ଭୁବନେଶ୍ୱରରେ ନେପାଳୀ ଛାତ୍ରୀଙ୍କ ପରିବାର ଲୋକେ: ମୃତଦେହ ବ୍ୟବଚ୍ଛେଦ ରିପୋର୍ଟକୁ…

ଭୁବନେଶ୍ୱର,୧୮।୨: KIIT ବିଶ୍ୱବିଦ୍ୟାଳୟରେ ନେପାଳୀ ଛାତ୍ରୀ ମୃତଘଟଣା ପରେ ଉତ୍ତେଜନା ଲାଗିରହିଛି । ମଙ୍ଗଳବାର ଛାତ୍ରୀଙ୍କ ମୃତଦେହ ବ୍ୟବଚ୍ଛେଦ ହେବ । ତେବେ ଛାତ୍ରୀଙ୍କ ମୃତଦେହ ବ୍ୟବଚ୍ଛେଦକୁ ଅପେକ୍ଷା କରାଯାଇଛି। ଏ ନେଇ ଭୁବନେଶ୍ୱର ଏମ୍ସରେ ଛାତ୍ରୀଙ୍କ ପରିବାର ଲୋକ ପହଞ୍ଚଛନ୍ତି । ବ୍ୟବଚ୍ଛେଦ ପରେ ପରିବାର ଲୋକଙ୍କୁ ହସ୍ତାନ୍ତର କରାଯିବ ବୋଲି ସୂଚନା ରହିଛି ।

ରବିବାର ରାତିରେ ଜଣେ ଛାତ୍ରୀ ହଷ୍ଟେଲ ରୁମରେ ଆତ୍ମହତ୍ୟା କରିଥିବା ପ୍ରକାଶ ପରେ ପ୍ରେମିକଙ୍କ ନିର୍ଯାତନାର ଶିକାର ହୋଇ ଛାତ୍ରୀ ଜଣଙ୍କ ଆତ୍ମହତ୍ୟା କରିଥିବା କୁହାଯାଇଥିଲା। ଯାହାକୁ ନେଇ ବିଶ୍ବବିଦ୍ୟାଳୟରେ ନେପାଳ ଛାତ୍ରମାନେ ଆନ୍ଦୋଳନକୁ ଓହ୍ଲାଇଥିଲେ। ତେବେ ଏହି ସମୟରେ କଲେଜର କିଛି ଷ୍ଟାଫ ନେପାଳ ଛାତ୍ରମାନଙ୍କୁ ଧମକଚମକ ଦେଇଥିବାର ଏକ ଭିଡିଓ ଭାଇରାଲ ହୋଇଥିଲା। ଏପରିକି ଛାତ୍ରମାନଙ୍କୁ ମାଡ଼ ମରାଯାଇଥିବା ଅଭିଯୋଗ ହୋଇଥିଲା। ଘଟଣା ବଢୁଥିବା ବେଳେ କଲେଜକୁ ନେପାଳ ଛାତ୍ରଙ୍କ ପାଇଁ ସାଇନଡାଏ ଘୋଷଣା କରାଯାଇଥିଲା। ଏଥିସହିତ ନେପାଳ ଛାତ୍ରମାନଙ୍କୁ କ୍ୟାମ୍ପସରୁ ବିଦା କରିଦିଆଯାଇଥିଲା । ଯାହାକୁ ନେଇ ନେପାଳ ମଧ୍ୟ ପ୍ରତିକ୍ରିୟା ରଖିଥିଲା। ନେପାଳ ପ୍ରଧାନମନ୍ତ୍ରୀ କେପି ଶର୍ମା ଓଲି ଟୁଇଟ୍‌ କରି ପ୍ରତିକ୍ରିୟା ପ୍ରକାଶ କରିଥିଲେ।

ଅନ୍ୟପକ୍ଷେ ଘଟଣାକୁ ନେଇ ସୋସିଆଲ ମିଡିଆରେ ମଧ୍ୟ ଜୋରଦାର ଚର୍ଚ୍ଚା ହୋଇଥିଲା।ରାଜ୍ୟ ବାହାରକୁ ଯାଉଥିବା ସମୟରେ ଭୁବନେଶ୍ୱର ଏୟାରପୋର୍ଟ ନିକଟରୁ ପ୍ରେମିକ ଆଦ୍‌ଭିକ୍‌ ଶ୍ରୀବାସ୍ତବଙ୍କୁ ଗିରଫ କରାଯାଇଥିଲା । ଆଦ୍‌ଭିକ୍‌ଙ୍କ ନିକଟରୁ ଏକ ମୋବାଇଲ ଫୋନ ଏବଂ ଲ୍ୟାପଟପକୁ ପୋଲିସ ଜବତ କରିଛି। ପଚରାଉଚରା ବେଳେ ସେ ସ୍ବୀକାର କରିଛନ୍ତି । ତାଙ୍କ ଘର ଉତ୍ତରପ୍ରଦେଶ ଲକ୍ଷ୍ନୌ ଆଲିଗଞ୍ଜ ଅଞ୍ଚଳରେ। ସେ ମଧ୍ୟ ଏଠାରେ ବିଟେକ ତୃତୀୟ ବର୍ଷରେ ପଢୁଥିଲେ।

ଏହି ଘଟଣା ଦୁର୍ଭାଗ୍ୟଜନକ କହିଛନ୍ତି ମନ୍ତ୍ରୀ ସୂର୍ଯ୍ୟବଂଶୀ। ଏଥିସହ ସେ ମୃତ ଛାତ୍ରୀଙ୍କ ପରିବାର ପ୍ରତି ସମବେଦନା ଜଣାଇଛନ୍ତି। ମନ୍ତ୍ରୀ କହିଛନ୍ତି , ବିଶ୍ବବିଦ୍ୟାଳୟ ଓ ଭାରତୀୟ ବୈଦେଶିକ ମନ୍ତ୍ରାଳୟ ସହ ଯୋଗାଯୋଗରେ ଅଛି। ନେପାଳ ଛାତ୍ରୀଛାତ୍ରଙ୍କ ପାଇଁ ସାଇନ ଡାଏ କରିବା ଦୁର୍ଭାଗ୍ୟଜନକ। ସାଇନ ଡାଏ ଉଠିଛି, OSRTC ବସ୍‌ରେ ସେମାନଙ୍କୁ ଫେରାଇ ଅଣାଯିବ। ଭବିଷ୍ୟତରେ ଯେପରି ଧମକ ନ ମିଳେ, ସରକାର ଯତ୍ନବାନ ଅଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା ସରକାରର ବିଫଳତାକୁ ନେଇ ଗାଁକୁ ଯିବ ବିଜେଡି

ଭବାନୀପାଟଣା: ୨୬ା୧୨(ଉତ୍ତମ କୁମାର ଦାଶ):୨୮ ବର୍ଷ ଅତିକ୍ରମ କରି ୨୯ ବର୍ଷରେ ପାଦ ଦେଇଛି ବିଜୁ ଜନତା ଦଳ। ଏହି ଅବସରରେ ଶୁକ୍ରବାର କଳାହାଣ୍ଡି ଜିଲା...

ଅଚାନକ ଦିଲ୍ଲୀ ଟିମ୍‌ ଛାଡ଼ି ଘରକୁ ଫେରିଗଲେ କୋହଲି, କାରଣ ଜାଣିଲେ…

ବେଙ୍ଗାଲୁରୁ,୨୬।୧୨: ଭାରତୀୟ କ୍ରିକେଟର ଷ୍ଟାର ଖେଳାଳି ବିରାଟ କୋହଲି ବିଜୟ ହଜାରେ ଟ୍ରଫି ୨୦୨୫-୨୬ରେ ଦିଲ୍ଲୀ ପାଇଁ ଜବରଦସ୍ତ ପ୍ରଦର୍ଶନ କରିଥିଲେ। କିନ୍ତୁ ଏବେ ସେ...

୨ ମହିଳାଙ୍କ ସମେତ ୬ ଦାଦନ ଶ୍ରମିକ ଉଦ୍ଧାର

ନୂଆପଡ଼ା/କୋମନା,୨୬ା୧୨(ମକାରୁ ବେମାଲ/ମହେଶ ବାଗ): ନୂଆପଡ଼ା ଜିଲା କୋମନା ଅଞ୍ଚଳରେ ଦାଦନ ଦଲାଲ ସକ୍ରିୟ ରହିଛନ୍ତି। ପ୍ରତିଦିନ ଜିଲାରୁ ଶତାଧିକ ଶ୍ରମିକ ଚାଲାଣ ହେଉଥିବା ଅଭିଯୋଗ ହୋଇଆସୁଛି।...

ଭାଜପା ପକ୍ଷରୁ ବନବିହାର କାର୍ଯ୍ୟକ୍ରମ: ସାମୂହିକ ବନ୍ଦେ ମାତରମ ଗାନ

କେସିଙ୍ଗା,୨୬ା୧୨ (ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ଭାଜପା ନଗର ମଣ୍ଡଳ କମିଟି ପକ୍ଷରୁ ଶୁକ୍ରବାର ତହସିର ଚେକ୍‌ଡ୍ୟାମ ପରିସରରେ ବନବିହାର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି।...

ନିଖୋଜ ରାତ୍ର ଜଗୁଆଳିଙ୍କ ମୃତଦେହ ଜବତ : ହତ୍ୟା ଅଭିଯୋଗ କଲେ ପରିବାର ଲୋକେ

ଥୁଆମୂଳ ରାମପୁର,୨୬ା୧୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କର୍ଲାପାଟ ଥାନା ଅଧୀନ ଗୁଣୁପୁର ସାଇସୁରୁଣି ଛକ ନିକଟ ପୋଲ ତଳୁ ଶୁକ୍ରବାର ନିଖୋଜ...

ସମସ୍ତଙ୍କ ଆଗରେ ଭୋ ଭୋ ହୋଇ କାନ୍ଦିଲେ ରୋହିତ, କାରଣ ଜାଣିଲେ…Video

ମୁମ୍ବାଇ,୨୬।୧୨: ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ତଥା ଓପନର ବ୍ୟାଟ୍ସମ୍ୟାନ ରୋହିତ ଶର୍ମାଙ୍କ ଏକ ଭାବୁକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଏହି...

ଖୋଲିଲା ମା’ ବାଙ୍କେଶ୍ବରୀଙ୍କ ଦାନହୁଣ୍ଡି: ମିଳିଲା ୧୧ ଲକ୍ଷ ୯୩ ହଜାର

ଦିଗପହଣ୍ଡି,୨୬।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡିି ପଞ୍ଚାୟତ କେରାଣ୍ଡିମାଳ ପର୍ବତ ଶିଖରରେ ପୂଜା ପାଉଥିବା ସମଗ୍ର ଦକ୍ଷିଣ ଓଡ଼ିଶାର ପ୍ରମୁଖ...

କଳାହାଣ୍ଡିର ଯୁବତୀଙ୍କୁ ତେଲେଙ୍ଗାନାରେ ହତ୍ୟା, ନଦୀବ୍ରିଜ ତଳୁ ମୃତଦେହ…

ଭବାନୀପାଟଣା,୨୬।୧୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ର ଯୁବତୀ ଙ୍କୁ ତେଲେଙ୍ଗାନା ରେ ହତ୍ୟା ଭଳି ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଗତ ୩ ମାସ ତଳେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri