ତଳମୁହାଁ ମହାମାରୀ ସଂକ୍ରମଣ…

ନୂଆଦିଲ୍ଲୀ,୧।୧୧: ଦେଶରେ କରୋନା ମହାମାରୀ ସଂକ୍ରମଣ ଜାରି ରହିଛି। ଦୈନିକ ସଂକ୍ରମଣ ମୃତ୍ୟୁ ସଂଖ୍ୟା ତଳମୁହାଁ ହୋଇଛି। ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ ୧୨ ହଜାର ୫୧୪ ରେ ପହଞ୍ଚିଛି। ଏହି ସମୟ ମଧ୍ୟରେ ଦେଶରେ କରୋନାରେ ୨୫୧ ଜଣଙ୍କ ମୃତ୍ୟୁ ଘଟିଥିବା ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି।

ସେହିପରି ଏହି ସମୟ ମଧ୍ୟରେ ୧୨ ହଜାର ୭୧୮ ଜଣ ସୁସ୍ଥ ହୋଇଛନ୍ତି। ଦେଶରେ ଆକ୍ରାନ୍ତଙ୍କ ସୁସ୍ଥତା ହାର ୯୮.୨୦ ପ୍ରତିଶତ ରହିଛି। ଅପରପକ୍ଷରେ ସକ୍ରିୟ ମାମଲା ୧ ଲକ୍ଷ ୫୯ ହଜାର ୨୭୨ ରହିଛି। ୨୪୭ ଦିନ ପରେ ଏହା ସର୍ବନିମ୍ନ ଅଛି। ସାପ୍ତାହିକ ପଜିଟିଭ୍‌ ହାର ୧ ପ୍ରତିଶତରୁ କମ୍‌ ରହିଛି। ଦୈନିକ ପଜିଟିଭିଟି ହାର ୧.୧୩ ପ୍ରତିଶତ ରହିଛି। ସକ୍ରିୟ ମାମଲା ୦.୪୬ ପ୍ରତିଶତରେ ପହଞ୍ଚିଛି।

ଇତିମଧ୍ୟରେ ଦେଶରେ କରୋନା ମୃତକଙ୍କ ସଂଖ୍ୟା ୪ ଲକ୍ଷ ୫୮ ହଜାର ୪୩୭ ଛୁଇଁଥିବାବେଳେ ମୃତ୍ୟୁ ହାର ୧.୩୩ ପ୍ରତିଶତ ରହିଛି। ବର୍ତ୍ତମାନ ସୁଦ୍ଧା ୧୦୬ କୋଟି ୩୧ ଲକ୍ଷ ୨୪ ହଜାର ୨୦୪ ଜଣଙ୍କୁ ଟିକାଦାନ ସରିଛି। ଅପରପକ୍ଷରେ ଇତିମଧ୍ୟରେ ୬୦ କୋଟି ୮୩ ଲକ୍ଷ ୧୯ ହଜାର ୯୧୫ ଜଣ ଲୋକଙ୍କ ନମୁନା ପରୀକ୍ଷା କରାଯାଇଥିବା ଆଇସିଏମ୍‌ଆର ପକ୍ଷରୁ କୁହାଯାଇଛି। ଗତ ୨୪ ଘଣ୍ଟାରେ ୧୧ ଲକ୍ଷ ୩୫ ହଜାର ୧୪୨ ଲୋକଙ୍କ ନମୁନା ପରୀକ୍ଷା କରାଯାଇଛି। ସଂକ୍ରମଣ ଆରମ୍ଭରୁ ବର୍ତ୍ତମାନ ସୁଦ୍ଧା ୩ କୋଟି ୩୬ ଲକ୍ଷ ୬୮ ହଜାର ୫୬୦ ଜଣ ଲୋକ ସୁସ୍ଥ ହୋଇସାରିଛନ୍ତି। ସେହିପରି ବର୍ତ୍ତମାନ ସୁଦ୍ଧା ମୋଟ ୩ କୋଟି ୪୨ ଲକ୍ଷ ୮୫ ହଜାର ୮୧୪ ଜଣ କରୋନାରେ ଆକ୍ରାନ୍ତ ହୋଇଛନ୍ତି।

କେରଳରେ ନୂଆ ଆକ୍ରାନ୍ତ ଏବଂ ମୃତକଙ୍କ ସଂଖ୍ୟା ନେଇ ସରକାରଙ୍କ ଚିନ୍ତା ବଢ଼ିବାରେ ଲାଗିଛି। କେରଳରେ ଗତ ୨୪ ଘଣ୍ଟାରେ ୭,୧୬୭ ନୂଆ ଆକ୍ରାନ୍ତଙ୍କୁ ଚିହ୍ନଟ ହୋଇଛନ୍ତି। ସେହିପରି ୧୬୭ ଜଣଙ୍କ ମୃତ୍ୟୁ ଘଟିଛି।


Enter your email to get our daily news in your inbox.

All Right Reserved By Dharitri.Com

ରାଜ୍ୟର ସର୍ବୋଚ୍ଚ ଶିବ ପ୍ରତିମୂର୍ତ୍ତି: ବେଲେଶ୍ୱର ପୀଠରେ ଦର୍ଶନ ପାଇଁ ସକାଳୁ ସକାଳୁ ଶ୍ରଦ୍ଧାଳୁ…

ଭଞ୍ଜନଗର,୧୫ା୨(ବାବୁଲା ପ୍ରଧାନ): ଆଜି ହେଉଛି ମହାଶିବରାତ୍ରି ପର୍ବ। ତେଣୁ ରବିବାର ଭଞ୍ଜନଗର ଅଞ୍ଚଳର ସମସ୍ତ ଶୈବ ପୀଠରେ ଭଗବାନ ଶିବଠାକୁରଙ୍କ ଦର୍ଶନ ପାଇଁ ସକାଳୁ ସକାଳୁ ଶ୍ରଦ୍ଧାଳୁଙ୍କ…

ମା’ କାଳୀଙ୍କ ପାଦତଳେ କାହିଁକି ଶୋଇଥିଲେ ଭଗବାନ ଶିବ, ଜାଣନ୍ତୁ ଆକର୍ଷଣୀୟ କାହାଣୀ…

ଆଜି ହେଉଛି ପବିତ୍ର ମହାଶିବରାତ୍ରି। ଏହି ଦିନରେ ଭଗବାନ ଶିବଙ୍କୁ ପୂଜା ଏବଂ ଉପବାସ କରାଯାଏ। ଏହି ଦିନରେ ଉପବାସ ଏବଂ ପୂଜା କରିବା ଦ୍ୱାରା ଆନନ୍ଦ…

ମହାଶିବରାତ୍ରିକୁ ନେଇ ଚଳଚଞ୍ଚଳ ଭୋଗରାଇ: ଭକ୍ତଙ୍କ ପ୍ରବଳ ଗହଳି, ଭୋର ୪.୩୦ରେ ଉଠିବ ମହାଦୀପ

ଭୋଗରାଇ, ୧୫।୨(ପ୍ରଦୀପ ଦାସ): ଆଜି ହେଉଛି ପବିତ୍ର ମହାଶିବରାତ୍ରି। ସମସ୍ତ ଶୈବପୀଠ ହୋଇଛି ଭକ୍ତମୟ। ସବୁଠି ଓଁ ନମଃ ଶିବାୟରେ ପ୍ରକମ୍ପିତ ହେଉଛି ମନ୍ଦିର l ଏଭଳି…

ମହାଦେବଙ୍କୁ ଆରାଧନା ପାଇଁ ଲାଗିଛି ଲମ୍ବା ଧାଡ଼ି, ସବୁଠି ଶୁଭୁଛି ଓମ୍‌ ନଃ ଶିବାୟ

ବଲାଙ୍ଗୀର,୧୫ା୨(ସୁନିଲ କୁମାର ମହାନ୍ତି): ପବିତ୍ର ମହାଶିବରାତ୍ରି ଅବସରରେ ବଲାଙ୍ଗୀର ଜିଲାର ସମସ୍ତ ଶୈବପୀଠ ରବିବାର ଚଳଚଞ୍ଚଳ ହୋଇଉଠିଛି। ସବୁଠି ଓଁ ନମଃ ଶିବାୟ ଶୁଣିବାକୁ ମିଳୁଛି ।…

ଆଜି ଜାଗର: ପ୍ରଭୁ ଲିଙ୍ଗରାଜଙ୍କ ପୀଠରେ ରାତି ୧୦ଟାରେ ଉଠିବ ମହାଦୀପ

ପୁରୁଣା ଭୁବନେଶ୍ୱର,୧୫ା୨(ସୁବାସ ଚନ୍ଦ୍ର ପ୍ରଧାନ): ରବିବାର ମହାଶିବରାତ୍ରି ଓ ଜାଗର ଯାତ୍ରା। ଏନେଇ ଏକାମ୍ର କ୍ଷେତ୍ରର ଆରାଧ୍ୟ ପ୍ରଭୁ ଶ୍ରୀ ଲିଙ୍ଗରାଜଙ୍କ ପୀଠ ଚଳଚଞ୍ଚଳ ହୋଇଉଠିଛି। ମନ୍ଦିର…

ଅଙ୍କରେ ସାରିଦେଲେ

ଭୁବନେଶ୍ୱର, ୧୫।୨(ସୁନିତ୍‌ ମିଶ୍ର): ୨୦୨୪ ନିର୍ୱାଚନ ପରଠାରୁ ଅନେକ ବିଷୟକୁ ନେଇ ନାନା ପ୍ରକାର ରାଜନୈତିକ ଚର୍ଚ୍ଚା ଜାରି ରହିଛି। ବିଜେଡିର ଭବିଷ୍ୟତ କ’ଣ ହେବ, ବିରୋଧୀ…

ମହାଶିବରାତ୍ରୀରେ ଉପାସରେ କପିଳାସ ଠାକୁର, ଧାରଣାରେ ସେବାୟତ

ଢେଙ୍କାନାଳ,୧୫।୨(ରତନ ନାୟାର): ରାଜ୍ୟ ତଥା ଢେଙ୍କାନାଳ ଜିଲାର ପ୍ରସିଦ୍ଧ ଶୈବପୀଠ କପିଳାସର ଠାକୁର ଶ୍ରୀ ଶ୍ରୀ ଚନ୍ଦ୍ରଶେଖର ଜୀଉ ମହାଦେବ ମହାଶିବରାତ୍ରୀ ପାଳନବେଳେ ଉପବାସରେ ରହିଛନ୍ତି l…

ଭାରତ-ପାକିସ୍ତାନ ମୁକାବିଲା ଆଜି

କଲମ୍ୱୋ, ୧୫।୨: ଚଳିତ ଟି୨୦ କ୍ରିକେଟ ବିଶ୍ୱକପ୍‌ରେ ସବୁଠାରୁ ଚର୍ଚ୍ଚିତ ଭାରତ-ପାକିସ୍ତାନ ମୁକାବିଲା ରବିବାର ପ୍ରେମଦାସା ଷ୍ଟାଡିୟମରେ ଅନୁଷ୍ଠିତ ହେବ। ଟୁର୍ନାମେଣ୍ଟରୁ ବାଂଲାଦେଶକୁ ବାଦ୍‌ ଦିଆଯିବାକୁ ନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri