Posted inଜାତୀୟ

୫ ହଜାରରେ ଭାରତରେ ପ୍ରବେଶ-୧୫ ଶହରେ ଆଧାର କାର୍ଡ…

ରାୟପୁର,୬।୫ : ୬୦ ଲକ୍ଷରୁ ଅଧିକ ଟଙ୍କା ଚୋରି ଅଭିଯୋଗରେ ଛତିଶଗଡ ପୋଲିସ ୨ ବାଂଲାଦେଶୀଙ୍କୁ ଗିରଫ କରିଛି। ପୋଲିସ ପଚରାଉଚରା ବେଳେ ସୀମା ତାର କାଟି ସେମାନେ ଭାରତରେ ଅନୁପ୍ରବେଶ କରିଥିବା ସ୍ବୀକାର କରିଛନ୍ତି। ଏହା ପରେ ସେମାନେ ପଶ୍ଚିମବଙ୍ଗରେ ୧୫ ଶହ ଟଙ୍କାରେ ଆଧାର କାର୍ଡ ତିଆରି କରି ଭାରତରେ ବାସ କରି ବିଭିନ୍ନ ସ୍ଥାନରେ ଚୋରି କରୁଥିବା କହିଛନ୍ତି।

ଏପ୍ରିଲ ୬ ରେ ଛତିଶଗଡର ଦୁର୍ଗ ଜିଲାରେ ଚୋରି ଘଟଣା ସାମ୍ନାକୁ ଆସିଥିଲା। ଏହି ଘଟଣାର ଅନୁସନ୍ଧାନ ବେଳେ ପୋଲିସ ପଶ୍ଚିମବଙ୍ଗରୁ ଉଭୟ ଅଭିଯୁକ୍ତଙ୍କୁ ଗିରଫ କରିଥିଲା। ଅଭିଯୁକ୍ତମାନେ ମହମ୍ମଦ ହସମତ ଖଲିଫା ଏବଂ ଅଲତାଫ ହୁସେନ ବୋଲି ଜଣାପଡିଛି। ପୋଲିସର ପଚରାଉଚରା ସମୟରେ ଅଭିଯୁକ୍ତ ହସମତ ଖଲିଫା କହିଛନ୍ତି, ସେ ୪ ମାସ ପୂର୍ବରୁ ପ୍ରଥମ ଥର ପାଇଁ ଭାରତ ଆସିଥିଲେ।

ସୀମାରୁ ଭାରତରେ ଅନୁପ୍ରବେଶ କରିବାକୁ ଦଲାଲଙ୍କୁ ୫ ହଜାର ଟଙ୍କା ଦେବାକୁ ପଡିଥାଏ। ଏହା ପରେ ଦଲାଲ ସୀମା ତାର କାଟନ୍ତି ଏବଂ ସେମାନେ ଏହା ତଳେ ପଶି ଭାରତକୁ ପ୍ରବେଶ କରିଥିଲେ। ତା’ପରେ ପଶ୍ଚିମବଙ୍ଗରେ ଭାରତୀୟ ଆଧାର କାର୍ଡ ୧୫ ଶହ ଟଙ୍କାରେ ସେମାନେ ପ୍ରସ୍ତୁତ କରିଥିଲେ। ଅଭିଯୁକ୍ତମାନେ ଫେରିବାଲା ଭାବରେ କାମ କରିବା ବାହାନାରେ ରେକି କରନ୍ତି ବୋଲି ପୋଲିସ ନିକଟରେ ସ୍ବୀକାର କରିଛନ୍ତି। ଏହା ପରେ, ସୁଯୋଗ ପାଇବା ମାତ୍ରେ ସେମାନେ ଚୋରି କରିବା ପରେ ପଳାୟନ କରିଥାନ୍ତି। ତାଙ୍କ ଗ୍ୟାଙ୍ଗରେ ୧୨ ଜଣ ଅଛନ୍ତି ଏବଂ ସେମାନେ ଗତ ୧୫ ବର୍ଷ ଧରି ଚୋରି କରୁଛନ୍ତି। ଏହି ଗ୍ୟାଙ୍ଗର ମାଷ୍ଟରମାଇଣ୍ଡ ହେଉଛି ଗୋକୁଲ ନିଶାଦ ନାମକ ଜଣେ ବ୍ୟକ୍ତି। ଅଭିଯୁକ୍ତମାନେ ତାଙ୍କ ନିର୍ଦ୍ଦେଶରେ ଚୋରି କରିଥାନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଖୁଦୁରୁକୁଣୀ ପୂଜା ପାଇଁ ନଦୀକୁ ଯାଇ ବୁଡ଼ିଗଲେ ଜଣେ ଯୁବତୀ, ୩ ଅଳ୍ପକେ ରକ୍ଷା

ଧାମନଗର,୨୩ା୮(ସନ୍ତୋଷ କୁମାର ମହାପାତ୍ର): ଖୁଦୁରୁକୁଣୀ ପୂଜା ପାଇଁ ନିକଟସ୍ଥ ନଦୀକୁ ଯାଇ ଏକ ଦୁଃଖଦ ଘଟଣା ଘଟିଛି। ରବିବାର ସକାଳେ ୪ ଜଣ ଝିଅ ନଦୀକୁ ଯାଇଥିବାବେଳେ…

ପୋଲିସ କର୍ମଚାରୀଙ୍କୁ ଲାଠିରେ ମାଡ଼; ଆଖିରେ ପକାଇଲେ ଲଙ୍କା ଗୁଣ୍ଡ, ହେଲେ କାହିଁକି? ଜାଣନ୍ତୁ…

ନୂଆଦିଲ୍ଲୀ,୨୩।୮: ଭାଲସ୍ବା ଡାଏରୀ ଅଞ୍ଚଳରୁ ଦିଲ୍ଲୀ ପୋଲିସ କର୍ମଚାରୀଙ୍କ ଉପରେ ଆକ୍ରମଣ ହୋଇଥିବା ଏକ ଘଟଣା ସାମ୍ନାକୁ ଆସିଛି। ମୁକୁନ୍ଦପୁରର ଜନତା ବିହାର ଅଞ୍ଚଳରେ ବିନା କାଗଜପତ୍ରରେ…

ମୁଖ୍ୟମନ୍ତ୍ରୀ ବସ୍‌ ଧକ୍କାରେ ୨ ଭାଇ ଗୁରୁତର, ବସ୍‌କୁ ଜବତ କରି…

ଦିଗପହଣ୍ଡି,୨୩ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଟି.ଗୋବିନ୍ଦପୁର ପଞ୍ଚାୟତ ସାମନ୍ତରାପୁର ଗ୍ରାମ ରାଜଘାଇ ମହୁଲଘୋଡଣି ବୁଲାଣି ନିକଟରେ ରବିବାର ସକାଳେ ମୁଖ୍ୟମନ୍ତ୍ରୀ ସରକାରୀ ବସ୍‌…

‘କଂଗ୍ରେସର ହିନ୍ଦୁ ବିରୋଧୀ କାହାଣୀ’: ମନୁ-ସ୍ମୃତିକୁ ନେଇ ରାହୁଲଙ୍କୁ ଟାର୍ଗେଟ କରିଛି ଭାଜପା

ନୂଆଦିଲ୍ଲୀ,୨୩।୮: ପୁଣେରେ ରାହୁଲ ଗାନ୍ଧୀ ଦାବି କରିଥିଲେ ଯେ ମନୁ-ସ୍ମୃତିରେ ମହିଳାମାନଙ୍କୁ ଅବମାନନା କରୁଥିବା ଶ୍ଳୋକ ଅଛି। ସେ କହିଛନ୍ତି ଯେ ପାଠ୍ୟରେ ମହିଳାମାନେ ଜୀବନର ପ୍ରତ୍ୟେକ…

‘ବିଶ୍ୱବାସୀଙ୍କୁ ଭାରତ ଆସିବା ଉଚିତ ବୋଲି ଅନୁଭବ କରିବା ଦରକାର,’ ମହାକାଶ ଷ୍ଟାର୍ଟଅପ୍ସର ପ୍ରତିଷ୍ଠାତାମାନଙ୍କୁ ଏମିତି କହିଲେ ପ୍ରଧାନମନ୍ତ୍ରୀ ମୋଦି

ନୂଆଦିଲ୍ଲୀ,୨୩।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଭାରତର ମହାକାଶ କ୍ଷେତ୍ରକୁ ବିଶ୍ୱ ଆକର୍ଷଣର କେନ୍ଦ୍ର କରିବା ଉପରେ ଗୁରୁତ୍ୱାରୋପ କରିଛନ୍ତି। ମହାକାଶ ଷ୍ଟାର୍ଟଅପଗୁଡ଼ିକର ସିଇଓ ଏବଂ ପ୍ରତିଷ୍ଠାତାମାନଙ୍କ ସହିତ…

ଆଧ୍ୟାତ୍ମିକ ଜ୍ଞାନ ପ୍ରଚାର ପ୍ରସାର ପାଇଁ ଆହ୍ବାନ

ଦିଗପହଣ୍ଡି,୨୩ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିଠାରେ ଶନିବାର ଆଧ୍ୟାତ୍ମିକ ଜ୍ଞାନ ପ୍ରଚାର ସଭା ଅନୁଷ୍ଠିତ ହୋଇଯାଇଛି। ପ୍ରମୋଦ ପଣ୍ଡାଙ୍କ ବାସଭବନରେ ଆୟୋଜିତ ସଭାରେ ପୁରୀ ଗୋବର୍ଦ୍ଧନ…

FSSAI ର ବଡ଼ କାର୍ଯ୍ୟାନୁଷ୍ଠାନ: ନେସଲେ, ପେପ୍ସିକୋରୁ ଡୋମିନୋଜ୍… ଭ୍ରାମକ ବିଜ୍ଞାପନ ପାଇଁ ୧୫୦ରୁ ଅଧିକ କମ୍ପାନୀକୁ ନୋଟିସ୍!

ନୂଆଦିଲ୍ଲୀ,୨୩ା୮: ଭାରତର ଖାଦ୍ୟ ସୁରକ୍ଷା ନିୟାମକ ସଂସ୍ଥା ‘ଭାରତୀୟ ଖାଦ୍ୟ ସୁରକ୍ଷା ଏବଂ ମାନକ ପ୍ରାଧିକରଣ’ (FSSAI) ଦେଶର କେତେକ ପ୍ରମୁଖ ଖାଦ୍ୟ ଏବଂ ପାନୀୟ (Food…

କୁଲଦୀପ ଯାଦବଙ୍କୁ ଦ୍ୱିତୀୟ ଟେଷ୍ଟରୁ କାହିଁକି ବାଦ ଦିଆଗଲା? ବିସିସିଆଇ ପ୍ରକୃତ କାରଣ ପ୍ରକାଶ କଲା

ନୂଆଦିଲ୍ଲୀ,୨୩।୮: କୁଲଦୀପ ଯାଦବ ବର୍ତ୍ତମାନ କଲମ୍ବୋରେ ଚାଲିଥିବା ଶ୍ରୀଲଙ୍କା ବିପକ୍ଷ ଦ୍ୱିତୀୟ ଟେଷ୍ଟରେ ଖେଳୁନାହାଁନ୍ତି। ତାଙ୍କ ସ୍ଥାନରେ ଅଫ ସ୍ପିନର ସାରାଂଶ ଜୈନଙ୍କୁ ପ୍ଲେଇଂ ଏକାଦଶରେ ସାମିଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri