ଭୁବନେଶ୍ୱରରେ ନେପାଳୀ ଛାତ୍ରୀଙ୍କ ପରିବାର ଲୋକେ: ମୃତଦେହ ବ୍ୟବଚ୍ଛେଦ ରିପୋର୍ଟକୁ…

ଭୁବନେଶ୍ୱର,୧୮।୨: KIIT ବିଶ୍ୱବିଦ୍ୟାଳୟରେ ନେପାଳୀ ଛାତ୍ରୀ ମୃତଘଟଣା ପରେ ଉତ୍ତେଜନା ଲାଗିରହିଛି । ମଙ୍ଗଳବାର ଛାତ୍ରୀଙ୍କ ମୃତଦେହ ବ୍ୟବଚ୍ଛେଦ ହେବ । ତେବେ ଛାତ୍ରୀଙ୍କ ମୃତଦେହ ବ୍ୟବଚ୍ଛେଦକୁ ଅପେକ୍ଷା କରାଯାଇଛି। ଏ ନେଇ ଭୁବନେଶ୍ୱର ଏମ୍ସରେ ଛାତ୍ରୀଙ୍କ ପରିବାର ଲୋକ ପହଞ୍ଚଛନ୍ତି । ବ୍ୟବଚ୍ଛେଦ ପରେ ପରିବାର ଲୋକଙ୍କୁ ହସ୍ତାନ୍ତର କରାଯିବ ବୋଲି ସୂଚନା ରହିଛି ।

ରବିବାର ରାତିରେ ଜଣେ ଛାତ୍ରୀ ହଷ୍ଟେଲ ରୁମରେ ଆତ୍ମହତ୍ୟା କରିଥିବା ପ୍ରକାଶ ପରେ ପ୍ରେମିକଙ୍କ ନିର୍ଯାତନାର ଶିକାର ହୋଇ ଛାତ୍ରୀ ଜଣଙ୍କ ଆତ୍ମହତ୍ୟା କରିଥିବା କୁହାଯାଇଥିଲା। ଯାହାକୁ ନେଇ ବିଶ୍ବବିଦ୍ୟାଳୟରେ ନେପାଳ ଛାତ୍ରମାନେ ଆନ୍ଦୋଳନକୁ ଓହ୍ଲାଇଥିଲେ। ତେବେ ଏହି ସମୟରେ କଲେଜର କିଛି ଷ୍ଟାଫ ନେପାଳ ଛାତ୍ରମାନଙ୍କୁ ଧମକଚମକ ଦେଇଥିବାର ଏକ ଭିଡିଓ ଭାଇରାଲ ହୋଇଥିଲା। ଏପରିକି ଛାତ୍ରମାନଙ୍କୁ ମାଡ଼ ମରାଯାଇଥିବା ଅଭିଯୋଗ ହୋଇଥିଲା। ଘଟଣା ବଢୁଥିବା ବେଳେ କଲେଜକୁ ନେପାଳ ଛାତ୍ରଙ୍କ ପାଇଁ ସାଇନଡାଏ ଘୋଷଣା କରାଯାଇଥିଲା। ଏଥିସହିତ ନେପାଳ ଛାତ୍ରମାନଙ୍କୁ କ୍ୟାମ୍ପସରୁ ବିଦା କରିଦିଆଯାଇଥିଲା । ଯାହାକୁ ନେଇ ନେପାଳ ମଧ୍ୟ ପ୍ରତିକ୍ରିୟା ରଖିଥିଲା। ନେପାଳ ପ୍ରଧାନମନ୍ତ୍ରୀ କେପି ଶର୍ମା ଓଲି ଟୁଇଟ୍‌ କରି ପ୍ରତିକ୍ରିୟା ପ୍ରକାଶ କରିଥିଲେ।

ଅନ୍ୟପକ୍ଷେ ଘଟଣାକୁ ନେଇ ସୋସିଆଲ ମିଡିଆରେ ମଧ୍ୟ ଜୋରଦାର ଚର୍ଚ୍ଚା ହୋଇଥିଲା।ରାଜ୍ୟ ବାହାରକୁ ଯାଉଥିବା ସମୟରେ ଭୁବନେଶ୍ୱର ଏୟାରପୋର୍ଟ ନିକଟରୁ ପ୍ରେମିକ ଆଦ୍‌ଭିକ୍‌ ଶ୍ରୀବାସ୍ତବଙ୍କୁ ଗିରଫ କରାଯାଇଥିଲା । ଆଦ୍‌ଭିକ୍‌ଙ୍କ ନିକଟରୁ ଏକ ମୋବାଇଲ ଫୋନ ଏବଂ ଲ୍ୟାପଟପକୁ ପୋଲିସ ଜବତ କରିଛି। ପଚରାଉଚରା ବେଳେ ସେ ସ୍ବୀକାର କରିଛନ୍ତି । ତାଙ୍କ ଘର ଉତ୍ତରପ୍ରଦେଶ ଲକ୍ଷ୍ନୌ ଆଲିଗଞ୍ଜ ଅଞ୍ଚଳରେ। ସେ ମଧ୍ୟ ଏଠାରେ ବିଟେକ ତୃତୀୟ ବର୍ଷରେ ପଢୁଥିଲେ।

ଏହି ଘଟଣା ଦୁର୍ଭାଗ୍ୟଜନକ କହିଛନ୍ତି ମନ୍ତ୍ରୀ ସୂର୍ଯ୍ୟବଂଶୀ। ଏଥିସହ ସେ ମୃତ ଛାତ୍ରୀଙ୍କ ପରିବାର ପ୍ରତି ସମବେଦନା ଜଣାଇଛନ୍ତି। ମନ୍ତ୍ରୀ କହିଛନ୍ତି , ବିଶ୍ବବିଦ୍ୟାଳୟ ଓ ଭାରତୀୟ ବୈଦେଶିକ ମନ୍ତ୍ରାଳୟ ସହ ଯୋଗାଯୋଗରେ ଅଛି। ନେପାଳ ଛାତ୍ରୀଛାତ୍ରଙ୍କ ପାଇଁ ସାଇନ ଡାଏ କରିବା ଦୁର୍ଭାଗ୍ୟଜନକ। ସାଇନ ଡାଏ ଉଠିଛି, OSRTC ବସ୍‌ରେ ସେମାନଙ୍କୁ ଫେରାଇ ଅଣାଯିବ। ଭବିଷ୍ୟତରେ ଯେପରି ଧମକ ନ ମିଳେ, ସରକାର ଯତ୍ନବାନ ଅଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ

ଛତ୍ରପୁର,୧।୧୦,(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗୁରୁବାର ରାତି ପ୍ରାୟ ସାଢ଼େ ୧୦ଟାରେ ଛତ୍ରପୁର ମେନ୍‌ ରୋଡ଼ସ୍ଥିତ ଏକ ରାଜସ୍ଥାନ ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଫ୍ରିଜ୍‌ରରେ ସର୍ଟସର୍କିଟ…

ଦେଢ଼ମାସ ହେଲା ପିଇବା ପାଣିରୁ ବଞ୍ଚିତ ଗ୍ରାମବାସୀ, ପଞ୍ଚାୟତରେ ତାଲା ପକାଇଲେ ଗ୍ରାମବାସୀ

ନିରାକାରପୁର,୧ା୧୦(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ବ୍ଲକ ଓରବରସିଂହ ପଞ୍ଚାୟତ ଅନ୍ତର୍ଗତ କୃଷ୍ଣପୁରରେ ଥିବା ପାନୀୟଜଳ ପ୍ରକଳ୍ପର ପାଇପ୍‌ ଅନେକ ସ୍ଥାନରେ ଫାଟି ଯାଇଥିବାରୁ ଦୀର୍ଘ ଦେଢ଼ମାସ ଧରି…

ବନ୍ୟା ପାଣିଘେରରେ ୧୫ପରିବାର, ପ୍ରଶାସନ ନୀରବ…

ମାର୍ଶାଘାଇ, ୧ା୧୦(ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): ଲୁଣାନଦୀରେ ବନ୍ୟା ଆସି ମାର୍ଶଘାଇ ବ୍ଲକ ମଣିକୁଣ୍ଡା ପଞ୍ଚାୟତ ବାଲିକଷୋଟି ଘୋଲ ଅଞ୍ଚଳର ୧୫ପରିବାର ଗତ ୫ଦିନ ହେବ ପାଣିଘେରରେ ରହିଛନ୍ତି।…

ଜେଜେବାପା ହେଲେ ନବଜୋତ ସିଂହ ସିଦ୍ଧୁ; ଘରକୁ ଆସିଲା ଲକ୍ଷ୍ମୀ

ଚଣ୍ଡିଗଡ଼,୧।୧୦: ପୂର୍ବତନ କ୍ରିକେଟର୍‌ ତଥା ରାଜନେତା ନବଜୋତ ସିଂହ ସିଦ୍ଧୁ ଏକ ଖୁସିର ମୁହୂର୍ତ୍ତ ପାଳନ କରୁଛନ୍ତି: ସେ ଏବେ ଜେଜେବାପା ହୋଇଛନ୍ତି। ତାଙ୍କ ପରିବାରରେ ଏକ…

ନବୀନଙ୍କୁ ଭେଟିଲେ ହିଞ୍ଜିଳିର ବରିଷ୍ଠ ନେତା, କର୍ମୀ

ହିଞ୍ଜିଳିକାଟୁ,୧।୧୦ (ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଶେରଗଡ଼ ବ୍ଲକ, ହିଞ୍ଜିଳି ବ୍ଲକ ଓ ହିଞ୍ଜିଳିକାଟୁ ପୌରାଞ୍ଚଳର ବିଜୁ ଜନତା ଦଳ (ବିଜେଡି)ର…

ଅପେକ୍ଷାର ହେଲା ଅନ୍ତ, ICC ଦ୍ୱାରା ୨୦୨୭ ଦିନିକିଆ ବିଶ୍ୱକପର କାର୍ଯ୍ୟସୂଚୀ ଘୋଷଣା; ବର୍ଷକ ପରେ ଲଢିବେ ଭାରତ-ପାକିସ୍ତାନ

କେପ ଟାଉନ,୧।୧୦: ଆନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ୨୦୨୭ ODI ବିଶ୍ୱକପ ପାଇଁ କାର୍ଯ୍ୟସୂଚୀ ଘୋଷଣା କରିଛି। କ୍ରିକେଟର ଏହି ବୃହତ ଆୟୋଜନ ୨୦୨୭ ମସିହା ଅକ୍ଟୋବର…

ଓଡ଼ିଶା କୃଷକ ସଭା ପକ୍ଷରୁ ସାଙ୍ଗଠନିକ ବୈଠକ; କର୍ମକର୍ତ୍ତା ଚୟନ, ଏ. ହରି ସଭାପତି , କୁରେଶୁ ସମ୍ପାଦକ

ଦିଗପହଣ୍ଡି,୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଶ୍ରୀ ଚନ୍ଦ୍ର ଚୁଡେଶ୍ୱର ଶୈବପୀଠ ସଭା ମଣ୍ଡପରେ ଓଡ଼ିଶା କୃଷକ ସଭା ଦିଗପହଣ୍ଡି ଶାଖା ପକ୍ଷରୁ ଗୁରୁବାର…

ପିକନିକ ଯାଇ ଆଉ ଫେରିଲେନି, ସମୁଦ୍ରରେ ବୁଡ଼ି ୮ ଛାତ୍ର ମୃତ

ମୁମ୍ବାଇ,୧।୧୦: ମହାରାଷ୍ଟ୍ରର ରାୟଗଡ଼ ଜିଲାରେ ଗୁରୁବାର (ଅକ୍ଟୋବର ୧) ଏକ ବଡ଼ ଧରଣର ଦୁର୍ଘଟଣା ଘଟିଛି, ଯେଉଁଥିରେ ପିକନକରେ ଯାଇଥିବା ୮ଜଣ ଛାତ୍ର ସମୁଦ୍ରରେ ବୁଡ଼ି ପ୍ରାଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?