ପୋଲିସକୁ ଖୋଲା ଚ୍ୟାଲେଞ୍ଜ: ଗୋଟିଏ ରାତିରେ ଛତ୍ରପୁରର ୪ ମନ୍ଦିରରୁ ଚୋରି

ଛତ୍ରପୁର, ୨୦ା୧୨(ଦିଲୀପ ସାମଲ)- ପୁଣି ମନ୍ଦିରଗୁଡିକ ଉପରେ ଦୁର୍ବୃତ୍ତଙ୍କ ନଜର ପଡିଛି । ପୋଲିସ କଲୋନୀ ନିକଟରେ ଥିବା ୪ଟି ମନ୍ଦିରରୁ ଚୋରି କରି ପୋଲିସକୁ ଚ୍ୟାଲେଞ୍ଜ ଦେଇଛନ୍ତି। ସେମାନେ ଗୋଟିଏ ରାତିରେ ୪ଟି ମନ୍ଦିରରୁ ରୂପା ଅଳଙ୍କାର ଚୋରି କରି ନେଇଛନ୍ତି। ନୂଆ ପୋଲିସ ଲାଇନସ୍ଥିତ ଶିରିଡି ସାଇବାବା ମନ୍ଦିରରୁ ରୂପା ମୁକୁଟ ଓ ରୂପାର ପାଦ ଚୋରି ହୋଇଥିବା ବେଳେ ସେଠାରେ ଥିବା ଗଣେଶ ମନ୍ଦିରରୁ ରୂପା ମୁକୁଟ ଚୋରି ହୋଇଛଇ। ପୂଜକ ଅଭିଷେକ ପଣ୍ଡା ଶନିବାର ସକାଳୁ ମନ୍ଦିର ଖୋଲି ଏହା ଜାଣିବା ପରେ ପୋଲିସକୁ ସୂଚନା ଦେଇଥିଲେ। ସେହିପରି ଆଉ କିଛି ଦୂରରେ ଥିବା ବୀରେଶ୍ୱର ମନ୍ଦିରରୁ ରୁପା ନାଗ ମଧ୍ୟ ଚୋରି ହୋଇଥିବା ବେଳେ ବୀରେଶ୍ୱର ମନ୍ଦିରକୁ ଲାଗିଥିବା ଦୁର୍ଗା ମନ୍ଦିରରୁ ରୂପା ହାର ଚୋରି ହୋଇଛି। ସେହି ମନ୍ଦିରର ପୂଜକ ସୋମନାଥ ରାଉଳ ସକାଳୁ ମନ୍ଦିର ଖୋଲି ମନ୍ଦିରରୁ ଚୋରି ହୋଇଥିବା ଜାଣି ପୋଲିସକୁ ଜଣାଇଥିଲେ। ପୋଲିସ ଘଟଣା ସ୍ଥଳରେ ଥିବା ସିସିଟିଭି ଫୁଟେଜ ଯାଞ୍ଚ କରି ତଦନ୍ତ ଆରମ୍ଭ କରିଛି। ଏହି ଖବର ପାଇ ଛତ୍ରପୁର ବିଧାୟକ କୃଷ୍ଣଚନ୍ଦ୍ର ନାୟକ ମନ୍ଦିରଗୁଡିକୁ ପରିଦର୍ଶନ କରି ପୂଜକମାନଙ୍କ ସହ ଆଲୋଚନା କରି ତୁରନ୍ତ ଚୋରଙ୍କୁ ଧରିବାକୁ ପୋଲିସକୁ ନିର୍ଦ୍ଦେଶ ଦେଇଛନ୍ତି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

କୋସଲୀ ସାଂସ୍କୃତିକ ମହୋତ୍ସବ ଆରମ୍ଭ

ନୂଆପଡ଼ା,୨୦ା୧୨ (ମକାରୁ ବେମାଲ): ନୂଆପଡ଼ା ପୋଲିସ ପଡ଼ିଆ ରଙ୍ଗମଞ୍ଚଠାରେ କୋସଲୀ ସାଂସ୍କୃତିକ ମହୋତ୍ସବ ଉଦ୍‌ଘାଟିତ ହୋଇଯାଇଛି। ଅନୁଷ୍ଠାନର ସଭାପତି ସୁରଜିତସିଂ ମହାରଥାଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଉଦ୍‌ଘାଟନୀ...

ଶୀତରେ ଥରୁଛି କଳାହାଣ୍ଡି

ଭବାନୀପାଟଣା,୨୦ା୧୨(ଉତ୍ତମ କୁମାର ଦାଶ)- ସାରା ରାଜ୍ୟରେ ଶୀତର ପ୍ରକୋପ ଜାରି ରହିଛି। ଆହୁରି ସପ୍ତାହେ ଧରି ଏଭଳି ସ୍ଥିତି ଜାରି ରହିବ ବୋଲି ପାଣିପାଗ ବିଭାଗ...

ଟ୍ୟୁଶନରୁ ଫେରୁଥିବା ବେଳେ ନାବାଳିକାଙ୍କୁ ଟେକିନେଇ ବଳାତ୍କାର ପରେ ଫିଙ୍ଗି ଚାଲିଯାଇଥିଲେ, ଅଭିଯୁକ୍ତଙ୍କୁ ୨୦ ବର୍ଷ…

ଗଜପତି,୨୦।୧୨(ଗିରିଧାରୀ ପରିଚ୍ଛା)- ଏକ ଅପହରଣ ଓ ବଳାତ୍କାର ମାମଲାର ବିଚାର କରି ଅତିରିକ୍ତ ଜିଲ୍ଲା ସେସନ ଜର୍ଜ ବିଭୁ ପ୍ରସାଦ ପଣ୍ଡା ପୋକ୍ସୋ ଆକ୍ଟର ଧାରା...

ଧକ୍କା ଦେଇ ଚାଲିଗଲା ଡାଲା ଅଟୋ: ଚାନ୍ଦପୁର ଗ୍ରାମର ୨ ଯୁବକ…

ଦିଗପହଣ୍ଡି, ୨୦।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଝାଟିପିଟିଆ ଗ୍ରାମ ହରିଜନ ସାହି ନିକଟ ମୁଖ୍ୟରାସ୍ତାରେ ଶନିବାର ସନ୍ଧ୍ୟାରେ ଏକ ଗାଡ଼ି ଧକ୍କାରେ...

ଭଗବାନଙ୍କ ଦର୍ଶନ ସାରି ଫେରିବା ବାଟରେ ଜଗିଥିଲା ଯମ: ବାପାମା’ଙ୍କ ସହ ଚାଲିଗଲା ଭଉଣୀଙ୍କ ଜୀବନ, ସୌଭାଗ୍ୟକୁ… 

ଗଜପତି,୨୦।୧୨(ଗିରିଧାରୀ ପରିଚ୍ଛା)- ଏମିତି ବି ଆସେ ମୃତ୍ୟୁ। ଭଗବାନଙ୍କ ଦର୍ଶନ ସାରି ଫେରିବା ବାଟରେ ଦୁର୍ଘଟଣା ଚାଲିଗଲା ଜୀବନ। ମୃତକମାନେ ହେଲେ ଗଜପତି ଜିଲା ଗୋଶାଣୀ...

ସୁନା ପାଇଁ ବୃଦ୍ଧାଙ୍କୁ ପୋଡ଼ି ମାରିଦେଲେ! ଦୁଇ ଗୋଡ଼କୁ ଛାଡ଼ି ସବୁ ପାଉଁଶ, ପୋଲିସ ପହଞ୍ଚି…

ଅମ୍ବାଦୋଳା,୨୦।୧୨(ରବୀନ୍ଦ୍ର ପଣ୍ଡା):ରାୟଗଡା ଜିଲା ମୁନିଗୁଡା ବ୍ଲକ ଅମ୍ବାଦଳା ଥାନା ଅନ୍ତର୍ଗତ କୁମୁଡ଼ାବାଲି ଗାଁରେ ଜଣେ ବୃଦ୍ଧାଙ୍କ ଦଗ୍ଧ ମୃତଦେହ ଉଦ୍ଧାର ହୋଇଛି I  ମୃତ ବୃଦ୍ଧା...

ପ୍ରଦୂଷଣ ପ୍ରମାଣପତ୍ର ନ ଥିଲେ ଓଡ଼ିଶାରେ ପେଟ୍ରୋଲ ମନା

ଭୁବନେଶ୍ୱର,୨୦।୧୨: ପରିବହନ କ୍ଷେତ୍ରରେ ପରିବେଶ ସୁରକ୍ଷାକୁ ଦୃଷ୍ଟିରେ ରଖି ରାଜ୍ୟ ପରିବହନ ପ୍ରାଧିକରଣ (STA) ପକ୍ଷରୁ ଶନିବାର ଏକ ବଡ଼ ପଦକ୍ଷେପ ନିଆଯାଇଛି। ପ୍ରଦୂଷଣ ପ୍ରମାଣପତ୍ର...

ରାଜ୍ୟ ପାଇଁ ଗୌରବ ଆଣିଲେ ରଞ୍ଜନା: ଥାଇଲାଣ୍ଡରୁ ରୌପ୍ୟ ପଦକ ପାଇ…

ପୁରୁଷୋତ୍ତମପୁର,୨୦।୧୨ (ସବିତା ମିଶ୍ର): ଥାଇଲାଣ୍ଡରେ ଚାଲିଥିବା ଅନ୍ତର୍ଜାତୀୟ ପାରା ଆଥ୍ଲେଟିକ ପ୍ରତିଯୋଗିତାରେ ଗଞ୍ଜାମ ଜଲା ପୁରୁଷୋତ୍ତମପୁର ବ୍ଳକ କୁଶପୁର ଗ୍ରାମର ରଞ୍ଜନା ନାୟକ ଦୁଇଗୋଟି ରୌପ୍ୟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri