ସିବିଆଇ ହାତରେ ଧରାପଡ଼ିଲେ ଇଓଡ୍‌ବ୍ଲ୍ୟୁ କନ୍‌ଷ୍ଟେବଳ

ଭୁବନେଶ୍ୱର,୨୪।୪(ବ୍ୟୁରୋ): ଭୁବନେଶ୍ୱର ଆସି ସାଢ଼େ ୪ ଲକ୍ଷ ଟଙ୍କା ଲାଞ୍ଚ ନେଉଥିବା ବେଳେ ସିବିଆଇ ହାତରେ ଦିଲ୍ଲୀ ଅର୍ଥନୈତିକ ଅପରାଧ ଶାଖା(ଇଓଡ୍‌ବ୍ଲ୍ୟୁ )ର କନ୍‌ଷ୍ଟେବଳ ଅମିତ୍‌ ଲାହୁଚା ରବିବାର ଗିରଫ ହୋଇଛନ୍ତି।

ସୂଚନାଯୋଗ୍ୟ, ୨୦୧୬ରେ ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କ ନାଁରେ ଭୁବନେଶ୍ୱରରେ ଏକ ଗଣମାଧ୍ୟମ ସଂସ୍ଥା ଫେକ୍‌ ଆକାଉଣ୍ଟ ଖୋଲି ବିଭିନ୍ନ ଉପାୟରେ ଟଙ୍କା ଆଦାୟ କରୁଥିଲା। ଏହି ଖବର ଜଣାପଡ଼ିବା ପରେ ଦିଲ୍ଲୀ ଅର୍ଥନୈତିକ ଅପରାଧ ଶାଖାରେ ଏକ ଅଭିଯୋଗ ହୋଇଥିଲା। ପରେ ଅଭିଯୋଗକୁ ଭିତ୍ତିକରି ଦିଲ୍ଲୀ ଅର୍ଥନୈତିକ ଅପରାଧ ଶାଖା ଏକ ମାମଲା ରୁଜୁକରି ତଦନ୍ତ ଆରମ୍ଭ କରିଥିଲା। ତଦନ୍ତ ପରେ ଇଓଡ୍‌ବ୍ଲ୍ୟୁ ଭୁବନେଶ୍ୱର ପିଏମ୍‌ଜି ଅଞ୍ଚଳରୁ ମୁଖ୍ୟ ଅଭିଯୁକ୍ତଙ୍କୁ ଗିରଫ କରିଥିଲା। ତେବେ ତାଙ୍କ ସହଯୋଗୀ ଉଦୟନାଥ ସାହୁଙ୍କୁ ସାକ୍ଷୀ କରାଯାଇଥିଲା। ବିନା କାରଣରେ ତାଙ୍କୁ ସାକ୍ଷୀ କରାଯାଇଥିବା ଉଦୟନାଥ ଅଭିଯୋଗ କରିଥିଲେ।

ଉଦୟନାଥଙ୍କ ନାମ ସାକ୍ଷୀରୁ ହଟାଇବା ପାଇଁ କନ୍‌ଷ୍ଟେବଳ ଅମିତ୍‌ ୧୦ ଲକ୍ଷ ଟଙ୍କା ଦାବି କରିଥିଲେ। ଏପରି କି ଉଦୟନାଥଙ୍କୁ ଧମକ ମଧ୍ୟ ଦେଉଥିଲେ। ଏ ନେଇ ଉଦୟନାଥ ସିବିଆଇ ନିକଟରେ ଅଭିଯୋଗ କରିଥିଲେ।

ଯୋଜନା ମୁତାବକ, ଉଦୟନାଥ ସାଢ଼େ ୪ ଲକ୍ଷ ଟଙ୍କା ଦେବାକୁ ରାଜି ହୋଇଥିଲେ। ପରେ କନଷ୍ଟେବଳ ଅମିତ୍‌ ଟଙ୍କା ନେବାକୁ ଭୁବନେଶ୍ୱର ଆସିଥିଲେ। ଅମିତ୍‌ ଲାଞ୍ଚ ଟଙ୍କା ନେଉଥିବା ବେଳେ ୭ ଜଣିଆ ସିବିଆଇ ଟିମ୍‌ ତାଙ୍କୁ କାବୁ କରିନେଇଥିଲା। ଅଧିକାରୀମାନେ ଅମିତ୍‌ଙ୍କ ନିକଟରୁ ଲାଞ୍ଚ ଟଙ୍କା ଜବତ କରିଥିଲେ। ଅନ୍ୟପକ୍ଷେ ଏହି ଘଟଣାରେ ଦିଲ୍ଲୀ ଅର୍ଥନୈତିକ ଅପରାଧ ଶାଖାର ଜଣେ ଇନ୍ସପେକ୍ଟରଙ୍କ ଦିଲ୍ଲୀସ୍ଥିତ ଘରେ ସିବିଆଇ ଚଢ଼ାଉ କରି ଘଟଣାର ଅଧିକ ଖୋଳତାଡ଼ ଚଳାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଲୋକଙ୍କୁ ବିକୁଥିଲେ ନକଲି ବ୍ରାଣ୍ଡ୍‌ ଘଣ୍ଟା, ୪ଜଣଙ୍କୁ ବାନ୍ଧିଲା ପୋଲିସ

ରାଉରକେଲା,୨୩।୮(ସଙ୍ଗୀତା ଜେନା): ନକଲି ବ୍ରାଣ୍ଡ୍‌ ଘଣ୍ଟା ବିକ୍ରି ଅଭିଯୋଗରେ ପ୍ଲାଣ୍ଟସାଇଟ୍‌ ଥାନା ପୋଲିସ ୪ ଜଣଙ୍କୁ ରବିବାର ଗିରଫ କରିଛି। ଗିରଫ ଅଭିଯୁକ୍ତମାନେ ହେଲେ ବିଶ୍ରା ଜିନତ…

ବସ୍‌ଷ୍ଟାଣ୍ଡରେ ବିକୁଥିଲେ କଫ୍‌ସିରପ୍‌, ମାଡ଼ି ବସିଲା ପୋଲିସ

ବରଗଡ଼,୨୩।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ଥାନା ପୋଲିସ ଶନିବାର ରାତିରେ ବେଆଇନ ଭାବେ ଚାଲିଥିବା କଫସିରପ୍‌ କାରବାରକୁ ଠାବ କରିଛି। ପୋଲିସ ଏହି କାରବାରରେ ୨ଜଣ…

ଅନଲାଇନ ପେମେଣ୍ଟ କଲେ ଦିଗପହଣ୍ଡି ଚାଷୀଙ୍କୁ ମିଳୁଛି ସାର, ହନ୍ତସନ୍ତ ହେଉଛନ୍ତି….

ଦିଗପହଣ୍ଡି,୨୩।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳରେ ଥିବା ପ୍ରାଥମିକ ସେବା ସମବାୟ ସମିତିରେ ଚଳିତବର୍ଷ ଅନଲାଇନ୍ ଜରିଆରେ ଚାଷୀଙ୍କୁ ସାର ବିକ୍ରୀ ବ୍ୟବସ୍ଥାକୁ ନେଇ…

ଅବ୍ୟବସ୍ଥାରେ ବଡ଼ଛତ୍ରଙ୍ଗ ହାଇସ୍କୁଲ, ଛାତରୁ ଝରୁଛି ପାଣି, ନାହାନ୍ତି ଶିକ୍ଷକ

ଥୁଆମୂଳ ରାମପୁର,୨୩।୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ଐତିହାସିକ ସରକାରୀ ଉଚ୍ଚ ବିଦ୍ୟାଳୟ ବଡ଼ଛତ୍ରଙ୍ଗରେ ଶିକ୍ଷାବ୍ୟବସ୍ଥା ବିପର୍ଯ୍ୟସ୍ତ ହୋଇପଡ଼ିଛି। ୧୯୬୬ରୁ ସ୍ଥାପିତ ଏହି…

କଲମ୍ବୋ ଟେଷ୍ଟରେ ଗିଲଙ୍କ ରେକର୍ଡ: ଭାଙ୍ଗିଲେ କୋହଲି-ଧୋନିଙ୍କ ରେକର୍ଡ

ନୂଆଦିଲ୍ଲୀ,୨୩।୮: ଭାରତ ଓ ଶ୍ରୀଲଙ୍କା ମଧ୍ୟରେ ଚାଲିଥିବା ଟେଷ୍ଟ ସିରିଜର ଦ୍ୱିତୀୟ ମୁକାବିଲା କଲମ୍ବୋର SSC ଗ୍ରାଉଣ୍ଡରେ ଖେଳାଯାଉଛି । ଟସ୍ ଜିତି ଭାରତୀୟ ଅଧିନାୟକ ଶୁଭମନ…

ଲଗାଣ ବର୍ଷାରେ ପାପଡ଼ାହାଣ୍ଡିରେ ବନ୍ୟା, ଭାଙ୍ଗିଲା ୩୮ ଘର, ୧୦୦ଜଣଙ୍କୁ ସ୍ଥାନାନ୍ତର

ପାପଡ଼ାହାଣ୍ଡି, ୨୩।୮(ସ୍ବପ୍ନଜିତ ପଟ୍ଟନାୟକ): ଗତ ୨ ଦିନ ଧରି ଲାଗି ରହିଥିବା ଲଗାଣ ବର୍ଷାରେ ରବିବାର ପାପଡ଼ାହାଣ୍ଡି ବ୍ଲକରେ ବନ୍ୟା ପରିସ୍ଥିତି ଉପୁଜିଛି। ପାପଡ଼ାହାଣ୍ଡି ସଦର ସମେତ…

ମହିଳା ବିଜେଡି ଜିଲା ଉପସଭାପତି ହେଲେ କର୍ଲାମୁଣ୍ଡାର ମନ୍ଦିରା ନାଏକ, ଛୁଟିଲା ଶୁଭେଚ୍ଛା

କର୍ଲାମୁଣ୍ଡା,୨୩।୮(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା ବିଜୁ ମହିଳା ଜନତା ଦଳର କର୍ମକର୍ତ୍ତାଙ୍କ ନାମ ଘୋଷଣା କରାଯାଇଛି । ଏଥିରେ କର୍ଲାମୁଣ୍ଡା ବ୍ଲକ ପୂର୍ବତନ ଜିଲା ପରିଷଦ…

ଦୋକାନ ଭିତରୁ ମିଳିଲା ମାଲିକାଣୀଙ୍କ ରକ୍ତାକ୍ତ ମୃତଦେହ, ଭାଇ ଆଣିଲେ ହତ୍ୟା ଅଭିଯୋଗ

କେନ୍ଦୁଝର,୨୩।୮(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଟାଉନ ଥାନା ଅଧୀନ ଘୁଟୁରୁରେ ଥିବା ଏକ ଶୋରୁମ ଭିତରୁ ଜଣେ ମହିଳାଙ୍କ ମୃତଦେହ ପୋଲିସ ଉଦ୍ଧାର କରିଛି। ତାଙ୍କ ନାମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri