କରୋନାରେ ପରିବେଶବିତ୍‌ ସୁନ୍ଦରଲାଲଙ୍କ ନିଧନ

ଡେରାଡୁନ,୨୧।୫: ଦେଶରେ କରୋନା ଭାଇରସ୍‌ର ଦ୍ୱିତୀୟ ଲହରର ପ୍ରକୋପ ଜାରି ରହିଛି। ଏହି ସମୟରେ ଗୋଟିଏ ପରେ ଗୋଟିଏ ଦୁଃଖଦ ଖବର ସାମ୍ନାକୁ ଆସୁଛି। ଏହିକ୍ରମରେ ଶୁକ୍ରବାର ବେଶ୍‌ ଜଣାଶୁଣା ପରିବେଶବିତ୍‌ ସୁନ୍ଦରଲାଲ ବହୁଗୁଣାଙ୍କ ପରଲୋକ ଘଟିଛି। ମୃତ୍ୟୁବେଳକୁ ତାଙ୍କୁ ୯୪ ବର୍ଷ ବୟସ ହୋଇଥିଲା। କରୋନାଜନିତ ତାଙ୍କ ମୃତ୍ୟୁ ହୋଇଥିବା ଜଣାପଡ଼ିଛି। ଗତ କିଛି ଦିନ ତଳେ ସେ କରୋନାରେ ଆକ୍ରାନ୍ତ ହୋଇଥିଲେ। ମେ’୮ରେ ସ୍ବାସ୍ଥ୍ୟବସ୍ଥା ବିଗିଡ଼ିବାରୁ ତାଙ୍କୁ ଉତ୍ତରାଖଣ୍ଡ ଋଷିକେଶ ସ୍ଥିତ ଏମ୍ସ ହସ୍ପିଟାଲରେ ଭର୍ତ୍ତି କରାଯାଇ ଚିକତ୍ସା କରାଯାଉଥିଲା। ହେଲେ ଶୁକ୍ରବାର ଚିକତ୍ସାଧିନ ଅବସ୍ଥାରେ ତାଙ୍କର ମୃତ୍ୟୁ ଘଟିଛିି। ତାଙ୍କ ବିିୟୋଗରେ ମୁଖ୍ୟମନ୍ତ୍ରୀ ତୀରଥ ସିଂହ ରାଓ୍ବତ ଶୋକ ପ୍ରକାଶ କରିଛନ୍ତି। ସୂଚନା ମୁତାବକ ସାରା ଜୀବନ ପରିବେଶର ସୁରକ୍ଷା ଦିଗରେ ସୁନ୍ଦରଲାଲ କାର୍ଯ୍ୟ କରିଆସୁଥିଲେ। ଚିପକୋ ଆନ୍ଦୋଳନର ଅନ୍ୟତମ ନେତା ସୁନ୍ଦରଲାଲଙ୍କୁ ହିମାଳୟର ରକ୍ଷକ ବୋଲି କୁହାଯାଏ। କାରଣ ହିମାଳୟରେ ଥିବା ଜଙ୍ଗଲଗୁଡ଼ିକ ସଂରକ୍ଷଣ ପାଇଁ ସେ ଦୀର୍ଘ ବର୍ଷ ଲଢ଼େଇ କରିଥିଲେ। ପରିବେଶ ସୁରକ୍ଷା ପାଇଁ ନିଜ ଜୀବନକୁ ଉର୍ତ୍ସଗୀତ କରିଥିବାରୁ ସୁନ୍ଦରଲାଲଙ୍କୁ ଭାରତ ସରକାର ୧୯୮୧ରେ ପଦ୍ମଶ୍ରୀ ଓ ୨୦୦୯ରେ ପଦ୍ମ ବିଭୂଷଣ ସମ୍ମାନରେ ସମ୍ମାନିତ କରିଥିଲେ। ସୂଚନାଯୋଗ୍ୟ, ଉତ୍ତରାଖଣ୍ଡର ଟିହରି ନକଟସ୍ଥ ଏକ ଗାଁରେ ୧୯୨୭ ଜାନୁଆରୀ ୯ରେ ସୁନ୍ଦରଲାଲ ଜନ୍ମଗ୍ରହଣ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା ସରକାରର ବିଫଳତାକୁ ନେଇ ଗାଁକୁ ଯିବ ବିଜେଡି

ଭବାନୀପାଟଣା: ୨୬ା୧୨(ଉତ୍ତମ କୁମାର ଦାଶ):୨୮ ବର୍ଷ ଅତିକ୍ରମ କରି ୨୯ ବର୍ଷରେ ପାଦ ଦେଇଛି ବିଜୁ ଜନତା ଦଳ। ଏହି ଅବସରରେ ଶୁକ୍ରବାର କଳାହାଣ୍ଡି ଜିଲା...

ଅଚାନକ ଦିଲ୍ଲୀ ଟିମ୍‌ ଛାଡ଼ି ଘରକୁ ଫେରିଗଲେ କୋହଲି, କାରଣ ଜାଣିଲେ…

ବେଙ୍ଗାଲୁରୁ,୨୬।୧୨: ଭାରତୀୟ କ୍ରିକେଟର ଷ୍ଟାର ଖେଳାଳି ବିରାଟ କୋହଲି ବିଜୟ ହଜାରେ ଟ୍ରଫି ୨୦୨୫-୨୬ରେ ଦିଲ୍ଲୀ ପାଇଁ ଜବରଦସ୍ତ ପ୍ରଦର୍ଶନ କରିଥିଲେ। କିନ୍ତୁ ଏବେ ସେ...

୨ ମହିଳାଙ୍କ ସମେତ ୬ ଦାଦନ ଶ୍ରମିକ ଉଦ୍ଧାର

ନୂଆପଡ଼ା/କୋମନା,୨୬ା୧୨(ମକାରୁ ବେମାଲ/ମହେଶ ବାଗ): ନୂଆପଡ଼ା ଜିଲା କୋମନା ଅଞ୍ଚଳରେ ଦାଦନ ଦଲାଲ ସକ୍ରିୟ ରହିଛନ୍ତି। ପ୍ରତିଦିନ ଜିଲାରୁ ଶତାଧିକ ଶ୍ରମିକ ଚାଲାଣ ହେଉଥିବା ଅଭିଯୋଗ ହୋଇଆସୁଛି।...

ଭାଜପା ପକ୍ଷରୁ ବନବିହାର କାର୍ଯ୍ୟକ୍ରମ: ସାମୂହିକ ବନ୍ଦେ ମାତରମ ଗାନ

କେସିଙ୍ଗା,୨୬ା୧୨ (ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ଭାଜପା ନଗର ମଣ୍ଡଳ କମିଟି ପକ୍ଷରୁ ଶୁକ୍ରବାର ତହସିର ଚେକ୍‌ଡ୍ୟାମ ପରିସରରେ ବନବିହାର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି।...

ନିଖୋଜ ରାତ୍ର ଜଗୁଆଳିଙ୍କ ମୃତଦେହ ଜବତ : ହତ୍ୟା ଅଭିଯୋଗ କଲେ ପରିବାର ଲୋକେ

ଥୁଆମୂଳ ରାମପୁର,୨୬ା୧୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କର୍ଲାପାଟ ଥାନା ଅଧୀନ ଗୁଣୁପୁର ସାଇସୁରୁଣି ଛକ ନିକଟ ପୋଲ ତଳୁ ଶୁକ୍ରବାର ନିଖୋଜ...

ସମସ୍ତଙ୍କ ଆଗରେ ଭୋ ଭୋ ହୋଇ କାନ୍ଦିଲେ ରୋହିତ, କାରଣ ଜାଣିଲେ…Video

ମୁମ୍ବାଇ,୨୬।୧୨: ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ତଥା ଓପନର ବ୍ୟାଟ୍ସମ୍ୟାନ ରୋହିତ ଶର୍ମାଙ୍କ ଏକ ଭାବୁକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଏହି...

ଖୋଲିଲା ମା’ ବାଙ୍କେଶ୍ବରୀଙ୍କ ଦାନହୁଣ୍ଡି: ମିଳିଲା ୧୧ ଲକ୍ଷ ୯୩ ହଜାର

ଦିଗପହଣ୍ଡି,୨୬।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡିି ପଞ୍ଚାୟତ କେରାଣ୍ଡିମାଳ ପର୍ବତ ଶିଖରରେ ପୂଜା ପାଉଥିବା ସମଗ୍ର ଦକ୍ଷିଣ ଓଡ଼ିଶାର ପ୍ରମୁଖ...

କଳାହାଣ୍ଡିର ଯୁବତୀଙ୍କୁ ତେଲେଙ୍ଗାନାରେ ହତ୍ୟା, ନଦୀବ୍ରିଜ ତଳୁ ମୃତଦେହ…

ଭବାନୀପାଟଣା,୨୬।୧୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ର ଯୁବତୀ ଙ୍କୁ ତେଲେଙ୍ଗାନା ରେ ହତ୍ୟା ଭଳି ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଗତ ୩ ମାସ ତଳେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri