ମାନବ ସମାଜ ଉପରେ ଆସିଛି ମହାମାରୀ ସଙ୍କଟ, ତେବେ ବି ଭାରତ ଆତ୍ମନିର୍ଭରଶୀଳ, କହିଲେ ମୋଦି…

ନୂଆଦିଲ୍ଲୀ,୭।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶନିବାର ମଧ୍ୟପ୍ରଦେଶରେ ପ୍ରଧାନମନ୍ତ୍ରୀ ଗରିବ କଲ୍ୟାଣ ଅନ୍ନ ଯୋଜନା କାର୍ଯ୍ୟକ୍ରମରେ ଯୋଗ ଦେଇଛନ୍ତି। ପ୍ରଧାନମନ୍ତ୍ରୀ ଭିଡ଼ିଓ କନଫରେନ୍ସିରେ ଏହି ଯୋଜନାର ହିତାଧିକାରୀଙ୍କ ସହ କଥାବାର୍ତ୍ତା କରିଥିଲେ। ଏହି କାର୍ଯ୍ୟକ୍ରମରେ ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀ ଶିବରାଜ ସିଂ ଚୌହାନ ମଧ୍ୟ ଉପସ୍ଥିତ ଥିଲେ। ହିତାଧିକାରୀଙ୍କୁ ସମ୍ବୋଧିତ କରି ପ୍ରଧାନମନ୍ତ୍ରୀ କହିଛନ୍ତି ଯେ, କରୋନା ମହାମାରୀ ଆରମ୍ଭ ହେବା ଦିନଠାରୁ ଦେଶର ୮୦ କୋଟିରୁ ଅଧିକ ଗରିବ ଲୋକଙ୍କ ଘରେ ମାଗଣା ରାଶନ ଯୋଗାଇ ଦିଆଯାଉଛି। ଏହି ଯୋଜନା ଅର୍ନ୍ତଗତ ୫ କୋଟି ହିତାଧିକାରୀଙ୍କୁ ଉପକୃତ କରାଇବା ଲାଗି ମଧ୍ୟପ୍ରଦେଶରେ ଏକ ବଡ ଅଭିଯାନ ଜାରି ରହିିଛି।
ମଧ୍ୟପ୍ରଦେଶରେ ପ୍ରବଳ ବର୍ଷା ଓ ବନ୍ୟା ପରିସ୍ଥିତିକୁ ନେଇ ଦୁଃଖ ପ୍ରକାଶ କରି ପ୍ରଧାନମନ୍ତ୍ରୀ ମୋଦୀ କହିଛନ୍ତି, ରାଜ୍ୟ ବହୁ ଜିଲାରେ ପ୍ରବଳ ବର୍ଷା ଯୋଗୁ ବନ୍ୟା ପରିସ୍ଥିତି ଉପୁଜିଛି। ଏହାଯୋଗୁ ସାଧାରଣ ଲୋକଙ୍କ ଜୀବନଜୀବିକା ପ୍ରଭାବିତ ହୋଇଛି। ଏହି ସଙ୍କଟ ସମୟରେ ଭାରତ ସରକାର ଏବଂ ସମଗ୍ର ଦେଶ ମଧ୍ୟପ୍ରଦେଶ ସହିତ ଛିଡା ହୋଇଛନ୍ତି।
ଏହି ଅବସରରେ ପ୍ରଧାନମନ୍ତ୍ରୀ କହିଛନ୍ତି, ବିପର୍ଯ୍ୟୟ ଯାହା ହେଉନା କାହିଁକି ଏହାର ପ୍ରଭାବ ବ୍ୟାପକ ଏବାଂ ସୁଦୂରପ୍ରସାରୀ। କରୋନା ମହାମାରୀ ଯୋଗୁ ୧୦୦ ବର୍ଷର ମାନବ ଇତିହାସରେ ସମଗ୍ର ମାନବ ସମାଜ ଉପରେ ସବୁଠାରୁ ବଡ ବିପର୍ଯ୍ୟୟ ଘଟିଛି। ଗତ୧୦୦ ବର୍ଷ ମଧ୍ୟରେ ଦୁନିଆର କୌଣସି ଦେଶ ଏଭଳି ବିପର୍ଯ୍ୟୟ ଦେଖି ନ ଥିଲେ। କରୋନାରୁ ସୃଷ୍ଟି ହୋଇଥିବା ସଙ୍କଟର ମୁକାବିଲା ପାଇଁ ଭାରତ ନିଜ ରଣନୀତିରେ ଗରିବ ଲୋକଙ୍କୁ ଅଧିକ ପ୍ରାଧାନ୍ୟ ଦେଇଛି। ମହାମାରୀ ସଙ୍କଟର ଆରମ୍ଭ ସମୟରୁ ଗରିବ ଏବଂ ଶ୍ରମିକଙ୍କ ଖାଦ୍ୟ ତଥା ରୋଜଗାର ନେଇ ଭାରତ ସରକାର ଚିନ୍ତିତ ଥିଲେ।
କରୋନା ମହାମାରୀ ଦ୍ୱାରା ସୃଷ୍ଟି ହୋଇଥିବା ସଙ୍କଟରେ ବି ଭାରତବାସୀ ଏକାଠି ଲଢ଼େଇ ଜାରି ରଖିଛନ୍ତି। ଏହା ଆମ ଦେଶର ସାମର୍ଥ୍ୟକୁ ଦର୍ଶାଇଛି। ଭାରତ ଆତ୍ମନିର୍ଭରଶୀଳ ହେବା ସହିତ ଦେଶରେ ୫୦ କୋଟିରୁ ଅଧିକ ଲୋକଙ୍କର ଟିକାକରଣ ସମ୍ଭବ ହୋଇପାରିଛି। ଅନ୍ୟ ରାଜ୍ୟରେ କାର୍ଯ୍ୟ କରୁଥିବା ପ୍ରବାସୀ ଶ୍ରମିକମାନଙ୍କ ସୁବିଧା ପାଇଁ ୱାନ ନେଶନ-ୱାନ ରାଶନ କାର୍ଡର ସୁବିଧା ଯୋଗାଇ ଦିଆଯାଉଛି ବୋଲି ପ୍ରଧାନମନ୍ତ୍ରୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆକ୍ରମଣ ମାମଲା: ବାପ-ପୁଅଙ୍କୁ ବାନ୍ଧିଲା ପୋଲିସ

ଦିଗପହଣ୍ଡି,୨୪।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ଖଜୁରୀପଦା ଗ୍ରାମର ରବୀନ୍ଦ୍ର ସାହୁଙ୍କୁ ଆକ୍ରମଣ ଘଟଣାରେ ପାଟପୁର ପୋଲିସ ସୋମବାର ଅଭିଯୁକ୍ତ ବାବୁ ସାହୁ…

ମା’ଙ୍କୁ ମାରି ଘରେ ପ୍ଲାଷ୍ଟର କରିଦେଲେ ସଇତାନ ପୁଅ! କୁମ୍ଭାରପଡ଼ାରେ ହଇଚଇ

ପୁରୀ,୨୪।୮(ଅଜିତ କୁମାର ମହାନ୍ତି): ପୁରୀ ଜିଲାରେ ଏକ ଅଭାବନୀୟ ଘଟଣା ଘଟିଛି। ନିଜ ମା’ଙ୍କୁ ମାରି ଘରେ ପ୍ଲାଷ୍ଟର କରିଦେଇଛନ୍ତି ଜଣେ ସଇତାନ ପୁଅ! ପୁରୀ କୁମ୍ଭାରପଡ଼ାରେ…

ଆରକ୍ଷଣକୁ ନେଇ ଅଭିଜିତ ଦୀପକେଙ୍କ ବଡ଼ ବୟାନ, କହିଲେ- ‘ମୁଁ ଦଳିତ ପରିବାରରୁ ଆସିଛି, ମୋ ବାପା …’

ନୂଆଦିଲ୍ଲୀ,୨୪।୮: ଦେଶର ବିଭିନ୍ନ ସ୍ଥାନରେ ଏବେ ଆରକ୍ଷଣ ବ୍ୟବସ୍ଥା ଏବଂ ବିଶ୍ୱବିଦ୍ୟାଳୟ ଅନୁଦାନ ଆୟୋଗ (UGC)ର ଇକ୍ୱିଟି ନିୟମକୁ ନେଇ ପ୍ରଦର୍ଶନ ଚାଲିଛି। ପ୍ରଦର୍ଶନକାରୀମାନେ ଜାତିଭିତ୍ତିକ ଆରକ୍ଷଣ…

ଛାତ୍ରୀ ନିବାସକୁ ନାହିଁ ରାସ୍ତା: ସମସ୍ୟା ଭୋଗୁଛନ୍ତି ୨୩୦ ଆଦିବାସୀ ଛାତ୍ରୀ

ମୋହନା,୨୪।୮(ମନ୍ମଥ ମିଶ୍ର): ଛାତ୍ରୀ ନିବାସ ଅଛି। ଛାତ୍ରୀ ଅଛନ୍ତି। ପାଠପଢ଼ା ପାଇଁ ସବୁ ବ୍ୟବସ୍ଥା ଅଛି। ହେଲେ ବିଦ୍ୟାଳୟରେ ପହଞ୍ଚିବା ପାଇଁ ନାହିଁ ଭଲ ରାସ୍ତା। ଫଳରେ…

ଆନ୍ଦୋଳନକୁ ଓହ୍ଲାଇଲେ ଚାଷୀ: ୨୪ ଘଣ୍ଟାରେ ଦାବି ପୂରଣ ନ ହେଲେ…

ଝାରବନ୍ଧ,୨୪।୮(ଦେବେନ୍ଦ୍ର ସାହୁ): ଧାନ ବିକ୍ରି ପାଇଁ ଆଟ କିସମ ଜମି ପଞ୍ଜିକରଣ ହେଉ ନ ଥିବାରୁ ଚାଷୀ ଆନ୍ଦୋଳନକୁ ଓହ୍ଲାଇଛନ୍ତି l ଆଟ କିସମକୁ ପଞ୍ଜିକରଣ କରା…

‘ଦେଶର ସବୁଠାରୁ ଶ୍ରେଷ୍ଠ ପ୍ରଧାନମନ୍ତ୍ରୀ କିଏ?’ ଅଭିଜିତ ଦୀପକେଙ୍କ ଉତ୍ତରକୁ ନେଇ ଚର୍ଚ୍ଚା

ନୂଆଦିଲ୍ଲୀ,୨୪।୮: କକରୋଚ ଜନତା ପାର୍ଟି (CJP)ର ପ୍ରତିଷ୍ଠାତା ଅଭିଜୀତ ଦୀପକେଙ୍କୁ ଯେତେବେଳେ ପଚରାଯାଇଥିଲା ଯେ, ଦେଶର ଏପର୍ଯ୍ୟନ୍ତର ସବୁଠାରୁ ଶ୍ରେଷ୍ଠ ପ୍ରଧାନମନ୍ତ୍ରୀ କିଏ, ସେତେବେଳେ ସେ ପଣ୍ଡିତ…

ଭବାନୀପାଟଣାରେ ଖାଦ୍ୟ ନିରାପତ୍ତା ବିଭାଗର ଚଢ଼ାଉ: ୩୨ କିଲୋ ବାସି-କୃତ୍ରିମ ରଙ୍ଗଯୁକ୍ତ ଖାଦ୍ୟ ନଷ୍ଟ

ଭବାନୀପାଟଣା,୨୪।୮(ଉତ୍ତମ କୁମାର ଦାଶ): ଆଗକୁ ଆସୁଥିବା ପର୍ବପର୍ବାଣୀକୁ ଦୃଷ୍ଟିରେ ରଖି ଭବାନୀପାଟଣା ସହରର ବିଭିନ୍ନ ସ୍ଥାନରେ ସୋମବାର ଖାଦ୍ୟ ନିରାପତ୍ତା ବିଭାଗ ପକ୍ଷରୁ ପୋଲିସ ସହଯୋଗରେ ଚଢ଼ାଉ…

ଧୋକା ଦେଲେ ସରକାର! ପୁଣି ବଡ଼ ଆନ୍ଦୋଳନ ଘୋଷଣା କଲା CJP: ଏଇଠୁ ହେବ ଆରମ୍ଭ

ନୂଆଦିଲ୍ଲୀ,୨୪।୮: କକରୋଚ ଜନତା ପାର୍ଟି (CJP) ଆସନ୍ତା ୫ ସେପ୍ଟେମ୍ବରରେ ଦିଲ୍ଲୀରେ ରାଷ୍ଟ୍ରବ୍ୟାପୀ ଶାନ୍ତିପୂର୍ଣ୍ଣ ବିରୋଧ ପ୍ରଦର୍ଶନ କରିବାକୁ ଘୋଷଣା କରିଛି। ଦଳ ଭାରତ ସରକାରଙ୍କ ଉପରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri