Posted inଖେଳ

ଐତିହାସିକ ବିଜୟ ସହ ସୁପର-୧୨ରେ ନାମିବିଆ

ଶାରଜା,୨୨।୧୦: ଅଧିନାୟକ ଜେରାର୍ଡ ଏରାସମସଙ୍କ ଅପରାଜିତ ଅର୍ଦ୍ଧଶତକୀୟ ପାଳି ବଳରେ ନାମିବିଆ ୮ ଉଇକେଟରେ ଅପେକ୍ଷାକୃତ ଆୟର୍ଲାଣ୍ଡକୁ ହରାଇ ଦେଇଛି। ଏହି ଐତିହାସିକ ବିଜୟ ସହ ପଦାର୍ପଣକାରୀ ନାମିବିଆ ପ୍ରଥମ ଥର ପାଇଁ ଟି୨୦ ବିଶ୍ୱକପ୍‌ର ମେନ ଇଭେଣ୍ଟ(ସୁପର-୧୨)ରେ ସ୍ଥାନ ପକ୍କା କରିଛି।

ଟସ୍‌ ଜିତି ବ୍ୟାଟିଂ କରିଥିବା ଆୟର୍ଲାଣ୍ଡକୁ ଭଲ ଆରମ୍ଭ ଦେଇଥିଲେ ଷ୍ଟ୍ରିଲିଙ୍ଗ (୩୮) ଓ କେଭିନ ଓ’ବ୍ରେନ (୨୫)। ଦୁହେଁ ୭ ଓଭରରେ ୬୨ ରନ୍‌ ଯୋଡ଼ି ଥିଲେ। ହେଲେ ଉଭୟ ବ୍ୟାଟର ଆଉଟ୍‌ ହେବା ପରେ ଆରମ୍ଭ ହୋଇଥିଲା ବ୍ୟାଟିଂ ବିପର୍ଯ୍ୟୟ। ୬୨ ରନ୍‌ରେ ପ୍ରଥମ ଉଇକେଟ ହରାଇଥିବା ଆୟର୍ଲାଣ୍ଡ ୨୦ ଓଭରରେ ୮ ଉଇକେଟ ହରାଇ ୧୨୫ ରନ୍‌ କରିବାକୁ ସକ୍ଷମ ହୋଇଥିଲା। ଜବାବରେ ଆରମ୍ଭରୁ କେବଳ ସିଙ୍ଗଲ ଓ ଡବଲ ଉପରେ ନିର୍ଭର କରିଥିଲା ନାମିବିଆ। ଏପରି କି ଦଳ ୧୦ ଓଭରରେ ୧ ଉଇକେଟ ହରାଇ ୪୯ ରନ୍‌ କରିଥିଲା। ଜିତିବା ପାଇଁ ଦଳକୁ ପରବର୍ତ୍ତୀ ୧୦ ଓଭରରେ ୭୭ ରନ୍‌ ଦରକାର ଥାଏ। ଅଧିନାୟକ ଏରାସମସ ୫୩ (୩ ଚୌକା ଓ ୧ ଛକା) ଓ ଡେଭିଡ୍‌ ଭିଜ ୨୮ (୧ ଚୌକା ଓ ୨ ଛକା) ରନ୍‌ ପାଳି ଖେଳି ନାମିବିଆକୁ ୧୮.୩ ଓଭରରେ ଜିତାଇ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଚାକିରି ନାଁରେ ଠକେଇ: ଖୋର୍ଦ୍ଧା କୋର୍ଟରେ ଜାମିନ ଆବେଦନ କଲେ ଗିରଫ ଜୟଦୁର୍ଗା ଫାଉଣ୍ଡେଶନ ଅଧ୍ୟକ୍ଷା, ୨୦ରେ… 

ହାଟଡିହୀ,୧୭l୨(ଶୁଭକାନ୍ତ ନାୟକ): ୨୨ ଲକ୍ଷ ଟଙ୍କା  ଠକେଇ ମାମଲାରେ ଗିରଫ ହୋଇଥିବା ଜୟଦୁର୍ଗା ଫାଉଣ୍ଡେଶନ ଅଧ୍ୟକ୍ଷା ସୁରେଶ୍ୱରୀ ସାଗରୀକା ଜେନା ଗିରଫ ପରେ ଜାମିନ ପାଇଁ ଖୋର୍ଦ୍ଧା…

ଜାତୀୟ ରାଜପଥରେ ପଡି ରହିଛି ପୋଡ଼ା କାର୍‌: ନିଆଁ ଲଗାଇ ଦିଆଯାଇଥିବା ସନ୍ଦେହ

ଧୂଷୁରୀ,୧୭।୨(ଦୀପ୍ତି ରଞ୍ଜନ ନାୟକ): ଧୂଷୁରୀ ଥାନା ଆରଡି ଫାଣ୍ଡି ଅଧୀନ ସାଠିବାଙ୍କୁଡା ନିକଟରେ ୨୦ ନମ୍ବର ଜାତୀୟ ରାଜପଥ ପାଶର୍‌ବରେ ଏକ କାର୍‌ ପୋଡିଯାଇ ପଡି ରହିଥିବା…

ଜଙ୍ଗଲରେ ଚାଲିଥିଲା ବଡ଼ ଧରଣର ଜୁଆ ଆଡ୍ଡା: ଗୋଡ଼ାଇ ଗୋଡ଼ାଇ ୨୦ ଜୁଆଡ଼ିଙ୍କୁ ଗିରଫ କଲା ପୋଲିସ

ଖୋର୍ଦ୍ଧା,୧୭।୨(ପ୍ରଭାତ ): ଟାଙ୍ଗୀ ପୋଲିସ ମଙ୍ଗଳବାର ଏକ ବଡ଼ଧରଣର ଜୁଆ ଆଡ୍ଡା ଉପରେ ଚଢାଉ କରିଛି। ଚଢାଉ ବେଳେ ପୋଲିସ ଜୁଆ ଆଡ୍ଡାରୁ ୧୦ଲକ୍ଷ ୩୮ ହଜାର…

କାନାଡ଼ାକୁ ପରାସ୍ତ କରି ସୁପର ୮ରେ ପହଞ୍ଚିଲା ନ୍ୟୁଜିଲ୍ୟାଣ୍ଡ

ଚେନ୍ନାଇ,୧୭।୨: ଏମ୍‌ଏ ଚିଦାମ୍ବରମ ଷ୍ଟାଡିୟମରେ ମଙ୍ଗଳବାର ଖେଳାଯାଇଥିବା ଟି୨୦ ବିଶ୍ୱକପ ଏକ ମ୍ୟାଚ୍‌ରେ ନ୍ୟୁଜିଲ୍ୟାଣ୍ଡ କାନାଡାକୁ 8 ଉଇକେଟରେ ପରାସ୍ତ କରି ସୁପର-୮ରେ ସ୍ଥାନ ପକ୍କା କରିଛି।…

ପାକିସ୍ତାନ ସହ ତିକ୍ତତା ପରେ ବି ଇମ୍ରାନଙ୍କ ପାଇଁ ଚିଠି ଲେଖିଲେ ସୁନିଲ ଗାଭାସ୍କର, କପିଳ ଦେବଙ୍କ ସହ ୧୪ କ୍ୟାପଟେନ

ନୂଆଦିଲ୍ଲୀ,୧୭।୨: ଜେଲରେ ଥିବା ପୂର୍ବତନ ପାକିସ୍ତାନ ଅଧିନାୟକ ଏବଂ ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନଙ୍କ ସ୍ବାସ୍ଥ୍ୟାବସ୍ଥା ଖରାପ ହେବା ନେଇ ୧୪ଜଣ ପୂର୍ବତନ ଅଧିନାୟକ ପାକିସ୍ତାନ ସରକାରଙ୍କୁ…

ICUରେ ସଲିମ ଖାନ, ପିତାଙ୍କୁ ଦେଖିବାକୁ ହସ୍ପିଟାଲରେ ପହଞ୍ଚିଲେ ସଲମାନ

ମୁମ୍ବାଇ,୧୭।୨: ବରିଷ୍ଠ ସ୍କ୍ରିନ ରାଇଟର ଏବଂ ସୁପରଷ୍ଟାର ସଲମାନ ଖାନଙ୍କ ପିତା ସଲିମ ଖାନଙ୍କୁ ମୁମ୍ବାଇର ଲୀଳାବତୀ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ସଲିମ ଖାନଙ୍କ ସ୍ବାସ୍ଥ୍ୟାବସ୍ଥା ହଠାତ…

ଆଉ ୨ଦିନ କଲବଲ କରିବ କୁହୁଡ଼ି

ଭୁବନେଶ୍ୱର,୧୭।୨: ପାଣିପାଗ କେନ୍ଦ୍ର ପକ୍ଷରୁ ମଙ୍ଗଳବାର ଏକ ବଡ଼ ସୂଚନା ଜାରି କରାଯାଇଛି। ରାଜ୍ୟର ବିଭିନ୍ନ ଜିଲାରେ ଆଉ ୨ ଦିନ ପର୍ଯ୍ୟନ୍ତ ଘନ କୁହୁଡ଼ି ରହିବ…

ପାକିସ୍ତାନ କ୍ରିକେଟରଙ୍କ ଉପରେ ନିଜ ସନ୍ତାନଙ୍କୁ ହତ୍ୟା ଭଳି ଅଭିଯୋଗ ଆଣିଲେ ପୂର୍ବତନ ପତ୍ନୀ, ଦ୍ୱିତୀୟ ବିବାହ…

ଇସଲାମାବାଦ,୧୭।୨: ପାକିସ୍ତାନ କ୍ରିକେଟ ଦଳର ଅଲରାଉଣ୍ଡର ଇମାଦ ୱାସିମ ପୁଣିଥରେ ଖବରର ଶିରୋନାମାରେ ଅଛନ୍ତି, କିନ୍ତୁ ଏଥର କାରଣ ପଡ଼ିଆରେ ତାଙ୍କର ପ୍ରଦର୍ଶନ ନୁହେଁ, ବରଂ ତାଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri