ପ୍ରାକୃତିକ ସୌନ୍ଦର୍ଯ୍ୟ ନଷ୍ଟକୁ ପରିବେଶ ପ୍ରଦୂଷଣ

ରାୟଗଡ଼ା,୪।୩(ସ୍ବ.ପ୍ର.): ରାୟଗଡ଼ା ଜିଲାରେ ବଢ଼ି ଚାଲିଛି ବ୍ୟାପକ ବେଆଇନ କାରବାର। ବିଶେଷ ଭାବେ ପଥର, ମୋରମ ଓ ବାଲି ଚୋରା ଚାଲାଣ ସାଧାରଣ ଘଟଣା ହୋଇଗଲାଣି। ଜିଲାର ପ୍ରତ୍ୟେକ ତହସିଲ ଅଞ୍ଚଳରେ ଏହି କାରବାର ବଢ଼ି ଚାଲିଛି। ସରକାରଙ୍କୁ କୋଟି କୋଟି ଟଙ୍କାର ରାଜସ୍ବ ଫାଙ୍କି ଏହି ଚୋରା କାରବାର କରୁଛନ୍ତି ବ୍ୟବସାୟୀ। ବିଭାଗୀୟ କର୍ମଚାରୀଙ୍କ ଅବହେଳା ଓ ବ୍ୟକ୍ତିଗତ ସ୍ବାର୍ଥ ଏହାର ମୁଖ୍ୟ କାରଣ ବୋଲି ବୁଦ୍ଧିଜୀବୀମାନେ କହିଛନ୍ତି। ଏହିଭଳି ଏକ ବେଆଇନ କାମ ଦେଖିବାକୁ ମିଳିଛି ରାୟଗଡ଼ା ସଦର ମହକୁମାରୁ ମାତ୍ର ୨କି.ମି. ଦୂରରେ। ସେଠାରେ ଏକ ବେଆଇନ ପଥର ଖାଦାନ ରହିଛି। ବିନା ଅନୁମତିରେ ଜଣେ ଅଣ ଓଡ଼ିଆ ବ୍ୟକ୍ତି ଏହି ଖାଦାନରୁ ପଥର ଲୁଟି ନେଉଛନ୍ତି ା ପ୍ରତିଦିନ ହଜାର ହଜାର ସିଏମ୍‌ ପଥର ଖନନ ହୋଇ ଚାଲାଣ ହେଉଛି। ଏହି ବେଆଇନ ପଥର ଖନନ ଦ୍ୱାରା ପରିବେଶ ଓ ପ୍ରାକୃତିକ ସୌନ୍ଦର୍ଯ୍ୟ ନଷ୍ଟ ସାଙ୍ଗକୁ ସରକାରଙ୍କ କୋଟି କୋଟି ଟଙ୍କା ରାଜସ୍ବ ହାନି ହେଉଛି।
ସୂଚନା ଅନୁଯାୟୀ, ରାୟଗଡ଼ା ତହସିଲ ଅଧୀନ ଧୁମାଗୁଡ଼ା ମୌଜାର ଖାତା ନମ୍ବର ୨୭ର ପ୍ଲଟ୍‌ ନମ୍ବର ୧୭୧ରେ ଏହି ବେଆଇନ ପଥର ଖନନ ଚାଲିଛି। ସରକାରୀ ରେକର୍ଡ ଅନୁଯାୟୀ ଏହି ପ୍ଲଟ୍‌ ପ୍ରାୟ ୧୨ ଏକର ପରିମିତ ଏବଂ ପାହାଡ଼ କିସମ ବୋଲି ଉଲ୍ଲେଖ ରହିଛି। ତେବେ ଏହି ବିରାଟ କାୟ ପାହାଡ଼କୁ ୨୦୨୧ରୁ ଜଣେ ଅଣ ଓଡ଼ିଆ ବ୍ୟକ୍ତି ବେଆଇନ ଭାବେ ଖନନକରି ଚାଲିଛନ୍ତି। ପ୍ରାୟ ୩ ଏକର ଅଞ୍ଚଳରୁ ପଥର ଖନନ କରାଗଲାଣି। ଏଠାରେ ରହିଥିବା ମୂଲ୍ୟବାନ୍‌ କଳାପଥର ପାଇଁ ପ୍ରତି ୨ରୁ ୩ ଦିନରେ ଜିଲୋଟିନ ବ୍ୟବହାର କରି ବେଆଇନ ବ୍ଲାଷ୍ଟିଂ କରାଯାଇ ପଥର ଖନନ କରି ଚାଲାଣ କରାଯାଉଛି। ଏହି ପଥର ଖନନ କରାଯାଇ ବେଆଇନ ଭାବେ ଆନ୍ଧ୍ରପ୍ରଦେଶକୁ ଚାଲାଣ ହେଉଥିବା ସାମାଜିକ କର୍ମୀମାନେ ଅଭିଯୋଗ କରିଛନ୍ତି। ଏହି ପ୍ଲଟ୍‌ରେ ପଥର ଖନନ ପାଇଁ ତହସିଲ ପକ୍ଷରୁ କୌଣସି ଲିଜ୍‌ ପ୍ରଦାନ କରାଯାଇନାହିଁ କି କୌଣସି ବିଜ୍ଞପ୍ତି ପ୍ରକାଶ ପାଇନାହିଁ । ଏଭଳିକି ପ୍ରଦୂଷଣ ବିଭାଗ ପକ୍ଷରୁ କୌଣସି ଗ୍ରାମସଭା ମଧ୍ୟ ହୋଇ ନ ଥିବା ଜଣାପଡ଼ିଛି। ତେବେ ଜିଲାପାଳ କାର୍ଯ୍ୟାଳୟ ଓ ପୋଲିସ କାର୍ଯ୍ୟାଳୟରୁ ମାତ୍ର ୨କି.ମି. ଦୂରରେ ଅବସ୍ଥିତ ଏହି ପାହାଡ଼ରେ ବେଆଇନ ବ୍ଲାଷ୍ଟିଂ କରାଯାଉଥିବା ବେଳେ ଅଧିକାରୀଙ୍କ ନଜର ପଡ଼ୁ ନ ଥିବା ଆଶ୍ଚର୍ଯ୍ୟଜନକ। ବର୍ତ୍ତମାନ ସୁଦ୍ଧା ୩ହଜାର ସିଏମ୍‌ ପଥର ଧୁମାଗୁଡ଼ା ଗାଁ ନିକଟ ପାହାଡ଼ରୁ ଖନନ କରି ଚାଲାଣ ହୋଇଥିବା ଜଣେ ରାଜସ୍ବ କର୍ମଚାରୀ ସୂଚନା ଦେଇଛନ୍ତି। ଉକ୍ତ ବ୍ଲାଷ୍ଟିଂ ଏବଂ ପଥର ଖନନ ଦ୍ୱାରା ନିକଟସ୍ଥ ଗ୍ରାମ ପ୍ରତି ବିପଦ ରହିବା ସହ ପରିବେଶ ପ୍ରଦୂଷିତ ହେଉଛି। ଉକ୍ତ ପାହାଡ଼ ନିକଟରେ ରହିଥିବା ବହୁ ପୁରୁଣା ଗଛ ସବୁ ନଷ୍ଟ ହେବାକୁ ଲାଗିଲାଣି। ଶୁକ୍ରବାର ମଧ୍ୟ ସେଠାରେ ମେଶିନ ସାହାଯ୍ୟରେ ପଥର ଖନନ ହେବା ସହ ବହୁ ପୁରୁଣା ବଡ଼ ବଡ଼ ବୃକ୍ଷକୁ ମେଶିନ ସାହାଯ୍ୟରେ କାଟିଦିଆଯାଇଥିବା ଦେଖିବାକୁ ମିଳିଥିଲା। ତେବେ ପ୍ରଶାସନିକ ଅଧିକାରୀ କାହିଁକି କୌଣସି ଆଇନଗତ ପଦକ୍ଷେପ ନେଉନାହାନ୍ତି ତାହା ସନ୍ଦେହ ଘେରରେ। ଖଜୁରିଗଛ ମୂଳରୁ ପାହାଚ ପାହାଚ ଭଳି ତହସିଲ କାର୍ଯ୍ୟାଳୟର ଉପରଠୁ ତଳ ସମସ୍ତ ଅଧିକାରୀ ଦୁର୍ନୀତିଗ୍ରସ୍ତ ଏବଂ ବ୍ୟକ୍ତିଗତ ସ୍ବାର୍ଥ ସାଧନରେ ବ୍ୟସ୍ତ ବୋଲି ସାମାଜିକ କର୍ମୀମାନେ କହିଛନ୍ତି। ତେବେ ଏନେଇ ତହସିଲଦାର ତାପସ ରାଉତଙ୍କୁ ପଚାରିବାରୁ ପଥର ଖନନ ଖବରପାଇ ସେଠାକୁ ଯାଇଥିଲେ ବୋଲି କହିଛନ୍ତି। ଏନେଇ ପୋଲିସରେ ଏକ ମାମଲା ରୁଜୁ କରାଯାଇଛି। ତଦନ୍ତ ପରେ ଆଇନଗତ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅମରେନ୍ଦ୍ରଙ୍କୁ ଖୋଲା ଚ୍ୟାଲେଞ୍ଜ କଲେ ଚିରଞ୍ଜୀବ

ଜଗତ୍‌ସିଂହପୁର, ୨୫ା୪(ପ୍ରମୋଦ କୁମାର ନାୟକ)ବରିଷ୍ଠ କଂଗ୍ରେସ ନେତା ଚିରଞ୍ଜୀବ ବିଶ୍ୱାଳ ଦଳ ଛାଡ଼ି ବିଜେଡିରେ ମିଶିଥିଲେ ସୁଦ୍ଧା ୨୦୨୪ ସାଧାରଣ ନିର୍ବାଚନରେ ପ୍ରାର୍ଥୀ ହୋଇନାହାନ୍ତି। କିନ୍ତୁ...

ସୁରକ୍ଷାକର୍ମୀଙ୍କ ଏନ୍‌କାଉଣ୍ଟରେ ଟଳିପଡିଲେ ୨ ମାଓବାଦୀ

ଘଣ୍ଟାପଡ଼ା, ୨୫।୪: (ପ୍ରଭାତ କୁମାର ସାହୁ): କଣ୍ଟାମାଳ ଥାନା ଅନ୍ତର୍ଗତ ବରଗାଁ ପଞ୍ଚାୟତର ପାଢ଼େଲ ଡ୍ୟାମ ନିକଟ ଜଙ୍ଗଲରେ ଗୁରୁବାର ଏସଓଜିଓ ଡିଭିଏଫ ମିଳିତ କମ୍ବିଂ...

‘କେନ୍ଦ୍ର ପାଇଁ ଓଡ଼ିଶା କେବଳ ଏକ ବିନ୍ଦୁ’

ଛେଣ୍ଡିପଦା, ୨୫।୪ (ଅଜିତ ଧଳ)/ ଅନୁଗୋଳ, (ଅମିତ କୁମାର ସାମଲ)ସମ୍ବଲପୁର ବିଜେଡି ଏମ୍‌ପି ପ୍ରାର୍ଥୀ ତଥା ବିଜେଡି ରାଜ୍ୟ ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ...

ବାରବାଟୀ-କଟକ ନଚେତ ସାଲେପୁରରୁ ପ୍ରାର୍ଥୀ ହୋଇପାରନ୍ତି ଅରିନ୍ଦମ

କଟକ, ୨୫ା୪(ଶିଳ୍ପା ପ୍ରିୟଦର୍ଶିନୀ)ଆସନ୍ତା ନିର୍ବାଚନ ପାଇଁ ଭାଜପା ପକ୍ଷରୁ ଷ୍ଟାର୍‌ ପ୍ରଚାରକ ତାଲିକା ପ୍ରକାଶ ପାଇବା ପରେ ଏବେ ରୋଚକ ମୋଡ ନେବାରେ ଲାଗିଛି କଟକ...

ରୋଚକ ସ୍ଥିତିରେ ତ୍ରିମୁଖୀ ଲଢ଼େଇ

ନୟାଗଡ଼,୨୫।୪(ଲୋକନାଥ ମିଶ୍ର)ନୟାଗଡ଼ ବିଧାନସଭା କ୍ଷେତ୍ରରେ ବିଧାୟକ ଅରୁଣ କୁମାର ସାହୁଙ୍କ ଅପରାଜେୟ ରେକର୍ଡ ଭାଙ୍ଗିବାକୁ ଭାଜପା ଓ କଂଗ୍ରେସ ପକ୍ଷରୁ ଉଦ୍ୟମ ଆରମ୍ଭ ହୋଇଛି। ଅରୁଣ...

ଭାଜପାରୁ ପ୍ରାର୍ଥୀ ହେବେ ସୌମ୍ୟରଞ୍ଜନ!

ଘସିପୁରା(ନିରଞ୍ଜନ ସାହୁ)/ରାମଚନ୍ଦ୍ରପୁର (ଗଣେଶ୍ୱର ସା),୨୫।୪: କେନ୍ଦୁଝର ଜିଲା ଘଷିପୁରା ବିଧାନସଭା ନିର୍ବାଚନମଣ୍ଡଳୀରେ ବିଜେଡି ପୂର୍ବତନ ମନ୍ତ୍ରୀ ତଥା ବିଧାୟକ ବଦ୍ରି ନାରାୟଣ ପାତ୍ରଙ୍କୁ ପ୍ରାର୍ଥୀ କରିଥିବା...

ଖେଳିବା ବୟସରେ ହାତରେ ଭିକ୍ଷାଥାଳ

ରାଉରକେଲା,୨୫ା୪(ବିପ୍ଲବ ରଞ୍ଜନ ଦାଶ)ରାଉରକେଲାର ପ୍ରସିଦ୍ଧ ବେଦବ୍ୟାସ ପୀଠରେ କୋମଳମତି ପିଲାମାନେ ଭିକ୍ଷାଥାଳ ଧରି ଭିକ୍ଷାବୃତ୍ତି କରୁଛନ୍ତି। ଚିନ୍ତାର ବିଷୟ, ଯେଉଁ କୋମଳମତି ଶିଶୁମାନେ ଭିକ୍ଷାବୃତ୍ତି କରୁଛନ୍ତି...

ମେ ୧୦ରୁ ରବିଧାନ ସଂଗ୍ରହ

ସମ୍ବଲପୁର,୨୫ା୪(ପ୍ରମୋଦ ବହିଦାର)ଆସନ୍ତା ମେ ୧୦ରୁ ସମ୍ବଲପୁର ଜିଲାରେ ଚଳିତବର୍ଷ ରବିଧାନ ସଂଗ୍ରହ ପ୍ରକ୍ରିୟା ଆରମ୍ଭ ହେବ। ଜିଲାପାଳଙ୍କ ସମ୍ମିଳନୀ କକ୍ଷରେ ବୁଧବାର ଅନୁଷ୍ଠିତ ଧାନ ସଂଗ୍ରହ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri