ଟେକ୍ନୋଲୋଜି କ୍ଷେତ୍ରରେ ଝିଅମାନଙ୍କ ସମାନ ଭାଗୀଦାରି ରହୁ: ଈଶା

ଭୁବନେଶ୍ୱର,୧୬।୫ (ଅଭୟ ଦାଶ): ଚତୁର୍ଥ ଶିଳ୍ପ ବିପ୍ଳବର ଏହି ଡିଜିଟାଲ ଯୁଗରେ ଯଦି ଭାରତକୁ ବିଶ୍ୱର ଅଗ୍ରଣୀ ଭାବେ ଉଭା ହେବାର ଅଛି,ତେବେ ଝିଅମାନଙ୍କୁ ଆଗକୁ ଆଣିବାକୁ ପଡ଼ିବ। ଏପରିକି ବିଜ୍ଞାନ, ପ୍ରଯୁକ୍ତିବିଦ୍ୟା, ଇଞ୍ଜିନିୟରିଂ ସହ ସୂଚନା ଏବଂ ସଞ୍ଚାର ପ୍ରଯୁକ୍ତିବିଦ୍ୟା କ୍ଷେତ୍ରରେ ଝିଅମାନଙ୍କ ଅଂଶ ଗ୍ରହଣକୁ ବୃଦ୍ଧି କରିବାକୁ ପଡ଼ିବ ବୋଲି ଦୂରସଞ୍ଚାର ବିଭାଗ ଦ୍ୱାରା ଆୟୋଜିତ ‘ଗାର୍ଲସ ଇନ୍‌ ଆଇସିଟି ଇଣ୍ଡିଆ-୨୦୨୪’ ଶୀର୍ଷକ ଆଲୋଚନା ଚକ୍ରରେ ଝିଅମାନଙ୍କୁ ସମ୍ବୋଧନକରି ରିଲାଏନ୍ସ ଇଣ୍ଡଷ୍ଟ୍ରିଜ୍‌ ଲିମିଟେଡ୍‌ର ନିର୍ଦ୍ଦେଶିକା ଈଶା ଅମ୍ବାନୀ ଏହା କହିବା ସହ ସେମାନଙ୍କୁ ଟେକ୍ନୋଲୋଜିକୁ କ୍ୟାରିୟର ଭାବେ ବାଛିବା ପାଇଁ ଉତ୍ସାହିତ କରିଥିଲେ। ଟେକ୍ନୋଲୋଜି କ୍ଷେତ୍ରରେ ମହିଳା ଓ ପୁରୁଷଙ୍କ ଅନୁପାତ ସମାନ ହେବା ଉଚିତ ଏବଂ ଏଥିପାଇଁ ଆମକୁ ଆହୁରି ଅନେକ ବାଟ ଅତିକ୍ରମ କରିବାକୁ ବାକି ଅଛି ବୋଲି ଈଶା କହିଛନ୍ତି।

ଉଲ୍ଲେଖଯୋଗ୍ୟ, ଭାରତ ସରକାରଙ୍କ ଦୂରସଞ୍ଚାର ବିଭାଗ, ଅନ୍ତର୍ଜାତୀୟ ଦୂରସଞ୍ଚାର ସଂଘ (ଦକ୍ଷିଣ ଏସିଆ), ଇନୋଭେସନ୍‌ ସେଣ୍ଟର-ଦିଲ୍ଲୀ ଏବଂ ଜାତିସଂଘର ଅନ୍ୟ ଏଜେନ୍ସିମାନଙ୍କ ଦ୍ୱାରା ମିଳିତ ଭାବେ ‘ସୂଚନା ଏବଂ ଯୋଗାଯୋଗ ପ୍ରଯୁକ୍ତି କ୍ଷେତ୍ରରେ ଝିଅ ଭାରତ-୨୦୨୪’ ଆୟୋଜିତ ହୋଇଥିଲା। ସେହିଭଳି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନେତୃତ୍ୱକୁ ପ୍ରଶଂସାକରି ଈଶା କହିଥିଲେ,ସରକାର ଆବଶ୍ୟକ ସୁଧାର କରୁଛନ୍ତି ଏବଂ ଏହାର ସୁଫଳ ମଧ୍ୟ ଦେଖିବାକୁ ମିଳୁଛି। ବିଗତ ଦଶନ୍ଧିରେ ଟେକ୍ନୋଲୋଜି କ୍ଷେତ୍ରରେ ମହିଳାଙ୍କ ପ୍ରତିନିଧିତ୍ୱ ୬% ବୃଦ୍ଧି ପାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ୟୁରୋପ, ଆମେରିକା ପରେ ଭାରତ ଟାର୍ଗେଟରେ ଏସବୁ ଧନୀ ଦେଶ; ଖୁବଶୀଘ୍ର ହେବ ବାଣିଜ୍ୟ ଚୁକ୍ତି

ନୂଆଦିଲ୍ଲୀ,୫।୨: ଅନେକ ଆଲୋଚନା ପରେ ଭାରତ ୟୁରୋପ, ଆମେରିକା ସହିତ ବାଣିଜ୍ୟ ଚୁକ୍ତି କରିବାରେ ସଫଳ ହୋଇଛି। ଏହି ଚୁକ୍ତି ଭାରତ ଅର୍ଥନୀତି ପାଇଁ ଖୁବ ସୁଯୋଗ…

Baba Venga: ଡରାଉଛି ବାବା ଭେଙ୍ଗାଙ୍କ ଭବିଷ୍ୟବାଣୀ; ୨୦୨୬ରେ ବଢିବ ନା ଶସ୍ତା ହେବ ସୁନା?

ପ୍ରସିଦ୍ଧ ବୁଲଗେରିଆନ୍ ଭବିଷ୍ୟବ୍ୟକ୍ତା ବାବା ଭେଙ୍ଗା, ଚଳିତ ବର୍ଷ ପାଇଁ ଅନେକ ଭୟଙ୍କର ଚେତାବନୀ ଦେଇଥିଲେ। ସେ ଭବିଷ୍ୟବାଣୀ କରିଥିଲେ ଯେ ବିଶ୍ୱ ଏକ ଗମ୍ଭୀର ଆର୍ଥିକ…

ହୋଲି-ଦୀପାବଳିରେ ମାଗଣା ଗ୍ୟାସ ସିଲିଣ୍ଡର; ଜାଣନ୍ତୁ ଆପଣଙ୍କୁ କିପରି ମିଳିବ ଲାଭ…

ନୂଆଦିଲ୍ଲୀ,୫।୨: ଯଦି ଆପଣ ଦିଲ୍ଲୀରେ ରହୁଛନ୍ତି, ତେବେ ଆପଣଙ୍କ ପାଇଁ ଏକ ଖୁସି ଖବର। ଦିଲ୍ଲୀର ରେଖା ଗୁପ୍ତା ସରକାର ନିଜର ନିର୍ୱାଚନୀ ପ୍ରତିଶ୍ରୁତି ପୂରଣ କରି…

UPI New Rules: ବଦଳିଲା UPI ଟ୍ରାଞ୍ଜାକ୍ସନ ପଦ୍ଧତି, ଜାଣନ୍ତୁ କେଉଁମାନେ ହେବେ ପ୍ରଭାବିତ

ନୂଆଦିଲ୍ଲୀ,୫।୨: ଭାରତରେ ଡିଜିଟାଲ ପେମେଣ୍ଟ ଆମ ଦୈନନ୍ଦିନ ଜୀବନର ଏକ ଅବିଚ୍ଛେଦ୍ୟ ଅଂଶ ପାଲଟିଛି। ପନିପରିବା କିଣିବା ଠାରୁ ଆରମ୍ଭ କରି ଅନଲାଇନ ସପିଂ, ବିଦ୍ୟୁତ୍‌ ବିଲ…

ଏବେ ବି ଆପଣଙ୍କ ପାଖରେ ଅଛି କି ୨୦୦୦ ଟଙ୍କିଆ ନୋଟ: ଆସିଲା ବଡ଼ ଅପଡେଟ୍‌

ନୂଆଦିଲ୍ଲୀ,୫।୨: ଯଦି ଆପଣଙ୍କ ପାଖରେ ଏବେ ବି ୨୦୦୦ ଟଙ୍କିଆ ନୋଟ ଅଛି, ତେବେ ଭବିଷ୍ୟତରେ ଏହାକୁ ବ୍ୟବହାର କରିବା କଷ୍ଟକର ହୋଇଯିବ। ନଭେମ୍ବର ୨୦୧୬ରେ ସରକାର…

ଭାରତରେ ‘ଡାଟା ସେଣ୍ଟର’ ଆଣିବ ନିଯୁକ୍ତିର ସୁଅ: ଇଣ୍ଟରନେଟ୍ ଯୁଗ ପରି ଆସିବ ବିପ୍ଳବ

ନୂଆଦିଲ୍ଲୀ,୪ା୨: ଭାରତରେ ନିଯୁକ୍ତିର ବନ୍ୟା ସୃଷ୍ଟି କରିବ ଆର୍ଟିଫିସିଆଲ୍ ଇଣ୍ଟେଲିଜେନ୍ସ (AI)। ଆଗାମୀ ଦିନରେ ‘ଡାଟା ସେଣ୍ଟର’ଗୁଡ଼ିକ ବ୍ୟାପକ ନିଯୁକ୍ତି ସୁଯୋଗ ସୃଷ୍ଟି କରିବ। ପୂର୍ବରୁ ଦେଶରେ…

ଏହି ସ୍ଥାନରେ ଏବେ ବି ଶସ୍ତାରେ ମିଳୁଛି ସୁନା, ଭାରତ ତୁଳନାରେ ଏତେ କମ୍‌…

ନୂଆଦିଲ୍ଲୀ,୪।୨: ପ୍ରତିଦିନ ସୁନାର ମୂଲ୍ୟ ବଦଳୁଛି। ବଜେଟ ଦିନ, ଫେବୃଆରୀ 1 ଏବଂ 2 ରେ ଏକ ବଡ଼ ହ୍ରାସ ପରେ, ସୁନାର ମୂଲ୍ୟ ପୁଣି ଥରେ…

ବଡ଼ ଘୋଷଣା: ଏହି ରୁଟ୍‌ର ଟ୍ରେନ କ୍ୟାନସଲ୍‌, ଦେଖନ୍ତୁ ଲିଷ୍ଟ…

ନୂଆଦିଲ୍ଲୀ,୪।୨: ପ୍ରତିଦିନ ସାରା ଦେଶରେ ଲକ୍ଷ ଲକ୍ଷ ଯାତ୍ରୀ ଟ୍ରେନରେ ଯାତ୍ରା କରନ୍ତି ଏବଂ ଏକ ବଡ଼ ସଂଖ୍ୟାରେ ଉତ୍ତରାଖଣ୍ଡ ଏବଂ ଉତ୍ତର ପ୍ରଦେଶ ମଧ୍ୟରେ ଯାତ୍ରା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri