GISକୁ ବନ୍ଦ କରିଦେଲା EPFO: ଜାଣନ୍ତୁ କେଉଁମାନେ ହେବେ ପ୍ରଭାବିତ, କାହିଁକି ଆକାଉଣ୍ଟକୁ ଆସିବ ଅଧିକ ଟଙ୍କା…

ନୂଆଦିଲ୍ଲୀ,୨୮।୬: କମର୍ର୍ଚାରୀ ଭବିଷ୍ୟ ନିଧି ସଂଗଠନ(ଇପିଏଫ୍‌ଓ) ୨୦୧୩ ସେପ୍ଟେମ୍ବର ପହିଲାରୁ ଚାକିରି କରିଥିବା ସରକାରୀ କର୍ମଚାରୀଙ୍କ ଗ୍ରୁପ୍‌ ଇନ୍‌ସୁରାନ୍ସ ସ୍କିମ(ଜିଆଇଏସ୍‌) ଲାଗି କଟୁଥିବା ଟଙ୍କାକୁ ତତ୍କାଳ ପ୍ରଭାବ ସହ ବନ୍ଦ କରିବାକୁ ନିଷ୍ପତ୍ତି ନେଇଛି। ଏନେଇ ଜୁନ୍‌ ୨୧,୨୦୨୪ରେ ଜାରି ସର୍କୁଲାରରେ କୁହାଯାଇଛି ଯେ ୦୧.୦୯.୨୩ ପରେ ଇପିଏଫ୍‌ଓରେ ସାମିଲ ହୋଇଥିବା ସମସ୍ତ କର୍ମଚାରୀଙ୍କ ଦରମାରୁ ଜିଆଇଏସ୍‌ ପାଇଁ କଟୁଥିବା ଟଙ୍କାକୁ ବନ୍ଦ କରିବାକୁ ନିର୍ଦ୍ଦେଶ ଦିଆଯାଇଛି।

ତେବେ ଏହି ନିଷ୍ପତ୍ତିର ପ୍ରଭାବ ସମସ୍ତ ସରକାରୀ କର୍ମଚାରୀଙ୍କ ଉପରେ ପଡ଼ିବ ନାହିଁ। ଯେଉଁମାନେ ୨୦୧୩ ସେପ୍ଟେମ୍ବର ପହିଲା ପରେ ଚାକିରିରେ ଯୋଗ ଦେଇଛନ୍ତି ସେମାନେ ହିଁ ପ୍ରଭାବିତ ହେବେ। କାରଣ ସେମାନେ ଏବେ ଜିଆଇଏସ୍‌ ଅନ୍ତର୍ଗତ ସୁବିଧା ପାଇପାରିବେ ନାହିଁ। ପୂର୍ବରୁ ତାଙ୍କ ଦରମାରୁ କଟିଥିବା ଟଙ୍କା ଫେରସ୍ତ କରିଦିଆଯିବ।

ଯେଉଁ କର୍ମଚାରୀଙ୍କ ଜିଆଇଏସ୍‌ ବନ୍ଦ କରିଦିଆଯିବ, ସେମାନଙ୍କ ମୋଟ ଇନ୍‌ହ୍ୟାଣ୍ଡ ସାଲାରି ବଢ଼ିଯାଇପାରେ। ଏଣୁ ତାଙ୍କ ଆକାଉଣ୍ଟକୁ ପୂର୍ବ ଦରମାରୁ ଅଧିକ ରାଶି ଆସିବ।

ଜିଆଇଏସ୍‌ କ’ଣ?
୧୯୮୨, ଜାନୁଆରୀ ପହିଲାରୁ ଜିଆଇଏସ୍‌କୁ କେନ୍ଦ୍ରୀୟ ସରକାର କର୍ମଚାରୀ ସମୂହ ବିମା ଯୋଜନା ୧୯୮୦ ନାମରେ ଲାଗୁ କରାଯାଇଥିଲା। ଏହା ଇପିଏଫ୍‌ଓ ଅନ୍ତର୍ଗତ ଏକ ସାମାଜିକ କଲ୍ୟାଣ ଯୋଜନା, ଏହାକୁ ଭାରତ ସରକାରଙ୍କ ଶ୍ରମ ଏବଂ ରୋଜଗାର ମନ୍ତ୍ରଣାଳୟ ଅନୁଯାୟୀ ଚଳାଯାଇଥାଏ। ଶ୍ରମିକମାନଙ୍କୁ ସାମାଜିକ ତଥା ଆର୍ଥିକ ସୁରକ୍ଷା ପ୍ରଦାନ କରିବା ଲାଗି ପ୍ରସ୍ତୁତ ପ୍ରଣାଳୀ ଅନୁଯାୟୀ ସଦସ୍ୟ ଏବଂ ପେନସନଭୋଗୀଙ୍କ ସହଜ ଜୀବନଯାପନକୁ ସୁନିଶ୍ଚିତ କରିବା ଏହାର ଉଦ୍ଦେଶ୍ୟ।


Enter your email to get our daily news in your inbox.

All Right Reserved By Dharitri.Com

ସୂର୍ଯ୍ୟଙ୍କ ନକ୍ଷତ୍ରରେ ଆଜି ବୁଧଙ୍କ ଏଣ୍ଟ୍ରି; ୩ରାଶି ହେବେ ମାଲାମାଲ, ଚାକିରିରେ ମିଳିବ ବଡ଼ ପଦବୀ

ବୁଧ ସୂର୍ଯ୍ୟଙ୍କ ନକ୍ଷତ୍ରକୁ ପ୍ରବେଶ କରିବା ଫଳରେ କ୍ୟାରିୟରରେ ସଫଳତା ଏବଂ ଆର୍ଥିକ ଉନ୍ନତିର ଯୋଗ ସୃଷ୍ଟି ହେବ। ଏହାଦ୍ୱାରା ଭାଗ୍ୟଶାଳୀ ରାଶିଗୁଡ଼ିକର ବୌଦ୍ଧିକ କ୍ଷମତା ଏବଂ…

ସିମନବାଡ଼ି ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଗୁରୁଦିବସ: ବର୍ଷୀୟାନ ଶିକ୍ଷକଙ୍କୁ…

ଦାରିଙ୍ଗବାଡ଼ି,୫ା୯(ଅରୁଣ ସାହୁ): ସର୍ବପଲ୍ଲୀ ରାଧାକ୍ରିଷ୍ଣନ୍‌ଙ୍କ ଜନ୍ମଦିବସ ତଥା ପବିତ୍ର ଗୁରୁଦିବସ ବିଭିନ୍ନ ସରକାରୀ ଓ ବେସରକାରୀ ଅନୁଷ୍ଠାନରେ ପାଳିତ ହୋଇଯାଇଛି। ଏହି ଅବସରରେ କନ୍ଧମାଳ ଜିଲା ଦାରିଙ୍ଗବାଡ଼ି…

ମିଳିଲାନି ଝଡ଼ବର୍ଷା କ୍ଷତିପୂରଣ: ରାଜରାସ୍ତାକୁ ଓହ୍ଲାଇଲେ କ୍ଷତିଗ୍ରସ୍ତ

ବରଗଡ଼,୫ା୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାର ଚକରକେନ୍ଦ ଗ୍ରାମରେ ଗତ ଜୁଲାଇ ୨୮ ତାରିଖ ସାରେ ହୋଇଥିବା ଝଡ଼ବର୍ଷାରେ ବ୍ୟାପକ କ୍ଷୟକ୍ଷତି ହୋଇଥିଲା। ଘରଦ୍ୱାର ଭାଙ୍ଗିବା ସହିତ ଚାଷଜମି…

କଳଙ୍କିତ ଘଟଣା: ୭ ବର୍ଷର ଝିଆରୀଙ୍କୁ ବଡ଼ବାପାଙ୍କ ଯୌନ ନିର୍ଯାତନା, ପୋଲିସ ଆଗରେ ସବୁ କଥା ପ୍ରକାଶ କରିବା ପରେ…

ମହାକାଳପଡ଼ା,୫ା୯( ପ୍ରତାପ ଚନ୍ଦ୍ର ସ୍ବାଇଁ ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅନ୍ତର୍ଗତ ତନ୍ତିଆପାଳ ସାମୁଦ୍ରିକ ଥାନା ଅଞ୍ଚଳରେ ଏକ ଅତ୍ୟନ୍ତ ସମ୍ବେଦନଶୀଳ ତଥା ହୃଦୟବିଦାରକ ଘଟଣା…

ଚିତାବାଘ, ଭାଲୁ ସହ ଜଙ୍ଗଲୀ କୁକୁରର ଭୟ…, ଏହାକୁ ଖାତିର ନକରି ଦୁଇ ଭଉଣୀଙ୍କୁ ପାଠ ପଢ଼ାଇବା ପାଇଁ ଜଙ୍ଗଲ ମଧ୍ୟରେ ୫ କିଲୋମିଟର ଚାଲି ଚାଲି ଯାଉଛନ୍ତି ଶିକ୍ଷକ

ମୁମ୍ବାଇ,୪।୯: ଜଣେ ଶିକ୍ଷକଙ୍କ ଶିକ୍ଷା ପ୍ରତି ଆଗ୍ରହ ଏବଂ ପିଲାମାନଙ୍କ ଭବିଷ୍ୟତ ଗଠନ ପ୍ରତି ତାଙ୍କର ଉତ୍ସର୍ଗତାର ଏକ ପ୍ରେରଣାଦାୟକ ଉଦାହରଣ ମହାରାଷ୍ଟ୍ରର କୋହ୍ଲାପୁର ଜିଲାରୁ ସାମ୍ନାକୁ…

ଭାଦ୍ରବ ମାସରେ ଦାନ କରନ୍ତୁ ଏହି ୫ ଜିନିଷ: ଈଶ୍ୱରଙ୍କ କୃପା ସହ ଖୋଲିଯିବ ଉନ୍ନତିର ରାସ୍ତା!

ଭାଦ୍ରବ ମାସକୁ ପୂଜାପାଠ ଓ ଧାର୍ମିକ ସାଧନା ପାଇଁ ବେଶ ମହତ୍ତ୍ୱପୂର୍ଣ୍ଣ ବୋଲି ମନେ କରାଯାଏ। ଏହି ମାସରେ ଜନ୍ମାଷ୍ଟମୀ, ଗଣେଶ ଚତୁର୍ଥୀ ଓ ଅନନ୍ତ ଚତୁର୍ଦ୍ଦଶୀ…

‘ମୁଁ ଆପଣଙ୍କ ଛାତ୍ର, ମୋତେ…’, ଶିକ୍ଷକଙ୍କ ସହ PM ମୋଦିଙ୍କ ରୋଚକ କଥାବାର୍ତ୍ତା

ନୂଆଦିଲ୍ଲୀ,୫।୯: ଶିକ୍ଷକ ଦିବସ ଅବସରରେ ଶନିବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କିଛି ବିଶେଷ ଶିକ୍ଷକଙ୍କୁ ଭେଟିଛନ୍ତି। ଏହି ଅବସରରେ ପ୍ରଧାନମନ୍ତ୍ରୀ ଆବାସରେ ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମର ଆୟୋଜନ…

ଏକାଥରକେ ପଡିବ ଶନି, ରାହୁ, କେତୁଙ୍କ ଶୁଭ ଦୃଷ୍ଟି: ମୀନ ସମେତ ଏହି ସବୁ ରାଶିଙ୍କ ପୂରଣ ହେବ ଦୀର୍ଘଦିନର ଇଚ୍ଛା

ଆସନ୍ତା ୫ ସେପ୍ଟେମ୍ବର ୨୦୨୬, ଭାଦ୍ରବ ମାସ କୃଷ୍ଣପକ୍ଷ ନବମୀ ତିଥି ଏବଂ ଶନିବାର। ଏହି ଦିନ କର୍ମ ଓ ନ୍ୟାୟର ଦେବତା ଶନିଙ୍କୁ ସମର୍ପିତ। ଏହାସହ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri