୧୧ ଘଣ୍ଟାରେ ବଦଳିଗଲା ସମୀକରଣ…

ମସ୍କୋ/ଓ୍ବାଶିଂଟନ,୨୨।୨ : ରୁଷିଆ ୟୁକ୍ରେନ୍‌ ମଧ୍ୟରେ ତିକ୍ତତା ବଢ଼ିବାରେ ଲାଗିଛି। ମାତ୍ର ୧୧ ଘଣ୍ଟା ମଧ୍ୟରେ ସମୀକରଣ ବଦଳି ଯାଇଛି। ସୋମବାର ସକାଳେ ଆମେରିକା ରାଷ୍ଟ୍ରପତି ଶାନ୍ତି ଆଲୋଚନା ପାଇଁ ପ୍ରସ୍ତାବ ଦେଇଥିଲେ। ମାତ୍ର ବିଳିମ୍ବିତ ରାତିରେ ରୁଷିଆ ରାଷ୍ଟ୍ରପତି ବ୍ଲାଡିମୀର ପୁଟିନ୍‌ ଯୁଦ୍ଧ ପାଇଁ ନିର୍ଦ୍ଦେଶ ଦେଇଛନ୍ତି। ଏହା ପୂର୍ବରୁ ଆମେରିକା ଗୁପ୍ତଚର ସଂସ୍ଥା ଦାବି କରିଥିଲେ ଯେ, ପୁଟିନ୍‌ ଆକ୍ରମଣ କରିବାକୁ ନିର୍ଦ୍ଦେଶ ଦେଇସାରିଛନ୍ତି।

ରାତି ୧୧ଟାରେ ପୁଟିନ୍‌ ରୁଷିଆ ସମର୍ଥିତ ବିଦ୍ରୋହୀଙ୍କ ଦ୍ୱାରା ଅଧିକୃତ ଡୋନୋତସ୍କ୍‌ ଏବଂ ଲହାଂସ୍କ ସହରକୁ ସ୍ବତନ୍ତ୍ର ଘୋଷଣା କରିଛନ୍ତି। ଏହା ଦ୍ୱାରା ଯୁଦ୍ଧ ଘୋଷଣା ସ୍ପଷ୍ଟ ହୋଇଛି। ଏହାପରେ ପୁଟିନ୍‌ ପ୍ରତିରକ୍ଷା ମନ୍ତ୍ରଣାଳୟକୁ ଏହି ଦୁଇ ସହରରେ ଶାନ୍ତି ଅଭିଯାନ ଆରମ୍ଭ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି।

ଗୋଟିଏ ଦିନ ପୂର୍ବରୁ ୟୁକ୍ରେନ ରାଷ୍ଟ୍ରପତି ଭୋଲୋଡିମିର ଜେଲେନସ୍କି ରୁଷର ରାଷ୍ଟ୍ରପତି ବ୍ଲାଡ଼ିମୀର ପୁଟିନଙ୍କ ସହିତ ସମସ୍ୟାର ସମାଧାନ ପାଇଁ ପ୍ରସ୍ତାବ ଦେଇଥିଲେ। କିନ୍ତୁ ତାହା କାମ ଦେଇନାହିଁ। ଯୁଦ୍ଧ ଘୋଷଣା ପୂର୍ବରୁ ଇତିମଧ୍ୟରେ ରୁଷିଆ ୟୁକ୍ରେନ୍‌ ବିରୋଧରେ ଅପରେଶନ୍‌ ଜେଡ୍‌ ଆରମ୍ଭ କରି ସାରିଛି।

ବ୍ରିଟିଶ ଖବରକାଗଜ ଡେଲି ମେଲର ରିପୋର୍ଟ ଅନୁଯାୟୀ, ରୁଷିଆର ଏହି ଅପରେଶନରେ ବ୍ୟବହୃତ ତୋପ ଗୁଡ଼ିକରେ ଇଂଲିଶ୍‌ରେ ‘ଜେଡ୍‌’ ଅକ୍ଷର ଳେଖାଯାଇଛି। ‘ଜେଡ୍‌’ ଅକ୍ଷର କେବଳ ତୋପ ଉପରେ ନୁହେଁ, ବନ୍ଧୁକ, ଇନ୍ଧନ ଟ୍ରକ ଏବଂ ପରିବହନ ଯାନ ଉପରେ ମଧ୍ୟ ଲେଖାଯାଇଛି।

ଗଣମାଧ୍ୟମର ରିପୋର୍ଟ ଅନୁଯାୟୀ, ୟୁକ୍ରେନ ସୀମାବର୍ତ୍ତୀ କୁର୍ସ୍କ ନିକଟରେ ଏବଂ ବେଲଗୋରୋଡଠାରେ ରୁଷିଆର ତୋପ ଏବଂ ସୈନ୍ୟ ଦଳଙ୍କୁ ଦେଖିବାକୁ ମିଳିଛି। ପ୍ରାୟ ୨୦୦ ରୁଷୀୟ ସାମରିକ ଯାନଗୁଡ଼ିକ ଉପରେ ‘ଜେଡ୍‌’ ଲେଖା ଯାଇଛି। ଯାହା ତରବରିଆ ଭାବେ ଚିହ୍ନିତ ହୋଇଥିବାର ଅନୁମାନ କରାଯାଉଛି। ଏଭଳି ଚିହ୍ନ ଦ୍ୱାରା ଶତ୍ରୁ ଏବଂ ମିତ୍ର ମଧ୍ୟରେ ପାର୍ଥକ୍ୟ ଜାଣି ହେବ ବୋଲି କୁହାଯାଉଛି। କାରଣ ୟୁକ୍ରେନ୍‌ ଏବଂ ରୁଷିଆ ପାଖରେ ସମାନ ପ୍ରକାର ଯୁଦ୍ଧ ଉପକରଣ ରହିଛି। ତେଣୁ ରୁଷିଆ ପକ୍ଷରୁ ଏଭଳି ପଦକ୍ଷେପ ଗ୍ରହଣ କରାଯାଇଛି।

 


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରମ୍ପଙ୍କ ଚେତାବନୀ…’ତେଲ ଦରକାର ତ ଆମଠୁ କିଣ, ନଚେତ୍ ହର୍ମୁଜ୍‌କୁ ନିଜେ ଦଖଲ କର’

ୱାଶିଂଟନ,୩୧।୩: ଇରାନ ଯୁଦ୍ଧ ମଧ୍ୟରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ନିଜର ସହଯୋଗୀ ଦେଶମାନଙ୍କ ଉପରେ ବର୍ଷିଛନ୍ତି। ଯୁଦ୍ଧରେ ବ୍ୟାକଫୁଟକୁ ଯିବା ପରେ ରାଗିଯାଇ ଟ୍ରମ୍ପ ନିଜର…

ଶିବମ୍‌ ଦୁବେଙ୍କୁ ଆଉଟ କରିବା ପରେ କାହିଁକି ‘ଗନ୍‌-ସଟ୍‌’ ସେଲିବ୍ରେଶନ କରିଥିଲେ ଜାଡେଜା? ନିଜେ କଲେ ବଡ଼ ଖୁଲାସା

ନୂଆଦିଲ୍ଲୀ,୩୧।୩: ସୋମବାର ଖେଳାଯାଇଥିବା ହାଇଭୋଲଟେଜ ମ୍ୟାଚ୍‌ରେ ରାଜସ୍ଥାନ ରୟାଲ୍ସ (RR)ର ଷ୍ଟାର୍‌ ଅଲରାଉଣ୍ଡର ରବୀନ୍ଦ୍ର ଜାଡେଜା ନିଜର ପୁରୁଣା ଟିମ ଚେନ୍ନାଇ ସୁପର କିଙ୍ଗସ (CSK) ବିପକ୍ଷରେ…

LIVE ମ୍ୟାଚ୍‌ରେ ଭୋ ଭୋ ହୋଇ କାନ୍ଦି ପକାଇଲେ ଜାଡେଜା, CSK ଲୋଗୋକୁ କଲେ ଚୁମ୍ବନ; ପ୍ରଶଂସକଙ୍କୁ ଭାବବିହ୍ବଳ କରୁଛି VIDEO 

ଅହମ୍ମଦାବାଦ,୩୧।୩: ଚେନ୍ନାଇ ସୁପର କିଙ୍ଗସ (CSK)  ସହ ରବୀନ୍ଦ୍ର ଜାଡେଜା ଦୀର୍ଘ ବର୍ଷ ଧରି ଜଡ଼ିତ ହୋଇ ରହିଥିଲେ। କିନ୍ତୁ ଆଇପିଏଲ ୨୦୨୬ରେ ଏହି ସମୀକରଣ ବଦଳି…

ବୈଭବ ସୂର୍ଯ୍ୟବଂଶୀ କାହିଁକି ତାଙ୍କ ଜନ୍ମଦିନର କେକ କାଟିଲେ ନାହିଁ? CSK ହାରିବା ପରେ କହିଲେ ପ୍ରକୃତ କାରଣ

ନୂଆଦିଲ୍ଲୀ,୩୧।୩: ୨୦୨୬ ଆଇପିଏଲ ସିଜିନରେ, ରାଜସ୍ଥାନ ରୟାଲ୍ସ CSK ବିପକ୍ଷରେ ସେମାନଙ୍କର ପ୍ରଥମ ମ୍ୟାଚ ୮ ୱିକେଟରେ ଜିତିଥିଲା। ଏହି ଖେଳରେ, RR ର ଯୁବ ସେନସେସନ,…

ବାଇକରେ ଘରକୁ ଫେରିବା ବେଳେ ଧକ୍କା ଦେଲା ପଥର ବୋଝେଇ ଟ୍ରାକ୍ଟର, ଅକାଳରେ ୨ଯୁବକଙ୍କ ମୃତ୍ୟୁ

ଦିଗପହଣ୍ଡି,୩୧।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି – ଘୋଡ଼ାହାଡ଼ ଡ଼୍ୟାମ ମୁଖ୍ୟରାସ୍ତାର ଭୁଶୁଣ୍ଡା ଗ୍ରାମ ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ମଙ୍ଗଳବାର ମଧ୍ୟାହ୍ନ ପ୍ରାୟ…

ଭାଜପାରେ ଯୋଗଦେଲେ ଲିଆଣ୍ଡର ପେସ: ଟିଏମସିକୁ ବଡ଼ ଝଟ୍‌କା

କୋଲକାତା,୩୧।୩:ପଶ୍ଚିମବଙ୍ଗରେ ବିଧାନସଭା ନିର୍ବାଚନକୁ ନେଇ ରାଜନୀତି ସରଗରମ ରହିଛି। ଏହି ସମୟରେ ଟିଏମସିକୁ ଏକ ଝଟ୍‌କା ଲାଗିଛି। ପୂର୍ବତନ ଟେନିସ ତାରକା ତଥା ଟିଏମ୍‌ସି ନେତା ଲିଆଣ୍ଡର…

ପାଇଖାନା ସେଣ୍ଟ୍ରିଂ ଖୋଲିବା ହେଲା କାଳ, ଶ୍ୱାସରୁଦ୍ଧ ହୋଇ ଚାଲିଗଲା ୨ ଜୀବନ

କୁଚିଣ୍ଡା,୩୧।୩(ବିରଞ୍ଚି ଦର୍କା): ସମ୍ବଲପୁର ଜିଲା ବାମରା ଵ୍ଲକ ମହୁଲପାଲି ଥାନା ଅନ୍ତର୍ଗତ କେଶାଇବାହାଲରେ ଅଭାବନୀୟ ଘଟଣା । ପାଇଖାନା ଟାଙ୍କି ସେଣ୍ଟ୍ରିଙ୍ଗ ଖୋଲିବା ସମୟରେ ଶ୍ୱାସରୁଦ୍ଧ ହୋଇ…

ଡାହାଣୀ ସନ୍ଦେହରେ ଯୁବକଙ୍କୁ ସଂଘବଦ୍ଧ ହତ୍ୟା, ୪ଜଣ…….

ସୁନ୍ଦରଗଡ,୩୧।୩(ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ ସଦର ଥାନା ଅନ୍ତର୍ଗତ ସାନ ପତ୍ରା ପାଲି କେନ୍ଦାମାଲରେ ଅଭାବନୀୟ ଘଟଣା । ମଙ୍ଗଳବାର ଦିନ ଡାହାଣୀ ସନ୍ଦେହରେ ଜଣଙ୍କୁ ସଙ୍ଘବଦ୍ଧ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri