ଆରଡେଣ୍ଟ୍‌ ଷ୍ଟିଲ ସମନ୍ବିତ ଇସ୍ପାତ ପ୍ରକଳ୍ପକୁ ପରିବେଶ ମଞ୍ଜୁରୀ

କେନ୍ଦୁଝର,୧୯।୧୦(ଡି.ଏନ୍‌.ଏ): ଭାରତ ସରକାରଙ୍କ ଜଙ୍ଗଲ, ପରିବେଶ ଓ ଜଳବାୟୁ ପରିବର୍ତ୍ତନ ମନ୍ତ୍ରଣାଳୟ ପକ୍ଷରୁ କେନ୍ଦୁଝର ଜିଲା ବାଂଶପାଳ ବ୍ଲକ୍‌ ଅନ୍ତର୍ଗତ ଫୁଲଝରସ୍ଥିତ ମେସର୍ସ ଆରଡେଣ୍ଟ୍‌ ଷ୍ଟିଲ ଲିଃ ବହୁ ପ୍ରତିକ୍ଷୀତ ସମନ୍ବିତ ଇସ୍ପାତ ପ୍ରକଳ୍ପ ପାଇଁ ପରିବେଶ ଅନୁମତି (ଇସି) ମିଳିଛି। ପୂର୍ବରୁ ୦.୮୫ ମେଟ୍ରିକ୍‌ ଟନ୍‌ ଫର ଅନୁମ୍‌(ଏମ୍‌ଟିପିଏ) କ୍ଷମତା ବିଶିଷ୍ଟ ପିଲେଟ କାରଖାନା ଥିଲା। ବର୍ତ୍ତମାନ ଏହାର ବାର୍ଷିକ ଉପତ୍ାଦନ କ୍ଷମତା ୦.୮୫ ନିୟୁତ ଟନ୍‌ରୁ ୧.୭ ନିୟୁତ ଟନ୍‌କୁ ବୃଦ୍ଧି ପାଇଛି। ଏହା ସହିତ ୩.୦ ଏମ୍‌ଟିପିଏ ଆଇରନ ଓର ବେନିଫିକେସନ ପ୍ଲାଣ୍ଟ୍‌, ୦.୬୦ ଏମ୍‌ଟିପିଏ ପିଗ୍‌ ଆଇରନ ବ୍ଲାଷ୍ଟ୍‌ ଫର୍ଣ୍ଣେସ, ୦.୩୬ ଏମ୍‌ଟିପିଏ ଡିଆରଆଇ ପ୍ଲାଣ୍ଟ୍‌, ୦.୬୦ ଏମ୍‌ଟିପିଏ ସିନଟର ପ୍ଲାଣ୍ଟ୍‌, ୦.୭୨ ଏମ୍‌ଟିପିଏ, ଷ୍ଟିଲ୍‌ ମେଲ୍ଟ ସପ୍‌( ଏସଏମ୍‌ଏସ୍‌)/ଇଲେକ୍ଟ୍ରିକ୍‌ ଆର୍କ ଷ୍ଟିଲ୍‌ ମେକିଂ(ଏଆରସି ଫର୍ଣ୍ଣେସ(ଜେଡ୍‌ପିଏଫ), ୦.୭ ଏମ୍‌ଟିପିଏ ରୋଲିଂ/ହଟ୍‌ ଷ୍ଟ୍ରିପ୍‌ ମିଲ ଏବଂ ସିପିପି (ଡବ୍ଲ୍ୟୁଏଚ୍‌ଆରବି-୩୫ ମେଗାୱାଟ୍‌, ଏଏଫ୍‌ବିସି-୩୫ ମେଗାୱାଟ୍‌ର ନିଜସ୍ବ ବିଦ୍ୟୁତ୍‌ କେନ୍ଦ୍ର ସ୍ଥାପନା ପାଇଁ ୧୭ ଅକ୍ଟୋବର ୨୦୨୨ରେ ପରିବେଶ ମଞ୍ଜୁରୀ ମିଳିଛି। ଏଥି ପାଇଁ ୨୮ଫେବୃୟାରୀ ୨୦୧୯ ରେ ଜନଶୁଣାଣିରେ ଜନ ସମର୍ଥନ ମଧ୍ୟ ମିଳିଥିଲା। ମଞ୍ଜୁରୀ ପରେ ଏହାର ପୂର୍ଣ୍ଣକାଳୀନ ନିର୍ଦ୍ଦେଶକ ଡକ୍ଟର ସୁବାଶିଷ ଦାସ କେନ୍ଦୁଝର ଜିଲାପାଳ, ଷ୍ଟେକ୍‌ ହୋଲଡର, ସ୍ଥାନୀୟ ପ୍ରଭାବିତ ଲୋକଙ୍କ ସମେତ କାରଖାନାର ସମସ୍ତ ଅଧିକାରୀ ଏବଂ କର୍ମଚାରୀଙ୍କୁ ଧନ୍ୟବାଦ ଜ୍ଞାପନ କରିଛନ୍ତି। ପ୍ରକଳ୍ପ ସମ୍ପୂର୍ଣ୍ଣ ହେଲେ ସ୍ଥାନୀୟ ଅଞ୍ଚଳରେ ନିଯୁକ୍ତି ସୁଯୋଗ ସୃଷ୍ଟି ହେବା ସହ ପାରିପାର୍ଶ୍ୱିକ ଉନ୍ନତି ପାଇଁ କାର୍ଯ୍ୟକ୍ରମ ହାତକୁ ନିଆଯିବ ବୋଲି ଦାସ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପଶ୍ଚିମବଙ୍ଗ ଫାଲ୍‌ଟା ନିର୍ବାଚନ: ଭାଜପା ପ୍ରାର୍ଥୀ ବିଜୟୀ

କୋଲକାତା,୨୪ା୫: ପଶ୍ଚିମବଙ୍ଗର ଫାଲ୍‌ଟା ଆସନ ଲାଗି ହୋଇଥିବା ପୁନଃ ମତଦାନରେ ଭାଜପା ପ୍ରାର୍ଥୀ ଦେବାଙ୍ଗଶୁ ପଣ୍ଡା ବିପୁଳ ବିଜୟ ହାସଲ କରିଛନ୍ତି। ସେ ତାଙ୍କ ନିକଟତମ ପ୍ରତିଦ୍ୱନ୍ଦ୍ୱୀଙ୍କଠାରୁ…

CUET-UG 2026 ପରୀକ୍ଷା ସ୍ଥଗିତ

ନୂଆଦିଲ୍ଲୀ,୨୪।୫: CUET-UG 2026 ପରୀକ୍ଷା ସମ୍ପର୍କରେ ଜାତୀୟ ପରୀକ୍ଷା ଏଜେନ୍ସି (NTA) ରବିବାର ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛି। ମେ ୨୮ତାରିଖରେ ହେବାକୁ ଥିବା ପରୀକ୍ଷାକୁ ବର୍ତ୍ତମାନ…

ସୁନା ଗହଣା ଚୋରି ମାମଲା, ୨୪ ଘଣ୍ଟାରେ ୪ଅଭିଯୁକ୍ତ ଗିରଫ

ବରଗଡ଼,୨୪।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଭଟଲି ଥାନା ଅନ୍ତର୍ଗତ କୁଶନପୁରୀ ଗ୍ରାମର ଦନାର୍ଦ୍ଦନ ମେହେର(୬୫)ଙ୍କ ଘରେ ଶୁକ୍ରବାର ବିଳମ୍ବିତ ରାତିରେ ହୋଇଥିବା ସୁନା ଗହଣା ଚୋରି ଘଟଣାର…

ମୁମ୍ବାଇକୁ ହରାଇ ପ୍ଲେଅଫ୍‌ରେ ରାଜସ୍ଥାନ: ବାଦ୍‌ ପଡ଼ିଲେ କୋଲକାତା, ପଞ୍ଜାବ

ମୁମ୍ବାଇ,୨୪ା୫: ଜୋଫ୍ରା ଆର୍ଚ୍ଚରଙ୍କ ଅଲରାଉଣ୍ଡ ପ୍ରଦର୍ଶନ ବଳରେ ରବିବାର ଖେଳାଯାଇଥିବା ଗୁରୁତ୍ୱପୂର୍ଣ୍ଣ ଆଇପିଏଲ୍‌ ମ୍ୟାଚ୍‌ରେ ରାଜସ୍ଥାନ ରୟାଲ୍ସ ୩୦ ରନରେ ମୁମ୍ବାଇ ଇଣ୍ଡିଆନ୍ସକୁ ପରାସ୍ତ କରିଛି। ଏହି…

ଶୈବପୀଠ ଜିର୍ଣ୍ଣୋଦ୍ଧାର ମହୋତ୍ସବ ଶୁଭାରମ୍ଭ; ଜଳ କଳସଯାତ୍ରାରେ ସହସ୍ରାଧିକ ଶ୍ରଦ୍ଧାଳୁ ସାମିଲ, ସୋମବାରଠୁ ଶତରୁଦ୍ର ମହାଯଜ୍ଞ 

ଦିଗପହଣ୍ଡି,୨୪।୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା  ଦିଗପହଣ୍ଡି ସହର ଉପକଣ୍ଠ  କୁଶପଡ଼ା ଗ୍ରାମ ନିକଟ କମାପଡିଆ ସ୍ଥିତ ଶ୍ରୀ ନୀଳକଣ୍ଠେଶ୍ଵର ଶୈବପୀଠ ଜିର୍ଣ୍ଣୋଦ୍ଧାର ମହୋତ୍ସବ ଓ ଶତରୁଦ୍ର…

ମୁଖ୍ୟମନ୍ତ୍ରୀ ବସ୍‌ ଧକ୍କାରେ ଚାଲିଗଲା ବାଇକ୍‌ ଆରୋହୀଙ୍କ ଜୀବନ

ବାଲିଗୁଡ଼ା,୨୪।୫(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ା ଥାନା ସଲାଗୁଡ଼ା ପଞ୍ଚାୟତ କୁଡକେଲକିଆ ଘାଟି ବୁଲାଣିରେ ରବିବାର ସନ୍ଧ୍ୟାରେ ଏକ ସରକାରୀ ମୁଖ୍ୟମନ୍ତ୍ରୀ ବସ୍‌ ଏବଂ ବାଇକ୍‌…

ମୋହନାରେ କାଳବୈଶାଖୀ ତାଣ୍ଡବ; ଉଡ଼ିଲା ଟିଣ ଛପର-ପଡିଲା ବିଦ୍ୟୁତ ଖୁଣ୍ଟ, ଦୁଇ ଗୁରୁତର ୩ ଆହତ

ମୋହନା,୨୪।୫( ମନ୍ମଥ ମିଶ୍ର ): ରବିବାର ଅପରାହ୍ନରେ କାଳବୈଶାଖି ପ୍ରଭାବରେ ମୋହନା ବ୍ଲକ ଅନ୍ତର୍ଗତ ଲିଲିଗଡ଼ ପଞ୍ଚାୟତ ଅଧିନ ରାମଗଡ଼ ଗ୍ରାମରେ ବିପୁଳ ପରିମାଣର କ୍ଷତକ୍ଷତି ଘଟିଛି…

ଭାଜପା କର୍ମକର୍ତ୍ତାଙ୍କୁ ଗୁରୁମନ୍ତ୍ର

ଭଞ୍ଜନଗର,୨୪।୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଭାଜପା ସାଂଗଠନିକ ଜିଲା(ଘୁମୁସର) ପକ୍ଷରୁ ଦୁଇ ଦିନିଆ ପଣ୍ଡିତ ଦିନଦୟାଲ ଉପାଧ୍ୟାୟ ଜିଲା ପ୍ରଶିକ୍ଷଣ ଶିବିର ଭଞ୍ଜନଗର ବ୍ଲକ ଲେମ୍ଭେଇଠାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri