୫୦ କୋଟି ଟଙ୍କା ହେର୍‌ଫେର୍‌ : ବିଜେଡି ନେତା ରାଜା ଚକ୍ରଙ୍କ ୧୦ ସ୍ଥାନରେ ଚଢାଉ

ଭୁବନେଶ୍ୱର,୪ା୩: ଓଡ଼ିଶା ଖଣି ନିଗମ ସହ ସହବନ୍ଧିତ ଥିବା କେନ୍ଦୁଝର ଶୁଆକାଟିସ୍ଥିତ ଗନ୍ଧମାର୍ଦ୍ଦନ ଲୋଡିଂ ଏଜେନ୍ସିରେ ପ୍ରାୟ ୫୦କୋଟି ଟଙ୍କା ହେର୍‌ଫେର୍‌ ହୋଇଛି। ଏହି ମାମଲାରେ କ୍ରାଇମ୍‌ବ୍ରାଞ୍ଚର ଅର୍ଥନୈତିକ ଅପରାଧ ଶାଖା(ଇଓଡବ୍ଲ୍ୟୁ) ଏବଂ ଏସ୍‌ଟିଏଫ୍‌ ମଙ୍ଗଳବାର ମିଳିତ ଭାବେ କେନ୍ଦୁଝରର ବିଜେଡି ନେତା ସୌମ୍ୟ ଓରଫ ରାଜା ଚକ୍ରଙ୍କ ୧୦ଟି ସ୍ଥାନରେ ମିଳିତ ଭାବେ ଚଢ଼ାଉ କରିଛି। ଏପରିକି ରାଜ୍ୟର ସମସ୍ତ ମାଇନ୍ସ କରିଡର ଚେକ୍‌ ପଏଣ୍ଟରେ ରେଡ କରାଯାଇଥିବା ସୂଚନା ମିଳିଛି।

ମିଳିଥିବା ସୂଚନା ମୁତାବକ, ଟଙ୍କା ହେର୍‌ଫେର୍‌ ମାମଲାରେ ଗତ ଫେବୃଆରୀ ୮ରେ ଗନ୍ଧମାର୍ଦ୍ଦନ ଲୋଡିଂ ଏଜେନ୍ସି ଆଣ୍ଡ ଟ୍ରାନ୍ସପୋର୍ଟିଂ କୋ ଅପରେଟିଭ ଲିମିଟେଡର ପୂର୍ବତନ ସଭାପତି ମାନସ ରଞ୍ଜନ ବାରିକ ଓ ସମ୍ପାଦକ ଉତ୍କଳ ଦାଶଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଥିଲା। ତଦନ୍ତ ସମୟରେ ଏହି ଠକେଇ ର଼୍ୟାକେଟରେ ଅନେକ ପ୍ରଭାବଶାଳୀ ଲୋକଙ୍କ ସମ୍ପୃକ୍ତି ଥିବା ଇଓଡବ୍ଲ୍ୟୁ ଜାଣିବାକୁ ପାଇଛି।

ଏହି ଲିଙ୍କ୍‌ରେ ସୋମବାର କେନ୍ଦୁଝରର ବିଜେଡି ନେତା ସୌମ୍ୟ ଓରଫ ରାଜା ଚକ୍ରଙ୍କୁ ଭୁବନେଶ୍ୱରସ୍ଥିତ କାର୍ଯ୍ୟାଳୟକୁ ଡାକି ଇଓଡବ୍ଲ୍ୟୁ ୧୨ ଘଣ୍ଟାର ମାରାଥନ ଜେରା କରିଥିଲା। ରାଜାଙ୍କୁ ଜେରା ପରେ ଇଓଡବ୍ଲ୍ୟୁ ବହୁ ଗୁରୁତ୍ୱପୂର୍ଣ୍ଣ ତଥ୍ୟ ପାଇବା ପରେ ୧୦ଟି ଟିମ୍‌ ଗଠନ କରାଯାଇଥିବା ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

କନିଷ୍ଠ ଶିକ୍ଷକଙ୍କୁ ନିୟମିତ ନେଇ ପ୍ରକାଶ ପାଇଲା ବିଜ୍ଞପ୍ତି: ପିଛିଲା ଭାବେ ମିଳିବ ମୋଟାଅଙ୍କର ଦରମା …

ଭୁବନେଶ୍ୱର,୩ା୪ (ସୁଚିସ୍ମିତା ସାହୁ):କନିଷ୍ଠ ଶିକ୍ଷକ (ସ୍କିମାଟିକ୍‌)ଙ୍କୁ ନିୟମିତ କରିବା ପାଇଁ ଗୁରୁବାର ବିଧିବଦ୍ଧ ଭାବେ ବିଜ୍ଞପ୍ତି ପ୍ରକାଶ ପାଇଛି। ଏହି କନିଷ୍ଠ ଶିକ୍ଷକମାନେ ସହକାରୀ ଶିକ୍ଷକ ଭାବେ…

ବିନା କାଗଜପତ୍ରରେ ଖୁଲମଖୁଲା ଚାଲାଣ ହେଉଥିଲା ବାଲି-ପଥର, ୧୧ ହାଇୱା ଜବତ ପରେ…

ମହାକାଳପଡ଼ା,୩ା୪ (ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳର ସାମୁଦ୍ରିକ ଝଡ଼, ସୁନାମି, ଭୂକମ୍ପ ପ୍ରବଣରୁ ସୁରକ୍ଷା ପାଇଁ ଜନବସତି ପାର୍ଶ୍ୱରେ ସୁଉଚ୍ଚ…

ଦସ୍ତଖତ କରିଥିଲେ ୯, ଗଲେ ୮: କଂଗ୍ରେସରେ ତେଜୁଛି ଗୋଷ୍ଠୀକନ୍ଦଳ

ଭୁବନେଶ୍ୱର, ୩।୪(ସୁନିତ୍‌ ମିଶ୍ର):୨୦୨୪ ସାଧାରଣ ନିର୍ବାଚନରେ ଓଡ଼ିଶାରେ କଂଗ୍ରେସର ମୋଟ୍‌ ୧୪ ଜଣ ବିଧାୟକ ବିଜୟୀ ହୋଇଥିଲେ। ସେଥିରୁ ଗତ ମାର୍ଚ୍ଚ ୧୬ ତାରିଖରେ ଅନୁଷ୍ଠିତ ରାଜ୍ୟ…

କ୍ଲାସେନଙ୍କ ବିସ୍ଫୋରକ ବ୍ୟାଟିଂ: ହାଇଦ୍ରାବାଦ୍‌ର ପ୍ରଥମ ବିଜୟ

କୋଲକାତା,୨ା୪: ହେନରିଚ୍‌ କ୍ଲାସେନଙ୍କ ଅର୍ଦ୍ଧଶତକ ଓ ନୀତୀଶ କୁମାର ରେଡ୍ଡୀଙ୍କ ଅଲରାଉଣ୍ଡ ପ୍ରଦର୍ଶନ ବଳରେ ସନରାଇଜର୍ସ ହାଇଦ୍ରାବାଦ୍‌(ଏସ୍‌ଆର୍‌ଏଚ୍‌) ୬୫ ରନରେ କୋଲକାତା ନାଇଟ୍‌ ରାଇଡର୍ସ (କେକେଆର)କୁ ପରାସ୍ତ…

ନା ହର୍ମୁଜ ଖୋଲୁଛି ନା ଇରାନ ନଇଁବାକୁ ରାଜି….ଦିନକୁ ଦିନ ଭାଙ୍ଗୁଛି ଟ୍ରମ୍ପଙ୍କ ସୁପରପାଓ୍ବାର ଦମ୍ଭ?

ୱାଶିଂଟନ୍/ତେହେରାନ୍,୨।୪: ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଜଳପଥ ‘ହର୍ମୁଜ ପ୍ରଣାଳୀ’କୁ ନେଇ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବେ ଅତି ଭୟଙ୍କର ରୂପ ଧାରଣ କରିଛି। ଗୋଟିଏ ପଟେ…

ଆସାମ ବିଧାନସଭା ନିର୍ବାଚନ: କଂଗ୍ରେସ ଇସ୍ତାହାରରେ ୧୧ ସଂକଳ୍ପ

ବୋକାଜାନ୍‌,୨ା୪: ଆସାମ ବିଧାନସଭା ନିର୍ବାଚନ ପାଇଁ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଗୁରୁବାର ଦଳର ଇସ୍ତାହାର ଜାରି କରିଛନ୍ତି। ସେଥିରେ ୧୧ଟି ସଂକଳ୍ପନାମା ରହିଛି। ଶାସନ, ପରିଚୟ,…

‘ତ୍ରିଲୋଚନଙ୍କ ବଳିଦାନକୁ ଓଡ଼ିଶା ପୋଲିସ ଭୁଲିବ ନାହିଁ’

ଭଞ୍ଜନଗର,୨।୪(ବାବୁଲା ପ୍ରଧାନ)-ଏପ୍ରିଲ ପହିଲାରେ ଓଡିଶା ପୋଲିସ ପ୍ରତିଷ୍ଠା ଦିବସ ପାଳନ ହେଉଛି। ଏହି ଅବସରରେ ଶହିଦ୍ ଯବାନମାନଙ୍କୁ ପୋଲିସ ପକ୍ଷରୁ ଶ୍ରଦ୍ଧାଞ୍ଜଳି ଦିଆଯାଉଛି । ଏହିଭଳି ଗଞ୍ଜାମ…

ବରଗଡ଼ରେ ଧରପଗଡ଼, ଅତର୍କିତ ଚଢ଼ାଉ କରି ୧୮ ସାର ବ୍ରିକ୍ରେତାଙ୍କ ଲାଇସେନ୍ସ ରବ୍ଦ

ବରଗଡ଼,୪।୨(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲାରେ ସାରବିକ୍ରିରେ କଳାବଜାର ତଥା ଅନ୍ୟ ଅନିୟମିତତା ନେଇ କୃଷି ବିଭାଗ ପକ୍ଷରୁ ଧରପଗଡ଼ ଆରମ୍ଭ ହୋଇଛି। ଏହି କ୍ରମରେ ବୁଧବାର ଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri