ୍ୟାପୀ ଅଫିସ୍‌ର କେତେକ କାଗଜପତ୍ର ପୋଡ଼ିଯାଇଛି। ତେବେ ସେଠାରେ ଉପସ୍ଥିତ କର୍ମଚାରୀ ଏବଂ ଜନସାଧାରଣ ନିଅଁାକୁ ଆୟତ୍ତ କରିବାରୁ ବଡ଼ ଧରଣର ବିପତ୍ତି ଟଳିଯାଇଛି। ଜଗଦୀଶଙ୍କୁ ଉଦ୍ଧାର କରି ତହସିଲଦାରଙ୍କ ଗାଡ଼ିରେ ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା। ସେଠାରେ ପ୍ରାଥମିକ ଚିକିତ୍ସା ପରେ ଅବସ୍ଥା ବିଗିଡ଼ିବାରୁ ତାଙ୍କୁ ବୁର୍ଲା ସ୍ଥାନାନ୍ତର କରାଯାଇଛି।
ଏ ସମ୍ପର୍କରେ ଅତିରିକ୍ତ ଆରକ୍ଷୀ ଅଧୀକ୍ଷକ ଇନ୍ଦ୍ରମଣି ବେହେରାଙ୍କୁ ପଚାରିବାରୁ ଆମ ପାଖରେ ଓକିଲ ସଂଘ ଓ ଜଗଦୀଶଙ୍କ ମା’ ଲିଖିତ ଅଭିଯୋଗ କରିଛନ୍ତି। କେସ ରୁଜୁ ହୋଇନାହିଁ। ମାମଲା ରୁଜୁ କରାଯିବା ପରେ ତଦନ୍ତ କରି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି କହିଥିଲେ। ଉପଜିଲାପାଳ ସୁବାସ ଚନ୍ଦ୍ର ରଇତାଙ୍କୁ ପଚାରିବାରୁ ଆମେ ତଦନ୍ତ କରୁଛୁ, ଏଥିରେ ଯାହାର ଭୁଲ୍‌ ବାହାରିବ, ତାଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି କହିଛନ୍ତି। ଅନ୍ୟପଟେ ଘଟଣା ପରଠାରୁ ତହସିଲଦାର ଦେବେନ୍ଦ୍ର ରାଉତ ଓ ଅତିରିକ୍ତ ତହସିଲଦାର ଆଶେସା ବାଗଙ୍କ ମୋବାଇଲ୍‌ ସୁଇଚ୍‌ ଅଫ୍‌ ଥିବାରୁ ଯୋଗାଯୋଗ ସମ୍ଭବ ହୋଇପାରିନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

କଙ୍ଗାରୁ କୋର୍ଟରେ ଯୁବକଙ୍କୁ ନିସ୍ତୁକ ମାଡ଼

ପଡ଼ିଆ,୨୦ା୫(ଭାସ୍କର ରାଓ)- ଗୁଣିଗାରେଡ଼ି ସନ୍ଦେହରେ ଗାଁ କଙ୍ଗାରୁ କୋର୍ଟରେ ଯୁବକଙ୍କୁ ନିସ୍ତୁକ ମାଡ଼ ମରାଯାଇଛି। ସ୍ବାସ୍ଥ୍ୟକେନ୍ଦ୍ରକୁ କିମ୍ବା ଥାନାରେ ଅଭିଯୋଗ କଲେ ପରିବାରର ସମସ୍ତଙ୍କୁ ଜୀବନରୁ...

ଡ୍ୟୁଟି ସାରି ଘରକୁ ଫେରୁଥିଲେ: ହାଇୱା ଧକ୍କାରେ ଚାଳିଗଲା ଜୀବନ

ଭବାନୀପାଟଣା,୨୦।୫(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସହର ଏମ୍‌ଏସ୍‌ଏ ଛକରେ ସୋମବାର ଏକ ଦୁର୍ଘଟଣା ଘଟିଛି। ଏକ ହାଇୱା ଧକ୍କାରେ ଜଣେ ମହିଳାଙ୍କ ମୃତ୍ୟୁ...

ଆମ୍ବ ତୋଳିବାକୁ ଯାଇଥିଲେ: ହେଲା ବଜ୍ରପାତ

ଟିକିରି/ରାୟଗଡ଼ା,୨୦।୫(ପ୍ରଫୁଲ୍ଲ କୁମାର ବେହେରା/ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ଜିଲା କାଶୀପୁର ବ୍ଲକ ନକଟିଗୁଡା ପଞ୍ଚାୟତ ସାନମାଟିକଣା ଗାଁରେ ସୋମବାର ଅପରାହ୍ନରେ ବଜ୍ରପାତ ଘଟି ଜଣେ ମହିଳାଙ୍କ...

ଯୁବକଙ୍କ ଉପରେ ମାଡ଼ିଗଲା ହାଇୱା, ଉତ୍ତେଜନା

ତିହିଡ଼ି,୨୦।୫(ସଞ୍ଜିତ ବଳ): ଭଦ୍ରକ-ଚାନ୍ଦବାଲି ରାଜ୍ୟ ରାଜପଥର ଆରୁହା ଛକ ନିକଟରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ୨ଜଣ ବାଇକ୍‌ ଆରୋହୀଙ୍କ ମଧ୍ୟରେ ଧକ୍କା ହେବା...

ଅପରାହ୍ନ ୫ଟା ସୁଦ୍ଧା ବରଗଡ଼ ଜିଲାରୁ ଆସିଲା ମତଦାନ ହାର

ବରଗଡ଼,୨୦।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ସାଧାରଣ ନିର୍ବାଚନ ପରିପ୍ରେକ୍ଷୀରେ ସୋମବାର ସକାଳ ୭ଟାରୁ ମତଦାନ ପ୍ରକ୍ରିୟା ଆରମ୍ଭ ହୋଇଛି । ମତଦାନ କେନ୍ଦ୍ରଗୁଡିକରେ ଏବେବି ମତଦାତାଙ୍କ...

ଜୀବନ ହାରିଦେଲେ ମହିଳା: କାରଣ ଖୋଜୁଛି ପୋଲିସ

ଗଞ୍ଜାମ,୨୦ା୫(ବିଦ୍ୟାଧର ସାହୁ): ଗଞ୍ଜାମ ଥାନା ଅଧୀନ ପାଳିବନ୍ଧ ପଞ୍ଚାୟତର ପୁରୁଣାବନ୍ଧ ଗ୍ରାମର ଜଣେ ମହିଳା ସୋମବାର ଆତ୍ମହତ୍ୟା କରିଛନ୍ତି। ସେ ହେଲେ ପିଙ୍କି ବେହେରା (୨୮)।...

ଟ୍ରକ ଧକ୍କାରେ ଶଳା, ଭିଣୋଇ ମୃତ

ଛତ୍ରପୁର,୨୦।୫(ସନ୍ତୋଷ ପାଢ଼ୀ/ଦିଲ୍ଲୀପ ସାମଲ): ଛତ୍ରପୁର ବ୍ଲକ ଚମାଖଣ୍ଡି ଥାନା ଅନ୍ତର୍ଗତ ଟାଟା ପ୍ଲାଣ୍ଟ ସମ୍ମୁଖ ଜାତୀୟ ରାଜପଥରେ ଏକ ଦୁଃଖଦ ଘଟଣା ସୋମବାର ଦେଖିବାକୁ ମିଳିଛି।...

ମୋଦିଙ୍କ ଭକ୍ତ ହେଉଛନ୍ତି ଜଗନ୍ନାଥ, କହୁ କହୁ ଏମିତି କହିଦେଲେ ସମ୍ବିତ ପାତ୍ର: ଭାଇରାଲ ହେଉଛି ଭିଡିଓ

ଭୁବନେଶ୍ୱର,୨୦।୫(ଅସମାପିକା ସାହୁ): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସୋମବାର ପୁରୀରେ ଏକ ବିଶାଳ ରୋଡ ଶୋ’ କରିଛନ୍ତି। ମୋଦିଙ୍କ ସହ ରାଜ୍ୟ ଭାଜପା ସଭାପତି ମନମୋହନ ସାମଲ,...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri