ଭଞ୍ଜନଗରରେ ପରିବେଶ ଆଇନ୍ ସଚେତନତା ଶିବିର, ସାମିଲ ହେଲେ….

ଭଞ୍ଜନଗର,୩୧/୧୨(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗର ନିୟନ୍ତ୍ରିତ ବଜାର କମିଟି ସମ୍ମିଳନୀ ହଲ୍‌ରେ ବୁଧବାର “Protect Today, Secure Tomorrow” ଶୀର୍ଷକ ଅଧୀନରେ ଏକ ପରିବେଶ ଆଇନ୍ ସଚେତନତା ଶିବିର ଅନୁଷ୍ଠିତ ହୋଇଯାଇଛି । ତାଲୁକ ଆଇନ୍ ସେବା କମିଟି, ଭଞ୍ଜନଗର ତରଫରୁ ଜାତୀୟ ଆଇନ୍ ସେବା ପ୍ରାଧିକରଣ (NALSA)ଙ୍କ ଦିଗନିର୍ଦ୍ଦେଶ ଅନୁଯାୟୀ ଏହି ଶିବିର ହୋଇଥିଲା । ମୁଖ୍ୟ ଅତିଥି ଭାବେ ଭଞ୍ଜନଗର ଅତିରିକ୍ତ ଜିଲା ଓ ଦୌରାଜଜ୍‌ ତଥା ଅଧ୍ୟକ୍ଷ, ତାଲୁକ ଆଇନ୍ ସେବା କମିଟି ସେଖ୍‌ ମହମ୍ମଦ କଏସ ଯୋଗଦେଇ ପରିବେଶ ସୁରକ୍ଷା ସହ ଆଇନଗତ ସଚେତନତାର ଆବଶ୍ୟକତା ଉପରେ ଆଲୋକପାତ କରିଥିଲେ।

ସେ କହିଥିଲେ ଯେ ସ୍ୱସ୍ଥ ପରିବେଶ ମାନବ ଜୀବନର ମୌଳିକ ଅଧିକାର ଓ ପରିବେଶ ସୁରକ୍ଷା ପାଇଁ ଆଇନଗତ ଜ୍ଞାନ ନିହାତି ଆବଶ୍ୟକ । ଏସ୍‌ଡିପିଓ ଡ. ଦୀପକ କୁମାର ମିଶ୍ର, ସହାୟକ କଲେକ୍ଟର ରାମଚନ୍ଦ୍ର ମହାପାତ୍ର ଓ ଆର
ଏମ୍ ସି ଭଞ୍ଜନଗର ସମ୍ପାଦକ ସୁମନ୍ତ କୁମାର ସାହୁ ଉପସ୍ଥିତ ରହି ପରିବେଶ ପ୍ରଦୂଷଣ, ସ୍ୱାସ୍ଥ୍ୟ ସମସ୍ୟା ଓ ସାଧାରଣ ଲୋକଙ୍କ ଆଇନଗତ ସୁରକ୍ଷା ସମ୍ପର୍କରେ ମତାମତ ରଖିଥିଲେ।

କାର୍ଯ୍ୟକ୍ରମରେ ଆଇନ୍ ସେବା କମିଟି ସଦସ୍ୟ ଡ. ପୂର୍ଣ୍ଣଚନ୍ଦ୍ର ତ୍ରିପାଠୀ ଓ ଅଳକା ମଞ୍ଜରି ପଟ୍ଟନାୟକ ମଧ୍ୟ ଯୋଗଦେଇ ପରିବେଶ ସମ୍ପର୍କିତ ଆଇନ, ଅଭିଯୋଗ ନିରାକରଣ ବ୍ୟବସ୍ଥା ଓ ସାଧାରଣ ଲୋକ କିପରି ଆଇନ୍ ସେବାର ସହାୟତା ନେଇପାରିବେ ସେ ସମ୍ପର୍କରେ ସଚେତନ କରାଇଥିଲେ । ଏହି ଶିବିରରେ ବିଭିନ୍ନ ବର୍ଗର ସାଧାରଣ ଲୋକ, ମହିଳା, କାର୍ଯ୍ୟରତ ଶ୍ରମିକ ଓ ସ୍ଥାନୀୟ ପ୍ରତିନିଧିମାନେ ଉପସ୍ଥିତ ରହି ପରିବେଶ ସୁରକ୍ଷା ଓ ଆଇନଗତ ଅଧିକାର ସମ୍ପର୍କରେ ଗୁରୁତ୍ୱପୂର୍ଣ୍ଣ ଜ୍ଞାନ ଲାଭ କରିଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ଆଜି ଭାରତ-ଓ୍ବେଷ୍ଟଇଣ୍ଡିଜ୍‌ ପ୍ରଥମ ଟି୨୦: ଜାଣନ୍ତୁ କେତେବେଳେ, କେଉଁଠି ଦେଖିପାରିବେ ମ୍ୟାଚ୍‌

ଲକ୍ଷ୍ନୌ,୬ା୧୦(ପିଟି): ଭାରତ-ଓ୍ବେଷ୍ଟଇଣ୍ଡିଜ୍‌ ମଧ୍ୟରେ ୫ ମ୍ୟାଚ୍‌ ବିଶିଷ୍ଟ ଟି୨୦ ସିରିଜର ପ୍ରଥମ ମ୍ୟାଚ୍‌ ମଙ୍ଗଳବାର ଖେଳାଯିବ। ଗତ ଶନିବାର ଏସିଆନ ଗେମ୍ସରେ ସ୍ବର୍ଣ୍ଣ ପଦକ ହାସଲ କରିଥିବା…

ମର୍ମନ୍ତୁଦ ସଡ଼କ ଦୁର୍ଘଟଣା; ଛୁଇବନ୍ଧରେ ଟ୍ରକକୁ ପିଟିଲା ପିକଅପ୍, ଦୁଇ ମୃତ

ବଲାଙ୍ଗୀର,୬।୧୦( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର-ସମ୍ବଲପୁର ଏନ୍‌ଏଚ୍‌-୨୬ର ଛୁଇଁବନ୍ଧ ନିକଟରେ ମଙ୍ଗଳବାର ସକାଳୁ ଭୟଙ୍କର ଦୁର୍ଘଟଣା ହୋଇଛି । ପିକଅପ୍ ଗାଡ଼ି ଟ୍ରକକୁ ପଛରୁ ଧକ୍କା ଦେବା…

ନବୀନ ପଟ୍ଟନାୟକ ନେଲେ ବଡ଼ ନିଷ୍ପତ୍ତି: ଆଗକୁ ବିଜେଡି…

ଭୁବନେଶ୍ୱର,୬।୧୦: ମୁଖ୍ୟ ନିର୍ବାଚନ କମିଶନର (CEC) ଜ୍ଞାନେଶ କୁମାରଙ୍କ ଇସ୍ତଫା ଦାବିକୁ ନେଇ ଦିଲ୍ଲୀରେ ହେବାକୁ ଥିବା ବିରୋଧୀଙ୍କ ପ୍ରତିବାଦରେ ସାମିଲ ହେବ ବିଜୁ ଜନତା ଦଳ…

ଅକ୍ଟୋବର ୧୦ ଆନ୍ଦୋଳନ ପୂର୍ବରୁ CJPର ବଡ଼ ଘୋଷଣା, ସୌରଭ ଦାସ କହିଲେ Gen Z….

ନୂଆଦିଲ୍ଲୀ,୬।୧୦: ଦିଲ୍ଲୀରେ ଅକ୍ଟୋବର ୧୦ ତାରିଖରେ ବଡ଼ ଯୁବ ଆନ୍ଦୋଳନ କରିବାକୁ ଘୋଷଣା କରିଛି କକରୋଚ୍ ଜନତା ପାର୍ଟି (CJP)। ଦଳର ପ୍ରବକ୍ତା ସୌରଭ ଦାସ କହିଛନ୍ତି,…

ଦଶହରା ପୂର୍ବରୁ କଫ ସିରପ୍‌ କାରବାର ଠାବ: ୩୧୫୬ ବୋତଲ କଫ୍‌ ସିରପ ସହ ଜଣଙ୍କୁ ମାଡ଼ିବସିଲା ପୋଲିସ

ବରଗଡ଼,୬।୧୦(ପ୍ରେମାନନ୍ଦ ଖମାରୀ):ବରଗଡ଼ ଗ୍ରାମାଞ୍ଚଳ ଥାନା ପୋଲିସ ସୋମବାର ସହର ଉପକଣ୍ଠ ତୋରା-ନାଗେନପାଲି ରାସ୍ତାରେ ବିପୁଳ ପରିମାଣରେ କଫ୍‌ ସିରପ୍‌ ଜବତ କରିଛି। କଫ୍‌ ସିରପ୍‌ ବୋଝେଇ ଏକ…

ଖୋଲିଲା ମା’ ତାରାତାରିଣୀଙ୍କ ଦାନହୁଣ୍ଡି; ସୁନା-ରୁପା ଅଳଙ୍କାର ସହ ମିଳିଲା…

ପୁରୁଷୋତ୍ତମପୁର,୬।୧୦(ସବିତା ମିଶ୍ର): ଗଞ୍ଜାମ ଜିଲାର ପ୍ରସିଦ୍ଧ ଇଷ୍ଟଦେବୀ ମା’ ତାରାତାରିଣୀଙ୍କ ମନ୍ଦିର ଦାନହୁଣ୍ଡି ସୋମବାର ଖୋଲାଯାଇଛି । ମନ୍ଦିର ନିର୍ବାହୀ ଅଧିକାରୀ ତଥା ପୁରୁଷୋତ୍ତମପୁର ତହସିଲଦାର ବିନୋଦ…

ଫର୍ମ-୬ରେ ପରିବର୍ତ୍ତନକୁ ମଞ୍ଜୁରୀ ନ ଥିଲା: ଇସିଙ୍କୁ ସୁପ୍ରିମକୋର୍ଟଙ୍କ ଜବାବ ତଲବ

ନୂଆଦିଲ୍ଲୀ,୬।୧୦(ପି.ଟି.): ବିଭିନ୍ନ ରାଜ୍ୟରେ ଭୋଟର ତାଲିକାର ସ୍ବତନ୍ତ୍ର ସଘନ ସଂଶୋଧନ (ଏସ୍‌ଆଇଆର୍‌) ବେଳେ ନିର୍ବାଚନ କମିଶନ (ଇସି) ବ୍ୟବହାର କରୁଥିବା ଫର୍ମ-୬ରେ କୌଣସି ପରିବର୍ତ୍ତନ ପାଇଁ ସୁପ୍ରିମକୋର୍ଟ…

ଯାହା କୋହଲି-ସୂର୍ଯ୍ୟକୁମାର କରିପାରି ନ ଥିଲେ ତାହା କରିଦେଖାଇବେ ଶ୍ରେୟସ ଆୟର: ବଡ଼ ରେକର୍ଡର ସୁଯୋଗ

ନୂଆଦିଲ୍ଲୀ,୬।୧୦: ୱେଷ୍ଟଇଣ୍ଡିଜ ବିପକ୍ଷ ଟି-୨୦ ସିରିଜ ଟିମ ଇଣ୍ଡିଆର ଅଧିନାୟକ ଶ୍ରେୟସ ଆୟରଙ୍କ ପାଇଁ ଏକ ବଡ଼ ସୁଯୋଗ ନେଇ ଆସିଛି। ଏହି ସିରିଜ୍ରେ ସେ ଏମିତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?