ଶେଷ ହୋଇନି ମହାମାରୀ, ସତର୍କତା ଜରୁରୀ…

ବର୍ଲିନ,୨୫।୧୦: ପୃଥିବୀରୁ କରୋନା ମହାମାରୀ ଶେଷ ହୋଇନି। ଯେଭଳି ସଂକ୍ରମଣ ନ ହେବ ସେ ନେଇ ସଭିଏଁ ସତର୍କ ରହିବା ଜରୁରୀ। କରୋନା ମାର୍ଗଦର୍ଶିକା ପାଳନ ସହିତ ସଚେତନ ରହିବା ଗୁରୁତ୍ୱପୂର୍ଣ୍ଣ। ବିଶ୍ୱ ସ୍ବାସ୍ଥ୍ୟ ସଂଗଠନର ମୁଖ୍ୟ ଟେଡ୍ରୋସ ଆଧାନୋମ ଘେବ୍ରେୟିସସ କରୋନା ମହାମାରୀ ବିଷୟରେ ଏଭଳି ସୂଚନା ଦେଇ ପୁଣି ଥରେ ଚେତାବନୀ ଦେଇଛନ୍ତି।

ଏହି ସଙ୍କଟର ମୁକାବିଲା ପାଇଁ ଜନସ୍ବାସ୍ଥ୍ୟ ଉପକରଣକୁ ଫଳପ୍ରଦ ଭାବରେ ବ୍ୟବହାର କରିବାର ଆବଶ୍ୟକତା ରହିଛି । ସେ କହିଛନ୍ତି ଯେ ଯେତେବେଳେ ବିଶ୍ୱ ଏହାକୁ ସମାପ୍ତ କରିବାକୁ ଚାହିଁବ ସେତେବେଳେ ମହାମାରୀର ଅନ୍ତ ଘଟିବ। ଏହାର ସମାଧାନ ଆମମାନଙ୍କ ହାତରେ ରହିଛି। ଆମର ଆବଶ୍ୟକ ସମସ୍ତ ଉପକରଣ ଅଛି। କିନ୍ତୁ ପୃଥିବୀର ବିଭିନ୍ନ ଅଞ୍ଚଳରେ ସେହି ଉପକରଣଗୁଡ଼ିକୁ ଭଲ ଭାବରେ ବ୍ୟବହାର କରାଯାଇନାହିଁ ।

ବର୍ଲିନରେ ଅନୁଷ୍ଠିତ ହୋଇଥିବା ବିଶ୍ୱ ସ୍ବାସ୍ଥ୍ୟ ସମ୍ମିଳନୀକୁ ସମ୍ବୋଧିତ କରି ସେ ଏହା କହିଛନ୍ତି। ଟିକାକରଣକୁ ତ୍ୱରାନ୍ବିତ କରିବାକୁ ସେ ଜି-୨୦ ଦେଶ ସମୂହକୁ ନିବେଦନ କରିଛନ୍ତି। ଜି -୨୦ ଦେଶମାନେ ସେମାନଙ୍କର ୪୦ ପ୍ରତିଶତ ଜନସଂଖ୍ୟାକୁ କୋଭାକ୍ସ୍‌ ମେକାନିଜିମ୍‌କୁ ଗ୍ରହଣ କରିବା ସହିତ ଆଫ୍ରିକୀୟ ଭ୍ୟାକ୍ସିନ ଅଧିଗ୍ରହଣ ଟ୍ରଷ୍ଟ (ଏଭିଏଟି)ରେ ସକ୍ରିୟ ଭାବରେ ସାମିଲ ହେବାକୁ ଅନୁରୋଧ କରିଛନ୍ତି।

କରୋନା ଟିକାର ସହଜ ବିତରଣ ପାଇଁ ୮୦୦ କୋଟି ଡଲାର ସଂଗ୍ରହ କରିବା ଲାଗି ସେ ଜି-୨୦ ରାଷ୍ଟ୍ରଙ୍କୁ ପରାମର୍ଶ ଦେଇଛନ୍ତିି। ଏହାଦ୍ୱାରା ପୃଥିବୀର ଗରିବ ଦେଶଙ୍କ ପାଖରେ ଟିକା ପହଞ୍ଚିପାରିବ। ଫଳରେ କରୋନା ମହାମାରୀ ସହିତ ଲଢ଼େଇ ପ୍ରଭାବଶାଳୀ ହୋଇ ପାରିବ ବୋଲି ସେ ଗୁରୁତ୍ୱାରୋପ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଡେବ୍ୟୁ ମ୍ୟାଚରେ କମାଲ କଲେ କୁପର କନୋଲି; ଗୁଜରାଟ ମୁହଁରୁ ବିଜୟ ଛଡ଼ାଇ ଆଣିଲା ପଞ୍ଜାବ

ନୂଆଦିଲ୍ଲୀ,୩୧।୩: ଆଇପିଏଲ୍‌ ୨୦୨୫ର ଉପବିଜେତା ପଞ୍ଜାବ କିଙ୍ଗସ ନୂଆ ସିଜନ୍‌ରେ ନିଜର ବିଜୟ ଯାତ୍ରା ଆରମ୍ଭ କରିଛି। ଶ୍ରେୟସ ଆୟରଙ୍କ ନେତୃତ୍ୱାଧୀନ ପଞ୍ଜାବ ଟିମ ଏକ କଡ଼ା…

ନିଜ ହାତରେ ବାସନ ଧୋଇଲେ ପ୍ରିୟଙ୍କା ଚୋପ୍ରା; ସ୍ୱର୍ଣ୍ଣ ମନ୍ଦିରରେ ସେବା କରି ଜିତିଲେ କୋଟି କୋଟି ପ୍ରଶଂସକଙ୍କ ମନ

ଅମୃତସର: ବଲିଉଡରୁ ହଲିଉଡ ପର୍ଯ୍ୟନ୍ତ ନିଜର ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଥିବା ଅଭିନେତ୍ରୀ ପ୍ରିୟଙ୍କା ଚୋପ୍ରା ଏବେ ଭାରତ ଗସ୍ତରେ ଅଛନ୍ତି। ନିକଟରେ ସେ ଅମୃତସରର ପବିତ୍ର…

ଭାରତ-ଚାଇନା ସମ୍ପର୍କରେ ନୂଆ ଅଧ୍ୟାୟ: ଆକାଶ ମାର୍ଗରେ ଯୋଡ଼ିହେବେ ଦୁଇ ପ୍ରତିଦ୍ୱନ୍ଦ୍ୱୀ, ସାଂଘାଇ ସହିତ…

ନୂଆଦିଲ୍ଲୀ/ସାଂଘାଇ,୩୧।୩: ଭାରତ ଏବଂ ଚାଇନା ମଧ୍ୟରେ କୋଭିଡ ମହାମାରୀ ଏବଂ ଥିବା କୂଟନୈତିକ ତିକ୍ତତା ଯୋଗୁ ଦୀର୍ଘ ଦିନ ଧରି ବନ୍ଦ ରହିଥିବା ବିମାନ ସେବା ଏବେ…

ପେଟ୍ରୋଲ, ଡିଜେଲ, ଗ୍ୟାସ ଅଭାବକୁ ନେଇ ବଡ଼ କଥା କହିଦେଲେ ମୁଖ୍ୟମନ୍ତ୍ରୀ, ରାଜ୍ୟବାସୀ…

ଭୁବନେଶ୍ୱର, ୩୧।୩: ମଧ୍ୟପ୍ରାଚ୍ୟରେ ଲାଗିରହିଥିବା ଯୁଦ୍ଧ ପରିସ୍ଥିତି ଏବଂ ଏହାର ସମ୍ଭାବ୍ୟ ପ୍ରଭାବକୁ ନେଇ ଓଡ଼ିଶା ସରକାର ସମ୍ପୂର୍ଣ୍ଣ ସଜାଗ ଅଛନ୍ତି। ବିଧାନସଭାରେ ବ୍ୟୟ ମଞ୍ଜୁରୀ ବିଲ…

ଟ୍ରମ୍ପଙ୍କ ଚେତାବନୀ…’ତେଲ ଦରକାର ତ ଆମଠୁ କିଣ, ନଚେତ୍ ହର୍ମୁଜ୍‌କୁ ନିଜେ ଦଖଲ କର’

ୱାଶିଂଟନ,୩୧।୩: ଇରାନ ଯୁଦ୍ଧ ମଧ୍ୟରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ନିଜର ସହଯୋଗୀ ଦେଶମାନଙ୍କ ଉପରେ ବର୍ଷିଛନ୍ତି। ଯୁଦ୍ଧରେ ବ୍ୟାକଫୁଟକୁ ଯିବା ପରେ ରାଗିଯାଇ ଟ୍ରମ୍ପ ନିଜର…

ଶିବମ୍‌ ଦୁବେଙ୍କୁ ଆଉଟ କରିବା ପରେ କାହିଁକି ‘ଗନ୍‌-ସଟ୍‌’ ସେଲିବ୍ରେଶନ କରିଥିଲେ ଜାଡେଜା? ନିଜେ କଲେ ବଡ଼ ଖୁଲାସା

ନୂଆଦିଲ୍ଲୀ,୩୧।୩: ସୋମବାର ଖେଳାଯାଇଥିବା ହାଇଭୋଲଟେଜ ମ୍ୟାଚ୍‌ରେ ରାଜସ୍ଥାନ ରୟାଲ୍ସ (RR)ର ଷ୍ଟାର୍‌ ଅଲରାଉଣ୍ଡର ରବୀନ୍ଦ୍ର ଜାଡେଜା ନିଜର ପୁରୁଣା ଟିମ ଚେନ୍ନାଇ ସୁପର କିଙ୍ଗସ (CSK) ବିପକ୍ଷରେ…

LIVE ମ୍ୟାଚ୍‌ରେ ଭୋ ଭୋ ହୋଇ କାନ୍ଦି ପକାଇଲେ ଜାଡେଜା, CSK ଲୋଗୋକୁ କଲେ ଚୁମ୍ବନ; ପ୍ରଶଂସକଙ୍କୁ ଭାବବିହ୍ବଳ କରୁଛି VIDEO 

ଅହମ୍ମଦାବାଦ,୩୧।୩: ଚେନ୍ନାଇ ସୁପର କିଙ୍ଗସ (CSK)  ସହ ରବୀନ୍ଦ୍ର ଜାଡେଜା ଦୀର୍ଘ ବର୍ଷ ଧରି ଜଡ଼ିତ ହୋଇ ରହିଥିଲେ। କିନ୍ତୁ ଆଇପିଏଲ ୨୦୨୬ରେ ଏହି ସମୀକରଣ ବଦଳି…

ବୈଭବ ସୂର୍ଯ୍ୟବଂଶୀ କାହିଁକି ତାଙ୍କ ଜନ୍ମଦିନର କେକ କାଟିଲେ ନାହିଁ? CSK ହାରିବା ପରେ କହିଲେ ପ୍ରକୃତ କାରଣ

ନୂଆଦିଲ୍ଲୀ,୩୧।୩: ୨୦୨୬ ଆଇପିଏଲ ସିଜିନରେ, ରାଜସ୍ଥାନ ରୟାଲ୍ସ CSK ବିପକ୍ଷରେ ସେମାନଙ୍କର ପ୍ରଥମ ମ୍ୟାଚ ୮ ୱିକେଟରେ ଜିତିଥିଲା। ଏହି ଖେଳରେ, RR ର ଯୁବ ସେନସେସନ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri