Posted inଜାତୀୟ

କକ୍ଷପଥରେ ଇଓଏସ୍‌-୦୪

ଶ୍ରୀହରିକୋଟା, ୧୪ା୨: ଚଳିତ ବର୍ଷର ପ୍ରଥମ ମିଶନ ଭାବେ ଭାରତୀୟ ମହାକାଶ ଗବେଷଣା ସଂସ୍ଥା (ଇସ୍ରୋ) ସୋମବାର ସଫଳତାର ସହ ପିଏସ୍‌ଏଲ୍‌ଭି-ସି୫୨ ଯୋଗେ ଇଓଏସ୍‌-୦୪ ଉପଗ୍ରହକୁ ସଫଳତାର ସହ ପ୍ରେରଣ କରିଛି। ଏହା ସହ ଦୁଇଟି ଛୋଟ ସାଟେଲାଇଟ୍‌ ଇନ୍‌ସ୍ପାୟାରସାଟ୍‌-୧ ଏବଂ ଆଇଏନ୍‌ଏସ୍‌-୨ଟିଡି ମଧ୍ୟ କକ୍ଷପଥରେ ପହଞ୍ଚିଛି। ୨୫ ଘଣ୍ଟା ୩୦ ମିନିଟ୍‌ର ପ୍ରସ୍ତୁତି ପରେ ସକାଳ ୫ଟା ୫୯ରେ ପୃଥିବୀ ନୀରିକ୍ଷଣ ସାଟେଲାଇଟ୍‌ ଇଓଏସ୍‌-୦୪କୁ ଆନ୍ଧ୍ରପ୍ରଦେଶର ଶ୍ରୀହରିକୋଟା ସତୀଶ ଧଓ୍ବନ ସ୍ପେସ୍‌ ସେଣ୍ଟରରୁ ଲଞ୍ଚ୍‌ କରାଯାଇଥିଲା। କରାଯିବ। ଏହି ଉପଗ୍ରହକୁ ଆକାଶରେ ଭାରତର ଆଖି ବୋଲି କୁହାଯାଉଛି। ପ୍ରରୟ ୧୭ ମିନିଟ୍‌ ପରେ ସାଟେଲାଇଟ ସୂର୍ଯ୍ୟର ସିଙ୍କ୍ରୋନସ୍‌ ପୋଲାର ଅର୍‌ବିଟ୍‌ରେ ସ୍ଥାପିତ ହୋଇଛି। ଏହି ସଫଳତା ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଇସ୍ରୋକୁ ଶୁଭେଚ୍ଛା ଜଣାଇଛନ୍ତି।
ସାଟେଲାଇଟ୍‌ ଇଓଏସ୍‌-୦୪ ଏକ ରାଡାର ଇମେଜିଂ ସାଟେଲାଇଟ୍‌। ସମସ୍ତ ପ୍ରକାର ପାଣିପାଗରେ ଏହା ହାଇ କ୍ୱାଲିଟି ଫଟୋ ଉତ୍ତୋଳନ କରିପାରିବ, ଯାହା କି କୃଷି, ଜଙ୍ଗଲ ଓ ଚାରାରୋପଣ, ମୃତ୍ତିକାର ଆର୍ଦ୍ରତା, ଜଳ ସ୍ଥିତି ସମେତ ବନ୍ୟା ଭଳି ପ୍ରାକୃତିକ ବିପର୍ଯ୍ୟୟର ବାବଦରେ ସୂଚନା ଦେବ। ପ୍ରତିରକ୍ଷା କ୍ଷେତ୍ରରେ ମଧ୍ୟରେ ଏହି ସାଟେଲାଇଟ୍‌ ବେଶ୍‌ ଉପଯୋଗୀ ହେବ ବୋଲି ଇସ୍ରୋ ପକ୍ଷରୁ କୁହାଯାଇଛି। ଏହାର କାର୍ଯ୍ୟକାଳ ୫ ବର୍ଷ ରହିବ।


Enter your email to get our daily news in your inbox.

All Right Reserved By Dharitri.Com

ଛେଳି ଚରାଇବାକୁ ଯାଇଥିବାବେଳେ ଅତର୍କିତ ଆକ୍ରମଣ କଲା ଭାଲୁ, ଗୁପ୍ତାଙ୍ଗକୁ ଝୁଣି ପକାଇଲା…

ଆନନ୍ଦପୁର/ବଞ୍ଚୋ(ସୁଶାନ୍ତ କୁମାର ସାହୁ/ ପ୍ରଦୋଷ କୁମାର ବିଶ୍ୱାଳ ): ଛେଳି ଚରାଇ ଯାଇଥିବା ବ୍ୟକ୍ତିଙ୍କ ଗୁପ୍ତାଙ୍ଗକୁ ଝୁଣି ପକାଇଲା ଭାଲୁ । ଗୁରୁତର ବ୍ୟକ୍ତି ଡାକ୍ତରଖାନାରେ ଭର୍ତ୍ତି…

ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ଏହି ଦୁଇ ସହରରେ ହେବ ନାହିଁ ବିଦ୍ୟୁତ୍‌ କାଟ୍‌

ଭୁବନେଶ୍ୱର,୯ା୪: ଆଜି ଅର୍ଥାତ୍‌ ଗୁରୁବାର ଓଡ଼ିଶାର ଶକ୍ତି କ୍ଷେତ୍ରରେ ଏକ ନୂତନ ଅଧ୍ୟାୟ ଯୋଡ଼ି ହୋଇଛି। ଭୁବନେଶ୍ୱର ଓ କଟକରେ ଆଉ ଅଘୋଷିତ ବିଦ୍ୟୁତ୍‌କାଟ୍‌ ହେବ ନାହିଁ…

ଅମ୍ପାୟରଙ୍କ ଗୋଟିଏ ଆଙ୍ଗୁଠ, ଭାଙ୍ଗିଗଲା ଦିଲ୍ଲୀର ସ୍ବପ୍ନ! ଖଳନାୟକ ପାଲଟିଛି କ୍ରିକେଟର ‘ଡେଡ ବଲ’ ନିୟମ

ନୂଆଦିଲ୍ଲୀ,୯।୪: କ୍ରିକେଟ ଅନିଶ୍ଚିତତାର ଖେଳ ଭାବରେ ଜଣାଶୁଣା, କିନ୍ତୁ ଯେତେବେଳେ ଅମ୍ପାୟାର ନିଷ୍ପତ୍ତିରୁ ଅନିଶ୍ଚିତତା ସୃଷ୍ଟି ହୁଏ, ଖେଳର ରୋମାଞ୍ଚ ବିବାଦରେ ପରିଣତ ହୁଏ। ଗତକାଲି ରାତିରେ…

ମେଷ ସଂକ୍ରାନ୍ତିରେ ଅଶୁଭ ଯୋଗ, ଏହି ରାଶିର ହୋଇପାରେ ଅସୁବିଧା

ହିନ୍ଦୁ କ୍ୟାଲେଣ୍ଡର ଅନୁସାରେ, ଏପ୍ରିଲ ୧୪ ତାରିଖ ଏକ ବିଶେଷ ଗୁରୁତ୍ୱପୂର୍ଣ୍ଣ ଦିନ ହେବାକୁ ଯାଉଛି । ଏହି ଦିନ ସୂର୍ଯ୍ୟ ଦେବତା ତାଙ୍କର ଉଚ୍ଚ ରାଶି …

ଶୁଖିଯାଉଛି ନଦୀ-ପୋଖରୀ, ମଣିଷଙ୍କ ସହ ଡହଳବିକଳ ହେଉଛନ୍ତି ଗୃହପାଳିତ ପଶୁ

କେସିଙ୍ଗା,୯ା୪(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର ୨୬ଟି ପଞ୍ଚାୟତରେ ଥିବା ୧୧୦ଟି ଗ୍ରାମରେ ପ୍ରଚଣ୍ଡ ଗ୍ରୀଷ୍ମତାପ ଯୋଗୁ ନଦୀନାଳ, ପୋଖରୀ, ଚେକ୍‌ ଡ୍ୟାମ୍‌, ନଳକୂପ ଶୁଖିଯାଉଛି।…

ପୋଖରୀରେ ବୁଡ଼ି ୩ ନାବାଳିକା ମୃତ, ସ୍କୁଲରୁ ଫେରି ଗାଧୋଇବାକୁ ଯାଇଥିଲେ

ଉମରକୋଟ,୯।୪(ସନ୍ତୋଷ ଶତପଥୀ): ନବରଙ୍ଗପୁର ଜିଲା ଉମରକୋଟ ଥାନା କୁର୍ସୀ ଗ୍ରାମର ଉପରପାରାରେ ଦୁଃଖଦ ଘଟଣା ଦେଖିବାକୁ ମିଳିଛି । ଗୋଟିଏ ଗ୍ରାମର ଦୁଇ ପରିବାରର ତିନି ଜଣଙ୍କ…

ଶିକ୍ଷାବିଭାଗର ବିକଳ ଚିତ୍ର; ଗୋଟିଏ ଶ୍ରେଣୀ ଗୃହରେ ଚାଲିଛି ୬କ୍ଲାସ, ଫାଟକରେ ତାଲା ପକାଇ ଖରାରେ ଆନ୍ଦୋଳନ…

ଦିଗପହଣ୍ଡି,୯।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଚଷାନିମଖଣ୍ଡି ପଞ୍ଚାୟତରେ ଶିକ୍ଷା ବିଭାଗର ବିକଳ ଚିତ୍ର ଦେଖିବାକୁ ମିଳିଛି । ପଞ୍ଚାୟତ ଅଧିନ ଶ୍ୟାମସୁନ୍ଦର ପଲ୍ଲୀ…

ପିଏମ୍‌ କିଷାନ ଯୋଜନା ଟଙ୍କା ପାଉଥିଲେ ମିଳିବ ନାହିଁ ଏସବୁ ସୁବିଧା, ସରକାର ଅଯୋଗ୍ୟା ଘୋଷଣା କରି…

ନୂଆଦିଲ୍ଲୀ,୯ା୪: ପ୍ରଧାନମନ୍ତ୍ରୀ କିଷାନ ସମ୍ମାନ ନିଧି ଯୋଜନା ଆଜି ଲକ୍ଷଲକ୍ଷ ଚାଷୀଙ୍କ ପାଇଁ ଜୀବନରେଖା ପାଲଟିଛି। ବାର୍ଷିକ ମିଳୁଥିବା ୬୦୦୦ ଟଙ୍କା ଚାଷୀଙ୍କ ପାଇଁ ଏକ ବଡ଼…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri