Posted inଜାତୀୟ

ଭାଲେଣ୍ଟାଇନ୍‌ ଡେ’ରେ ଉତ୍‌କ୍ଷେପଣ ହେବ ଇଓଏସ୍‌-୪ …

ଶ୍ରୀହରିକୋଟା, ୯।୨ : ୟୁକ୍ରେନ ଭାରତୀୟ ସ୍ପେସ ରିସର୍ଚ୍ଚ ଅର୍ଗାନାଇଜେସନ (ଇସ୍ରୋ) ଚଳିତ ବର୍ଷର ପ୍ରଥମ ଉପଗ୍ରହକୁ ଫେବୃଆରୀ ୧୪ରେ ଭାଲେଣ୍ଟାଇନ୍ସ ଡେ’ରେ ଭୋର୍‌ ୫ଟା ୫୯ରେ ଉତ୍‌କ୍ଷେପଣ କରିବାକୁ ଯାଉଛି। ଏହି ଉପଗ୍ରହ ପିଏସ୍‌ ଏଲ୍‌ଭି-ସି-୫୨ ରକେଟ ମାଧ୍ୟମରେ ଉତକ୍ଷେପଣ ହେବ। ଶ୍ରୀହରିିକୋଟାସ୍ଥିତ ସତୀଶ ଧାୱନ ସ୍ପେସ ସେଣ୍ଟରର ଲଞ୍ଚପ୍ୟାଡରୁ ଉତକ୍ଷେପଣ ହେବାକୁ ଯାଉଛି। ଉତ୍‌କ୍ଷେପଣ ପାଇଁ ସମସ୍ତ ପ୍ରସ୍ତୁତି ଶେଷ ହୋଇଛି। ଉପଗ୍ରହ ଉତକ୍ଷେପଣ ପାଇଁ କାଉଣ୍ଟ୍‌ଡାଉନ୍‌ ୨୫ ଘଣ୍ଟା ୩୦ମିନିଟ ପୂର୍ବରୁ ଆରମ୍ଭ ହେବାର ଯୋଜନା କରାଯାଇଛି। ଉପଗ୍ରହ ଉତକ୍ଷେପଣ ପ୍ରକ୍ରିୟା ଭୋର୍‌ ୪ଟା ୨୯ରୁ ଆରମ୍ଭ ହେବ।

ଜୁଲାଇ ୨୦୨୧ରେ ଇଓଏସ୍‌-୪ / ଆର୍‌ ଆଇସାଟ୍‌-୧ଏ ଉପଗ୍ରହ ଉତକ୍ଷେପଣ କରାଯିବାର ଯୋଜନା ଥିଲା। କିନ୍ତୁ ଦେଶରେ କୋଭିଡ -୧୯ ମହାମାରୀ ଏହି ଉପଗ୍ରହର ଉତକ୍ଷେପଣକୁ ସ୍ଥଗିତ ରଖାଯାଇଥିଲା। ଇଓଏସ୍‌-୪ / ଆର୍‌ ଆଇସାଟ୍‌-୧ଏ ଉପଗ୍ରହ ଏକ ମାଇକ୍ରୋୱେଭ ରିମୋଟ ସେନ୍ସିଂ ସାଟେଲାଇଟ୍‌। ଏହା ସହିତ ଅନ୍ୟ ଦୁଇଟି ଉପଗ୍ରହ ମଧ୍ୟ ମହାକାଶକୁ ପଠାଯିବ। ପ୍ରଥମଟି ହେଉଛି ଇଣ୍ଡିଆନ ସାଇନ୍ସ ଆଣ୍ଡ ଟେକ୍ନୋଲୋଜିର ଛାତ୍ରମାନଙ୍କ ଦ୍ୱାରା ନିର୍ମିତ ଇନସ୍ପ୍ରି-ସାଟ୍‌-୧ ଏବଂ ଦ୍ୱିତୀୟଟି ହେଉଛି ଇଣ୍ଡୋ-ଭୁଟାନର ମିଳିତ ଉପଗ୍ରହ ଆଇଏନ୍‌ଏସ୍‌-୨ବି। ଟୁଇଟରରେ ଉପଗ୍ରହର ଉତକ୍ଷେପଣ ସମ୍ପର୍କରେ ଇସ୍ରୋ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଡେବ୍ୟୁ ମ୍ୟାଚରେ କମାଲ କଲେ କୁପର କନୋଲି; ଗୁଜରାଟ ମୁହଁରୁ ବିଜୟ ଛଡ଼ାଇ ଆଣିଲା ପଞ୍ଜାବ

ନୂଆଦିଲ୍ଲୀ,୩୧।୩: ଆଇପିଏଲ୍‌ ୨୦୨୫ର ଉପବିଜେତା ପଞ୍ଜାବ କିଙ୍ଗସ ନୂଆ ସିଜନ୍‌ରେ ନିଜର ବିଜୟ ଯାତ୍ରା ଆରମ୍ଭ କରିଛି। ଶ୍ରେୟସ ଆୟରଙ୍କ ନେତୃତ୍ୱାଧୀନ ପଞ୍ଜାବ ଟିମ ଏକ କଡ଼ା…

ନିଜ ହାତରେ ବାସନ ଧୋଇଲେ ପ୍ରିୟଙ୍କା ଚୋପ୍ରା; ସ୍ୱର୍ଣ୍ଣ ମନ୍ଦିରରେ ସେବା କରି ଜିତିଲେ କୋଟି କୋଟି ପ୍ରଶଂସକଙ୍କ ମନ

ଅମୃତସର: ବଲିଉଡରୁ ହଲିଉଡ ପର୍ଯ୍ୟନ୍ତ ନିଜର ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଥିବା ଅଭିନେତ୍ରୀ ପ୍ରିୟଙ୍କା ଚୋପ୍ରା ଏବେ ଭାରତ ଗସ୍ତରେ ଅଛନ୍ତି। ନିକଟରେ ସେ ଅମୃତସରର ପବିତ୍ର…

ଭାରତ-ଚାଇନା ସମ୍ପର୍କରେ ନୂଆ ଅଧ୍ୟାୟ: ଆକାଶ ମାର୍ଗରେ ଯୋଡ଼ିହେବେ ଦୁଇ ପ୍ରତିଦ୍ୱନ୍ଦ୍ୱୀ, ସାଂଘାଇ ସହିତ…

ନୂଆଦିଲ୍ଲୀ/ସାଂଘାଇ,୩୧।୩: ଭାରତ ଏବଂ ଚାଇନା ମଧ୍ୟରେ କୋଭିଡ ମହାମାରୀ ଏବଂ ଥିବା କୂଟନୈତିକ ତିକ୍ତତା ଯୋଗୁ ଦୀର୍ଘ ଦିନ ଧରି ବନ୍ଦ ରହିଥିବା ବିମାନ ସେବା ଏବେ…

ପେଟ୍ରୋଲ, ଡିଜେଲ, ଗ୍ୟାସ ଅଭାବକୁ ନେଇ ବଡ଼ କଥା କହିଦେଲେ ମୁଖ୍ୟମନ୍ତ୍ରୀ, ରାଜ୍ୟବାସୀ…

ଭୁବନେଶ୍ୱର, ୩୧।୩: ମଧ୍ୟପ୍ରାଚ୍ୟରେ ଲାଗିରହିଥିବା ଯୁଦ୍ଧ ପରିସ୍ଥିତି ଏବଂ ଏହାର ସମ୍ଭାବ୍ୟ ପ୍ରଭାବକୁ ନେଇ ଓଡ଼ିଶା ସରକାର ସମ୍ପୂର୍ଣ୍ଣ ସଜାଗ ଅଛନ୍ତି। ବିଧାନସଭାରେ ବ୍ୟୟ ମଞ୍ଜୁରୀ ବିଲ…

ଟ୍ରମ୍ପଙ୍କ ଚେତାବନୀ…’ତେଲ ଦରକାର ତ ଆମଠୁ କିଣ, ନଚେତ୍ ହର୍ମୁଜ୍‌କୁ ନିଜେ ଦଖଲ କର’

ୱାଶିଂଟନ,୩୧।୩: ଇରାନ ଯୁଦ୍ଧ ମଧ୍ୟରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ନିଜର ସହଯୋଗୀ ଦେଶମାନଙ୍କ ଉପରେ ବର୍ଷିଛନ୍ତି। ଯୁଦ୍ଧରେ ବ୍ୟାକଫୁଟକୁ ଯିବା ପରେ ରାଗିଯାଇ ଟ୍ରମ୍ପ ନିଜର…

ଶିବମ୍‌ ଦୁବେଙ୍କୁ ଆଉଟ କରିବା ପରେ କାହିଁକି ‘ଗନ୍‌-ସଟ୍‌’ ସେଲିବ୍ରେଶନ କରିଥିଲେ ଜାଡେଜା? ନିଜେ କଲେ ବଡ଼ ଖୁଲାସା

ନୂଆଦିଲ୍ଲୀ,୩୧।୩: ସୋମବାର ଖେଳାଯାଇଥିବା ହାଇଭୋଲଟେଜ ମ୍ୟାଚ୍‌ରେ ରାଜସ୍ଥାନ ରୟାଲ୍ସ (RR)ର ଷ୍ଟାର୍‌ ଅଲରାଉଣ୍ଡର ରବୀନ୍ଦ୍ର ଜାଡେଜା ନିଜର ପୁରୁଣା ଟିମ ଚେନ୍ନାଇ ସୁପର କିଙ୍ଗସ (CSK) ବିପକ୍ଷରେ…

ଭାଜପାରେ ଯୋଗଦେଲେ ଟେନିସ୍‌ କିମ୍ବଦନ୍ତୀ ଲିଆଣ୍ଡର ପେସ୍‌

ନୂଆଦିଲ୍ଲୀ,୩୧ା୩: ଭାରତର ଟେନିସ୍‌ କିମ୍ବଦନ୍ତୀ ଲିଆଣ୍ଡର ପେସ୍‌ ମଙ୍ଗଳବାର ଭାରତୀୟ ଜନତା ପାର୍ଟି (ଭାଜପା)ରେ ଯୋଗଦେଇଛନ୍ତି। ପଶ୍ଚିମବଙ୍ଗରେ ହେବାକୁଥିବା ବିଧାନସଭା ନିର୍ବାଚନ ପୂର୍ବରୁ ୫୧ ବର୍ଷୀୟ ପେସ୍‌…

LIVE ମ୍ୟାଚ୍‌ରେ ଭୋ ଭୋ ହୋଇ କାନ୍ଦି ପକାଇଲେ ଜାଡେଜା, CSK ଲୋଗୋକୁ କଲେ ଚୁମ୍ବନ; ପ୍ରଶଂସକଙ୍କୁ ଭାବବିହ୍ବଳ କରୁଛି VIDEO 

ଅହମ୍ମଦାବାଦ,୩୧।୩: ଚେନ୍ନାଇ ସୁପର କିଙ୍ଗସ (CSK)  ସହ ରବୀନ୍ଦ୍ର ଜାଡେଜା ଦୀର୍ଘ ବର୍ଷ ଧରି ଜଡ଼ିତ ହୋଇ ରହିଥିଲେ। କିନ୍ତୁ ଆଇପିଏଲ ୨୦୨୬ରେ ଏହି ସମୀକରଣ ବଦଳି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri