Posted inଫୁରସତ

ପରିବେଶୀୟ ସନ୍ତୁଳନ ଅପରିହାର୍ଯ୍ୟ

ପରିବେଶୀୟ ସନ୍ତୁଳନ ପାଇଁ ପ୍ରାଣୀଙ୍କ ସୁରକ୍ଷା ଏବଂ ସଂରକ୍ଷଣ ଅପରିହାର୍ଯ୍ୟ। ମୁଖ୍ୟତଃ ଜଙ୍ଗଲରେ ରହୁଥିବା ପ୍ରାଣୀଙ୍କ ଯୋଗୁ ଜୈବ ବିବିଧତା ବଜାୟ ରହିଥାଏ। ଜଙ୍ଗଲ ବିନା ଜଳବାୟୁ ପରିବର୍ତ୍ତନର ଆଶଙ୍କା ଅଧିକ। ତେବେ ପୃଥିବୀର ସ୍ଥାୟିତ୍ୱ ପାଇଁ ଗୁରୁତ୍ୱପୂର୍ଣ୍ଣ ସାବସ୍ତ୍ୟ ହେଉଥିବା ପ୍ରାଣୀଙ୍କ ସୁରକ୍ଷା ଲାଗି ପ୍ରତିବର୍ଷ ଅକ୍ଟୋବର ୪ରେ ବିଶ୍ୱ ପ୍ରାଣୀ ଦିବସ ପାଳନ କରାଯାଇଥାଏ। ଏନେଇ ବିଶ୍ୱସ୍ତରରେ ସଚେତନତା ସୃଷ୍ଟି ଲାଗି ୧୯୨୫ ମାର୍ଚ୍ଚ ୨୪ରେ ଜର୍ମାନୀର ବର୍ଲିନରେ ପ୍ରଥମେ ଉଦ୍ୟମ ଆରମ୍ଭ ହୋଇଥିଲା। ୧୯୨୯ରେ ଏହାକୁ ଅକ୍ଟୋବର ୪କୁ ଘୁଞ୍ଚା ଯାଇଥିଲା। ପରେ ୧୯୩୧ ମେ’ରେ ଇଟାଲୀର ଫ୍ଲୋରେନ୍ସରେ ଅନୁଷ୍ଠିତ ହେଉଥିବା ଅନ୍ତର୍ଜାତୀୟ ଆନିମଲ କଂଗ୍ରେସରେ ଏହି ଦିବସ ପାଳନ ପାଇଁ ପ୍ରସ୍ତାବ ଆଗତ କରାଯାଇଥିଲା। ଏନେଇ ୨୦୦୬ ଅକ୍ଟୋବର ୨୭ରେ ପୋଲାଣ୍ଡ ପାର୍ଲାମେଣ୍ଟରେ ଏକ ପ୍ରସ୍ତାବକୁ ଅନୁମୋଦନ ମିଳିଥିଲା। ତେବେ ୨୦୦୭ଠାରୁ ପ୍ରତିବର୍ଷ ଏହି ଦିବସକୁ ଅକ୍ଟୋବର-୪ରେ ବିଶ୍ୱସ୍ତରରେ ପାଳନ କରାଯାଉଛି। ଲଗାତର ଜଙ୍ଗଲ କଟାଯୋଗୁ ବାସସ୍ଥଳ ଅଭାବରୁ ବହୁ ପ୍ରଜାତିର ପ୍ରାଣୀ ଲୋପ ପାଇବାର ଆଶଙ୍କା ବଢିଲାଣି। ୨୦୦୩ରେ ନେଚର ଓ୍ବାଚ୍‌ ଫାଉଣ୍ଡେଶନ ପକ୍ଷରୁ ପ୍ରଥମେ ବିଶ୍ୱ ପ୍ରାଣୀ ଦିବସ ଓ୍ବେବ୍‌ସାଇଟ୍‌ର ଶୁଭାରମ୍ଭ କରାଯାଇଥିଲା। ପ୍ରାଣୀଙ୍କ ବିକାଶ ଲକ୍ଷ୍ୟ ନେଇ ଏହା ମାଧ୍ୟମରେ ବିଭିନ୍ନ ବିଶ୍ୱସ୍ତରୀୟ ସଂସ୍ଥା ସହିତ ଯୋଗାଯୋଗକୁ ଗୁରୁତ୍ୱାରୋପ କରାଯାଇଥିଲା। ୨୦୦୭ରେ ଏନେଇ ବିଶ୍ୱସ୍ତରୀୟ ଭଲ୍ୟୁଣ୍ଟାରି ଆମ୍ବାସାଡର ପ୍ରୋଗ୍ରାମ ମଧ୍ୟ ଆରମ୍ଭ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ବିଶ୍ବ ଜାଣିଲା ସତ! ଯୁଦ୍ଧବିରତି ନେଇ ନାଁ ଘୋଷଣା କଲେ ଟ୍ରମ୍ପ, ପ୍ରଥମ ପ୍ରତିକ୍ରିୟା ଦେଲା ଚାଇନା

ନୂଆଦିଲ୍ଲୀ,୮।୪: ଇରାନ ଏବଂ ଆମେରିକା ମଧ୍ୟରେ ହୋଇଥିବା ଯୁଦ୍ଧବିରତି ଚୁକ୍ତିକୁ ସ୍ୱାଗତ କରିଛି ଚାଇନା । କିନ୍ତୁ ଇରାନ ସହିତ କୌଣସି ସିଧାସଳଖ ଆଲୋଚନାକୁ ନିଶ୍ଚିତ କରିନାହିଁ ଯାହା…

ପୁଶିଂ ବ୍ରିଜ୍‌ ନିର୍ମାଣସ୍ଥଳ ଚିହ୍ନଟ ନେଇ ପ୍ରଶାସନର କ୍ଷେତ୍ର ପରିଦର୍ଶନ

ନନ୍ଦପୁର,୮ା୪(ତୁଷାର କାନ୍ତ ମହାନ୍ତି)-କୋରାପୁଟ ଜିଲା ନନ୍ଦପୁର ବ୍ଲକ ଦେଇ ଯାଇଥିବା କେ.କେ ରେଳପଥରେ ଏକ ପୁସିଂ ବ୍ରିଜ୍‌ ନିର୍ମାଣସ୍ଥଳ ଚିହ୍ନଟ କରିବାକୁ ପ୍ରଶାସନ ପକ୍ଷରୁ ମଙ୍ଗଳବାର କ୍ଷେତ୍ର…

ପ୍ଲାଟଫର୍ମରେ ବିଶ୍ରାମ ନେଉଥିଲେ ମା’-ବାପା: ୪ ମାସର ଶିଶୁପୁତ୍ରଙ୍କୁ ଉଠାଇ ନେଇଗଲେ…

ନିରାକାରପୁର,୮।୪(ମାନସ ଚନ୍ଦ୍ର ପଟ୍ଟନାୟକ):ଖୋର୍ଦ୍ଧା ରେଳ ଡିଭିଜନ ଅନ୍ତର୍ଗତ ନିରାକାରପୁର ରେଳ ଷ୍ଟେଶନ ପରିସରରୁ ୪ ମାସର ଶିଶୁପୁତ୍ର ଚୋରି। ସ୍ବାମୀ, ସ୍ତ୍ରୀ ଓ ଶିଶୁପୁତ୍ର ପ୍ଲାଟଫର୍ମରେ ବିଶ୍ରାମ…

ମା’-ଭାଇଙ୍କୁ ମରଣାନ୍ତକ ଆକ୍ରମଣ କରିଥିଲେ ପ୍ରତାପ: ମିଳିଲା ଏମିତି ଦଣ୍ଡ

ଦାରିଙ୍ଗବାଡି,୮।୪(ଅରୁଣ ସାହୁ):ଏକ ଘରୋଇ ହିଂସାକୁ ନେଇ ଦାରିଙ୍ଗବାଡି ପ୍ରଥମ ଶ୍ରେଣୀ ବିଚାର ବିଭାଗରେ ବିଚାର ହୋଇ ଅଭିଯୁକ୍ତଙ୍କୁ ଏକ ବର୍ଷ ସଶ୍ରମ କାରାଦଣ୍ଡ ଆଦେଶ ଶୁଣାଇଥିବା ଜଣାପଡିଛି।…

କଲ୍ୟାଣସିଂହପୁର ବ୍ଲକ୍‌ରେ ବଳ ଦେଖାଇଲା ଭାଜପା: ବାଇକ୍ରେ କର୍ମୀ

କଲ୍ୟାଣସିଂହପୁର,୮।୪ (ଦୀପକ କୁମାର ପରିଡ଼ା)ରାୟଗଡ଼ା କଲ୍ୟାଣସିଂହପୁର ବ୍ଲକ୍‌ରେ ଭାଜପାର ୪୭ତମ ପ୍ରତିଷ୍ଠା ଦିବସ ପାଳିତ ହୋଇଯାଇଛି। ଏହି ଅବସରରେ ଭାଜପା ମଣ୍ଡଳ ସଭାପତି ଅଜିତ ପାଣିଗ୍ରାହୀଙ୍କ ନେତୃତ୍ୱରେ…

ଆମେରିକା-ଇରାନ ଯୁଦ୍ଧବିରତିରେ ଭାରତର ପ୍ରଥମ ପ୍ରତିକ୍ରିୟା: ଆମେ ଏହାକୁ ସ୍ୱାଗତ କରୁଛୁ, ଆମେ ଆରମ୍ଭରୁ…

ନୂଆଦିଲ୍ଲୀ,୮।୪:ଆମେରିକା-ଇରାନ ବିବାଦରେ ଘୋଷଣା ହୋଇଥିବା ଯୁଦ୍ଧବିରତି ଉପରେ ଭାରତ ସରକାର ପ୍ରଥମ ପ୍ରତିକ୍ରିୟା ପ୍ରକାଶ କରିଛନ୍ତି। ବୁଧବାରବୈଦେଶିକ ବ୍ୟାପାର ମନ୍ତ୍ରଣାଳୟ ଏହି ଯୁଦ୍ଧବିରତିକୁ ସ୍ୱାଗତ କରି ଏକ…

ଆମେରିକା-ଇରାନ ଯୁଦ୍ଧବିରତି ପରେ କେନ୍ଦ୍ର ସରକାରଙ୍କ ବଡ଼ ଘୋଷଣା: ଏମାନେ ପ୍ରଥମେ ପାଇବେ…

ନୂଆଦିଲ୍ଲୀ,୮।୪: ଆମେରିକା-ଇରାନ ଯୁଦ୍ଧବିରତି ପରେ ତୁରନ୍ତ କେନ୍ଦ୍ର ସରକାର LPG ସମ୍ପର୍କରେ ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି। ଦେଶବ୍ୟାପୀ LPG ଅଭାବକୁ ଦୃଷ୍ଟିରେ ରଖି, ସରକାର ଗ୍ୟାସ…

ଏପଟେ ଇରାନ-ଆମେରିକା ମଧ୍ୟରେ ଯୁଦ୍ଧବିରତି ଘୋଷଣା, ସେପଟେ ଭାରତକୁ ଖୁସିଖବର ଦେଲେ…

ନୂଆଦିଲ୍ଲୀ,୮।୪: ଆମେରିକାରେ ଏକ ସ୍ବତନ୍ତ୍ର ବୈଠକ ସମୟରେ ରାଷ୍ଟ୍ରଦୂତ ସର୍ଗିଓ ଗର୍‌ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସହ ରାତ୍ରୀଭୋଜନ କରିଥିଲେ। ସେ ଏହି ବୈଠକକୁ ବହୁତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri