ସରକାରୀ ଜାଗାରୁ ଜବରଦଖଲ ଉଚ୍ଛେଦ: ଆଗକୁ ଆହୁରି…

ପରଜଙ୍ଗ,୨।୧୨(ନିଗମାନନ୍ଦ ଦଳବେହେରା):ଢେଙ୍କାନାଳ ଜିଲା ପରଜଙ୍ଗ ତହସିଲ ପ୍ରଶାସନ ତରଫରୁ ସୋମବାର ବାରିହାପୁର ହାଇସ୍କୁଲ ସମ୍ମୁଖରେ ସରକାରୀ ଜାଗାରେ ଥିବା ଏକ ଢାବା ସହ କେତୋଟି ଦୋକାନ ଗୃହକୁ ଉପଜିଲାପାଳଙ୍କ ନିର୍ଦ୍ଦେଶକ୍ରମେ ଉଚ୍ଛେଦ କରାଯାଇଛି। ଉଚ୍ଛେଦବେଳେ ତହସିଲଦାର ସୁଦେବ କୁମାର ପୃଷ୍ଟି, ଅତିରିକ୍ତ ତହସିଲଦାର ମନୋରଞ୍ଜନ ସାହୁ, ସୁପର୍‌ଭାଇଜର ଅରବିନ୍ଦ ସାହୁ, କପ୍ତିପଦା ଜେନା, ରାଜସ୍ବ ନିରୀକ୍ଷକ ଆଲୋକ ଲେଙ୍କାଙ୍କ ସମେତ ପରଜଙ୍ଗ ଥାନା ଏଏସ୍‌ଆଇ ଅଜୟ ସାମଲ, ପୋଲିସ କର୍ମଚାରୀ ଉପସ୍ଥିତ ଥିଲେ। ସୂଚନା ଅନୁଯାୟୀ, ପରଜଙ୍ଗରେ ଥିବା ପ୍ରଥମ ଶ୍ରେଣୀ ବିଚାର ବିଭାଗୀୟ କୋର୍ଟ ପାଇଁ ନୂତନ କୋଠା ନିର୍ମାଣ ନିମନ୍ତେ ପରଜଙ୍ଗରେ ସରକାରୀ ଜାଗା ନ ମିଳିବାରୁ କୋର୍ଟଟି ବାରିହାପୁରରେ ହେବାକୁ ସ୍ଥିର ହୋଇଥିଲା । ତେଣୁ ଉକ୍ତ ସରକାରୀ ଜାଗାରୁ ଜବରଦଖଲ ହଟାଇବାକୁ ତହସିଲ ପ୍ରଶାସନ ନୋଟିସ ଦେଇଥିଲା। ହେଲେ ଢାବା ମାଲିକ କାମାକ୍ଷାନଗର ଉପଜିଲାପାଳଙ୍କ କୋର୍ଟର ଦ୍ୱାରସ୍ଥ ହୋଇଥିଲେ। ଉପଜିଲାପାଳ ଏହାର ଶୁଣାଣି କରି ଉଚ୍ଛେଦ କରିବାକୁ ନିର୍ଦ୍ଦେଶ ଦେଇଥିଲେ। ଏହାଛଡ଼ା ପରଜଙ୍ଗ ମୁଖ୍ୟାଳୟର ବିଭିନ୍ନ ସ୍ଥାନ, ପରଜଙ୍ଗ ବଜାରର ବହୁ ସ୍ଥାନ ଜବରଦଖଲରେ ଥିବା ବେଳେ ଦୃଷ୍ଟି ଦିଆଯାଉ ନ ଥିବା ଅଭିଯୋଗ ହେଉଛି। ତହସିଲଦାର ପୃଷ୍ଟି କହିଛନ୍ତି, ଆଇନ ସମସ୍ତଙ୍କ ପାଇଁ ସମାନ, ଆଗକୁ ଉଚ୍ଛେଦ ହେବ।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

କୋରାପୁଟରେ ପ୍ରବଳ ବର୍ଷା ସମ୍ଭାବନା, ଅଧିକାରୀଙ୍କୁ ମୁଖ୍ୟାଳୟ ନଛାଡ଼ିବା ନିର୍ଦ୍ଦେଶ

କୋରାପୁଟ, ୨୧/୯( ଅମିତାଭ ବେହେରା ): ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହୋଇ ଏହା ଅବପାତର ରୂପ ନେବା ନେଇ ଭାରତୀୟ ପାଣିପାଗ ବିଭାଗ (ଆଇଏମ୍‌ଡି) ପକ୍ଷରୁ ସତର୍କ…

୧୪୦ ଅନ୍ତେବାସୀ ହଷ୍ଟେଲ ଛାଡ଼ିବା ଘଟଣା: ୪୬ ଦିନ ପରେ ଉଚ୍ଚସ୍ତରୀୟ ତଦନ୍ତ

ଝରିଗାଁ,୨୧।୯(କିଶୋର ଚନ୍ଦ୍ର ମଣ୍ଡଳ): ମୌଳିକ ସୁବିଧା-ସୁଯୋଗର ଅଭାବ ଏବଂ ନିମ୍ନମାନର ଖାଦ୍ୟ ଯୋଗାଣ ଯୋଗୁ ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ସାନରଟମରା ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟ…

ଗଭୀର ଅବପାତ ପ୍ରଭାବ: ୩ ଦିନ ବନ୍ଦ ରହିବ ଗଞ୍ଜାମର ସମସ୍ତ ଅଙ୍ଗନବାଡ଼ି କେନ୍ଦ୍ର

ଛତ୍ରପୁର, ୨୧/୯ (ଦିଲ୍ଲୀପ ସାମଲ/ଦ୍ଵାରକା ପଟ୍ଟନାୟକ) : ଗଭୀର ଅବପାତ ଯୋଗୁ ସମ୍ଭାବ୍ୟ ପ୍ରତିକୂଳ ପାଣିପାଗ ପରିସ୍ଥିତିକୁ ଦୃଷ୍ଟିରେ ରଖି ଗଞ୍ଜାମ ଜିଲା ପ୍ରଶାସନ ପକ୍ଷରୁ ଆଗୁଆ…

ପ୍ରକାଶ ପାଇଲା ଚୂଡ଼ାନ୍ତ ଭୋଟର ତାଲିକା-୨୦୨୬: ବରଗଡ଼ ଜିଲାରେ ୧୧.୧୧ ଲକ୍ଷ ଭୋଟର

ବରଗଡ,୨୧।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାପାଳଙ୍କ କାର୍ଯ୍ୟାଳୟ ସଭାଗୃହଠାରେ ସୋମବାର ଭୋଟର ତାଲିକାର ସ୍ବତନ୍ତ୍ର ସଘନ ସଂଶୋଧନ (ଏସଆଇଆର) ପ୍ରକ୍ରିୟା ଅନ୍ତର୍ଗତ ଚୂଡ଼ାନ୍ତ ଭୋଟର ତାଲିକା-୨୦୨୬ ଆନୁଷ୍ଠାନିକ ଭାବେ…

ଫୁଟ୍‌ବଲ ମ୍ୟାଚ୍‌ ଦେଖି ଫେରୁଥିଲେ ୨ ଯୁବକ, ଧକ୍କା ଦେଲା ଅଜଣା ଗାଡ଼ି: ଘଟଣାସ୍ଥଳରେ…

ବାରିପଦା,୨୧।୯(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ଶୁଳିଆପଦା ବ୍ଲକ କାଳିଆଶୋଳ ନିକଟରେ ସୋମବାର ରାତିରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି ଏକ ଅଜଣା ଗାଡ଼ି ଧକ୍କା…

ପୋଖରୀକୁ ଗାଧୋଇବାକୁ ଯାଇଥିଲେ ନିହାରିକା, ଖସିଗଲା ଗୋଡ଼: ଆଉ ତା’ପରେ…

ଲାଞ୍ଜିଗଡ,୨୧।୯(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଲାଞ୍ଜି ପଞ୍ଚାୟତ ବିଶ୍ୱନାଥପୁର ଥାନା ଅନ୍ତର୍ଗତ ସିନ୍ଧିପଦର ଗ୍ରାମର ଜଣେ ନାବାଳିକାର ପାଣିରେ ବୁଡି ମୃତ୍ୟୁ ଘଟିଛି…

ସମ୍ଭାବ୍ୟ ବାତ୍ୟାକୁ ନେଇ ବଡ଼ ଅପଡେଟ୍‌: ଏହି ବାଟ ଦେଇ ଅତିକ୍ରମ କରିବ ସ୍ଥଳଭାଗ!

ଭୁବନେଶ୍ୱର, ୨୧।୯: ସଷ୍ଟି ହେଲା ଅବପାତ। ପୁରୀଠାରୁ ଦକ୍ଷିଣ-ପୂର୍ବ ଦିଗ ଓ ଗୋପାଳପୁରଠାରୁ ପୂର୍ବ-ଦକ୍ଷିଣ-ପୂର୍ବ ଦିଗରେ ୩୧୦ କି.ମି ଦୂରରେ ଅବପାତ କେନ୍ଦ୍ରୀଭୂତ। କଳିଙ୍ଗପାଟନମରୁ ୩୯୦ କି.ମି…

ବହୁମୁଖୀ ଭବନ ଲୋକାର୍ପଣ କଲେ ବିଧାୟକ ସିଦ୍ଧାନ୍ତ ମହାପାତ୍ର: ବାଣ୍ଟିଲେ ଭତ୍ତା

ଦିଗପହଣ୍ଡି, ୨୧।୯ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ଅଞ୍ଚଳରେ ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ ଅନୁଷ୍ଠିତ ହୋଇଛି। ସୋମବାର ଦିଗପହଣ୍ଡି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?