Posted inଜାତୀୟ

ଭାଜପାର ଦାବି ଭାରତ ଯୋଡୋ ଯାତ୍ରାରେ ‘ପାକିସ୍ତାନ ଜିନ୍ଦାବାଦ’ ସ୍ଲୋଗାନ ଦିଆଯାଇଛି, କଂଗ୍ରେସ କହିଲା ମିଛ ଭିଡିଓ

ଭୋପାଳ,୨୫ ।୧୧: ମଧ୍ୟପ୍ରଦେଶରେ କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କ ଭାରତ ଯୋଡୋ ଯାତ୍ରାର ତୃତୀୟ ଦିନରେ ହଙ୍ଗାମା ହେଉଛି । ପ୍ରଥମେ କଂଗ୍ରେସ ପ୍ରଦେଶ କମିଟିର ଅଧ୍ୟକ୍ଷ କମଲନାଥଙ୍କ ମିଡିଆ ସମନ୍ୱୟକ ଭାରତୀୟ ଜନତା ପାର୍ଟି(ଭାଜପା)ରେ ସାମିଲ ହୋଇଗଲେ । ଏହାର କିଛି ସମୟ ପରେ ଭାଜପା ଅଭିଯୋଗ ଆଣିଲା କି ଖରଗୋନରେ ଭାରତ ଯୋଡୋ ଯାତ୍ରା ସମୟରେ ରାହୁଲ ଗାନ୍ଧୀଙ୍କ ଉପସ୍ଥିତିରେ ‘ପାକିସ୍ତାନ ଜିନ୍ଦାବାଦ’ ସ୍ଲୋଗାନ ଦିଆଯାଇଛି । ଦାବି କରାଯାଇଛି କି ଏହି ଭିଡ଼ିଓ କଂଗ୍ରେସ ତା’ର ଅଫିସିୟାଲ ଟୁଇଟର ହ୍ୟାଣ୍ଡେଲରେ ଶେୟାର କରିଛି । ହେଲେ ପରେ ଏହାକୁ ହଟାଇ ଦିଆଯାଇଛି । ହେଲେ କଂଗ୍ରେସ ଭାଜପା ଉପରେ ଅଭିିଯୋଗ ଆଣି ଭିଡିଓକୁ ମିଛ ବୋଲି କହିଛି ।

ଏହି ଘଟଣାକରୁ ନେଇ ମୁଖ୍ୟମନ୍ତ୍ରୀ ଶିବରାଜ ସିଂ ଚୌହାନ ବି ତାଙ୍କର ପ୍ରତିକ୍ରିୟା ରଖିଛନ୍ତି । ସେ ଟୁଇଟ କରି କହିଛନ୍ତି ଭାରତ ଯୋଡୋ ଯାତ୍ରାରେ ପାକିସ୍ତାନ ଜିନ୍ଦାବାଦ ସ୍ଲୋଗାନ ଦେବା ଏହା ଭାରତକୁ ଯୋଡିବା ନା ଭାଙ୍ଗିବା ଲୋକଙ୍କୁ ଏକାଠି କରିବା । ପୂର୍ବରୁ ଭାରତ ଭାଙ୍ଗି ଯାଇଛି, ଏବେ ପୁଣିଥରେ ଭାରତକୁ ଭାଙ୍ଗିବାକୁ ଯୋଜନା କରାଯାଉଛି କି ବୋଲି ସେ ପ୍ରଶ୍ନ କରିଛନ୍ତି । ପାକିସ୍ତାନ ଜିନ୍ଦାବାଦ ସ୍ଲୋଗାନ ଦେଇଥିବା ବ୍ୟକ୍ତି କୌଣସି ପରିସ୍ଥିତିରେ ଖସି ଯାଇ ପାରିବେ ନାହିଁ ତାଙ୍କ ବିରୋଧରେ କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ । ଏହାର ଜବାବରେ କଂଗ୍ରେସ କହିଛି ଏମାନେ ରାହୁଲ ଗାନ୍ଧୀଙ୍କୁ ଭୟ କରୁଛନ୍ତି । ଯେଉଁମାନେ ଭାଜପାରେ ଅଛନ୍ତି ସେମାନେ ମିଛ ପ୍ରଚାର କରିବାକୁ ଷଡଯନ୍ତ୍ର କରୁଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ହାଇଦ୍ରାବାଦରେ ଓଡ଼ିଆ ଶ୍ରମିକଙ୍କ ମୃତ୍ୟୁ, ଜ୍ବରରେ ପୀଡିତ ହୋଇ ଚିକିତ୍ସିତ ହେଉଥିଲେ, ଅଞ୍ଚଳରେ ଶୋକର ଛାୟା

ପାତ୍ରପୁର,୧୬।୯(ଉମା ଚରଣ ନେପାକ): ପାତ୍ରପୁର ବ୍ଲକ ଗୁଣ୍ଡୁରା ଗ୍ରାମର ପ୍ରତାପ ବାଡ଼ତ୍ୟା ଓ ତାଙ୍କ ସ୍ତ୍ରୀ ପ୍ରିୟଙ୍କା ହାଇଦ୍ରାବାଦରେ ଶ୍ରମିକ ଭାବେ କାମ କରୁଥିଲେ । ତେବେ…

ଦିଗପହଣ୍ଡିରେ ମଧୁବୈଶ୍ଯ ସମାଜର ବାର୍ଷିକ ସମ୍ମିଳନୀ ; ପାରମ୍ପରିକ ବ୍ୟବସାୟର ପ୍ରଚାର ପ୍ରସାର ଉପରେ ବିଧାୟକଙ୍କ ଗୁରୁତ୍ୱ

ଦିଗପହଣ୍ଡି,୧୬।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ହାଟତୋଟା ସ୍ଥିତ ଗୁପ୍ତେଶ୍ବର ଶୈବପୀଠ ପରିସରରେ ବଡଖେମୁଣ୍ଡି ତାଲୁକା ମଧୁବୈଶ୍ଯ (ଗୁଡିଆ) ସମାଜର ବାର୍ଷିକ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି…

ବାପାଙ୍କ ଛୁରାମାଡ଼ରେ ପୁଅଙ୍କ ଚାଲିଗଲା ଜୀବନ, ନୂଆଁଖାଇରେ ହୋଇଥିଲା ରକ୍ତପାତ

ଝରିଗାଁ,୧୬।୯(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ କୁସୁମପାଣି ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଯାଇଛି । ଗତ ମଙ୍ଗଳବାର ରାତିରେ ବାପାର ଛୁରା ମାଡ଼ରେ…

କନ୍ନଡ ଅଭିନେତା ଅନନ୍ତ ନାଗ୍‌ ପାଇବେ ଦାଦା ସାହେବ ଫାଲ୍‌କେ ଆୱାର୍ଡ

ନୂଆଦିଲ୍ଲୀ,୧୬।୯: ଭାରତୀୟ ସିନେମାରେ ନିଜର ଦୀର୍ଘ ଓ ସ୍ମରଣୀୟ ଅବଦାନ ପାଇଁ ଦାଦାସାହେବ ଫାଲ୍‌କେ ପୁରସ୍କାର ପାଇବେ କନ୍ନଡ଼ ସିନେମାର ଭେଟେରାନ୍‌ ଅଭିନେତା ଅନନ୍ତ ନାଗ ।…

ଦେଶରେ ହଇଚଇ! Gen-Z ଙ୍କୁ ନୂଆ ମେସେଜ୍ ଦେଲେ ଓୱେସି, ଯିଏ ସ୍ତ୍ରୀଙ୍କ କଥା ମାନି ଚଳେ….

ଭୋପାଳ,୧୬।୯: ୟୁନିଫର୍ମ ସିଭିଲ୍ କୋଡ୍ (UCC) ବିରୋଧରେ ଭୋପାଳରେ ଆୟୋଜିତ ରାଲିରେ AIMIM ମୁଖ୍ୟ ତଥା ଲୋକସଭା ଏମପି ଅସଦୁଦ୍ଦିନ ଓୱେସି Gen Z ଯୁବପିଢ଼ିଙ୍କୁ ସମ୍ବୋଧିତ…

ଆଶାକର୍ମୀଙ୍କୁ ବଡ଼ ଉପହାର, ୨ଗୁଣା ବଢିଲା ଦରମା; ଏବେ ମିଳିବ…

ନୂଆଦିଲ୍‌ଲୀ,୧୬।୯: ଆଶା କର୍ମୀ (ASHA Workers) ମାନଙ୍କୁ ଏକ ବଡ଼ ଉପହାର। ଦିଲ୍ଲୀ ସରକାର ଆଶା କର୍ମୀମାନଙ୍କୁ ମିଳୁଥିବା ମାସିକ ପ୍ରୋତ୍ସାହନ ଭତ୍ତାକୁ ୩,୦୦୦ ଟଙ୍କାରୁ ବୃଦ୍ଧି…

ଛତ୍ରପୁର ବ୍ଲକ ପ୍ରାଥମିକ ଶିକ୍ଷକ ସଂଘର ନୂଆ କର୍ମକର୍ତ୍ତା: ଭୁବନେଶ୍ୱର ରାଲିରେ ଯୋଗ ଦେବାକୁ ଆହ୍ବାନ

ଛତ୍ରପୁର,୧୬ା୯(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଜିଲା ଛତ୍ରପୁର ବ୍ଲକ ପ୍ରାଥମିକ ଶିକ୍ଷକ ସଂଘ (ଏକ୍ସ-କ୍ୟାଡର)ର ଏକ ଜରୁରୀ ବୈଠକ ବୁଧବାର ଯଜ୍ଞଶାଳା କଳ୍ପବଟ ଆଶ୍ରମ ପରିସରରେ ସଂଘର…

ଗଣେଶ ମୂର୍ତ୍ତି ବିସର୍ଜନ ବେଳେ ଅଘଟଣ; ନଦୀରେ ବୁଡ଼ି ୨ ଛାତ୍ରଙ୍କ ମୃତ୍ୟୁ, ପ୍ରଶାସନକୁ ଘେରିଲା କଂଗ୍ରେସ

ହିଞ୍ଜିଳିକାଟୁ, ୧୬।୯(ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳିକାଟୁରେ ବୁଧବାର ପୂର୍ବାହ୍ନରେ ଗଣେଶ ମୂର୍ତ୍ତି ବିସର୍ଜନ ବେଳେ ଘଟିଛି ଅଘଟଣ। ହିଞ୍ଜିଳିକାଟୁ ନିକଟ ଘୋଡ଼ାହାଡ଼ ନଦୀରେ ବୁଡ଼ି ୨…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?