ବିଜ୍ଞାନକୁ ବାଦ୍‌ ଦେଇ ଦେଶର ପ୍ରଗତି ପରିକଳ୍ପନା ଅସମ୍ଭବ

ଦିଗପହଣ୍ଡି, ୧୫।୯ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଜ୍ଞାନଶ୍ରୀ ପବ୍ଲିକ୍‌ ସ୍କୁଲର ଷଷ୍ଠତମ ଜ୍ଞାନବିଜ୍ଞାନ ମେଳା ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି। ହରିବନ୍ଧୁ ଦୋରା, କାଳୁଚରଣ ପାଣିଗ୍ରାହୀ, ଗୋବିନ୍ଦ ସାହୁ, ରଞ୍ଜନ ପାତ୍ର, ବାବୁଲା ଦୋରା, ଦ୍ୱିତୀକୃଷ୍ଣ ଗୌଡ଼ ଓ ଅଜିତ ମହାରଣା ପ୍ରମୁଖ ଅତିଥି ତଥା ବିଚାରକ ଭାବେ ଯୋଗଦେଇଥିଲେ।

ଏହି ଅବସରରେ ଅତିଥିମାନେ ନିଜ ନିଜ ବକ୍ତବ୍ୟରେ ବିଜ୍ଞାନକୁ ବାଦ୍‌ ଦେଇ ଦେଶର ପ୍ରଗତିର ପରିକଳ୍ପନା କରାଯାଇପାରିବ ନାହିଁ ବୋଲି କହିଥିଲେ। ଛାତ୍ରୀଛାତ୍ରମାନେ ପ୍ରତ୍ୟେକ ବିଷୟକୁ ବୈଜ୍ଞାନିକ ଦୃଷ୍ଟିକୋଣରେ ଦେଖିବା ସହ ଯୁକ୍ତିସଙ୍ଗତ ଚିନ୍ତାଧାରା ବିକଶିତ କରିବାକୁ ସେମାନେ ପରାମର୍ଶ ଦେଇଥିଲେ।

ମେଳାରେ ବିଭିନ୍ନ ବିଷୟକୁ ଆଧାର କରି ଛାତ୍ରୀଛାତ୍ରମାନଙ୍କ ଦ୍ୱାରା ୮୦ଟି ପ୍ରକଳ୍ପ ପ୍ରଦର୍ଶିତ ହୋଇଥିଲା। ଛାତ୍ରୀଛାତ୍ର ତଥା ଶିଶୁ ବୈଜ୍ଞାନିକମାନେ ନିଜ ନିଜ ପ୍ରକଳ୍ପ ସମ୍ପର୍କରେ ଅତିଥି ଓ ବିଚାରକମଣ୍ଡଳୀଙ୍କୁ ବୁଝାଇଥିଲେ। ଅତିଥି ତଥା ବିଚାରକମାନେ ପ୍ରକଳ୍ପଗୁଡ଼ିକ ପରିଦର୍ଶନ କରିବା ସହ ସେଗୁଡ଼ିକର ମୂଲ୍ୟାୟନ କରିଥିଲେ।

ସ୍କୁଲ ପରିଚାଳନା ନିର୍ଦ୍ଦେଶକ ବନୋଜ କୁମାର ଷଡ଼ଙ୍ଗୀଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଏହି କାର୍ଯ୍ୟକ୍ରମକୁ ସ୍କୁଲ ଅଧ୍ୟକ୍ଷା ସ୍ୱାତୀଆମ୍ମା ପାତ୍ର ସଂଯୋଜନା କରିଥିଲେ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

କଳାହାଣ୍ଡିରେ ଧୁମ୍‌ଧାମ୍‌ରେ ପାଳିତ ହେଲା ନୂଆଁଖାଇ, ଖିରି, ପିଠାରେ ମହକିଲା ଗାଁ ଦାଣ୍ଡ

ଭବାନୀପାଟଣା,୧୫ା୯(ଉତ୍ତମ କୁମାର ଦାଶ): ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଁଖାଇ ମଙ୍ଗଳବାର କଳାହାଣ୍ଡି ଜିଲାରେ ଧୁମ୍‌ଧାମରେ ପାଳିତ ହୋଇଯାଇଛି। ଜିଲାର ସର୍ବପୁରାତନ ଜୁନାଗଡ଼ ସହରସ୍ଥିତ ଦଧିବାମନ ମନ୍ଦିରରେ ସକାଳ…

ମଦ ବିକ୍ରିକୁ ନେଇ ତାତିଲେ ମହିଳା, ପ୍ରଶାସନ ନିକଟରେ ଦାବି

ପାଟଣା, ୧୪/୯ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଅନ୍ତର୍ଗତ ବଡ଼ପାଟଣା ପଞ୍ଚାୟତ ମଙ୍ଗଳପୁର, କୁଆପଶି, ଲେଖେନା ଓ ଡିଆନାଳି ଅଞ୍ଚଳରେ ବେଆଇନ ଭାବେ…

୧୯ ବର୍ଷ ହେଲା ବଜାୟ ରହିଛି ପରମ୍ପରା: ନୂଆଁଖାଇରେ ଶିରାବାହାଲ ଗ୍ରାମବାସୀ ଏକାଠି ଖାଇଲେ

ବଲାଙ୍ଗୀର ଅଫିସ, ୧୫।୯ (ସୁନିଲ କୁମାର ମହାନ୍ତି): ଯେଉଁ ମହାନ ଉଦ୍ଦେଶ୍ୟ ନେଇ ନୂଆଁଖାଇ ତିହାରର ପରିକଳ୍ପନା କରାଯାଇଥିଲା, ତାହାକୁ ସାକାର ରୂପ ଦେଉଛନ୍ତି ବଲାଙ୍ଗୀର ଜିଲା…

ଗାଡ଼ି ଲାଇଟ୍‌ ଉପରେ ସରକାର ଆଣୁଛନ୍ତିି ବଡ଼ ନିୟମ, ଜାଣନ୍ତୁ କ’ଣ ହେବ ପରିବର୍ତ୍ତନ

ନୂଆଦିଲ୍‌ଲୀ,୧୫।୯: ରାତି ସମୟରେ ରାସ୍ତାରେ ଗାଡ଼ିଗୁଡ଼ିକର ହାଇ ବିମ (High Beam) ହେଡଲାଇଟ ଆଖି ଝଲସାଇ ଦେବା ସଡ଼କ ଦୁର୍ଘଟଣାର ଏକ ବଡ଼ କାରଣ ପାଲଟିଛି। ଏହି…

୨୦୨୭ ଯାଏ ୩ ରାଶିଙ୍କର ଚାଲିବ ଭଲ ସମୟ, କେତୁଙ୍କ ପ୍ରଭାବରେ ପ୍ରଚୁର ଧନ ଲାଭ ସହ ଚାକିରିରେ ପଦୋନ୍ନତି!

ଜ୍ୟୋତିଷ ଶାସ୍ତ୍ରରେ ଛାୟା ଗ୍ରହ କେତୁଙ୍କ ଗୋଚରକୁ ବେଶ ଗୁରୁତ୍ୱପୂର୍ଣ୍ଣ ବୋଲି ମନେ କରାଯାଏ। ଜ୍ୟୋତିଷୀଙ୍କ ମତ ଅନୁସାରେ, କେତୁ ପ୍ରାୟ ୧୮ ମାସ ପରେ ରାଶି…

କେନ୍ଦ୍ରୀୟ କର୍ମଚାରୀଙ୍କ ପାଇଁ ଖୁସି ଖବର, DA ବୃଦ୍ଧିକୁ ନେଇ ଆସିଲା ବଡ଼ ଅପଡେଟ୍‌! ଏହିଦିନ…

ନୂଆଦିଲ୍ଲୀ,୧୫।୯: ଦେଶର ୫୦ ଲକ୍ଷରୁ ଅଧିକ କେନ୍ଦ୍ରୀୟ କର୍ମଚାରୀ ଏବଂ ୬୫ ଲକ୍ଷରୁ ଊର୍ଦ୍ଧ୍ୱ ପେନସନଭୋଗୀଙ୍କ ପାଇଁ ଏକ ବଡ଼ ଖୁସି ଖବର ସାମ୍ନାକୁ ଆସୁଛି। ପାର୍ୱଣ…

ମହିଳାଙ୍କୁ ୨ କୋଟି ଦେବ ଏହି ବଡ଼ ବ୍ୟାଙ୍କ୍‌! ଜାଣନ୍ତୁ କେମିତି କରିବେ ଆପ୍ଲାଏ…

ନୂଆଦିଲ୍ଲୀ,୧୫।୯: ଯଦି ଆପଣ ଜଣେ ମହିଳା ଏବଂ ନିଜର ନୂଆ ବ୍ୟବସାୟ ଆରମ୍ଭ କରିବାର ସ୍ୱପ୍ନ ଦେଖୁଛନ୍ତି କିମ୍ୱା ନିଜର ଚାଲୁଥିବା ବ୍ୟବସାୟକୁ ଆଗକୁ ବଢ଼ାଇବାକୁ ଚାହୁଁଛନ୍ତି,…

ଗାଁକୁ ଯାଇପାରିଲାନି ଆମ୍ବୁଲାନ୍ସ: ଖଟିଆରେ ବୁହାହେଲା ୨ ଭାଇଙ୍କ ମୃତଦେହ

ପରଜଙ୍ଗ,୧୫।୯(ନିଗମାନନ୍ଦ ଦଳବେହେରା): ଦୁର୍ଘଟଣାରେ ୨ ଭାଇଙ୍କ ଜୀବନ ଚାଲିଗଲା। ହେଲେ ମୃତଦେହ ଘରକୁ ନେବାବେଳେ ଯେଉଁ ଦୃଶ୍ୟ ସାମ୍ନାକୁ ଆସିଲା, ତାହା ସମସ୍ତଙ୍କୁ ବିଚଳିତ କରିଛି। ରାସ୍ତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?