ପୋଲିସକୁ ଖୋଲା ଚ୍ୟାଲେଞ୍ଜ: ଗୋଟିଏ ରାତିରେ ଛତ୍ରପୁରର ୪ ମନ୍ଦିରରୁ ଚୋରି

ଛତ୍ରପୁର, ୨୦ା୧୨(ଦିଲୀପ ସାମଲ)- ପୁଣି ମନ୍ଦିରଗୁଡିକ ଉପରେ ଦୁର୍ବୃତ୍ତଙ୍କ ନଜର ପଡିଛି । ପୋଲିସ କଲୋନୀ ନିକଟରେ ଥିବା ୪ଟି ମନ୍ଦିରରୁ ଚୋରି କରି ପୋଲିସକୁ ଚ୍ୟାଲେଞ୍ଜ ଦେଇଛନ୍ତି। ସେମାନେ ଗୋଟିଏ ରାତିରେ ୪ଟି ମନ୍ଦିରରୁ ରୂପା ଅଳଙ୍କାର ଚୋରି କରି ନେଇଛନ୍ତି। ନୂଆ ପୋଲିସ ଲାଇନସ୍ଥିତ ଶିରିଡି ସାଇବାବା ମନ୍ଦିରରୁ ରୂପା ମୁକୁଟ ଓ ରୂପାର ପାଦ ଚୋରି ହୋଇଥିବା ବେଳେ ସେଠାରେ ଥିବା ଗଣେଶ ମନ୍ଦିରରୁ ରୂପା ମୁକୁଟ ଚୋରି ହୋଇଛଇ। ପୂଜକ ଅଭିଷେକ ପଣ୍ଡା ଶନିବାର ସକାଳୁ ମନ୍ଦିର ଖୋଲି ଏହା ଜାଣିବା ପରେ ପୋଲିସକୁ ସୂଚନା ଦେଇଥିଲେ। ସେହିପରି ଆଉ କିଛି ଦୂରରେ ଥିବା ବୀରେଶ୍ୱର ମନ୍ଦିରରୁ ରୁପା ନାଗ ମଧ୍ୟ ଚୋରି ହୋଇଥିବା ବେଳେ ବୀରେଶ୍ୱର ମନ୍ଦିରକୁ ଲାଗିଥିବା ଦୁର୍ଗା ମନ୍ଦିରରୁ ରୂପା ହାର ଚୋରି ହୋଇଛି। ସେହି ମନ୍ଦିରର ପୂଜକ ସୋମନାଥ ରାଉଳ ସକାଳୁ ମନ୍ଦିର ଖୋଲି ମନ୍ଦିରରୁ ଚୋରି ହୋଇଥିବା ଜାଣି ପୋଲିସକୁ ଜଣାଇଥିଲେ। ପୋଲିସ ଘଟଣା ସ୍ଥଳରେ ଥିବା ସିସିଟିଭି ଫୁଟେଜ ଯାଞ୍ଚ କରି ତଦନ୍ତ ଆରମ୍ଭ କରିଛି। ଏହି ଖବର ପାଇ ଛତ୍ରପୁର ବିଧାୟକ କୃଷ୍ଣଚନ୍ଦ୍ର ନାୟକ ମନ୍ଦିରଗୁଡିକୁ ପରିଦର୍ଶନ କରି ପୂଜକମାନଙ୍କ ସହ ଆଲୋଚନା କରି ତୁରନ୍ତ ଚୋରଙ୍କୁ ଧରିବାକୁ ପୋଲିସକୁ ନିର୍ଦ୍ଦେଶ ଦେଇଛନ୍ତି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ସ୍ବାଧୀନତାର ଦୀର୍ଘବର୍ଷ ପରେ ବି ଏହି ୭ ଗାଁକୁ ହୋଇନି ବିଦ୍ୟୁତ୍‌ ସଂଯୋଗ, ଦାବିପତ୍ର ଦେଇ…

ବଞ୍ଚୋ,୨୫ା୩(ପ୍ରଦୋଷ କୁମାର ବିଶ୍ୱାଳ): କେନ୍ଦୁଝର ଜିଲା ଘସିପୁରା ବ୍ଲକ ଅନ୍ତର୍ଗତ ଶାମୁକା ନେଣ୍ଡି ପଞ୍ଚାୟତର ଉପରନଟିଆ, ଖଣ୍ଡିତଳ, ବାରଶାଡାହି, ଲକ୍ଷ୍ମଣଡାହି, ବାଇବୃରୁ, ଫନଡାହି, ପଠାଣଡାହି ଆଦି ୭ଟି…

ଘୁମୁସର ବନଖଣ୍ଡରୁ ୨୦୪ ଖଣ୍ଡ କାଠ ଯିବ ପୁରୀ 

ଭଞ୍ଜନଗର,୨୫।୩(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ ଘୁମୁସର ଉତ୍ତର ବନଖଣ୍ଡ ଓ ଦକ୍ଷିଣ ବନଖଣ୍ଡରୁ ଚଳିତ ବର୍ଷ ରଥ ନିର୍ମାଣପାଇଁ ପୁରୀ ରଥଯାତ୍ରାକୁ ୨୦୪ ଖଣ୍ଡ କାଠଯିବ।…

ପେନ୍‌ସନ୍‌ଭୋଗୀଙ୍କ ମୌଳିକ ଅଧିକାରକୁ କ୍ଷୁଣ୍ଣ କରୁଛି ଭ୍ୟାଲିଡେସନ ଆକ୍ଟ, ପ୍ରତ୍ୟାହାର ଦାବି ନେଇ…

କେନ୍ଦୁଝର,୨୫ା୩(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଅବସରପ୍ରାପ୍ତ ମାଧ୍ୟମିକ ଶିକ୍ଷକ ଓ ଶିକ୍ଷା କର୍ମଚାରୀ ସଂଘ ପକ୍ଷରୁ ଭାରତ ସରକାରଙ୍କ ଦ୍ୱାରା ୨୫ ମାର୍ଚ୍ଚ ୨୦୨୫ରେ ପାରିତ…

ଦିଗପହଣ୍ଡିରେ କାଳବୈଶାଖୀ: ଝଡ଼ବର୍ଷା ସାଙ୍ଗକୁ ପଡ଼ିଲା କୁଆପଥର

ଦିଗପହଣ୍ଡି,୨୫ା୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ସମେତ ଆଖପାଖ ଅଞ୍ଚଳରେ ବୁଧବାର ଅପରାହ୍ନ ପ୍ରାୟ ସାଢ଼େ ୧ଟାରୁ ସାଢ଼େ ୨ ଯାଏ କାଳ ବୈଶାଖୀ…

ବ୍ୟବସାୟୀଙ୍କ ଘରେ କଳାକନା ବୁଲାଇଲେ ଲୁଟେରା, ସୁନା ଅଳଙ୍କାର ସହ ନଗଦ ଲୁଟିନେଲେ …

ବ୍ରହ୍ମପୁର,୨୫ା୩(ସୁବାସ ଚନ୍ଦ୍ର ପାଢ଼ୀ): ଗଞ୍ଜାମ ଜିଲା ବଡ଼ବଜାର ଥାନା ଅନ୍ତର୍ଗତ ପ୍ରେମନଗର ୭ ଲାଇନରେ ରହୁଥିବା ବିଶିଷ୍ଟ ବ୍ୟବସାୟୀ ପୁ. ପ୍ରଭାକରଙ୍କ ଘରେ ଲୁଟେରାମାନେ କଳାକନା ବୁଲାଇଛନ୍ତି।…

ଦୁର୍ଘଟଣା ନେଲା ପୁଅଙ୍କ ଜୀବନ: ରାସ୍ତାରେ ଟାୟାର ଜାଳି…

ତିହିଡି଼,୨୫।୩(ସଞ୍ଜିତ ବଳ):ଭଦ୍ରକ-ଚାନ୍ଦବାଲି ରାଜ୍ୟ ରାଜପଥର ତିହିଡି଼ ଥାନା ଅଧୀନ କୋହ୍ଲ ବଜାରରେ ବୁଧବାର ମଧ୍ୟାହ୍ନରେ ଉତ୍ତ୍ୟକ୍ତ ଲୋକମାନେ ଟାୟାର ଜାଳି ରାସ୍ତା ଅବରୋଧ କରିଛନ୍ତି l ମଙ୍ଗଳବାର…

ଆତ୍ମସମର୍ପଣ ପରେ ଏମିତି ହୃଦୟ ବିଦାରକ କଥା କହିଲେ ଟପ୍‌ ମାଓବାଦୀ ନେତା ଶୁକ୍ରୁ, ଶୁଣିଲେ…

ମାଲକାନଗିରି,୨୫ା୩(ଦୁର୍ଯ୍ୟୋଧନ ପାତ୍ର): ଏକଦା ମାଲକାନଗିରି ଜିଲା ମାଓବାଦୀଙ୍କ ଆଡ୍ଡା ଭାବେ ପରିଚିତ ଥିବାବେଳେ ମାଲକାନଗିରି ଜିଲା କାଲିମେଳା ଥାନା ବଡ଼ିଗେଟା ପଞ୍ଚାୟତ ଅନ୍ତର୍ଗତ କୁରୁବୁ ଗ୍ରାମର ଶୁକ୍ରୁ…

ମା’ଦଣ୍ଡକାଳୀଙ୍କ ପ୍ରସିଦ୍ଧ ୨୧ଦିନିଆ ଦଣ୍ଡଯାତ୍ରା ଆରମ୍ଭ: ଏହି ବ୍ରତ ପାଳନ କରିବା ବହୁ କଷ୍ଟ ସାଧ୍ୟ, ଜାଣିଲେ ହୋଇଯିବେ ଆଶ୍ଚର୍ଯ୍ୟ…

ପୁରୁଷୋତ୍ତମପୁର,୨୫।୩(ସବିତା ମିଶ୍ର): ଆରମ୍ଭ ହୋଇଛି ଗଞ୍ଜାମ ଜିଲାର ପ୍ରସିଦ୍ଧ ଗଣପର୍ବ ମା’ ଦଣ୍ଡକାଳୀଙ୍କ ୨୧ ଦିନିଆ ଦଣ୍ଡଯାତ୍ରା । ଏଥିଲାଗି ଗାଁଠୁ ସହର ଚଳଚଞ୍ଚଳ ହୋଇଉଠିଛି ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri