କ୍ରିଟିକାଲ କେୟାର ବ୍ଲକରୁ ଯନ୍ତ୍ରପାତି ଚୋରି: କାର୍ଯ୍ୟାନୁଷ୍ଠାନ ଦାବି କଲା AAP

ବରଗଡ଼,୨୪ା୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ମୁଖ୍ୟ ଚିକିତ୍ସାଳୟ ପରିସରରେ ରହିଥିବା କ୍ରିଟିକାଲ କେୟାର ବ୍ଲକରୁ ଯନ୍ତ୍ରପାତି ଚୋରି ଘଟଣା ହଇଚଇ ସୃଷ୍ଟି କରିଛି। ପୋଲିସ ଏହାର ଥଳକୂଳ ପାଇ ପାରି ନ ଥିବାବେଳେ ଆମ୍‌ ଆଦ୍‌ମୀ ପାର୍ଟି(ଏଏପି) ଏହାର ଉଚ୍ଚସ୍ତରୀୟ ତଦନ୍ତ ସହିତ ଦୃଢ କାର୍ଯ୍ୟାନୁଷ୍ଠାନ ଦାବି କରିଛି। ଏହି କ୍ରମରେ ବୁଧବାର ଏଏପି ପକ୍ଷରୁ ବରଗଡ଼ ଜିଲାପାଳଙ୍କୁ ଏକ ଦାବିପତ୍ର ପ୍ରଦାନ କରାଯାଇଛି। ଅତିରିକ୍ତ ଜିଲାପାଳ ମଧୁଛନ୍ଦା ସାହୁ ଦାବିପତ୍ର ଗ୍ରହଣ କରିଥିଲେ। ଗତବର୍ଷ ଅକ୍ଟୋବର ମାସ ୨୯ତାରିଖ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଭିଡିଓ କନ୍‌ଫରେନ୍ସିଂ ଜରିଆରେ ଉକ୍ତ କ୍ରିଟିକାଲ କେୟାର ବ୍ଲକକୁ ଲୋକାର୍ପିତ କରିଥିଲେ। ତେବେ ଏଠାରୁ ଲୋକେ ସେବା ପାଇ ପାରି ନ ଥିବାବେଳେ ଏଠାରେ ଲାଗିଥିବା ବିଭିନ୍ନ ଆଧୁନିକ ଯନ୍ତ୍ରପାତି ସହିତ, ସେଣ୍ଟ୍ରାଲ ଏସି, ପାଣି ଟ୍ୟାପ୍‌, ଆକ୍ବାଗାର୍ଡ ଆଦି ଚୋରି ହୋଇଯାଇଛି । ତେବେ ଏଠାରେ ବହୁ ସୁରକ୍ଷାକର୍ମୀ, ୨ଜଣ ମ୍ୟାନେଜର ଓ ଗୋଟିଏ ପୋଲିସ ଫାଣ୍ଡି ରହିଛି, ହେଲେ କେହି ମଧ୍ୟ ଚୋର ଧରା ନ ପଡ଼ିବା ଏବଂ ଚୋରି ହୋଇଥିବା ସାମଗ୍ରୀ ନେଇ ଟେର୍‌ ସୁଦ୍ଧା ନ ପାଇବା ପୋଲିସର କାର୍ଯ୍ୟଦକ୍ଷତାକୁ ପଦାରେ ପକାଇ ଦେଇଛି। ଦାବିପତ୍ର ପ୍ରଦାନ ସମୟରେ ଏଏପିର ରାଜ୍ୟ ସମ୍ପାଦକ ଭବାନୀ ସାହୁ, ଜିଲା ସଭାନେତ୍ରୀ ମରୀୟମ ବାର୍ଲା, କାର୍ଯ୍ୟକାରିଣୀ ସଦସ୍ୟ ଅସିତ ସାହୁ, ଯୁବ ସମ୍ପାଦକ ପୌଲସ୍ତ୍ୟ ସାହା ପ୍ରମୁଖ ଉପସ୍ଥିତ ଥିଲେ। କ୍ରିଟିକାଲ କେୟାର ବ୍ଲକରେ ହୋଇଥିବା ଚୋରି ଘଟଣା ଉପରେ କାର୍ଯ୍ୟାନୁଷ୍ଠାନ ନ ହେଲେ ବରଗଡ଼ରେ ଜନ ଆନ୍ଦୋଳନ କରାଯିବ ବୋଲି ଏଏପି ଚେତାବନୀ ଦେଇଛି।


Enter your email to get our daily news in your inbox.

All Right Reserved By Dharitri.Com

‘CJPରେ ଯୋଗଦିଅ,୫୦ ହଜାର ମାସକୁ ପାଅ’! ସିନିୟର ମେମ୍ବର ହେବାକୁ…

ନୂଆଦିଲ୍ଲୀ,୩୦।୭: ‘କକ୍ରୋଚ୍ ଜନତା ପାର୍ଟି’ (CJP) ନାମରେ ସୋସିଆଲ ମିଡିଆରେ ଚାଲିଥିବା ଏକ କଥିତ ନକଲି ଅଭିଯାନ ସାମ୍ନାକୁ ଆସିଛି । ଯାହା ଗୁଇନ୍ଦା ସଂସ୍ଥାଗୁଡ଼ିକୁ ସତର୍କ…

ରାଜ୍ୟ ସରକାରଙ୍କ ବଡ଼ ଘୋଷଣା, ମଧ୍ୟାହ୍ନ ଭୋଜନରେ ମିଳିବ ଚିକେନ ବିରିୟାନି!

ଚେନ୍ନାଇ,୩୦।୭: ତାମିଲନାଡୁ ସରକାରଙ୍କ ମଧ୍ୟାହ୍ନ ଭୋଜନ ଯୋଜନାରେ ଏକ ବଡ଼ ପରିବର୍ତ୍ତନ ଦେଖାଯାଇପାରେ । ରାଜ୍ୟ ସ୍କୁଲ ଶିକ୍ଷା ମନ୍ତ୍ରୀ ରାଜମୋହନ କହିଛନ୍ତି ଯେ ସରକାର ସପ୍ତାହରେ…

ରାସ୍ତାରେ ଘାଇ: ଅଧିକାଂଶ ଗାଁ ବାହ୍ୟଜଗତରୁ ବିଚ୍ଛିନ୍ନ

ନୂଆପଡ଼ା,୩୦ା୭ (ମକାରୁ ବେମାଲ): ନୂଆପଡ଼ା ଜିଲାରେ ଲଘୁଚାପ ଜନିତ ଲଗାଣ ବର୍ଷାରେ ରାସ୍ତାରେ ଘାଇ ସୃଷ୍ଟି ହୋଇ ଅଧିକାଂଶ ଗାଁ ବାହ୍ୟଜଗତରୁ ବିଚ୍ଛିନ୍ନ ହୋଇଯାଇଛି। ନଈ, ନାଳ…

କୋହଲିଙ୍କ ଗୋଟିଏ ‘ଲାଇକ’ ବଦଳାଇ ଦେଲା ଏହି ଯୁବତୀଙ୍କ ଜୀବନ: ଏବେ…

ନୂଆଦିଲ୍ଲୀ,୩୦।୭:ସୋସିଆଲ ମିଡିଆ ଜଗତରେ ଗୋଟିଏ ‘ଲାଇକ’ କାହାର ଜୀବନ ବଦଳାଇପାରେ। ଏହାର ଏକ ପ୍ରମୁଖ ଉଦାହରଣ ହେଉଛନ୍ତି ଲିଜ। ଜଣେ ଦକ୍ଷିଣ ଆଫ୍ରିକାରେ ଜନ୍ମିତ ଜର୍ମାନ ମଡେଲ,…

ସମ୍ଭାବ୍ୟ ବନ୍ୟା ମୁକାବିଲା ପାଇଁ ପ୍ରଶାସନ ପ୍ରସ୍ତୁତ: ବିନା ଅନୁମତିରେ ମୁଖ୍ୟାଳୟ ଛାଡ଼ି ପାରିବେନି କୌଣସି ଅଧିକାରୀ

ଖୋର୍ଦ୍ଧା,୩୦ା୭(ପ୍ରଭାତ ପାଣିଗ୍ରାହୀ): ଆସନ୍ନ ବନ୍ୟା ପରିସ୍ଥିତି ମୁକାବିଲା ପାଇଁ ଖୋର୍ଦ୍ଧା ଜିଲା ପ୍ରଶାସନ ସମ୍ପୂର୍ଣ୍ଣ ପ୍ରସ୍ତୁତ ରହିଛି ବୋଲି ଜିଲାପାଳ ଅମ୍ରିତ ଋତୁରାଜ ସୂଚନା ଦେଇଛନ୍ତି। ଏ…

ପେଲେଟ୍ ଗନ୍ ମାମଲାରେ ସୁପ୍ରିମକୋର୍ଟଙ୍କ ବଡ଼ ଟିପ୍ପଣୀ, SOP ନେଇ କେନ୍ଦ୍ରକୁ…

ନୂଆଦିଲ୍ଲୀ,୩୦।୭: ସୁପ୍ରିମକୋର୍ଟ ପେଲେଟ୍ ଗନ୍ ବ୍ୟବହାର ନେଇ SOP ସମ୍ପର୍କରେ କେନ୍ଦ୍ର ସରକାରଙ୍କ ଠାରୁ ଜବାବ ମାଗିଛନ୍ତି । କୋର୍ଟ ସୂଚିତ କରିଥିଲେ ଯେ ପେଲେଟ୍ ଗନ୍…

ଶ୍ରାବଣ ମାସ ପାଇଁ ଚଳଚଞ୍ଚଳ ଗାଁଠୁ ସହର: ଆଖଣ୍ଡଳମଣି ପୀଠ ସହ ଋଷିକୂଲ୍ୟା ନଦୀ ଘାଟ ସଫେଇ କଲେ ଯୁବଗୋଷ୍ଠୀ

ଗଞ୍ଜାମ,୩୦।୭(ବିଦ୍ୟାଧର ସାହୁ ): ଆସିଗଲା ଶ୍ରାବଣ ମାସ । ଜଳ ଭାର ନେଇ ବିଭିନ୍ନ ଶୈବ ପୀଠ ମୁଖେ ବାହାରିବେ କାଉଡିଆ । ଭୋଲ ବମ ହରହର…

ମହିଳା ସଶକ୍ତିକରଣ ସମ୍ପର୍କିତ ‘ଶକ୍ତିଶ୍ରୀ’ କର୍ମଶାଳା

ଦିଗପହଣ୍ଡି,୩୦ା୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଖେମୁଣ୍ଡି କଲେଜରେ ମହିଳା ସଶକ୍ତିକରଣ ସମ୍ପର୍କିତ ଶକ୍ତିଶ୍ରୀ ସଚେତନତା କର୍ମଶାଳା ଅନୁଷ୍ଠିତ ହୋଇଯାଇଛି। କଲେଜ ଅଧ୍ୟକ୍ଷ ଡ. ଅସିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri