ଏରିକ୍‌ ଭାରତରେ ଆମେରିକା ରାଷ୍ଟ୍ରଦୂତ

ଓ୍ବାଶିଂଟନ୍‌, ୧୧ା୭: ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ୍‌ ଶୁକ୍ରବାର ଲସ୍‌ ଏଞ୍ଜେଲ୍ସ ମେୟର ଏରିକ୍‌ ଗାରସେଟିଙ୍କୁ ଭାରତରେ ରାଷ୍ଟ୍ରଦୂତ ନିଯୁକ୍ତ କରିଛନ୍ତି। ପୂର୍ବତନ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ଙ୍କ ବେଳେ ଏହି ପଦରେ ଥିବା କେନେଥ୍‌ ଜଷ୍ଟରଙ୍କ ସ୍ଥାନରେ ୫୦ ବର୍ଷୀୟ ଏରିକ୍‌ ଦାୟିତ୍ୱ ତୁଲାଇବେ ବୋଲି ଆମେରିକା ସିନେଟ୍‌ ନିଶ୍ଚିତ କରିଛି। ଏରିକ୍‌ ୨୦୧୩ରୁ ଲସ୍‌ ଏଞ୍ଜେଲ୍ସର ମେୟର ଥିବାବେଳେ ୧୨ ବର୍ଷ ସିଟି କାଉନ୍‌ସିଲର ସଦସ୍ୟ ସହ କାଉନ୍‌ସିଲ ପ୍ରେସିଡେଣ୍ଟ ରହିଥିଲେ। ୨୦୨୦ରେ ବାଇଡେନ୍‌ ଓ ଉପରାଷ୍ଟ୍ରପତି କମଲା ହାରିସ୍‌ଙ୍କ ନିର୍ବାଚନୀ ଅଭିଯାନରେ ଏରିକ୍‌ ଗୁରୁତ୍ୱପୂର୍ଣ୍ଣ ଭୂମିକା ତୁଲାଇଥିଲେ। ସେ ବର୍ତ୍ତମାନ ବିଶ୍ୱର ୯୭ ବୃହତ୍ତମ ସହର ନେଟଓ୍ବର୍କ ସି୪୦ ସହରର ଅଧ୍ୟକ୍ଷ ରହିଛନ୍ତି। ପ୍ୟାରିସ୍‌ ଜଳବାୟୁ ଚୁକ୍ତିନାମା ଅନୁସାରେ ଲକ୍ଷ୍ୟ ହାସଲ ପାଇଁ ସେ ୪ଶହ ଆମେରିକୀୟ ମେୟରଙ୍କ ନେତୃତ୍ୱ ନେଇଛନ୍ତି। ୟୁଏସ୍‌ ନାଭି ରିଜର୍ଭ କମ୍ପୋନେଟ୍‌ରେ ଗୁପ୍ତଚର ଭାବେ ୧୨ ବର୍ଷ କାମ କରିଛନ୍ତି। ୟୁଏସ୍‌ ପାସିଫିକ୍‌ ଫ୍ଲିଟ୍‌ ଆଣ୍ଡ୍‌ ଦି ଡିଫେନ୍ସ ଇଣ୍ଟେଲିଜେନ୍ସ ଏଜେନ୍ସିରେ କାର୍ଯ୍ୟ କରି ୨୦୧୭ରେ ଜଣେ ଲ୍ୟୁଟ୍‌ନାଣ୍ଟ ଭାବେ ଅବସର ନେଇଥିଲେ। କୁଇନ୍ସ କଲେଜ, ଅକ୍ସଫୋର୍ଡ ଏବଂ ଲଣ୍ଡନ ସ୍କୁଲ ଅଫ୍‌ ଇକୋନୋମିକ୍ସ ଆଣ୍ଡ ପଲିଟିକାଲ ସାଇନ୍ସରୁ ଶିକ୍ଷାଲାଭ କରିଥିଲେ। ଏରିକ୍‌ଙ୍କ ସମେତ ବାଇଡେନ୍‌ ଡେନିସ କାମ୍ପବେଲ ବୌରଙ୍କୁ ମୋନାକୋ, ପିଟର ଡି ହାସ୍‌ଙ୍କୁ ବାଂଲାଦେଶ ଏବଂ ବର୍ନାଡେଟ୍‌ ଏମ୍‌ ମିହାନଙ୍କୁ ଚିଲିରେ ରାଷ୍ଟ୍ରଦୂତ ନିଯୁକ୍ତ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଇଲେକ୍ଟ୍ରିକ୍ ଗାଡ଼ିରେ ନିଆଁ ଲାଗିଲେ ମିଳିବ କି ଇନ୍ସୁରାନ୍ସ ଟଙ୍କା? ଜାଣନ୍ତୁ ବୀମା କମ୍ପାନୀର ନିୟମ

ନୂଆଦିଲ୍ଲୀ, ୧୬।୭: ନୋଏଡାର ସେକ୍ଟର ୬୬ ସ୍ଥିତ ଏକ ବିଲ୍ଡିଂର ପାର୍କିଂରେ ଛିଡ଼ା ହୋଇଥିବା ଇଲେକ୍ଟ୍ରିକ୍ ବାଇକ୍‌ରେ ସ୍ପାର୍କିଂ ହୋଇ ପ୍ରଚଣ୍ଡ ନିଆଁ ଲାଗିଯାଇଥିଲା। ଏହି ଦୁଃଖଦ…

ବିଶ୍ୱପ୍ରସିଦ୍ଧ ଘୋଷଯାତ୍ରା ଅବସରରେ ପ୍ରଧାନମନ୍ତ୍ରୀଙ୍କ ଶୁଭେଚ୍ଛା, ଓଡ଼ିଆରେ ଲେଖିଲେ ଜୟ ଜଗନ୍ନାଥ

ନୂଆଦିଲ୍ଲୀ, ୧୬।୭: ଆଜି ମହାପ୍ରଭୁଙ୍କ ବିଶ୍ୱପ୍ରସିଦ୍ଧ ଘୋଷଯାତ୍ରା। ଏଥିପାଇଁ ରଥ, ପଥ, ଭକ୍ତ ଏବଂ ସେବାୟତ ସମସ୍ତେ ପ୍ରସ୍ତୁତ ରହିଥିବା ବେଳେ କେବଳ ମହାପ୍ରଭୁଙ୍କୁ ଅପେକ୍ଷା। ମହାବାହୁ…

ତେଲ ବଜାରରେ ହଲଚଲ: ପେଟ୍ରୋଲରେ ଆଶ୍ୱସ୍ତି, ଡିଜେଲ ଦେଲା ଝଟ୍‌କା, ଲାଗୁ ହେଲା ନୂଆ ଦର

ନୂଆଦିଲ୍ଲୀ,୧୬।୭: ମିଡିଲ ଇଷ୍ଟ (ମଧ୍ୟ ପ୍ରାଚ୍ୟ)ରେ ଆମେରିକା ଏବଂ ଇରାନ ମଧ୍ୟରେ ଜାରି ରହିଥିବା ସାମରିକ ତିକ୍ତତା ମଧ୍ୟରେ ଆନ୍ତର୍ଜାତୀୟ ତେଲ ବଜାରରେ ବଡ଼ ଧରଣର ଅସ୍ଥିରତା…

ଏମ୍‌ପିଙ୍କ ଦାରିଙ୍ଗବାଡି ଗସ୍ତ: ବିଭିନ୍ନ ସମସ୍ୟା ଜଣାଇଲେ ଲୋକେ, ପ୍ରତିଶ୍ରୁତି ଦେଇ ଏମ୍‌ପି କହିଲେ…

ଦାରିଙ୍ଗବାଡି, ୧୬।୭ (ଅରୁଣ ସାହୁ):କନ୍ଧମାଳ ଏମପି ସୁକାନ୍ତ କୁମାର ପାଣିଗ୍ରାହୀ ୨ ଦିନିଆ ଦାରିଙ୍ଗବାଡି ଗସ୍ତରେ ଆସିଛନ୍ତି। ସେ ବୁଧବାର ପୂର୍ବାହ୍ନରେ ଦାରିଙ୍ଗବାଡି ପହଞ୍ଚିଥିଲେ। ତାଙ୍କୁ ବ୍ଲକ…

‘କିଡନୀ ଦିଅ ନଚେତ୍‌ ମୃତ୍ୟୁ ଦିଅ’ ରାଷ୍ଟ୍ରପତିଙ୍କୁ ଚିଠି ଲେଖି ଗୁହାରୀ କଲେ ୫ ମହିଳା, ଜାଣନ୍ତୁ କାହିଁକି…

କୋଟା,୧୬।୭: ରାଜସ୍ଥାନର କୋଟାରୁ ଏକ ଅତ୍ୟନ୍ତ ଆବେଗପୂର୍ଣ୍ଣ ଏବଂ ଗମ୍ଭୀର ମାମଲା ସାମ୍ନାକୁ ଆସିଛି । କିଡନୀର ଗମ୍ଭୀର ରୋଗରେ ପୀଡ଼ିତ ହୋଇ ଡାକ୍ତରଖାନାରେ ଜୀବନ ସହ…

ଇଣ୍ଟରଭ୍ୟୁ ଦେବାକୁ ଆସି ଟଳିପଡିଲେ ଯୁବକ, ଡାକ୍ତରଖାନାରେ ମୃତ ଘୋଷଣା କଲେ ଡାକ୍ତର

ରେଙ୍ଗାଲି, ୧୬।୭ (ଦେବବ୍ରତ ପଣ୍ଡା): ଚାକିରି ପାଇଁ ଇଣ୍ଟରଭ୍ୟୁ ଦେବାକୁ ଆସିଥିବା ଜଣେ ଯୁବକଙ୍କର କମ୍ପାନୀ ପରିସରରେ ହିଁ ଅକାଳ ବିୟୋଗ ଘଟିଛି। ମୃତ ଯୁବକ ଜଣକ…

୧୬ ଜୁଲାଇରୁ ୫ ରାଶିଙ୍କ ଖୋଲିବ ଭାଗ୍ୟ; ଚାକିରିରେ ବଡ଼ ପ୍ରମୋସନ୍ ହେବା ସହ ସାଲାରି ହେବ ଡବଲ୍!

୧୬ ଜୁଲାଇ, ୨୦୨୬ ହେଉଛି ଆଷାଢ଼ ମାସ ଶୁକ୍ଳ ପକ୍ଷ ଦ୍ୱିତୀୟା ତିଥି ଏବଂ ଗୁରୁବାର। ଏହି ତିଥି ଅତ୍ୟନ୍ତ ବିଶେଷ, କାରଣ ଏହି ଦିନ ଭଗବାନ…

୩୬ ଘଣ୍ଟିଆ ଉପବାସ ଭଙ୍ଗକଲେ ଜିଲା କଂଗ୍ରେସ ସଭାପତି: ଏହି ଦାବି ନେଇ…

ଦେବଗଡ଼,୧୬ା୭ (ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ସହର ମଧ୍ୟସ୍ଥଳରେ ଥିବା ଡାକ୍ତରଖାନା(ପୁରୁଣା ଜିଲା ମୁଖ୍ୟ ଚିକିତ୍ସାଳୟ)କୁ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରର ମାନ୍ୟତା ପ୍ରଦାନ ସମେତ ୧୦ ଦଫା ଦାବିରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri