ପାଉଁଶ ଡମ୍ପିଂ ଦ୍ବାରା ପରିବେଶ ପ୍ରଦୂଷିତ

କୁଚିଣ୍ଡା, ୮ା୬(ଡି.ଏନ୍‌.ଏ.): କୁଚିଣ୍ଡା ବାଇପାସ୍‌ ରାସ୍ତା ୪୯ ନମ୍ବର ଜାତୀୟ ରାଜପଥ ନିକଟରେ ଝାରସୁଗୁଡ଼ା କାରଖାନାରୁ ନିର୍ଗତ ପାଉଁଶ ଡମ୍ପିଂ ହେଉଥିବା ଅଭିଯୋଗ ହୋଇଛି। ଫଳରେ ଆଖପାଖ ଅଞ୍ଚଳ ପ୍ରଦୂଷିତ ହେବାରୁ ଜନସାଧାରଣ ବିଭିନ୍ନ ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ଏଭଳି ବେଆଇନ ପାଉଁଶ ଡମ୍ପିଂ ବନ୍ଦ ନେଇ ପଦକ୍ଷେପ ନେବାକୁ କୁଚିଣ୍ଡା ୱାର୍ଡ ନଂ.୯ର ଦୁଃଖବନ୍ଧୁ କିଷାନ କୁଚିଣ୍ଡା ତହସିଲଦାରଙ୍କଠାରେ ମଙ୍ଗଳବାର ଲିଖିତ ଅଭିଯୋଗ କରିଛନ୍ତି।
ଦୁଃଖବନ୍ଧୁଙ୍କ ଅଭିଯୋଗକ୍ରମେ ଜାତୀୟ ରାଜପଥ କୁଣ୍ଡାପୋଷି ପେଟ୍ରୋଲ ପମ୍ପ ନିକଟରେ ରହିଥିବା ତାଙ୍କ ଘର ନିକଟରେ ବାମରା ବ୍ଲକ ଜରାବଗା ପଞ୍ଚାୟତ ଅଞ୍ଚଳର ଜଣେ ବ୍ୟକ୍ତି ଝାରସୁଗୁଡ଼ା ଅଞ୍ଚଳର କାରଖାନାରୁ ନିର୍ଗତ ପାଉଁଶ ଆଣି ଦୀର୍ଘଦିନ ହେବ ଏଠାରେ ଡମ୍ପିଂ କରିଆସୁଛନ୍ତି। ବାରମ୍ବାର ମନା କରିବା ସତ୍ତ୍ୱେ ସେ କର୍ଣ୍ଣପାତ କରୁନାହାନ୍ତି। ପବନ ଦ୍ବାରା ପାଉଁଶ ଉଡ଼ି ତାଙ୍କ ଘର ଓ ପାଖ ଜମିରେ ପଡୁଛି। କାରଖାନାରୁ ନିର୍ଗତ ପାଉଁଶ ବାହାରେ କିମ୍ବା କୌଣସି ଜନବସତିରେ ପକାଇବା ନିୟମ ବିରୁଦ୍ଧ। ହେଲେ ସମ୍ପୃକ୍ତ ବ୍ୟକ୍ତି ସିଧାସଳଖ ଏନ୍‌ଏସି ଅଞ୍ଚଳର ଜନବସତିରେ ପକାଉଥିବାରୁ ଏଥିରେ ସମସ୍ତେ ପ୍ରଭାବିତ ହେବା ଆଶଙ୍କା ରହିଛି। ତେଣୁ ଏଠାରୁ ବେଆଇନ ଡମ୍ପିଂ ହଟାଇବାକୁ ଦୁଃଖବନ୍ଧୁ ଅନୁରୋଧ କରିଛନ୍ତି। ଏ ସମ୍ପର୍କରେ ତହସିଲଦାର ପ୍ରସନ୍ନ ଟେଟେଙ୍କୁ ପଚାରିବାରେ ଅଭିଯୋଗ ଉପରେ ତଦନ୍ତକରି ପଦକ୍ଷେପ ନିଆଯିବ ବୋଲି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ହେଉଥିଲା ବଡ଼ ଡିଲ୍‌: ମାଡ଼ି ବସିଲା ପୋଲିସ

ସୋନପୁର/ଡୁଙ୍ଗୁରିପାଲି, ୭।୨(ମୃତ୍ୟୁଞ୍ଜୟ ଶତପଥୀ/ଦୀନବନ୍ଧୁ ସୁନା)-ସୁବର୍ଣ୍ଣପୁର ଜିଲା ରାମପୁର ପୋଲିସ ଶନିବାର ଚଢ଼ାଉକରି ବିପୁଳ ପରିମାଣର କଫ୍‌ ସିରପ୍‌ ଜବତ୍‌ କରିଛି। ଏହି ଘଟଣାରେ ପରିବହନକାରୀ ତଥା ବରଗଡ଼…

T20 World Cup : ପ୍ରଥମ ମ୍ୟାଚ୍‌ରେ ଜବରଦସ୍ତ ଟକ୍କର: ବାଜି ମାରିଲା ଟିମ୍‌ ଇଣ୍ଡିଆ, ୨୯ ରନ୍‌ରେ ହାରିଲା ଆମେରିକା

ମୁମ୍ବାଇ,୭।୨: ଚଳିତ ଟି୨୦ ବିଶ୍ୱକପ୍‌ରେ ଭାରତ ପ୍ରଥମ ମ୍ୟାଚ୍‌ରେ ଆମେରିକାକୁ ଭେଟିଛି। ଟସ୍‌ ହାରି ପ୍ରଥମେ ବ୍ୟାଟିଂ କରିଥିବା ଭାରତୀୟ ଦଳ ବ୍ୟାଟିଂ ବିପର୍ଯ୍ୟୟର ସମ୍ମୁଖୀନ ହୋଇଥିଲା।…

ଶେଫର୍ଡଙ୍କ ହ୍ୟାଟ୍ରିକ୍‌ : କୋଲ୍‌କାତାରେ ମ୍ୟାଚ୍‌ ଜିତିଲା ଓ୍ବେଷ୍ଟଇଣ୍ଡିଜ୍‌

କୋଲ୍‌କାତା, ୭ା୨: ରୋମାରିଓ ଶେଫର୍ଡଙ୍କ ହ୍ୟାଟ୍ରିକ୍‌ ସହ ୫ ଉଇକେଟ ସଫଳତା ବଳରେ ସ୍ଥାନୀୟ ଇଡେନ ଗାର୍ଡେନ୍ସରେ ଶନିବାର ଖେଳାଯାଇଥିବା ଟି୨୦ ବିଶ୍ୱକପ୍‌ ମ୍ୟାଚ୍‌ରେ ଓ୍ବେଷ୍ଟଇଣ୍ଡିଜ୍‌ ୩୫…

ବିଶ୍ୱକପ୍‌ର ପ୍ରଥମ ମ୍ୟାଚ୍‌ କାହିଁକି ଖେଳିଲେନି ଜସପ୍ରିତ ବୁମ୍‌ରାହ? ନିରାଶ ହେଲେ ପ୍ରଶଂସକ  

ମୁମ୍ବାଇ,୭।୨: ଭାରତ ମୁମ୍ବାଇର ୱାଙ୍ଖଡେ କ୍ରିକେଟ ଷ୍ଟାଡିୟମରେ ଆମେରିକା ବିପକ୍ଷରେ T୨୦ ବିଶ୍ୱକପ ଅଭିଯାନ ଆରମ୍ଭ କରିଛି।ପ୍ରଥମ ମ୍ୟାଚ୍‌ରେ ଭାରତୀୟ ଅଧିନାୟକ ସୂର୍ଯ୍ୟକୁମାର ଯାଦବ ଟସ ହାରିଥିଲେ।…

ଜଳିଗଲା କାର୍‌

ଝାରସୁଗୁଡ଼ା, ୭ା୨(ଆଶିଷ ରଞ୍ଜନ ଦାଶ): ଝାରସୁଗୁଡ଼ା ସହର କିଷାନ ଛକ ନିକଟ ଏକ ହୋଟେଲ ସମ୍ମୁଖରେ ଶନିବାର ଏକ କାର୍‌ ଜଳିଯାଇଛି। କାର୍‌(ନଂ.ଏମ୍‌ଏଚ୍‌୧୫ସିଡ଼ି-୫୦୯୨)ଟି ସମ୍ବଲପୁର ଅଞ୍ଚଳରୁ ଆସି…

ଏକା ଲଢ଼ିଲେ ସୂର୍ଯ୍ୟକୁମାର…USA ବିପକ୍ଷରେ ରଚିଲେ ଇତିହାସ 

ମୁମ୍ବାଇ,୭।୨: ଟି୨୦ ବିଶ୍ୱକପ୍‌ରେ ଐତିହାସିକ ଓ୍ବାଙ୍ଖଡ଼େ ଷ୍ଟାଡିୟମରେ ଆମେରିକା ବିପକ୍ଷରେ ପ୍ରଥମ ମ୍ୟାଚ୍‌ ସହ ଅଭିଯାନ ଆରମ୍ଭ କରିଛି ଟିମ୍‌ ଇଣ୍ଡିଆ। ମ୍ୟାଚ୍‌ରେ ଟସ୍‌ ହାରିବା ପରେ…

ଛତ୍ରପୁର ବ୍ଲକ କାର୍ଯ୍ୟାଳୟ ସମ୍ମୁଖରେ ସିପିଆଇର ବିକ୍ଷୋଭ: ଦାବି ପୂରଣ ନ ହେଲେ…

ଛତ୍ରପୁର,୭ା୨ (ଦିଲ୍ଲୀପ ସାମଲ )- ଭାରତୀୟ କମ୍ୟୁନିଷ୍ଟ ପାର୍ଟି (ସିପିଆଇ) ପକ୍ଷରୁ ବିଭିନ୍ନ ଦାବି ନେଇ ଛତ୍ରପୁର ବ୍ଲକ କାର୍ଯ୍ୟାଳୟ ସମ୍ମୁଖରେ ଶନିବାର ବିକ୍ଷୋଭ ପ୍ରଦର୍ଶନ କରାଯାଇଛି।…

ଫେବୃଆରୀ ୧୨ରେ ଭାରତ ବନ୍ଦ: ସମର୍ଥନ ଜଣାଇ ପ୍ରସ୍ତୁତି ବୈଠକରେ…

ଦିଗପହଣ୍ଡି, ୭।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନ୍‌ଏସି କାର୍ଯ୍ୟାଳୟ ପରିସରରେ ଶନିବାର ସାରେ ଆସନ୍ତା ଫେବୃୟାରୀ ୧୨ ତାରିଖରେ ବିଭିନ୍ନ ଜନ ସମସ୍ୟାର ସମାଧାନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri