Odisha Elections 2024

ଏପିକ୍‌ ନ୍ୟୁ ସ୍ବିଫ୍ଟର ପ୍ରି-ବୁକିଂ ଆରମ୍ଭ

ଭୁବନେଶ୍ୱର,୭।୫: ମାରୁତି ସୁଜୁକୀ ଇଣ୍ଡିଆ ଲିମିଟେଡ୍‌ ବା ଏମ୍‌ଏସ୍‌ଆଇଏଲ୍‌ର ବହୁ ପ୍ରତୀକ୍ଷିତ ତଥା ୪ର୍ଥ ପିଢ଼ିର ନୂତନ ମଡେଲ ‘ଏପିକ୍‌ ନ୍ୟୁ ସ୍ବିଫ୍ଟ’ର ଓ୍ବାର୍ଲଡ ପ୍ରିମିୟର (ଟ୍ରିଜର) ରିଲିଜ ନିକଟରେ ହୋଇଯାଇଛି। ଏପରିକି ଏହାର ପ୍ରି-ବୁକିଂ ସମ୍ପର୍କରେ ମଧ୍ୟ ଘୋଷଣା କରାଯାଇଛି। ଉଲ୍ଲେଖଯୋଗ୍ୟ, ଏପିକ୍‌ ନ୍ୟୁ ସ୍ବିଫ୍ଟର ପ୍ରି-ବୁକିଂ ମାତ୍ର ୧୧,୦୦୦ ଟଙ୍କା ରହିଥିଲାବେଳେ କମ୍ପାନୀର ଲକ୍ଷ ଲକ୍ଷ ଗ୍ରାହକ ଓ ଆଶାୟୀ ଗ୍ରାହକଙ୍କ ମଧ୍ୟରେ ପ୍ରବଳ ଉତ୍ସାହ ଥିବା ଏମ୍‌ଏସ୍‌ଆଇଏଲ୍‌ ପକ୍ଷରୁ କୁହାଯାଇଛି। ସେହିଭଳି ଏପିକ୍‌ ନ୍ୟୁ ସ୍ବିଫ୍ଟ ବ୍ରାଣ୍ଡ୍‌ର ସିଗ୍ନେଚର ସ୍ପୋର୍ଟି ଡିଜାଇନ୍‌ ଉପରେ ନିର୍ମିତ ହୋଇଥିବା ବେଳେ ଏହାର ଗତିଶୀଳତା ଏବଂ ଫନ୍‌-ଟୁ-ଡ୍ରାଇଭ୍‌ ଅନୁଭବକୁ ବଢ଼ାଇଥାଏ।
ଏ ସମ୍ପର୍କରେ ଏମ୍‌ଏସ୍‌ଆଇଏଲ୍‌ର ବରିଷ୍ଠ କାର୍ଯ୍ୟନିର୍ବାହୀ ଅଧିକାରୀ (ମାର୍କେଟିଂ ଆଣ୍ଡ ସେଲ୍‌ସ) ପାର୍ଥୋ ବାନାର୍ଜୀ କହିଛନ୍ତି, ଆମେ ଆମର ଏପିକ୍‌ ନ୍ୟୁ ସ୍ବିଫ୍ଟର ପ୍ରି-ବୁକିଂର ଶୁଭାରମ୍ଭ ସମ୍ପର୍କରେ ଘୋଷଣା କରି ବେଶ୍‌ ଉତ୍ସାହିତ ଅଛୁ। ଏପରିକି ଗ୍ରାହକଙ୍କ ଆଶାକୁ ପୁନଃ ନିର୍ଦ୍ଧାରଣ କରିବା ପାଇଁ ପରିବର୍ତ୍ତିତ ସମୟ ସହିତ ବିକଶିତ ହୋଇଥିବା ଏହି ନୂତନ ମଡେଲ ମାରୁତି ସୁଜୁକୀ ପାଇଁ ସ୍ବିଫ୍ଟ ଏକ ଆଇକନିକ୍‌ ବ୍ରାଣ୍ଡ୍‌ ହୋଇଛି। ସେହିଭଳି ବ୍ରାଣ୍ଡ୍‌ର ୨୯ ଲକ୍ଷ ଶକ୍ତିଶାଳୀ ଗ୍ରାହକ ଭିତ୍ତିଭୂମି, ଅନେକ ପୁରସ୍କାର ଏବଂ ପ୍ରଶଂସା ପ୍ରମାଣ କରୁଛି ଯେ ଆଇକନିକ୍‌ ସ୍ବିଫ୍ଟ କିପରି ଶକ୍ତିଶାଳୀ ହୋଇପାରିଛି। ସେହିପରି ଏପିକ୍‌ ନ୍ୟୁ ସ୍ବିଫ୍ଟ ବ୍ରାଣ୍ଡ୍‌ର ଲୋକପ୍ରିୟ ସ୍ପୋର୍ଟି ଡିଏନ୍‌ଏ ପ୍ରତି ସଚ୍ଚୋଟ ରହୁଥିବା ବେଳେ ପରିବେଶ ଅନୁକୂଳତାର ନୂତନ ଯୁଗର ଆଶାକୁ ଅତ୍ୟଧିକ ନିମ୍ନ ନିର୍ଗମନ ସହିତ ସନ୍ତୁଳିତ କରିଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ଆଇସକ୍ରିମ ମ୍ୟାନ ରଘୁନନ୍ଦନ କମାଥଙ୍କ ପରଲୋକ

ନୂଆଦିଲ୍ଲୀ,୧୯।୫: ଦେଶକୁ ଆଇସକ୍ରିମ ଖୁଆଉଥିବା ରଘୁନନ୍ଦନ କମାଥ ଆଉ ଆମ ମଧ୍ୟରେ ନାହାଁନ୍ତି। ପ୍ରାକୃତିକ ଆଇସକ୍ରିମର ପ୍ରତିଷ୍ଠାତା ରଘୁନନ୍ଦନ କମାଥ ଶନିବାର ୭୫ ବର୍ଷ ବୟସରେ...

ଓଡିଏମ୍‌ର ସ୍ବତନ୍ତ୍ର ସମ୍ବର୍ଦ୍ଧନା ସମାରୋହ

ଭୁବନେଶ୍ୱର,୧୯।୫ (ଅଭୟ ଦାଶ): ରାଜ୍ୟର ପ୍ରମୁଖ ଘରୋଇ ଶିକ୍ଷାନୁଷ୍ଠାନ ତଥା ଭୁବନେଶ୍ୱରର ପଟିଆସ୍ଥିତ ଓଡିଏମ୍‌ ପବ୍ଲିକ୍‌ ସ୍କୁଲ୍‌ର ଛାତ୍ରୀଛାତ୍ରମାନେ ନିକଟରେ ପ୍ରକାଶିତ ସେଣ୍ଟ୍ରାଲ ବୋର୍ଡ ଅଫ୍‌...

ନକଲି କଲ୍‌ ଉପରେ ରୋକ ଲଗାଇବ ଟ୍ରାଇ

ଭୁବନେଶ୍ୱର,୧୯।୫ (ଅନୁରାଧା ମହାରଣା): ନକଲି ତଥା ବାରମ୍ବାର କଲ୍‌ କରି ହଇରାଣ କରୁଥିବା ମାର୍କେଟିଂ କଲ୍‌କୁ ରୋକିବା ପାଇଁ ଦେଶରେ ବହୁ ବର୍ଷ ଧରି ନିୟମ...

ଲଗାତାର ୬ ମାସ ପାଇଁ ଓଡ଼ିଶାରେ ଦରଦାମ୍ ସବୁଠୁ ଅଧିକ

ଭୁବନେଶ୍ୱର,୧୮।୫: ବିଭିନ୍ନ ଦ୍ରବ୍ୟର ମୂଲ୍ୟ ବୃଦ୍ଧି ଦୃଷ୍ଟିରୁ ଓଡ଼ିଶା ଲଗାତାର ୬ ମାସ ହେଲା ଦେଶର ସବୁଠାରୁ ମହଙ୍ଗା ପାଲଟିଛି। ଓଡ଼ିଶାରେ ଗତ ୬ ମାସ...

ଆମେରିକାରେ ଜୟଆଲୁକ୍କାସ୍‌ର ମେଗା ବିସ୍ତାର ଯୋଜନା

ଭୁବନେଶ୍ୱର, ୧୮।୫: ଦେଶର ଅଗ୍ରଣୀ ଅଳଙ୍କାର ପ୍ରତିଷ୍ଠାନ ତଥା ଅନ୍ତଃରାଷ୍ଟ୍ରୀୟ ଜୁଏଲେରି ବ୍ରାଣ୍ଡ୍‌ ‘ଜୟଆଲୁକ୍କାସ୍‌’ର ନୂତନ ଆଉଟ୍‌ଲେଟ୍‌ ଏବଂ ବିସ୍ତାର ଯୋଜନା ସମ୍ପର୍କରେ ଘୋଷଣା କରାଯାଇଛି। ଏପରିକି...

ସର୍ବୋଚ୍ଚ ସ୍ତରରେ ସୁନା ଦର

ନୂଆଦିଲ୍ଲୀ,୧୮।୫: ଅନ୍ତଃରାଷ୍ଟ୍ରୀୟ ସମସ୍ୟା ଓ ଦରବୃଦ୍ଧି କାରଣରୁ (କ୍ରମାଗତ ଭାବେ) ଘରୋଇ ବଜାରରେ (କ୍ରମାଗତ ଭାବେ) ଉଭୟ ସୁନା ଓ ରୁପା ଦର ବୃଦ୍ଧି ପାଉଛି। ଏପରିକି...

ଓଡ଼ିଶାରେ ଓ୍ବଣ୍ଡେର୍ଲା ଆମ୍ୟୁଜ୍‌ମେଣ୍ଟ ପାର୍କ

ଭୁବନେଶ୍ୱର,୧୮।୫ (ଅନୁରାଧା ମହାରଣା): ଭାରତର ସର୍ବବୃହତ୍‌ ପାର୍କ ଚେନ୍‌ କୁହାଯାଉଥିବା ୱଣ୍ଡେର୍ଲା ହଲିଡେଜ୍‌ ପକ୍ଷରୁ ଓଡ଼ିଶାରେ ଓ୍ବଣ୍ଡେର୍ଲା ଆମ୍ୟୁଜ୍‌ମେଣ୍ଟ ପାର୍କ ନିର୍ମାଣ ହୋଇଛି। ଭୁବନେଶ୍ୱରଠାରୁ ୨୨.୫ କି.ମି....

ଓସ୍‌ମେ ମହିଳା ଶିଳ୍ପୋଦ୍ୟୋଗୀ ସଂଘର ନୂତନ କର୍ମକର୍ତ୍ତା

ଭୁବନେଶ୍ୱର,୧୮।୫: ରାଜ୍ୟର ପ୍ରମୁଖ ଶିଳ୍ପ ସଂଘ ତଥା କଟକ ଖପୁରିଆ ଶିଳ୍ପାଞ୍ଚଳଠାରେ ଥିବା ଓଡ଼ିଶା ଆସମ୍ବଲି ଅଫ୍‌ ସ୍ମଲ ଆଣ୍ଡ ମିଡିୟମ ଏଣ୍ଟରପ୍ରାଇଜେସ୍‌ (ଓଏଏସ୍‌ଏମ୍‌ଇ ବା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri