ଜାଲ୍‌ ଆଇକାର୍ଡ ଦ୍ୱାରା ସଚିବାଳୟରେ ପ୍ରବେଶ

ଭୁବନେଶ୍ୱର,୬।୫(ବ୍ୟୁରୋ): ଜାଲ ଆଇକାର୍ଡ ଦ୍ୱାରା ସଚିବାଳୟ ଭିତରକୁ ପ୍ରବେଶ କରିବା ମାମଲାରେ କ୍ୟାପିଟାଲ ଥାନା ପୋଲିସ ୨ ଅଭିଯୁକ୍ତଙ୍କୁ ଗିରଫ କରି ଶୁକ୍ରବାର କୋର୍ଟଚାଲାଣ କରିଛି। ଗିରଫ ଅଭିଯୁକ୍ତମାନେ ହେଲେ କଟକ ଜିଲା କିଶୋର ନଗର ଅଞ୍ଚଳର ସମୀର କୁମାର ବର୍ମନ୍‌ (୪୨) ଓ ଜଗତସିଂହପୁର ଜିଲା ତରଡାପଡ଼ା ଅଞ୍ଚଳର ରାକେଶ କୁମାର ପ୍ରଧାନ (୨୯)। ରାକେଶ ସଚିବାଳୟରେ ସହଯୋଗ ବିଭାଗର ସିନିୟର ଆଇଟି ପ୍ରୋଗ୍ରାମର୍‌ ଭାବେ କାର୍ଯ୍ୟ କରୁଥିବା ପୋଲିସ ପକ୍ଷରୁ କୁହାଯାଇଛି।
ଅନୁଯାୟୀ, ଗତ ମଙ୍ଗଳବାର ମଧ୍ୟାହ୍ନ ପ୍ରାୟ ୧୨ଟା୩୦ରେ ଲୋକସେବା ଭବନରେ ସିକ୍ୟୁରିଟି ଯାଞ୍ଚ ଚାଲିଥିଲା। ପୋଲିସ କର୍ମଚାରୀ କୁନାଲ ରଞ୍ଜନ ମହାପାତ୍ର ତଳ ମହଲା ଲିଫ୍ଟ ନିକଟରେ ସମୀରଙ୍କ ପରିଚୟ ଯାଞ୍ଚ କରିଥିଲେ। ଯାଞ୍ଚ ସମୟରେ ସମୀରଙ୍କ ନିକଟରୁ ସଚିବାଳୟର ଏକ ଜାଲ ଆଇକାର୍ଡ ପାଇଥିଲେ। ଯାହା ସ୍ବାସ୍ଥ୍ୟ ବିଭାଗର ଏଷ୍ଟାବ୍ଲିସ୍‌ମେଣ୍ଟ ଅଫିସର ଭାବେ ଦର୍ଶାଯାଇଥିଲା। ଯାଞ୍ଚ ବେଳେ ଏହା ଏକ ନକଲି ପାସ୍‌ ବୋଲି ଜଣାପଡ଼ିଥିଲା।
ପଚରାଉଚରା ପରେ ସେ ଏହାକୁ ରାକେଶଙ୍କଠୁ ଆଣିଥିବା କହିଥିଲେ। ଏନେଇ ଲୋକସେବା ଭବନର ସୁରକ୍ଷା ଦାୟିତ୍ୱରେ ଥିବା ଅତିରିକ୍ତ ଡିସିପି ସୁଜିତ୍‌ କୁମାର ଦଳେଇଙ୍କ ଏତଲାକ୍ରମେ ପୋଲିସ ଏକ (ନଂ.୨୭୪/୨୦୨୩) ମାମଲା ରୁଜୁ କରି ସମୀର ଓ ରାକେଶଙ୍କୁ ଗିରଫ କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଏହି କାର୍ଯ୍ୟ ପାଇଁ ଦେଶରେ ପ୍ରଥମ ହେଲା ଓଡ଼ିଶା: ମିଳିଲା ଉଲ୍ଲେଖନୀୟ ସଫଳତା

ଭୁବନେଶ୍ୱର, ୮ା୪(ବନ୍ଦନା ସେଠୀ):ସହରାଞ୍ଚଳ ବିକାଶ କ୍ଷେତ୍ରରେ ଓଡ଼ିଶା ଆଉ ଏକ ସଫଳତା ହାସଲ କରିଛି। ‘ଅଟଳ ମିଶନ ଫର୍‌ ରିଜୁଭେନେଶନ ଆଣ୍ଡ୍‌ ଅର୍ବାନ ଟ୍ରାନ୍ସଫର୍ମେଶନ’(ଅମୃତ) ୨.୦ର ସଫଳ…

୮୦ ଫୁଟ୍‌ ତଳକୁ ଖସିଲା ଟ୍ରକ୍‌: ଭିତରେ ଥିଲେ ଡ୍ରାଇଭର

ଜୟପୁର,୮।୪(ପବନ ପାଣିଗ୍ରାହୀ): ୮୦ ଫୁଟ୍‌ ତଳକୁ ଖସିଲା ଟ୍ରକ୍‌। ଫଳରେ ଡ୍ରାଇଭର ଗୁରୁତର ଆହତ ହୋଇଛନ୍ତି। ତାଙ୍କୁ ଉଦ୍ଧାର କରାଯାଇ ପୋଲିସ ଡାକ୍ତରଖାନାରେ ଭର୍ତ୍ତି କରିଛି। ଜୟପୁର…

ଘୂର୍ଣ୍ଣିବଳୟ ସୃଷ୍ଟି: ଆସନ୍ତା ୩ଦିନ ପର୍ଯ୍ୟନ୍ତ ରାଜ୍ୟରେ….

ଭୁବନେଶ୍ୱର,୮ା୪(ବନ୍ଦନା ସେଠୀ):ଓଡ଼ିଶା ଓ ଏହାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଏକ ଉପରବାୟୁ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଘୂର୍ଣ୍ଣିବଳୟଟି ସମୁଦ୍ର ପତ୍ତନଠାରୁ ୦.୯ କିମି ଉଚ୍ଚତାରେ ରହିଛି। ଏହାସହ ଏକ…

ଭଡ଼ାଘରେ ଚଲାଇଥିଲେ ଦେହ ବ୍ୟବସାୟ, ଦମ୍ପତିଙ୍କୁ ବାନ୍ଧିଲା ଟାଉନ ଥାନା ପୋଲିସ, ମିଳିଲା ଆପତ୍ତିଜନକ…

ବରଗଡ଼,୭।୪(ପ୍ରେମାନନ୍ଦ ଖମାରୀ)-ବରଗଡ଼ ସହର ଉପକଣ୍ଠ ଶ୍ରୀଧାମ ସୋସାଇଟି ନିକଟ ଏକ ଭଡ଼ାଘରେ ଦେହ ବ୍ୟବସାୟ ଚଲାଉଥିବା ଅଭିଯୋଗରେ ସ୍ଥାନୀୟ ଟାଉନ ଥାନା ପୋଲିସ ଜଣେ ଦମ୍ପତିଙ୍କୁ ଗିରଫ…

ରାଜ୍ୟସଭା କ୍ରସ୍‌ ଭୋଟିଂ ପରେ ପ୍ରଥମ ଥର ମୋହନା ଆସିଲେ ବିଧାୟକ

ମୋହନା, ୭ା୪(ମନ୍ମଥ ମିଶ୍ର): ରାଜ୍ୟସଭା ନିର୍ବାଚନ ପରେ ଗଜପତି ଜିଲା କଂଗ୍ରେସରେ ହଟଚମଟ ଦେଖିବାକୁ ମିଳିଥିଲା। ମୋହନା ବିଧାୟକ ଦାଶରଥି ଗମାଙ୍ଗ ନିଜ ଦଳର କଥା ଅବମାନନା…

ଏକା ବେଳେ ଜଳିଲା ଗୋଟିଏ ପରିବାରର ୪ ଜୁଇ: କାନ୍ଦ ବୋବାଳିରେ ଫାଟି ପଡ଼ୁଛି ଗାଁ  

କୋରାପୁଟ,୭।୪(ଅମିତାଭ ବେହେରା):ଏକା ବେଳକେ ଜଳିଲା ଗୋଟିଏ ପରିବାରର ୪ ଜୁଇ। ଦୁର୍ଘଟଣାରେ ଗୋଟିଏ ପରିବାରର ୪ ଜଣଙ୍କ  ଘଟିଲା ମୃତ୍ୟୁ। କୋରପୁଟ ଶ୍ମଶାନରେ ଜଳିଲା ଜୁଇ। ନବରଙ୍ଗପୁର…

ଥୁଆମୂଳ ରାମପୁର ଦୁର୍ଘଟଣା: ପ୍ରଶାସନର ପ୍ରତିଶ୍ରୁତି ପରେ ଓହରିଲା ରାସ୍ତାରୋକ: ମୃତଦେହ ବ୍ୟବଚ୍ଛେଦ ପରେ ପରିବାରକୁ ହସ୍ତାନ୍ତର

ଥୁଆମୂଳରାମପୁର,୭ା୪(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳରାମପୁର ଥାନା ଅଞ୍ଚଳରେ ସୋମବାର ଘଟିଥିବା ଦୁଇଟି ପୃଥକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ମୃତ୍ୟୁସଂଖ୍ୟା ୪କୁ ବୃଦ୍ଧି ପାଇଛି। ଜିଲା ମୁଖ୍ୟ…

ସିଜିମାଳି ଖଣିରେ ରାସ୍ତା ନିର୍ମାଣକୁ ନେଇ ତୁମୁଳକାଣ୍ଡ: ଗ୍ରାମବାସୀ-ପୋଲିସ ମୁହାଁମୁହିଁ, ୧୦୦ରୁ ଊର୍ଦ୍ଧ୍ୱ ଆହତ,ଗିରଫ ଭୟରେ…

ରାୟଗଡ଼ା,୭।୪(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ଜିଲା ସିଜିମାଳି ପାହାଡରେ ରାସ୍ତା ନିର୍ମାଣକୁ ନେଇ ସମଗ୍ର ଅଞ୍ଚଳ ଅଶାନ୍ତ ହୋଇପଡିଛି। ରାସ୍ତା ନିର୍ମାଣ କାର୍ଯ୍ୟକୁ ବିରୋଧ କରି କାଶୀପୁର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri