Posted inଖେଳ

ଅବସର ନେବେ ମୋର୍ଗାନ

ଲଣ୍ଡନ,୨୭।୬: ଇଂଲଣ୍ଡର ବିଶ୍ୱକପ୍‌ ବିଜେତା ଅଧିନାୟକ ଇଆନ ମୋର୍ଗାନ ମଙ୍ଗଳବାର ଅନ୍ତର୍ଜାତୀୟ କ୍ରିକେଟର ସମସ୍ତ ଫର୍ମାଟରୁ ଅବସର ନେବାକୁ ଯାଉଛନ୍ତି। ୩୫ ବର୍ଷୀୟ ମୋର୍ଗାନ ଚଳିତ ବର୍ଷ ପରବର୍ତ୍ତୀ ଭାଗରେ ହେବାକୁ ଥିବା ଟି୨୦ ବିଶ୍ୱକପ୍‌ରେ ଇଂଲଣ୍ଡ ଦଳର ନେତୃତ୍ୱ ନେବାକୁ ଇଚ୍ଛୁକ ଥିଲେ। କିନ୍ତୁ ଫର୍ମ ଏବଂ ଫିଟ୍‌ନେସ ଜନିତ ସମସ୍ୟା ଯୋଗୁ ସେ ଅନ୍ତର୍ଜାତୀୟ କ୍ୟାରିୟର ଶେଷ କରିବାକୁ ନିଷ୍ପତ୍ତି ନେଇଛନ୍ତି।

୨୦୦୬ରେ ସେ ଆୟର୍ଲାଣ୍ଡ ପାଇଁ ଅନ୍ତର୍ଜାତୀୟ କ୍ରିକେଟରେ ପଦାର୍ପଣ କରିଥିଲେ। ସ୍କଟଲାଣ୍ଡ ବିପକ୍ଷ ପଦାର୍ପଣ ମ୍ୟାଚ୍‌ରେ ସେ ୯୯ ରନ୍‌ର ପାଳି ଖେଳି ରନ୍‌ ଆଉଟ୍‌ ହୋଇଥିଲେ। ଅନ୍ତର୍ଜାତୀୟ ପଦାର୍ପଣରେ ୯୯ ରନ୍‌ରେ ଆଉଟ୍‌ ହେବାରେ ସେ ପ୍ରଥମ କ୍ରିକେଟର ଥିଲେ। ତେବେ ତାଙ୍କୁ ପ୍ରଥମ ଶତକ ପାଇଁ ବେଶୀ ଅପେକ୍ଷା କରିବାକୁ ପଡ଼ି ନ ଥିଲା। ୨୦୦୭ରେ ସେ ପ୍ରଥମ ଶତକ ହାସଲ କରିଥିଲେ। ଆୟର୍ଲାଣ୍ଡ ପକ୍ଷରୁ ୨୦୦୬ରୁ ୨୦୦୯ ମଧ୍ୟରେ ସେ ୨୩ ମ୍ୟାଚ୍‌ (୭୪୪ ରନ୍‌) ଖେଳିବା ପରେ ୨୦୧୦ରେ ତାଙ୍କୁ ମିଳିଥିଲା ଇଂଲଣ୍ଡ ଦଳରେ ସ୍ଥାନ। ବିଶ୍ୱର ପ୍ରଥମ କ୍ରିକେଟର ଭାବେ ସେ ଦୁଇ ଦେଶ ପାଇଁ ଅନ୍ତର୍ଜାତୀୟ କ୍ରିକେଟରେ ଶତକ ହାସଲ କରିଥିଲେ। ସେ ଇଂଲଣ୍ଡ ପକ୍ଷରୁ ୨୨୫ ଦିନିକିଆ ମ୍ୟାଚ୍‌ ଖେଳି ୬,୯୫୭ ରନ୍‌ କରିଛନ୍ତି, ଯାହାକି ଦିନିକିଆ କ୍ରିକେଟରେ ଇଂଲିଶ ବ୍ୟାଟରଙ୍କ ମଧ୍ୟରେ ସର୍ବାଧିକ। ତେବେ ଅଧିନାୟକ ଭାବେ ତାଙ୍କ ୭ ବର୍ଷର କାର୍ଯ୍ୟକାଳରେ ଇଂଲଣ୍ଡର ଧଳା ବଳ କ୍ରିକେଟରେ ବିପ୍ଳବ ଆସିଥିଲା। ୨୦୧୫ ବିଶ୍ୱକପ୍‌ ପୂର୍ବରୁ ତାଙ୍କୁ ଆଲେଷ୍ଟର କୁକ୍‌ଙ୍କଠାରୁ ନେତୃତ୍ୱ ମିଳିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ମାଡ଼ ମାରି ଭାଉଜଙ୍କ ହାତ ଭାଙ୍ଗିଦେଲେ ଦିଅର, ଆଉ ତା’ପରେ…

ଦିଗପହଣ୍ଡି,୧୩।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଖଣ୍ଡଦେଉଳି ଗ୍ରାମର ବନିତା ପ୍ରଧାନଙ୍କୁ ରବିବାର ତାଙ୍କ ଦିଅର ପଦ୍ମ ଲୋଚନ ପ୍ରଧାନ ଆକ୍ରମଣ କରି ବାମ…

ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଭେଟିଲେ ବାଲ୍ୟବନ୍ଧୁ, BJP ବିଧାୟକଙ୍କୁ ନେଇ ଆଣିଲେ ବଡ଼ ଅଭିଯୋଗ! ଛାନିଆ ହୋଇଗଲେ….

ମୁମ୍ବାଇ,୧୩।୯: ମହାରାଷ୍ଟ୍ରର ଭାୟନ୍ଦରରେ ଜମି ବିବାଦକୁ ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବାଲ୍ୟବନ୍ଧୁ ଅସଗରଅଲି ଭୋରା ତାଙ୍କୁ ଭେଟିଛନ୍ତି । ୮ ସେପ୍ଟେମ୍ବରରେ ୮୧ ବର୍ଷୀୟ ଭୋରା…

ପଶ୍ଚିମବଙ୍ଗରେ ବନ୍ଦ ହେଲା ୨୫୨ ମଦ୍ରାସା

କୋଲକାତା,୧୩ା୯: ପଶ୍ଚିମବଙ୍ଗ ସରକାର ରାଜ୍ୟରେ ଚାଲୁଥିବା ଇସ୍‌ଲାମୀୟ ଶିକ୍ଷାନୁଷ୍ଠାନଗୁଡ଼ିକର ସମୀକ୍ଷା କରିବା ପରେ ୨୫୨ ମଦ୍ରାସାକୁ ବନ୍ଦ କରିବା ପାଇଁ ନୋଟିସ ଜାରି କରିଛନ୍ତି। ଯାଞ୍ଚ ପ୍ରକ୍ରିୟାର…

ବ୍ୟବସାୟିକ ଜାହାଜ ଉପରେ ଆକ୍ରମଣ: ଭାରତୀୟ ନାବିକ ନିଖୋଜ

ନୂଆଦିଲ୍ଲୀ,୧୩ା୯: ଓମାନ ଉପକୂଳରେ ବ୍ୟବସାୟିକ ଜାହାଜ ଏମ୍‌ଟି ଏଲ୍‌ ଗାଇଆ ଉପରେ ଆକ୍ରମଣ ହେବାରୁ ଜଣେ ଭାରତୀୟ ନାବିକ ନିଖୋଜ ହୋଇଥିବା ବହିର୍ବ୍ୟାପାର ମନ୍ତ୍ରଣାଳୟ ରବିବାର ସ୍ପଷ୍ଟ…

ଖଟିଆରେ ଗର୍ଭବତୀଙ୍କୁ ବୁହାହେବା ଘଟଣା, ନବଜାତ ଶିଶୁ-ମା’ଙ୍କୁ ଭେଟିଲେ ସିଡିପିଓ

ଗୁଡାରି,୧୩।୯(ପ୍ରମୋଦ କୁମାର ପତି): ଶନିବାର ଦିନ ବ୍ଳକର ଶିରିଗୁଡା ଗ୍ରାମପଂଚାୟତ ଅନ୍ତର୍ଗତ ସାଡାକଣା ଗ୍ରାମର ଗର୍ଭବତୀ ମହିଳାଙ୍କୁ ଖଟିଆରେ ୩ କିଲୋମିଟର ବୋହିବା ପରେ ଆମ୍ବୁଲାନ୍ସ ଯୋଗେ…

ତାତିଲେ ମହିଳା, ଭାଙ୍ଗିଲେ ମଦ ଭାଟି

ମୋହନ,୧୩।୯(ମନ୍ମଥ ମିଶ୍ର): ଗାଁରେ ଚାଲିଥିଲା ମଦ ଭାଟି। ଏନେଇ ଗାଁରେ ଅଶାନ୍ତ ପରିବେଶ ସୃଷ୍ଟି ହେବା ଯୁବପିଢୀ ପଥଭ୍ରଷ୍ଟ ହେଉଥିଲେ। ବାରମ୍ବାର ଅଭିଯୋଗ ପରେ ବି କାହାର…

ସନତ ସଭାପତି, ଉମାକାନ୍ତ ସାଧାରଣ ସମ୍ପାଦକ ନିର୍ବାଚିତ

ବରଗଡ଼,୧୩।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ହାବିଲଦାର, କନେଷ୍ଟବଲ ଆସୋସିଏଶନ ନିର୍ବାଚନ ଫଳାଫଳ ରବିବାର ଘୋଷଣା ହୋଇଛି। ଏଥିରେ ସଭାପତି ସନତ କୁମାର ହୋତା ସଭାପତି ନିର୍ବାଚିତ ହୋଇଛନ୍ତି।…

ମୋଟାପଣ, ଅଣସଂକ୍ରାମକ ରୋଗ ବଡ଼ ସ୍ବାସ୍ଥ୍ୟ ସମସ୍ୟା; BRICS ନେତା କହିଲେ…

ନୂଆଦିଲ୍ଲୀ, ୧୩ା୯ : ମୋଟାପଣ ଏବଂ ଅଣସଂକ୍ରାମକ ରୋଗ (ଏନ୍‌ସିଡି) ବର୍ତ୍ତମାନ ବିଶ୍ୱବ୍ୟାପୀ ଏକ ବଡ଼ ସ୍ବାସ୍ଥ୍ୟ ସମସ୍ୟାରେ ପରିଣତ ହୋଇଛି । ଏହାକୁ ନେଇ ବ୍ରିକ୍ସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?