ସଂକ୍ରମଣରେ ସାମାନ୍ୟ ବ୍ରେକ୍‌…

ନୂଆଦିଲ୍ଲୀ, ୧୦।୮ : ଦେଶରେ କରୋନା ମହାମାରୀ ସଂକ୍ରମଣ ନେଇ ପୁଣି ଆତଙ୍କ ସୃଷ୍ଟି ହୋଇଛି। ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ସକ୍ରିୟ ମାମଲା ସହିତ ଦୈନିକ ସଂକ୍ରମଣ ବଢୁଥିବାରୁ ପୁଣି ସ୍ଥିତି ଅଣାୟତ୍ତ ମୁହାଁ ହେବାରେ ଲାଗିଛି। ପୁଣି ସଙ୍କଟ ଘନେଇବାରେ ଲାଗିଛି। ଫଳରେ ପୁଣି ଲୋକେ ଆତଙ୍କିତ ହେବାରେ ଲାଗିଛନ୍ତି। ଇତି ମଧ୍ୟରେ ଦେଶରେ ସକ୍ରିୟ ମାମଲା ପୁଣି ବଢ଼ି ଲକ୍ଷେ ୨୮ ହଜାରରୁ ଅଧିକ ରହିଛି। ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ ପୁଣି ବଢ଼ିଛି।

ଏହା ୧୬ ହଜାର ୪୭ ରହିଛି। ଗୋଟିଏ ଦିନ ତଳେ ଏହା ୧୨ ହଜାର ୭୫୧ ଥିଲା। ସେହିପରି ଗତ ୨୪ ଘଣ୍ଟାରେ ମୃତ୍ୟୁ ସଂଖ୍ୟା ବଢ଼ି ୫୪ ରେ ପହଞ୍ଚିଛି। ଗୋଟିଏ ଦିନ ତଳେ ଏହା ୪୨ ଥିଲା। ଏହି ସମୟରେ ସକ୍ରିୟ ମାମଲା ଲକ୍ଷେ ୨୮ ହଜାର ୨୬୧ ରେ ପହଞ୍ଚିଛି। ସେହିପରି ୨୪ ଘଣ୍ଟାରେ ୧୯ ହଜାର ୫୩୯ ଜଣ ସୁସ୍ଥ ହୋଇଛନ୍ତି। ଗୋଟିଏ ଦିନ ତଳେ ଏହା ୧୬ ହଜାର ୪୧୨ ଥିଲା। ଇତିମଧ୍ୟରେ ଦେଶରେ କରୋନା ମୃତକଙ୍କ ସଂଖ୍ୟା ୫ ଲକ୍ଷ ୨୬ ହଜାର ୮୨୬ ଛୁଇଁଛି।

ସଂକ୍ରମଣ ଆରମ୍ଭଠାରୁ ଇତିମଧ୍ୟରେ ମୋଟ ୪ କୋଟି ୪୧ ଲକ୍ଷ ୯୦ ହଜାର ୬୯୭ ଜଣ ଆକ୍ରାନ୍ତ ହୋଇଥିବାବେଳେ ୪ କୋଟି ୩୫ ଲକ୍ଷ ୩୫ ହଜାର ୬୧ ୦ ଜଣ ସୁସ୍ଥ ହୋଇ ସାରିଛନ୍ତି।
ମହାରାଷ୍ଟ୍ର, କର୍ନାଟକ, ଦିଲ୍ଲୀ ଆଦି ୩ ରାଜ୍ୟରେ ସ୍ଥିତି ସଙ୍କଟ ଜନକ ହେବାରେ ଲାଗିଛି। ଭିଡ଼ ଯୋଗୁ ସଂକ୍ରମଣ ବ୍ୟାପିବାର ଆଶଙ୍କା ଥିବାରୁ ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ଏଥିରୁ ଦୂରେଇ ରହିବା ଲାଗି ପରାମର୍ଶ ଦିଆଯାଇଛି। ଏହା ସହିତ ମାସ୍କ ପିନ୍ଧିବା ଏବଂ କରୋନା ମାର୍ଗଦର୍ଶିକା ପାଳନ କରିବାକୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ନୀତୀଶଙ୍କୁ ସମର୍ଥନ କରିବେନି ଶିବପାଲ

ଲକ୍ଷ୍ନୌ,୧୯।୯: ଆଗାମୀ ୨୦୨୪ରେ ଲୋକ ସଭା ନିର୍ବାଚନରେ ଉତ୍ତରପ୍ରଦେଶର ପ୍ରୟାଗରାଜର ଫୁଲପୁର ଆସନରୁ ପ୍ରତିଦ୍ୱନ୍ଦ୍ୱିତା କରିବାକୁ ଯାଉଥିବା ନୀତୀଶଙ୍କୁ ଏକ ବଡ଼ ଝଟ୍‌କା ଲାଗିଛି। ଶିବପାଲ...

ଯୋଗୀଙ୍କୁ ଫେୟାରଓ୍ବେଲ ଦେଇସାରିଲାଣି ଭାଜପା

ଲକ୍ଷ୍ନୌ, ୧୬ା୧- ନିର୍ବାଚନ ଲାଗି ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀଙ୍କୁ ତାଙ୍କ ପସନ୍ଦର ଆସନ ଦେଉ ନାହାନ୍ତି କେନ୍ଦ୍ର ନେତୃତ୍ୱ। ଏହା ଦର୍ଶାଉଛି ଭାଜପାର ଡବଲ ଇଞ୍ଜିନ ସରକାର...

ଜଣେ ବ୍ୟକ୍ତି ଗୋଟିଏ ସିଟ୍‌ରୁ ହିଁ ଲଢ଼ିପାରିବେ ନିର୍ବାଚନ

ନୂଆଦିଲ୍ଲୀ,୭ା୧୦: ନୂତନ ମୁଖ୍ୟ ନିର୍ବାଚନ କମିଶନର ରାଜୀବ କୁମାର ଆସିବା ପରେ ‘ଜଣେ ବ୍ୟକ୍ତି ଗୋଟିଏ ଆସନ’ ନିୟମ ଲାଗୁ କରିବାକୁ ନିର୍ବାଚନ ଆୟୋଗଙ୍କ ପ୍ରସ୍ତାବ...

ଭାଜପାର ଓପନିଂ ବ୍ୟାଟିଂରେ ଚଉକା ଛକା: କଂଗ୍ରେସ ପଛରେ

ନୂଆଦିଲ୍ଲୀ,୨୩।୫: ଲୋକ ସଭା ନିର୍ବାଚନ ପାଇଁ ଭୋଟ ଗଣତି ଗୁରୁବାର ସକାଳ ୮ଟାରୁ ଆରମ୍ଭ ହୋଇଛି। ଓପନିଂ ବ୍ୟାଟିରେ ଭାଜପା ଚଉକା ଛକା ବର୍ଷା କରୁଥିବା...

ଓମିକ୍ରନ୍‌ର ନୂଆ ସବ୍‌ ଭାରିଆଣ୍ଟ ଚିହ୍ନଟ, ୭ ପଜିଟିଭ୍‌

ମୁମ୍ବାଇ,୨୯।୫: ଦେଶରେ ଏବେ କରୋନା ସାମାନ୍ୟ ନିୟନ୍ତ୍ରଣରେ ଥିଲେ ବି ଏହାର ପ୍ରକୋପ କମିନାହିଁ। ଏବେ ବି ଅନେକ ମାମଲା ଚିହ୍ନଟ ହେଉଛନ୍ତି। ଏହାରି ଭିତରେ...

ରାହୁଲ ଗାନ୍ଧୀଙ୍କ ସୁରକ୍ଷାରେ ବଡ଼ ତ୍ରୁଟି

ଚଣ୍ଡିଗଡ,୧୭।୧: କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କ ଭାରତ ଯୋଡୋ ଯାତ୍ରା ପଞ୍ଜାବରେ ଜାରି ରହିଛି। ଏହି ସମୟରେ ମଙ୍ଗଳବାର ରାହୁଲ ଗାନ୍ଧୀଙ୍କ ସୁରକ୍ଷାକୁ ନେଇ ଏକ...

ପୁରୀରୁ ଆଉ ୫ କରୋନା ପଜିଟିଭ ଚିହ୍ନଟ: ଜିଲାରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୯୬ ଛୁଇଁଲା

ପୁରୀ ଅଫିସ,୨।୬: ପୁରୀ ଜିଲାରେ ପୁଣି ୫ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏ ନେଇ ମଙ୍ଗଳବାର ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ...

ମାର୍ଚ୍ଚ ୧୧ରେ ଭାରତ-ଚାଇନା କମାଣ୍ଡରସ୍ତରୀୟ ବୈଠକ…

ଲଦାଖ,୮।୩ : ପୂର୍ବ ଲଦାଖରେ ଭାରତ ଏବଂ ଚାଇନା ମଧ୍ୟରେ ଚାଲିଥିବା ବିବାଦର ସମାଧାନ ପାଇଁ ମାର୍ଚ୍ଚ ୧୧ରେ ଦୁଇ ଦେଶର ୧୫ ତମ ରାଉଣ୍ଡ...

Advertisement
Archives

Model This Week